ମୁଗଚାଷୀଙ୍କୁ କାଳବୈଶାଖୀ ଚଡ଼କ

ଭୁବନ, ୨୯।୪(ଡି.ଏନ.ଏ.) – ଚାଷୀଙ୍କ ଉପରେ ଚଡ଼କ ପକାଇଛି କାଳବୈଶାଖୀ ବର୍ଷା। ଅମଳ ପାଇଁ ଉପାଡ଼ି ଖଳାରେ ରଖାଯାଇଥିବା ମୁଗ ଅଦିନିଆ ବର୍ଷାରେ ଭିଜି ଗଜା ହୋଇଯାଇଛି, ଯାହାକୁ ନେଇ ଚିନ୍ତାରେ ପଡ଼ିଛନ୍ତି ଢେଙ୍କାନାଳ ଜିଲା ଭୁବନ ଏନ୍‌ଏସିର ୩୦ ଚାଷୀ। ଏପରି ଦୁର୍ଦ୍ଦିନରେ ଜିଲା କୃଷି ବିଭାଗ ସହାୟତାରେ ହାତ ବଢ଼ାଇବାକୁ କ୍ଷତିଗ୍ରସ୍ତ ଚାଷୀମାନେ ଜିଲା କୃଷି ଅଧିକାରୀଙ୍କୁ ଲିଖିତ ଭାବେ ଜଣାଇଛନ୍ତି।
ମିଳିଥିବା ସୂଚନା ଅନୁଯାୟୀ, ସ୍ଥାନୀୟ କୃଷକ ବିକାଶ ପରିଷଦର ୩୦ଜଣ ଚାଷୀ ଗୋମରଗୋଳ ମୌଜାରେ ମିଳିମିଶି ୩୦ ଏକରରେ ମୁଗଚାଷ କରିଥିଲେ। ଜଣକା ୧୦ ହଜାର ଟଙ୍କା ଲେଖାଏ ବିନିଯୋଗ କରିଥିଲେ। ଚଳିତବର୍ଷ ଅନୁକୂଳ ପାଗ ଯୋଗୁ ଭଲ ଫସଲ ହୋଇଥିଲା। ୨୪ ଏକର ଜମିରେ ହୋଇଥିବା ମୁଗ ଉପାଡ଼ି ସେମାନେ ଖଳାରେ ରଖିଥିଲେ। ହେଲେ ଚଳିତମାସରେ ଲଗାତର ହୋଇଥିବା ବର୍ଷାରେ ସବୁ ଫସଲ ଗଜା ହୋଇଯାଇଛି। ଏଥିରେ ହାରାହାରି ୫ ଲକ୍ଷ ଟଙ୍କାର କ୍ଷତି ହୋଇଥିବା ସମ୍ପୃକ୍ତ ଚାଷୀମାନେ ଅଭିଯୋଗ କରିଛନ୍ତି। ଅନ୍ୟପଟେ ଚାଷ ପାଇଁ ସେମାନେ ବିଭିନ୍ନ ଘରୋଇ ସଂସ୍ଥାରୁ ଋଣ ଆଣିଥିଲେ। ଏବେ ଫସଲ ନଷ୍ଟ ହୋଇଯିବା ପରେ ସେମାନଙ୍କ ମୁଣ୍ଡରେ ଚଡ଼କ ପଡ଼ିଛି। ଏ ସଂକ୍ରାନ୍ତରେ ସେମାନେ ଜିଲା କୃଷି ଅଧିକାରୀଙ୍କୁ ଲିଖିତ ଅଭିଯୋଗ କରିଛନ୍ତି। ଏଥିସହ କ୍ଷତିପୂରଣ ପ୍ରଦାନ କରିବାକୁ ପରିଷଦର ସଭାପତି ସୁରେନ୍ଦ୍ର କୁମାର ପୃଷ୍ଟି, ସମ୍ପାଦକ ରଥ ସେଠୀ ପ୍ରମୁଖ ନିବେଦନ କରିଛନ୍ତି।
ଏ ନେଇ ବ୍ଲକ କୃଷି ଅଧିକାରୀ ଦିଲୀପ କୁମାର ମିଶ୍ର କୁହନ୍ତି, ଅଭିଯୋଗ ମିଳିବା ପରେ ତଦନ୍ତ କରାଯାଇଛି। ରାଜସ୍ବ ବିଭାଗ ରିପୋର୍ଟ ପ୍ରଦାନ କରିବା ପରେ ଏହାକୁ ସରକାରଙ୍କ ନିକଟକୁ ପଠାଯିବ। କ୍ଷତିପୂରଣ ରାଶି ମଞ୍ଜୁର ହେଲେ ଚାଷୀଙ୍କୁ ପ୍ରଦାନ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଏଟିଏମ୍ କାର୍ଡ ବଦଳାଇ ଅବସରପ୍ରାପ୍ତ ଶିକ୍ଷକଙ୍କଠାରୁ ଲୁଟ୍; ୯ ଥରରେ ଆକାଉଣ୍ଟରୁ କଟିଲା ଲକ୍ଷେରୁ ଅଧିକ ଟଙ୍କା, ସପିଙ୍ଗ୍ ମଧ୍ୟ…

ବୈଶିଙ୍ଗା,୩।୭(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ଗଡ଼ଦେଉଳିଆ ସ୍ଥିତ ଷ୍ଟେଟ୍ ବ୍ୟାଙ୍କ (SBI) ଏଟିଏମରେ ଜଣେ ଅବସରପ୍ରାପ୍ତ ଶିକ୍ଷକଙ୍କ ସହ ଏକ ଚାଞ୍ଚଲ୍ୟକର ଏଟିଏମ…

କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ କ୍ରୀଡ଼ାବିତ୍ ଆକାଶଙ୍କୁ ସମ୍ବର୍ଦ୍ଧନା; ମିଳିଲା ୫୧ ହଜାର ଟଙ୍କାର ପୁରସ୍କାର ରାଶି

ଭବାନୀପାଟଣା, ୩।୭(ଉତ୍ତମ କୁମାର ଦାଶ):  ତୁର୍କୀର ମରସିନ ଠାରେ ଅନୁଷ୍ଠିତ ହୋଇଯାଇଥିବା ସେଲିବ୍ରେଟେଡ୍ ‘ୱାର୍ଲ୍ଡ ଆବିଲିଟି ସ୍ପୋର୍ଟ ୟୁଥ୍ ଗେମ୍ସ- ୨୦୨୬’ ରେ ଚମତ୍କାର ପ୍ରଦର୍ଶନ କରି…

ଗାଁ ନିକଟରୁ ମଦ ଦୋକାନ ସ୍ଥାନାନ୍ତର ଦାବି:ଏକଜୁଟ ହେଲେ ମହିଳା

ପାଟଣା,୩ା୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ମୁଖ୍ୟାଳୟ ବଡ଼ ପାଟଣା ପଞ୍ଚାୟତ ସାଧୁପଡ଼ା ଗାଁ ନିକଟରେ ଶୁକ୍ରବାର ନୂତନ କରି ଖୋଲିଥିବା ସରକାରୀ ମଦ…

ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ନୂତନ କୁଳପତି ଡ. ଅଜିତ କୁମାର ଶାସନୀ

କୋରାପୁଟ/ସୁନାବେଡ଼ା,୩ା୭(ଅମିତାଭ ବେହେରା/କୃତ୍ତିବାସ ପ୍ରଧାନ)-କୋରାପୁଟ ଜିଲା ସୁନାବେଡ଼ାସ୍ଥିତ ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ(ସିୟୁଓ)ର ନୂତନ କୁଳପତି ଭାବେ ଡ. ଅଜିତ କୁମାର ଶାସନୀଙ୍କୁ ନିଯୁକ୍ତ କରାଯାଇଥିବା ଜଣାପଡିଛି। ଭାରତର ରାଷ୍ଟ୍ରପତି…

ମୃତ ଯୁବକଙ୍କ ମିଳିଲା ପରିଚୟ: ସେଲଫି ନେବା ହେଲା କାଳ

କୋକସରା,୩।୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ବ୍ଲକର ପର୍ଯ୍ୟଟନସ୍ଥଳୀ ଗୁଡହାଣ୍ଡି ଡୋକରୀଚଞ୍ଚରାର ଡୋକରୀଦର ଝରଣା ନିକଟରେ ଗୁରୁବାର ଜଣେ ଯୁବକଙ୍କ ମୃତଦେହ ଦେଖିବାକୁ ମିଳିଥିଲା। ଶୁକ୍ରବାର ସକାଳୁ…

ସମୁଦ୍ର କୂଳ ଲଙ୍ଘିବା ଘଟଣା: ଜିଲ୍ଲାପାଳଙ୍କ ନିର୍ଦ୍ଦେଶରେ ପୋଡ଼ମପେଟାକୁ ନିଷିଦ୍ଧାଞ୍ଚଳ ଘୋଷଣା

ଗଞ୍ଜାମ/ ଛତ୍ରପୁର,୩।୭ (/ଅନାଥ ତରାଇ/ଦିଲ୍ଲୀପି ସାମଲ/ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକର ପୋଡମପେଟାରେ ସମୁଦ୍ର କୂଳ କ୍ଷୟ ଦିନକୁ ଦିନ ଉଦ୍‌ବେଗଜନକ ରୂପ ନେବାରେ ଲାଗିଛି। ସମୁଦ୍ର ଦ୍ରୁତ…

ଦାଦନ ଖଟି ଯାଇଥିଲେ, ଫେରିଲା ମୃତଦେହ: ତେଲେଙ୍ଗାନାରେ ବିଦ୍ୟୁତ ଆଘାତରେ ଗଜପତିର ଶ୍ରମିକଙ୍କ ମୃତ୍ୟୁ

ପାରଳାଖେମୁଣ୍ଡି,୩।୭(ଗିରିଧାରୀ ପରିଛା): ଗଜପତି ଜିଲାରେ ଦାଦନ ଦୁଃଖର କରୁଣ ଚିତ୍ର ପୁଣି ସାମ୍ନାକୁ ଆସିଛି। ସ୍ଥାନୀୟ ଅଞ୍ଚଳରେ କାମର ଅଭାବ ଯୋଗୁ ଜୀବିକା ଅନ୍ୱେଷଣରେ ବାହାର ରାଜ୍ୟକୁ…

ଡାକ୍ତରଙ୍କ ଆନ୍ଦୋଳନ ଯୋଗୁ ରୋଗୀସେବା ବ୍ୟାହତ: ଦୁର୍ଘଟଣାରେ ଆହତଙ୍କୁ ଚିକିତ୍ସା ନ ମିଳିବାରୁ ବୁର୍ଲା ସ୍ଥାନାନ୍ତର

ବରଗଡ଼,୩।୭(ପ୍ରେମାନନ୍ଦ ଖମାରୀ)- ରାଜ୍ୟରେ ଡାକ୍ତରମାନଙ୍କ ବିଭିନ୍ନ ଦାବିକୁ ନେଇ ଚାଲିଥିବା ଆନ୍ଦୋଳନ ଯୋଗୁ ସାଧାରଣ ସ୍ୱାସ୍ଥ୍ୟସେବା ଗୁରୁତର ଭାବେ ପ୍ରଭାବିତ ହୋଇଛି। ଡାକ୍ତରଖାନା ଗୁଡ଼ିକରେ ରୋଗୀସେବା ତଥା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri