Posted inଖେଳ

ମୁଖ୍ୟ ଚୟନକର୍ତ୍ତା ପଦରୁ ଇଞ୍ଜାମାମଙ୍କ ଇସ୍ତଫା

କରାଚୀ,୧୮।୭(ପି.ଟି.)- ପାକିସ୍ତାନ ମୁଖ୍ୟ ଚୟନକର୍ତ୍ତା ପଦରୁ ପୂର୍ବତନ ଅଧିନାୟକ ଇଞ୍ଜାମାମ୍‌ ଉଲ୍‌ ହକ୍‌ ବୁଧବାର ଇସ୍ତଫା ଦେଇଛନ୍ତି। ତେବେ ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି) ଯେଉଁ ଦାୟିତ୍ୱ ଦେବ ତାହାକୁ ଗ୍ରହଣ କରିବାକୁ ସେ ରାଜି ବୋଲି ସେ ସ୍ପଷ୍ଟ କରିଛନ୍ତି। ଜୁଳାଇ ୩୧ରେ ତାଙ୍କ କାର୍ଯ୍ୟକାଳ ଶେଷ ହେବାକୁ ଯାଉଥିବାବେଳେ ପଦରେ ଅଧିକ ଦିନ ରହିବାକୁ ଇଞ୍ଜାମାମ ଅନୁଚ୍ଛୁକ ବୋଲି ପୂର୍ବରୁ କହିଥିଲେ। ଏହି ଗୁରୁତ୍ୱପୂର୍ଣ୍ଣ ପଦରେ ୩ ବର୍ଷ କାର୍ଯ୍ୟ କରିବା ପରେ ମୁଁ ଚୁକ୍ତିର ନବୀକରଣ ଚାହୁଁନାହିଁ ବୋଲି ସେ କହିଛନ୍ତି।
ଆସନ୍ତା ସେପ୍ଟେମ୍ବରରେ ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ଟେଷ୍ଟ ଚାମ୍ପିୟନଶିପ୍‌ ଖେଳାଯିବାର କାର୍ଯ୍ୟକ୍ରମ ଥିବା ବେଳେ ଆସନ୍ତାବର୍ଷ ଟି୨୦ ବିଶ୍ୱକପ୍‌ ମଧ୍ୟ ଆୟୋଜନ ହେବ। ସେହିପରି ୨୦୨୩ରେ ଭାରତରେ ପରବର୍ତ୍ତୀ ଦିନିକିଆ ବିଶ୍ୱକପ୍‌ ମଧ୍ୟ ଆୟୋଜନ ହେବ। ତେଣୁ ଏଭଳି ପରିସ୍ଥିତିରେ ପିସିବି ଜଣେ ନୂଆ ମୁଖ୍ୟ ଚୟନକର୍ତ୍ତା ନିଯୁକ୍ତି ଦେବାର ଠିକଣା ସମୟ ଉପନୀତ ହୋଇଛି। ଏ ସଂକ୍ରାନ୍ତିରେ ପିସିବି ଅଧ୍ୟକ୍ଷ ଏହସାନ ମାନି ଓ ମ୍ୟାନେଜିଂ ଡାଇରେକ୍ଟର ଓ୍ବାସିମ ଖାଁଙ୍କୁ ପୃଥକ ପୃଥକ ଭାବେ ଅବଗତ କରାଇଛି ବୋଲି ବୋଲି ସେ କହିଛନ୍ତି। ଏଥିସହିତ ସେ ଏମାନଙ୍କୁ କୃତଜ୍ଞତା ଜଣାଇଛନ୍ତି। ୨୦୧୬ରେ ନିଯୁକ୍ତ ହୋଇଥିବା ଚୟନ କମିଟିରେ ଇଞ୍ଜାମାମଙ୍କ ସମେତ ଓ୍ବାସିମ ହାଇଦର, ତୌସିଫ୍‌ ଅହମ୍ମଦ ଓ ଓ୍ବାଜାହାତୁଲ୍ଲା ଓ୍ବାସି ସ୍ଥାନ ପାଇଥିଲେ। ସଦ୍ୟସମାପ୍ତ ବିଶ୍ୱକପ୍‌ରେ ପାକିସ୍ତାନ ସେମିକୁ ଉଠିବାରେ ବିଫଳ ହେବା ପରେ ଇଞ୍ଜାମାମଙ୍କ ସମେତ ଚୟନ କମିଟି ସମାଲୋଚନାର ଶିକାର ହୋଇଥିଲେ। ଇଞ୍ଜାମାମ ତାଙ୍କ କ୍ୟାରିୟରରେ ୧୨୦ଟି ଟେଷ୍ଟ, ୩୭୮ଟି ଦିନିକିଆ ମ୍ୟାଚ୍‌ ଖେଳିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଏମିତି ଛକା ମାରିଲେ ମୁକୁଲ: ଖୁସିରେ ଡେଇଁଲେ ମାଲିକ, ଦେଖନ୍ତୁ ଭିଡିଓ…

ନୂଆଦିଲ୍ଲୀ,୧୦।୪: ଆଇପିଏଲ୍‌ରେ ଲକ୍ଷ୍ନୌ ସୁପର ଜାଏଣ୍ଟସ ପାଇଁ ଖେଳୁଥିବା ମୁକୁଲ ଚୌଧୁରୀ KKR ବିପକ୍ଷରେ ଏମିତି ଏକ ଛକା ମାରିଥିଲେ, ଯାହା ଅତ୍ୟନ୍ତ କଷ୍ଟକର କୃତିତ୍ୱ ବୋଲି…

ପର୍ପଲ-ଅରେଞ୍ଜ୍‌ କ୍ୟାପ୍‌ ରେସ୍‌ରେ ଅଛନ୍ତି ଏହି ଖେଳାଳି: IPL ୨୦୨୬ର ୧୫ ମ୍ୟାଚ୍‌ ପରେ…

ନୂଆଦିଲ୍ଲୀ,୧୦।୪: କୋଲକାତାର ଇଡେନ ଗାର୍ଡେନରେ କୋଲକାତା ନାଇଟ ରାଇଡର୍ସ (KKR) ଏବଂ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (LSG) ମଧ୍ୟରେ IPL ୨୦୨୬ର ୧୫ତମ ମ୍ୟାଚ ଖେଳାଯାଇଥିଲା। ଏହି…

IPL ମଧ୍ୟରେ ଦୁଃଖଦ ଖବର: ପରଲୋକରେ ପୂର୍ବତନ ଭାରତୀୟ କ୍ରିକେଟର

ନୂଆଦିଲ୍ଲୀ,୧୦।୪: ପୂର୍ବତନ ଭାରତୀୟ କ୍ରିକେଟର ଚିଙ୍ଗଲପୁତ ଦୋରାଇକାନୁ ଗୋପୀନାଥ (ସିଡି ଗୋପୀନାଥ)ଙ୍କର ୯୬ ବର୍ଷ ବୟସରେ ପରଲୋକ ଘଟିଛି। ସେ ୧୯୫୨ରେ ଇଂଲଣ୍ଡ ବିପକ୍ଷରେ ଭାରତର ପ୍ରଥମ…

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

ଅମ୍ପାୟରଙ୍କ ଗୋଟିଏ ଆଙ୍ଗୁଠି, ଭାଙ୍ଗିଗଲା ଦିଲ୍ଲୀର ସ୍ବପ୍ନ! ଖଳନାୟକ ପାଲଟିଛି କ୍ରିକେଟର ‘ଡେଡ ବଲ’ ନିୟମ

ନୂଆଦିଲ୍ଲୀ,୯।୪: କ୍ରିକେଟ ଅନିଶ୍ଚିତତାର ଖେଳ ଭାବରେ ଜଣାଶୁଣା, କିନ୍ତୁ ଯେତେବେଳେ ଅମ୍ପାୟାର ନିଷ୍ପତ୍ତିରୁ ଅନିଶ୍ଚିତତା ସୃଷ୍ଟି ହୁଏ, ଖେଳର ରୋମାଞ୍ଚ ବିବାଦରେ ପରିଣତ ହୁଏ। ଗତକାଲି ରାତିରେ…

ଗୁଜରାଟର ରୋମାଞ୍ଚକର ବିଜୟ ପରେ ବି ଶୁବମନଙ୍କୁ ଏତେ ଟଙ୍କା ଜରିମାନା କଲା BCCI, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୯।୪: ବୁଧବାର ଏକ ରୋମାଞ୍ଚକର ମ୍ୟାଚରେ ଗୁଜରାଟ ଟାଇଟାନ୍ସ ଦିଲ୍ଲୀ କ୍ୟାପିଟାଲ୍ସକୁ ୧ ରନରେ ପରାସ୍ତ କରିଛି। ଶୁବମନ ଗିଲ୍‌ଙ୍କ ସମେତ ତିନି ଜଣ ଗୁଜରାଟ ବ୍ୟାଟ୍ସମ୍ୟାନ…

ସ୍ମୃତି-ପଲାଶଙ୍କ ମଧ୍ୟରେ ହୋଇଗଲା ପ୍ୟାଚ୍‌ଅପ୍‌! ଖୁବ୍‌ଶୀଘ୍ର ହେବ ବିବାହ, ଏହି VIDEO ବଢାଉଛି ଚର୍ଚ୍ଚା

ମୁମ୍ବାଇ,୯।୪: ସଂଗୀତକାର ପଳାଶ ମୁଛଲ ଏବଂ ଭାରତୀୟ ମହିଳା କ୍ରିକେଟ ଦଳର ବ୍ୟାଟ୍ସମ୍ୟାନ ସ୍ମୃତି ମନ୍ଧାନାଙ୍କ ମଧ୍ୟ ପ୍ୟାଚ୍‌ଅପ୍‌ ହୋଇଯାଇଛି। ଉଭୟ ଖୁବ୍‌ଶୀଘ୍ର ବିବାହ କରିବେ ବୋଲି…

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri