ମୁଜାଗଡ଼ ରେଞ୍ଜରେ ବାଘ ଆତଙ୍କ

ଭଞ୍ଜନଗର,୨୯।୬(ଡି.ଏନ.ଏ)-ଗଞ୍ଜାମ ଜିଲା ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡ ମୁଜାଗଡ଼ ରେଞ୍ଜରେ ପୁଣି ବାଘ ଆତଙ୍କ ଦେଖାଦେଇଛି । ରେଞ୍ଜ ଅନ୍ତର୍ଗତ ବାଇବାଲି ଗ୍ରାମରୁ ଗତ ଶୁକ୍ରବାର ରାତିରେ ବାଘ ଏକ ବାଛୁରୀକୁ ଘୋଷାଡ଼ି ନେଇ ମାରି ଦେଇଛି। ବାଛୁରୀ ରଡ଼ି ଶୁଣି ଲୋକେ ଉଠି ହୋହଲ୍ଲା କରିବାରେ ବାଘ ଛାଡି ପଳାଇଥିବା ଗ୍ରାମର କେତେଜଣ କହିଛନ୍ତି। ଖବରପାଇ ବନ ବିଭାଗ ଅଧିକାରୀ ଘଟଣାସ୍ଥଳ ପରିଦର୍ଶନ କରି ବାଘ ପାଦ ଚିହ୍ନକୁ ପ୍ଲାଷ୍ଟର ପ୍ୟାରିସ୍‌ରେ ସଂଗ୍ରହ କରି ପରୀକ୍ଷା ପାଇଁ ପଠାଇଛନ୍ତି । ଏ ନେଇ ବିଭାଗ ପାଖରେ ଖବର ଥିବା ଡିଏଫ୍‌ଓ ଅଭୟ କୁମାର ଦଳେଇ କହିଛନ୍ତି। ଏସିଏଫ୍‌ ସୁଦର୍ଶନ ବାଦୀ ଘଟଣାସ୍ଥଳକୁ ତଦନ୍ତ କରିଛନ୍ତି। ପ୍ଲାଷ୍ଟର ପ୍ୟାରିସ୍‌ ରିପୋର୍ଟ ଆସିବା ପରେ ତାହା ବାଘ କି ନାହିଁ ଜଣାପଡ଼ିବ। ସୂଚନାଯୋଗ୍ୟ, ଏହା ପୂର୍ବରୁ ରମ୍ଭା ସେକ୍ସନର ଉଲିଙ୍କିଆରେ ମଧ୍ୟ ଜଣଙ୍କ ଗାଈ ବାଛୁରୀକୁ ବାଘ ମାରିଥିବା ଅଭିଯୋଗ ହୋଇଥିଲା। ବନ ବିଭାଗ ବିଳମ୍ବରେ ଏହି ଘଟଣା ଜାଣିଥିବାରୁ ପାଦ ଚିହ୍ନ ସଂଗ୍ରହ କରାଯାଇ ପାରି ନ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଚାଉଳ ନପାଇ ଫେରି ଯାଉଛନ୍ତି ଲୋକେ: ସାନଖେମୁଣ୍ଡିରେ ଖାଉଟିଙ୍କୁ ଚାଉଳ ଯୋଗାଣରେ ଅବ୍ୟବସ୍ଥା ..

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗ୍ରାମାଞ୍ଚଳମାନଙ୍କରେ ଖାଦ୍ୟ ଯୋଗାଣ ବିଭାଗ ପକ୍ଷରୁ ଖାଉଟିଙ୍କୁ ଚାଉଳ ଯୋଗାଣରେ ଅବ୍ୟବସ୍ଥା ନେଇ ସିଙ୍ଗପୁର ପଞ୍ଚାୟତ ସରପଞ୍ଚ…

୧୬ ନମ୍ବର ଜାତୀୟ ରାଜପଥ ବଡ଼ ଘାଟି ଉପରେ ଓଲଟିଲା ଏସିଡି ଟ୍ୟାଙ୍କର

ଖଲ୍ଲିକୋଟ,୩୧।୩(ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ବ୍ଲକ ଅନ୍ତର୍ଗତ ୧୬ ନଂ. ଜାତୀୟ ରାଜପଥ ବଡ଼ଘାଟି ଉପରେ ମଙ୍ଗଳବାର ଅପରାହ୍ନରେ ଏକ ଏସିଡି ବୋଝେଇ ଟ୍ୟାଙ୍କର ଓଲଟି ପଡିଛି।…

ଉତ୍କଳ ପ୍ରଦେଶ ଗଠନରେ ବଡ଼ଖେମୁଣ୍ଡିର ଅବଦାନ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ବଡ଼ଖେମୁଣ୍ଡି ହାଇସ୍କୁଲ ପରିସରରେ ମଙ୍ଗଳବାର ଉତ୍କଳ ସମ୍ମିଳନୀ ଗଞ୍ଜାମ ଜିଲା ଶାଖା ଆନୁକୂଲ୍ୟରେ ପବିତ୍ର ଉତ୍କଳ ଦିବସ ଅବ୍ୟବହିତ…

ଜିଲାସ୍ତରୀୟ ଅନ୍ତର୍ଜାତୀୟ ଟ୍ରାନ୍ସଜେଣ୍ଡର ଦୃଶ୍ୟତା ଦିବସ ପାଳନ:  ଉଲ୍ଲେଖନୀୟ ଅବଦାନ ପାଇଁ ୫ ଟ୍ରାନ୍ସଜେଣ୍ଡରଙ୍କୁ…

ଛତ୍ରପୁର,୩୧।୩(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ପ୍ରଶାସନ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ପକ୍ଷରୁ ଜିଲାସ୍ତରୀୟ ଅନ୍ତର୍ଜାତୀୟ ଟ୍ରାନ୍ସଜେଣ୍ଡର ଦୃଶ୍ୟତା ଦିବସ ୨୦୨୬ ପାଳିତ ହୋଇଯାଇଛି…

୧ ଏପ୍ରିଲରୁ ୧୫ ଦିନ ଧରି ଚାଲିବ ସ୍ବ-ଗଣନା, ଏହି ୱେବସାଇଟ ମାଧ୍ୟମରେ ଦେବେ ସବୁ ତଥ୍ୟ, ଜିଲାପାଳ କହିଲେ…

ଛତ୍ରପୁର,୩୧।୩ (ଦିଲ୍ଲୀପ ସାମଲ ): ପ୍ରଥମ ପର୍ଯ୍ୟାୟର ଗୃହ ତାଲିକା ଓ ଗୃହ ଗଣନା (ସ୍ବ-ଗଣନା) ଆସନ୍ତାକାଲି ଅର୍ଥାତ୍‌ ୧ ଏପ୍ରିଲରୁ ୧୫ ଏପ୍ରିଲ ୨୦୨୬ ପର୍ଯ୍ୟନ୍ତ…

ଗଞ୍ଜାମରେ ଲଜ୍ଜା: ପ୍ରେମିକାଙ୍କୁ ନିଶା ଦେଇ ଗଣବଳାତ୍କାର: ନାବାଳକ ପ୍ରେମିକଙ୍କୁ…

ବ୍ରହ୍ମପୁର, ୩୧।୩(ସୁବାସ ଚନ୍ଦ୍ର ପାଢୀ) : ପୁଣିଥରେ ଗଞ୍ଜାମରେ ଲଜ୍ଜା। ପ୍ରେମିକାଙ୍କୁ ନିଶା ଦେଇ ଗଣବଳାତ୍କାର ମାମଲାରେ ଗୋଷାଣୀନୂଆଗାଁ ପୋଲିସ ଦୁଇଜଣ ଅଭିଯୁକ୍ତକୁ ଗିରଫ କରିଛି। ସେମାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri