ମୁଖ୍ୟ ଶାସନ ସଚିବଙ୍କୁ ବିଦାୟ ସମ୍ବର୍ଦ୍ଧନା

ଭୁବନେଶ୍ୱର,୧୮।୮(ବ୍ୟୁରୋ): ସରକାରୀ ଅଧିକାରୀ ଜନସାଧାରଣଙ୍କ ବିଶ୍ୱାସର ମାର୍ଫତଦାର। ତେଣୁ ଅଧିକାରୀଟିଏ ସେବା ମନୋଭାବ ରଖି ସହୃଦୟତାର ସହ କାର୍ଯ୍ୟ କରିବା ଉଚିତ ବୋଲି ବିଦାୟୀ ମୁଖ୍ୟ ଶାସନ ସଚିବ ଆଦିତ୍ୟ ପ୍ରସାଦ ପାଢୀ କହିଛନ୍ତି। ଲୋକସେବା ଭବନରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ଦ୍ୱାରା ଶନିବାର ଆୟୋଜିତ ବିଦାୟକାଳୀନ ସମ୍ବର୍ଦ୍ଧନା ସଭାରେ ପାଢ଼ୀ ଏହି କଥା କହିଛନ୍ତି।

ଏହି ସଭାରେ ଅର୍ଥ ବିଭାଗ ପ୍ରମୁଖ ସଚିବ ଅଶୋକ କୁମାର ମୀନା ବିଦାୟୀ ପାଢୀଙ୍କ ପ୍ରଶଂସା କରିଥିଲେ। ମୁଖ୍ୟ ଶାସନ ସଚିବ ଆଦିତ୍ୟ ପ୍ରସାଦ ପାଢୀ ନିଷ୍ଠାପର ସେବା, ନ୍ୟାୟ, ନିରପେକ୍ଷତା ଏବଂ ନମ୍ରତାର ଏକ ମାଇଲଖୁଣ୍ଟ ବୋଲି ମୀନା କହିଥିଲେ। ମୁଖ୍ୟ ଶାସନ ସଚିବଙ୍କ ଓଏସ୍‌ଡି ଦିଲୀପ ରାଉତରାଏ କହିଥିଲେ ଯେ, ସମସ୍ୟାକୁ ବୁଝି ସ୍ଥିତପ୍ରଜ୍ଞ ଭାବେ ନିଷ୍ପତ୍ତି ନେବାରେ ବିଦାୟୀ ମୁଖ୍ୟ ଶାସନ ସଚିବ ସିଦ୍ଧହସ୍ତ। ଅନ୍ୟ ଅଧିକାରୀଙ୍କୁ ପ୍ରେରଣା ଦେଇ କାର୍ଯ୍ୟ କରାଇବାରେ ପାଢୀ ପ୍ରମୁଖ ଭୂମିକା ନେଇଥିବା ଦିଲୀପ କହିଥିଲେ। ଗଣମାଧ୍ୟମ ପ୍ରତିନିଧିଙ୍କୁ ଆଦିତ୍ୟ ପ୍ରସାଦ କହିଥିଲେ ଯେ, ସରକାରୀ ଯୋଜନାର ସଫଳ ରୂପାୟନ ମୁଖ୍ୟ ଶାସନ ସଚିବଙ୍କ ଦାୟିତ୍ୱ। ମୁଖ୍ୟମନ୍ତ୍ରୀଙ୍କ ବଳିଷ୍ଠ ନେତୃତ୍ୱରେ ରାଜ୍ୟର ବିକାଶ ହୋଇଛି, ଆଗକୁ ଏହି ଧାରା ଅବ୍ୟାହତ ରହିବ। ଗ୍ରାମୀଣ ଆବାସ ନିର୍ମାଣରେ ରାଜ୍ୟ ଜାତୀୟସ୍ତରରେ ପ୍ରଶଂସିତ ହୋଇଛି। ବିପର୍ଯ୍ୟୟ ପରିଚାଳନା କ୍ଷେତ୍ରରେ ମଧ୍ୟ ଓଡ଼ିଶା ଅଗ୍ରଣୀ ଭୂମିକା ନେଇଛି। ସରକାରୀ ଦାୟିତ୍ୱ ସମୟରେ ଭାରତୀୟ ତୈଳ ନିଗମ ସହ ଓଡ଼ିଶା ସରକାରଙ୍କ ରାଜସ୍ବ ମୀମାଂସା ତାଙ୍କ ପାଇଁ ସ୍ମରଣୀୟ ଘଟଣା ବୋଲି ପାଢୀ କହିଥିଲେ। ସେହିପରି ଆଗାମୀ ୫ ବର୍ଷ ପାଇଁ ତାଙ୍କୁ ରାଜ୍ୟ ନିର୍ବାଚନ କମିଶନର ଭାବେ ନିଯୁକ୍ତି ଦିଆଯାଇଛି, ଏହା ଏକ ସାମ୍ବିଧାନିକ ପଦବୀ ହୋଇଥିବାରୁ କୌଣସି ମତାମତ ଦେବାକୁ ପାଢୀ ମନାକରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାକିରେ ନେଇ ଖାଇଲେ, ଟଙ୍କା ମାଗିବାରୁ ଦୋକାନରେ ନିଆଁ ଲଗାଇଦେଲେ

ଭୁବନେଶ୍ୱର,୨୪।୪: ବାକିରେ ନେଇ ଖାଇଲେ, ଟଙ୍କା ମାଗିବାରୁ ଦୋକାନରେ ନିଆଁ ଲଗାଇଦେଲେ। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ରାଜଧାନୀ ଚନ୍ଦକା ଅଞ୍ଚଳରେ। ଗତକାଲି ରାତିରେ...

ଆସନ୍ତା ୩ ଘଣ୍ଟା ପାଇଁ କାଳବୈଶାଖୀ, ବଜ୍ରପାତ ସୂଚନା

ଭୁବନେଶ୍ୱର,୨୪ା୪: ଦିନ ସାରା ପ୍ରଚଣ୍ଡ ଖରା ଏବଂ ଗୁଳୁଗୁଳିରେ ଲୋକେ ଆଉଟୁପାଉଟୁ ହେଉଥିବା ବେଳେ ଅପରାହ୍ନରେ କାଳବୈଶାଖୀ ବର୍ଷା ସାମାନ୍ୟ ଆଶ୍ୱସ୍ତି ଆଣିଛି। ଅପରାହ୍ନ ସାଢ଼େ...

ନିଜ ନିର୍ବାଚନ ମଣ୍ଡଳୀରୁ ପ୍ରଚାର ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ

ହିଞ୍ଜିଳିକାଟୁ,୨୪ା୪(ଦ୍ୱିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାରଠାରୁ ନିଜ ନିଜାଚନ ମଣ୍ଡଳୀ ହିଞ୍ଜିଳିରୁ ୨୦୨୪ ନିର୍ବାଚନ ପ୍ରଚାରର ଶୁଭାରମ୍ଭ କରିଛନ୍ତି। ହିଞ୍ଜିଳିକାଟୁ...

୪୫ ଡେଇଁବ ପାରଦ! ସାରା ରାଜ୍ୟକୁ ସିଭିୟର ହିଟ୍‌ ଓ୍ବେଭ ଆଲର୍ଟ

ଭୁବନେଶ୍ୱର,୨୪।୪:ତାତିରୁ ମିଳିବନି ତ୍ରାହି । ୫ ଦିନ ଧରି କଲବଲ କରିବ ଗ୍ରୀଷ୍ମ ପ୍ରବାହ । ବିଶେଷ କରି ୨୭ ଓ ୨୮ ତାରିଖରେ ଜଳିବ...

ମେ’ ପ୍ରଥମ ସପ୍ତାହରୁ ଓଜେଇଇ ପରୀକ୍ଷା

ଭୁବନେଶ୍ୱର,୨୪।୪(ଅସମାପିକା ସାହୁ): ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ) ୨୦୨୪ ମେ’ ୬ରୁ ଆରମ୍ଭ ହେବ। ସିବିଟି ମୋଡ୍‌ରେ ହେବାକୁ ଥିବା ଏହି ପରୀକ୍ଷା ମେ...

ଛୁଟିଦିନ ପାଇଁ ପିଲାଙ୍କୁ ମିଳିବ ଶୁଖିଲା ରାଶନ

ଭୁବନେଶ୍ୱର, ୨୪।୪(ଅସମାପିକା ସାହୁ):ଛୁଟିଦିନ ପାଇଁ ଛାତ୍ରୀଛାତ୍ରଙ୍କୁ ପିଏମ୍‌ ପୋଷଣ ଯୋଜନାରେ ଚାଉଳ ଏବଂ ଅନ୍ୟାନ୍ୟ ସାମଗ୍ରୀ ଦିଆଯିବ। ମୋଟ ୧୨ଦିନର ମଧ୍ୟାହ୍ନ ଭୋଜନ ବାବଦକୁ ଶୁଖିଲା...

ଚମକାଇଲା ଅନୁଭବଙ୍କ ପୋଷ୍ଟ, ନବୀନଙ୍କୁ ମାଗିଲେ ଆର୍ଶୀବାଦ…

ଭୁବନେଶ୍ୱର,୨୪।୪: ଅନୁଭବ ମହାନ୍ତିଙ୍କ ସୋସିଆଲ ମିଡିଆ ପୋଷ୍ଟକୁ ନେଇ ବଢିଲା ଚର୍ଚ୍ଚା। ଗତ କିଛିଦିନ ପୂର୍ବରୁ ବିଜେଡି ଛାଡି ଭାଜପାରେ ଯୋଗ ଦେଇଥିଲେ। ହେଲେ ବୁଧବାର...

ଲୁଙ୍ଗିକୁ ନେଇ ରାଜ୍ୟ ରାଜ୍ୟନୀତିରେ ଚହଳ, ନବୀନ ପିନ୍ଧିଲେ ବୋଲି…

ଭୁବନେଶ୍ୱର,୨୪।୦୪: ନିର୍ବାଚନ ପୂର୍ବରୁ ଓଡ଼ିଶା ରାଜନୀତିରେ ରୋଚକ ଘଟଣା ଦେଖିବାକୁ ମିଳିଛି। ନବୀନଙ୍କ ଲୁଙ୍ଗି ପିନ୍ଧା ଘଟଣାକୁ ନେଇ ବିଜେଡି-ଭାଜପା ଭିତରେ ବାକଯୁଦ୍ଧ ଆରମ୍ଭ ହୋଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri