Posted inଜାତୀୟ

ମୁଜାଫର୍‌ପୁର ଶେଲ୍ଟର ହୋମ୍‌ ମାମଲା: ୩ ମାସରେ ତଦନ୍ତ ଶେଷ କରିବା ଲାଗି ନିର୍ଦ୍ଦେଶ

ନୂଆଦିଲ୍ଲୀ,୪।୬: ମୁଜାଫର୍‌ପୁର ସେଲ୍ଟର ହୋମ୍‌ ମାମଲାରେ ତଦନ୍ତ ଶେଷ କରିବା ଲାଗି ସୁପ୍ରିମକୋର୍ଟ ସୋମବାର ସିବିଆଇକୁ ୩ ମାସର ମହଲତ ଦେଇଛନ୍ତି। ସର୍ବୋଚ୍ଚ ଅଦାଲତର ଅବକାଶକାଳୀନ ଖଣ୍ଡପୀଠର ବିଚାରପତି ଇନ୍ଦୁ ମାଲ୍‌ହୋତ୍ରା ଓ ବିଚାରପତି ଏମ୍‌.ଆର୍‌. ଶାହ ସେଲ୍ଟର ହୋମ୍‌ରେ ଚାଲିଥିବା ଅପ୍ରାକୃତିକ ଯୌନ ନିର୍ଯାତନା ଓ ନାରୀ ନିର୍ଯାତନା ଅଭିଯୋଗର ପୁଙ୍ଖାନୁପୁଙ୍ଖ ତଦନ୍ତ କରିବା ଲାଗି ସିବିଆଇକୁ ନିର୍ଦ୍ଦେଶ ଦେଇଛନ୍ତି। ଏକ ଏନ୍‌ଜିଓ ଦ୍ୱାରା ପରିଚାଳିତ ଏହି ସେଲ୍ଟର ହୋମ୍‌ରେ ଅନେକ ଯୁବତୀଙ୍କୁ ଯୌନ ନିର୍ଯାତନା ଦିଆଯାଇଥିବା ଅଭିଯୋଗ ହୋଇଥିଲା। ଏଗୁଡ଼ିକର ଭିଡିଓ ରେକର୍ଡିଂର ତଦନ୍ତ କରିବା ଲାଗି ନିର୍ଦ୍ଦେଶ ଦିଆଯାଇଛି। ଅନ୍ତେବାସୀଙ୍କୁ ନିଶା ଦ୍ରବ୍ୟ ଯୋଗାଇବା ଓ ବିଭିନ୍ନ ଯୌନ କେଳେଙ୍କାରୀରେ ସମ୍ପୃକ୍ତ ଥିବା ବାହାର ଲୋକଙ୍କ ଭୂମିକାକୁ ତଦନ୍ତ ପରିସରଭୁକ୍ତ କରିବା ଲାଗି ଖଣ୍ଡପୀଠ ନିର୍ଦ୍ଦେଶ ଦେଇଛନ୍ତି। ମାମଲାର ତଦନ୍ତ ଶେଷ କରି ୩ ମାସ ମଧ୍ୟରେ ଏହାର ରିପୋର୍ଟ ଦାଖଲ କରିବାକୁ ସିବିଆଇକୁ ନିର୍ଦ୍ଦେଶ ନିଆଯାଇଛି। ପ୍ରକାଶ ଯେ, ପୂର୍ବରୁ ଜୁନ୍‌ ୩ ସୁଦ୍ଧା ତଦନ୍ତ ଶେଷ କରିବା ଲାଗି ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଥିଲେ। ସେଲ୍ଟର ହୋମ୍‌ରେ ୧୧ ଯୁବତୀଙ୍କୁ ହତ୍ୟା କରାଯିବା ଘଟଣାର ଷ୍ଟାଟସ୍‌ ରିପୋର୍ଟ ଦାଖଲ କରିବାକୁ ନିର୍ଦ୍ଦେଶ ଦିଆଯାଇଥିଲା। ସତ୍ୟପାଠରେ ତଦନ୍ତକାରୀ ଦଳ ମୁଖ୍ୟ ଅଭିଯୁକ୍ତ ବ୍ରଜେଶ ଠାକୁର ଓ ସହଯୋଗୀଙ୍କ ନାମ ଦର୍ଶାଇବା ସହ କେତେକ ହାଡ଼ ଠାବ କରିଥିବା କହିଥିଲା। ପରେ ସିବିଆଇ ଏହି ମାମଲାରେ ମୁଖ୍ୟ ଅଭିଯୁକ୍ତ ବ୍ରଜେଶଙ୍କ ସହ ମୋଟ୍‌ ୨୧ ଅଭିଯୁକ୍ତଙ୍କ ବିରୋଧରେ ଚାର୍ଜଶିିଟ୍‌ ଦାଖଲ କରିଥିଲା। ତେବେ ଦୁଇ ସପ୍ତାହରେ ତଦନ୍ତ ଶେଷ କରିବା ସମ୍ଭବ ନୁହେଁ ବୋଲି ସିବିଆଇ ଦର୍ଶାଇବା ପରେ ସୁପ୍ରିମକୋର୍ଟ ଅଧିକ ସମୟ ପ୍ରଦାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆବର୍ଷ ପାଳନବେଳେ ବଡ଼ଧରଣର ବିସ୍ଫୋରଣ: ଅନେକ ମୃତ

ବର୍ନ,୧।୧: ସ୍ବିଜରଲାଣ୍ଡ ପ୍ରସିଦ୍ଧ ସହର କ୍ରାନ୍ସ-ମୋଣ୍ଟାନାରେ ନୂତନ ବର୍ଷ ପାଳନ ସମୟରେ ଏକ ବାରରେ ବିସ୍ଫୋରଣ  ଘଟିଛି। ଅନେକ ଲୋକ ପ୍ରାଣ ହରାଇଛନ୍ତି ଏବଂ ଅନେକ...

ବର୍ଷର ଶେଷ ଦିନରେ ଜମିଲା ଆମିଷ ବଜାର, ୭ କୋଟିର ଖାଇଦେଲେ ରାଜଧାନୀବାସୀ

ଭୁବନେଶ୍ୱର,୧।୧(ଅନୁରାଧା ମହାରଣା)- ବର୍ଷର ଶେଷ ଦିନରେ ଭୁବନେଶ୍ୱରରେ ଆମିଷ ବ୍ୟବସାୟ ଜମିଥିଲା। ପ୍ରାୟ ୭ କୋଟି ୩୦ ଲକ୍ଷ ଟଙ୍କାର ଆମିଷ କିଣିଛନ୍ତି ଗ୍ରାହକ। ଖାସି...

ବିମାନବନ୍ଦରକୁ ଘେରି ରହିଛି କୁହୁଡ଼ି: ରନ୍‌ଓ୍ବେରେ ଫସିଲା ଅନେକ ବିମାନ

ଭୁବନେଶ୍ୱର,୧ା୧: ଗୁରୁବାର ସକାଳେ ଇଂରାଜୀ ନବବର୍ଷ ୨୦୨୬ର ପ୍ରଥମ ଦିନ ଭୁବନେଶ୍ୱରର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଘନ କୁହୁଡ଼ି ଯୋଗୁ ବିମାନ ଚଳାଚଳ ଗୁରୁତର...

ଇଂରାଜୀ ନବବର୍ଷର ଶୁଭେଚ୍ଛା ଜଣାଇଲେ ମୁଖ୍ୟ ଶାସନ ସଚିବ: କହିଲେ ରାଜ୍ୟ ପାଇଁ ଜଗନ୍ନାଥଙ୍କ ନିକଟରେ…

ଭୁବନେଶ୍ୱର,୧ା୧: କାର୍ଯ୍ୟ ଆରମ୍ଭ କରିଛନ୍ତି ଓଡ଼ିଶାର ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ। ଲୋକସେବା ଭବନରେ ପ୍ରଥମ ପ୍ରତିକ୍ରିୟାରେ ସେ ସମଗ୍ର ଓଡ଼ିଶାବାସୀଙ୍କୁ...

ଆଜିଠାରୁ ୮ମ ବେତନ କମିଶନ ଲାଗୁ: ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀଙ୍କୁ ବଡ଼ ଫାଇଦା, ଏତିକି ବଢିଯିବ…

ନୂଆଦିଲ୍ଲୀ,୧।୧: ନୂତନ ବର୍ଷ ସମସ୍ତଙ୍କ ପାଇଁ ଖୁସିର ଦିନ ହେବାକୁ ଯାଉଥିବା ବେଳେ, ନୂତନ ବର୍ଷର ଆରମ୍ଭ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ବିଶେଷ ହେବାକୁ...

ବଢିଲା ଯୁଦ୍ଧ ଭୟ! ନୂଆବର୍ଷରେ ପାକିସ୍ତାନ ଭାରତ ସୀମାରେ କଲା ଏମିତି କାମ…

ଇସଲାମବାଦ,୧।୧: ସମଗ୍ର ବିଶ୍ୱ ନୂତନ ବର୍ଷ ପାଳନ କରୁଥିବା ବେଳେ, ପାକିସ୍ତାନ ତାର ଘୃଣ୍ୟ କାର୍ଯ୍ୟକଳାପ ଜାରି ରଖିଛି। ନୂତନ ବର୍ଷ ସକାଳୁ ସକାଳୁ ଜମ୍ମୁ...

ନୂଆବର୍ଷରେ ଚିଲିକାରେ ବଡ଼ ଅଘଟଣ: ମଝି ଚିଲିକାରେ ଫସିଲା ଭସାପୋଲ

କୃଷ୍ଣପ୍ରସାଦ,୧।୧(କୈଳାଶ ଚନ୍ଦ୍ର ପଟନାୟକ ): ନୂଆବର୍ଷରେ ଚିଲିକାରେ ଏକ ଅଘଟଣ ଘଟିଯାଇଛି। ଏଠାରେ ଏକ ଯାତ୍ରୀବାହୀ ଭସାପୋଲ ଫସିଯାଇଛି। ଫଳରେ ମଝି ଚିଲିକାରେ ୫୦ ଯାତ୍ରୀ,...

ଆଜି ପରମାଣୁ ସ୍ଥାନର ଠିକଣା ଦେବେ ଭାରତ-ପାକିସ୍ତାନ, ଯୁଦ୍ଧ ନେଇ ସଙ୍କେତ!

ନୂଆଦିଲ୍ଲୀ,୧।୧: ଆମର ପଡ଼ୋଶୀ ଏବଂ ଶତ୍ରୁ ପାକିସ୍ତାନର କାର୍ଯ୍ୟକଳାପ ସମସ୍ତଙ୍କୁ ଜଣା। ତେବେ ଆଜି ଉଭୟ ଦେଶ ପରସ୍ପର ସହିତ ଏକ ତାଲିକା ବାଣ୍ଟିବେ, ଯେଉଁଥିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri