ମୁଖ୍ୟ ରାସ୍ତା ପାର୍ଶ୍ୱରେ ଉଠା ପରିବା ଦୋକାନୀ, ମିନି ଷ୍ଟାଡିୟମ ପଡ଼ିଆରେ ବିକ୍ରି ଅନୁମତି ଦାବି

ଗଞ୍ଜାମ,୧୩ା୪(ଡି.ଏନ୍‌.ଏ.): କରୋନା ଭୂତାଣୁ ସାରା ବିଶ୍ୱରେ କାୟା ବିସ୍ତାର କରିଚାଲିଛି। ଦିନକୁ ଦିନ କରୋନା ଭୂତାଣୁ ସଂକ୍ରମିତଙ୍କ ସଂଖ୍ୟା ବଢୁଛି।  ଯାହା ସରକାରଙ୍କ ଚିନ୍ତା ବଢ଼ାଉଛି। ଏଥିପାଇଁ ସରକାର ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ଭୟରେ ଲୋକେ ଘରୁ ବାହାରି ପାରୁନାହାନ୍ତି । ଗଞ୍ଜାମ ସହରରେ ମଧ୍ୟ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଏହି ସହରର ପରିବା ବ୍ୟବସାୟୀଙ୍କୁ ଏନ୍‌ଏସି ପ୍ରଶାସନ ନିଜ ଓ୍ବାର୍ଡରେ ବିକ୍ରି କରିବାକୁ ପରାମର୍ଶ ଦେବା ସହ ଉଠାଦୋକାନୀଙ୍କୁ ମଧ୍ୟ ମାର୍କେଟ ଆସି ବିକ୍ରି କରିବାକୁ ତାଗିଦ୍‌ କରିଛି। ଫଳରେ ଉଠା ଦୋକାନୀମାନେ ଅନ୍ୟ ଉପାୟ ନ ପାଇଁ ସହର ମୁଖ୍ୟ ରାସ୍ତା ପାର୍ଶ୍ୱରେ ପରିବା ବିକ୍ରି କରୁଛନ୍ତି।ଯାହା ଫଳରେ ରାସ୍ତା ମଧ୍ୟାହ୍ନ ୧୨ଟା ପର୍ଯ୍ୟନ୍ତ ରାସ୍ତା ଭିଡ଼ ରହୁଛି। ଅନ୍ୟପକ୍ଷରେ ଭାରତୀ ବିଦ୍ୟାପୀଠ ମିନି ଷ୍ଟାଡିୟମ ପଡ଼ିଆ ଖୋଲା ଅଛି। ଏନ୍‌ଏସି ପ୍ରଶାସନ ଉଠା ପରିବା ବ୍ୟବସାୟୀଙ୍କୁ ଉକ୍ତ ପଡ଼ିଆରେ ବିକ୍ରି ପାଇଁ ଅନୁମତି ଦେବାକୁ ଅଞ୍ଚଳବାସୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ପରେ ଆସିଲା ନୀତୀଶଙ୍କ ପ୍ରତିକ୍ରିୟା, ଭାବପ୍ରବଣ ହୋଇ ଲେଖିଲେ ଏମିତି…

ପାଟନା,୧୪।୪: ନୀତୀଶ କୁମାର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ସେ ଲୋକଭବନ ଯାଇ ରାଜ୍ୟପାଳଙ୍କୁ ଇସ୍ତଫାପତ୍ର ପ୍ରଦାନ କରିଛନ୍ତି। ତେବେ ନୀତୀଶଙ୍କ ଇସ୍ତଫା ପରେ ପାଟନାରୁ ଦିଲ୍ଲୀର…

ଯୁଦ୍ଧ ଉତ୍ତେଜନା ଭିତରେ ଭାରତ-ଚାଇନା ମୁହାଁମୁହିଁ, ସୀମାରେ ହଲଚଲ!

ନୂଆଦିଲ୍ଲୀ,୧୪।୪: ଅରୁଣାଚଳ ପ୍ରଦେଶର ସ୍ଥାନଗୁଡ଼ିକୁ କାଳ୍ପନିକ ନାମ ଦେବା ବିରୋଧରେ ଭାରତର ପ୍ରତିବାଦ ପରେ, ଚାଇନା ମଙ୍ଗଳବାର (୧୪ ଏପ୍ରିଲ, ୨୦୨୬) ଆଉ ଏକ ଆପତ୍ତିଜନକ ବିବୃତ୍ତି…

ପଶ୍ଚିମବଙ୍ଗକୁ ଚାଲାଣ ହେଉଥିଲା କେନ୍ଦୁ ଗଣ୍ଡି କାଠ, ଖବରପାଇ ଅଚାନକ ଚଢାଉ କଲା ବନବିଭାଗ, ମିଳିଲା ଏତେ ମୂଲ୍ୟର…

ବଲାଙ୍ଗୀର,୧୪।୪ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ବନ ଖଣ୍ଡ ବିଭାଗ ପକ୍ଷରୁ ସିନଖମନ ଗାଁ ନିକଟରେ ଚଢ଼ାଉ କରି ଲକ୍ଷାଧିକ ଟଙ୍କାର ମୂଲ୍ୟବାନ କେନ୍ଦୁ ଗଣ୍ଡି କାଠ…

ସରିଲା ମା’ ଦଣ୍ଡ କାଳୀଙ୍କ ୨୧ ଦିନିଆ ଯାତ୍ରା, ଅଗ୍ନି କୁଣ୍ଡରେ ଓଲଟା ଝୁଲିଲେ ପାଟ ଭୂକ୍ତା

ପୁରୁଷୋତ୍ତମପୁର,୧୪।୪(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ମା’ ଦଣ୍ଡ କାଳୀଙ୍କ ଯାତ୍ରା ମଙ୍ଗଳବାର ମେଷ ସଂକ୍ରାନ୍ତି ବା ମେରୁ ଯାତ୍ରାରେ ଉଦ୍‌ଯାପିତ ହୋଇଛି । ଏନେଇ ପୁରୁଷୋତ୍ତମପୁର…

କିଏ ସେହି ସମ୍ରାଟ ଚୌଧୁରୀ, ଯିଏ ହେବେ ବିହାରର ଆଗାମୀ ମୁଖ୍ୟମନ୍ତ୍ରୀ: ୧୯ ବର୍ଷ ବୟସରୁ ହୋଇଥିଲେ ମନ୍ତ୍ରୀ

ପାଟନା,୧୪।୪: ବିହାରରେ ଏକ ନୂତନ ରାଜନୈତିକ ଯୁଗ ଆରମ୍ଭ ହେବାକୁ ଯାଉଛି। ରାଜ୍ୟକୁ ଏହାର ନୂତନ ମୁଖ୍ୟମନ୍ତ୍ରୀ ମିଳିଛି। ସମ୍ରାଟ ଚୌଧୁରୀଙ୍କ ନାମ ଚୂଡ଼ାନ୍ତ ହୋଇଛି। ସମ୍ରାଟ…

ଗାଁ ଗାଁରେ ସଚେତନ ପାଇଁ ଅଣ୍ଟା ଭିଡ଼ିଲେ ଅଗ୍ନିଶମ କର୍ମଚାରୀ, କହିଲେ-ନିଆଁ ଲିଭାଇବା ପାଇଁ ବ୍ୟବହାର କରିବେ ଏହି ଟ୍ରିକ୍‌

ଦାରିଙ୍ଗବାଡି, ୧୪ ।୪ (ଅରୁଣ ସାହୁ ): ଜାତୀୟ ଅଗ୍ନିଶମ ସେବା ସପ୍ତାହ ଅବସରରେ ଦାରିଙ୍ଗବାଡି ଅଗ୍ନିଶମ ବିଭାଗ ପକ୍ଷରୁ ମଙ୍ଗଳବାର ଗାଁ ଗାଁରେ ସଚେତନ ପାଇଁ…

ଏମିତି କଥା କହିଲେ ଖାର୍ଗେ, ହସି ହସି ଗଡ଼ିଲେ ପ୍ରଧାନମନ୍ତ୍ରୀ ମୋଦି, ଦେଖନ୍ତୁ Video

ନୂଆଦିଲ୍ଲୀ,୧୪।୪: ଡକ୍ଟର ବି.ଆର. ଆମ୍ବେଦକରଙ୍କ ୧୩୫ତମ ଜନ୍ମବାର୍ଷିକୀ ଉପଲକ୍ଷେ ସଂସଦ ପରିସରରେ ପ୍ରେରଣାସ୍ଥଳରେ ଆୟୋଜିତ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେଙ୍କ…

ନିଜ ଗୁରୁଙ୍କ ପାଦଛୁଇଁ ଭାବବିହ୍ବଳ ହୋଇପଡିଲେ ମୁଖ୍ୟମନ୍ତ୍ରୀ: କଲେ ବଡ଼ ଘୋଷଣା

କେନ୍ଦୁଝର,୧୪।୪ (ନରେଶ ଚନ୍ଦ୍ର ପଟ୍ଟନାୟକ): ଝୁମ୍ପୁରା ଉଚ୍ଚ ବିଦ୍ୟାଳୟର ହୀରକ ଜୟନ୍ତୀ ଉତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇଥିଲେ। କେବଳ ଜଣେ ପୁରାତନ ଛାତ୍ର ଭାବରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri