ମୁଜାଗଡ଼ ରେଞ୍ଜରେ ବାଘ ଆତଙ୍କ

ଭଞ୍ଜନଗର,୨୯।୬(ଡି.ଏନ.ଏ)-ଗଞ୍ଜାମ ଜିଲା ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡ ମୁଜାଗଡ଼ ରେଞ୍ଜରେ ପୁଣି ବାଘ ଆତଙ୍କ ଦେଖାଦେଇଛି । ରେଞ୍ଜ ଅନ୍ତର୍ଗତ ବାଇବାଲି ଗ୍ରାମରୁ ଗତ ଶୁକ୍ରବାର ରାତିରେ ବାଘ ଏକ ବାଛୁରୀକୁ ଘୋଷାଡ଼ି ନେଇ ମାରି ଦେଇଛି। ବାଛୁରୀ ରଡ଼ି ଶୁଣି ଲୋକେ ଉଠି ହୋହଲ୍ଲା କରିବାରେ ବାଘ ଛାଡି ପଳାଇଥିବା ଗ୍ରାମର କେତେଜଣ କହିଛନ୍ତି। ଖବରପାଇ ବନ ବିଭାଗ ଅଧିକାରୀ ଘଟଣାସ୍ଥଳ ପରିଦର୍ଶନ କରି ବାଘ ପାଦ ଚିହ୍ନକୁ ପ୍ଲାଷ୍ଟର ପ୍ୟାରିସ୍‌ରେ ସଂଗ୍ରହ କରି ପରୀକ୍ଷା ପାଇଁ ପଠାଇଛନ୍ତି । ଏ ନେଇ ବିଭାଗ ପାଖରେ ଖବର ଥିବା ଡିଏଫ୍‌ଓ ଅଭୟ କୁମାର ଦଳେଇ କହିଛନ୍ତି। ଏସିଏଫ୍‌ ସୁଦର୍ଶନ ବାଦୀ ଘଟଣାସ୍ଥଳକୁ ତଦନ୍ତ କରିଛନ୍ତି। ପ୍ଲାଷ୍ଟର ପ୍ୟାରିସ୍‌ ରିପୋର୍ଟ ଆସିବା ପରେ ତାହା ବାଘ କି ନାହିଁ ଜଣାପଡ଼ିବ। ସୂଚନାଯୋଗ୍ୟ, ଏହା ପୂର୍ବରୁ ରମ୍ଭା ସେକ୍ସନର ଉଲିଙ୍କିଆରେ ମଧ୍ୟ ଜଣଙ୍କ ଗାଈ ବାଛୁରୀକୁ ବାଘ ମାରିଥିବା ଅଭିଯୋଗ ହୋଇଥିଲା। ବନ ବିଭାଗ ବିଳମ୍ବରେ ଏହି ଘଟଣା ଜାଣିଥିବାରୁ ପାଦ ଚିହ୍ନ ସଂଗ୍ରହ କରାଯାଇ ପାରି ନ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

ଅମ୍ଳଯୁକ୍ତ ମାଟିକୁ କିପରି କରିବେ ଉର୍ବର, କେମିତି ବଢ଼ିବ ଉତ୍ପାଦନ

ଭଞ୍ଜନଗର,୫।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ବିଶ୍ବ ମୂର୍ତ୍ତିକା ଦିବସ ପାଳିତ ହୋଇଯାଇଛି। ରାଜ୍ୟରେ ୬୫ ପ୍ରତିଶତ ଚାଷ ଜମି...

ଗଞ୍ଜାମ କଂଗ୍ରସ ଦୁଇଫାଳ: ବିଚ୍‌ ରାସ୍ତାରେ ହାତାହାତି ହେଲେ ଦୁଇ ନେତା

ପୁରୁଷୋତ୍ତମପୁର,୫।୧୨(ସବିତା ମିଶ୍ର): ଗୋଷ୍ଟିକନ୍ଦଳ ଯୋଗୁଁ ରାଜ୍ୟରେ ଦିନକୁଦିନ କଂଗ୍ରେସର ସ୍ଥିତି ତଳକୁ ତଳକୁ ଖସି ସତ୍ତା ହଜାଇବାକୁ ଯାଉଥିବାବେଳେ ଏପରିକି ଗଞ୍ଜାମ ଜିଲାରେ ମଧ୍ୟ କଂଗ୍ରସ...

ସ୍ବାସ୍ଥ୍ୟକୁ ସୁସ୍ଥ ରଖେ କ୍ରୀଡ଼ା, ନିୟମିତ ଖେଳକୁଦ ଅଭ୍ୟାସ ପାଇଁ…

ଭଞ୍ଜନଗର,୫ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର ୩୬ ତମ ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତା ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ଅତିଥି...

ପୋଲିସ କର୍ମଚାରୀଙ୍କୁ ଦୁର୍ବ୍ୟବହାର: ଗାଡ଼ି ଭଙ୍ଗାରୁଜା, ମାମଲା ରୁଜୁ କଲା ପୋଲିସ

ଦିଗପହଣ୍ଡି,୪ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଗୋପାଳପୁର ଗ୍ରାମରେ ମହିଳା ଏଏସ୍‌ଆଇ ଝୁନୁ ମାଝୀ, ଏଏସ୍‌ଆଇ ମନୋଜ ସିଂ ଓ ଅନ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri