ମୁଖ୍ୟ ଶାସନ ସଚିବ, ନଗର ଉନ୍ନୟନ ସଚିବଙ୍କ ବିରୋଧରେ ଅଦାଲତ ଅବମାନନା ମାମଲା

କଟକ ଅଫିସ, ୭ା୧- ରାଜ୍ୟ ମୁଖ୍ୟ ଶାସନ ସଚିବ ଓ ନଗର ଉନ୍ନୟନ ସଚିବଙ୍କ ବିରୋଧରେ ହାଇକୋର୍ଟରେ ଅଦାଲତ ଅବମାନନା ମାମଲା ରୁଜୁ କରାଯାଇଛି। ଭାରତୀୟ ବିକାଶ ପରିଷଦ ସଭାପତି ସୁରେନ୍ଦ୍ର ନାଥ ପାଣିଗ୍ରାହୀ ଏହି ମାମଲା ଦାଏର କରିଛନ୍ତି। ସୂଚନାଥାଉ କି, ଆସ୍କା, ଭଞ୍ଜନଗର, ଛତ୍ରପୁର ବିଜ୍ଞାପିତ ଅଞ୍ଚଳ ପରିଷଦକୁ ମ୍ୟୁନିସିପାଲିଟି ମାନ୍ୟତା ଦାବି ନେଇ ପାଣିଗ୍ରାହୀ ହାଇକୋର୍ଟରେ ଏକ ଜନସ୍ବାର୍ଥ ମାମଲା ପୂର୍ବରୁ ଦାଏର କରିଥିଲେ। ଗତ ଅଗଷ୍ଟରେ ମାମଲାର ଶୁଣାଣି କରି ହାଇକୋର୍ଟ ସରକାରଙ୍କୁ ତୁରନ୍ତ ଉପରୋକ୍ତ ୩ ବିଜ୍ଞାପିତ ଅଞ୍ଚଳ ପରିଷଦକୁ ମ୍ୟୁନିସିପାଲିଟି ମାନ୍ୟତା ଦେବାକୁ ଆଦେଶ ଦେଇଥିଲେ। ଆଦେଶକୁ ୬ ସପ୍ତାହ ମଧ୍ୟରେ କାର୍ଯ୍ୟକାରୀ କରିବାକୁ ମଧ୍ୟ ନିର୍ଦ୍ଦେଶ ରହିଥିଲା। ହେଲେ ଇତିମଧ୍ୟରେ ୪ ମାସ ବିତିଥିଲେ ମଧ୍ୟ ହାଇକୋର୍ଟଙ୍କ ଆଦେଶ କାର୍ଯ୍ୟକାରୀ କରାଯାଇନାହିଁ। ଫଳରେ ପାଣିଗ୍ରାହୀ ମଙ୍ଗଳବାର ଏ ନେଇ ମୁଖ୍ୟ ଶାସନ ସଚିବଙ୍କ ବିରୋଧରେ ଅଦାଲତ ଅବମାନନା ମାମଲା ଦାଏର କରିଛନ୍ତି। ସେହିପରି ବ୍ରହ୍ମପୁର ମ୍ୟୁନିସିପାଲ କର୍ପୋରେଶନର ୩ କିମି ବ୍ୟାସାର୍ଦ୍ଧ ମଧ୍ୟରେ ଥିବା ୬୨ ରାଜସ୍ବ ଗ୍ରାମକୁ ନିଗମରେ ସାମିଲ କରିବା ପାଇଁ ମଧ୍ୟ ପାଣିଗ୍ରାହୀ ଅନୁରୂପ ଭାବେ ଏକ ଜନସ୍ବାର୍ଥ ମାମଲା ହାଇକୋର୍ଟରେ ଦାଏର କରିଥିଲେ। ଉକ୍ତ ମାମଲାର ଶୁଣାଣି କରି ୩ ମାସ ମଧ୍ୟରେ ଏହାକୁ କାର୍ଯ୍ୟକାରୀ କରିବାକୁ ହାଇକୋର୍ଟ ଗତ ଜୁନ୍‌ରେ ନଗର ଉନ୍ନୟନ ବିଭାଗକୁ ଆଦେଶ ଦେଇଥିଲେ। ଇତିମଧ୍ୟରେ ୬ ମାସ ବିତିଥିଲେ ମଧ୍ୟ ଏହି ଆଦେଶ କାର୍ଯ୍ୟକାରୀ କରାଯାଇନାହିଁ। ଫଳରେ ନଗର ଉନ୍ନୟନ ସଚିବଙ୍କ ବିରୋଧରେ ପାଣିଗ୍ରାହୀ ଅନୁରୂପ ଭାବେ ଅଦାଲତ ଅବମାନନା ମାମଲା ଦାଏର କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ରକ୍ତଦାନ ମହାପୁଣ୍ୟ, ଏହି ଉକ୍ତିର ଯଥାର୍ଥତା ପ୍ରତିପାଦନ କରିଛନ୍ତି ତେଲଙ୍ଗାନାର ଭି. ରାମକୃଷ୍ଣ ରେଡ୍ଡୀ। ସେ ୩୦ ବର୍ଷ ଧରି ରକ୍ତଦାନ କାର୍ଯ୍ୟକ୍ରମକୁ ସଫଳତାର ସହ ସଞ୍ଚାଳନ…

ଐତିହାସିକ ବିସ୍ମୃତିର ନବପର୍ବ

ଗୋଟିଏ ମୂର୍ତ୍ତି। ଅତୀତର ଗର୍ଭରେ ବିଲୀନ ହୋଇଯାଇଥିବା ମହେଞ୍ଜୋଦାରୋ ସଭ୍ୟତାର ସାମାଜିକ ଓ ସାଂସ୍କୃତିକ ଜୀବନଧାରା ସମ୍ପର୍କରେ ଯେଉଁ ଯତ୍‌କିଞ୍ଚତ୍ତ୍‌ ଧାରଣା ଏବେ ଆମେ ପାଇଛେ, ସେଥିରେ…

ଅବସର ଘୋଷଣା କଲେ ନେମାର, ଫିଫା ବିଶ୍ୱକପ୍‌ରେ ବ୍ରାଜିଲର ଅଶ୍ରୁଳ ବିଦାୟ ପରେ…

ବ୍ରାସିଲିଆ,୬ା୭: ଅନ୍ତର୍ଜାତୀୟ ଫୁଟବଲ୍‌ରୁ ଅବସର ନେଇଛନ୍ତି ବ୍ରାଜିଲର ଷ୍ଟାର୍‌ ଖେଳାଳି ନେମାର। ଫିଫା ବିଶ୍ୱକପ୍‌ରେ ବ୍ରାଜିଲର ଅଶ୍ରୁଳ ବିଦାୟ ପରେ ନେମାର ଏହି ଅବସର ଘୋଷଣା କରିଛନ୍ତି।…

ଚାକିରିରୁ ରିଜାଇନ ଦେଲେ ଭୁବନେଶ୍ୱର ଡିସିପି, କହିଲେ ଏହି କାରଣରୁ…

ଭୁବନେଶ୍ୱର,୬ା୭: ଭୁବନେଶ୍ୱର ଡିସିପି ଜଗମୋହନ ମୀନା ଚାକିରିରୁ ରିଜାଇନ ଦେଇଛନ୍ତି। ବ୍ୟକ୍ତିଗତ କାରଣରୁ ସେ ଚାକିରି ଛାଡ଼ିଦେଇଥିବା କହିଛନ୍ତି। ଡିସିପି ଜଗମୋହନ ୨୦୧୩ ବ୍ୟାଚ୍‌ର ଆଇପିଏସ୍‌ ଅଫିସର…

ସକାଳୁ ସକାଳୁ ଚମ୍ପୁଆରେ ଏନ୍‌କାଉଣ୍ଟର, ଅପରାଧୀଙ୍କ ନାମରେ ରହିଛି…

କେନ୍ଦୁଝର,୬ା୭(ନରେଶ ଚନ୍ଦ୍ର ପଟ୍ଟନାୟକ) କେନ୍ଦୁଝର ପୋଲିସ ସୋମବାର ଚମ୍ପୁଆ ଥାନା ଅନ୍ତର୍ଗତ ପତଳା ଜଙ୍ଗଲରେ ଜଣେ ଅପରାଧୀଙ୍କୁ ଏନ୍‌କାଉଣ୍ଟର କରିଥିବା ଜଣା ପଡ଼ିଛି। ସେ ଆହତ ହୋଇ…

ଭାରତର ଏକତା ଓ ପ୍ରଗତି ପାଇଁ ସମର୍ପିତ ଏକ ଜୀବନ

ରାଷ୍ଟ୍ରବାଦ ଓ ନିଃସ୍ବାର୍ଥ ସେବାର ଆଦର୍ଶରେ ବିଶ୍ୱାସ କରୁଥିବା ଅଗଣିତ ଲୋକଙ୍କ ପାଇଁ ଆଜିର ଦିନ, ୬ ଜୁଲାଇର ବିଶେଷ ମହତ୍ତ୍ୱ ରହିଛି। ଆମେ ଡକ୍ଟର ଶ୍ୟାମା…

ସାରା ରାଜ୍ୟରେ ବର୍ଷା ବିତ୍ପାତ: ବଦଳିଗଲା ସ୍ମାର୍ଟସିଟି ଭୁବନେଶ୍ୱରର ଚିତ୍ର, ଜୀବନଯାତ୍ରା…

ଭୁବନେଶ୍ୱର,୬ା୭(ବନ୍ଦନା ସେଠୀ): ରାଜ୍ୟରେ ଲଘୁଚାପଜନିତ ମୌସୁମୀ ବର୍ଷା ସାଧାରଣ ଜୀବନଯାତ୍ରାକୁ ଗୁରୁତର ପ୍ରଭାବିତ କରିଛି। ତିନିଦିନର ଲଗାଣ ବର୍ଷାରେ ବିଭିନ୍ନ ଜିଲାରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ବହୁ…

ଜିଲାପାଳଙ୍କ ବଡ଼ ଘୋଷଣା: କଟକରେ ସ୍କୁଲ ଛୁଟି

କଟକ,୫।୭: ସୋମବାର କଟକ ଜିଲାର ସମସ୍ତ ସରକାରୀ ଏବଂ ବେସରକାରୀ ଶିକ୍ଷାନୁଷ୍ଠାନ ଛୁଟି ରହିବ। ଲଘୁଚାପ ଜନିତ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କଟକ ଜିଲାପାଳ ଛୁଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri