ମୁଣ୍ଡରେ କେଶ ନ ଥିବା ପୁରୁଷଙ୍କୁ କରୋନା ସଂକ୍ରମଣ ଆଶଙ୍କା ଅଧିକ

ଓ୍ବାଶିଂଟନ, ୬।୬: ପୃଥିବୀରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଅଚଳାବସ୍ଥା ସୃଷ୍ଟି ହୋଇଛି। ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଏବଂ ମୃତକଙ୍କ ସଂଖ୍ୟା ପ୍ରତିଦିନ ବଢ଼ିଚାଲିଛି। ଶିଶୁ, ଗର୍ଭବତୀ ଏବଂ ବୟସ୍କ ବ୍ୟକ୍ତିଙ୍କ କ୍ଷେତ୍ରରେ ସଂକ୍ରମଣ ଆଶଙ୍କା ଅଧିକ ଥିବା ବିଶେଷଜ୍ଞ କହିଛନ୍ତି। ତେବେ ଆମେରିକାର ବ୍ରାଉନ୍‌ ବିଶ୍ୱ ବିଦ୍ୟାଳୟରେ ହୋଇଥିବା ଏକ ଗବେଷଣା ରିପୋର୍ଟରେ ଉଲ୍ଲେଖ କରାଯାଇଛି ଯେ, ମୁଣ୍ଡରେ କେଶ ନ ଥିବା ପୁରୁଷଙ୍କୁ କରୋନା ସଂକ୍ରମଣ ଆଶଙ୍କା ଅଧିକ ରହିଥାଏ। ଏନେଇ ସ୍ପେନ୍‌ର ମାଦ୍ରିଦ୍‌ ହସ୍ପିଟାଲରେ ୧୨୨ ଜଣ କରୋନା ସଂକ୍ରମିତ ପୁରୁଷଙ୍କ ଉପରେ ଅଧ୍ୟୟନ କରାଯାଇଥିଲା। ଜଣାପଡ଼ିଥିଲା ସେମାନଙ୍କ ମଧ୍ୟରେ ୭୯ ପ୍ରତିଶତଙ୍କ ମୁଣ୍ଡରେ କେଶ ନ ଥିଲା। ପୂର୍ବରୁ ହୋଇଥିବା ଅଧ୍ୟୟନରେ ୪୧ ଜଣ ପୁରୁଷଙ୍କ ମଧ୍ୟରୁ ୭୧ ପ୍ରତିଶତଙ୍କ ମୁଣ୍ଡରେ କେଶ ନ ଥିବା ରିପୋର୍ଟରେ ପ୍ରକାଶ ପାଇଛି ବୋଲି ଗବେଷକ ପ୍ରଫେସର କାର୍ଲୋସ୍‌ ଓ୍ବେମ୍ବିଏର୍‌ କହିଛନ୍ତି। ଏଭଳି ପୁରୁଷଙ୍କ କ୍ଷେତ୍ରରେ ଆଣ୍ଡ୍ରୋଜେନ୍‌ ହରମୋନ୍‌ କ୍ଷରଣ ସ୍ବାଭାବିକ ଭାବେ ହୋଇ ନ ଥାଏ। ଏହି ହରମୋନ୍‌ର ଅଭାବଥିବା ପୁରୁଷଙ୍କ କ୍ଷେତ୍ରରେ କରୋନା ସଂକ୍ରମଣ ହାର ଅଧିକ ରହିଥାଏ ବୋଲି ବ୍ରିଟେନ୍‌ର ଚିକିତ୍ସକ ଡ. ଫ୍ରାଙ୍କ୍‌ ଗାବ୍ରିନ୍‌ କହିଛନ୍ତି। ଚାଇନାର ଉହାନରେ ଜାନୁୟାରୀରେ କରୋନା ସଂକ୍ରମିତ ମୃତକଙ୍କ ମଧ୍ୟରେ ଅଧିକ ପୁରୁଷ ରହିଥିଲେ। ସେମାନଙ୍କ ମଧ୍ୟରେ ବହୁ ମୃତକଙ୍କ ମୁଣ୍ଡରେ କେଶ ନ ଥିବା ଜଣାପଡ଼ିଛି। ଏବେ ଏନେଇ ଅଧିକ ପରୀକ୍ଷା ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ରାତିରେ ପୁଣି ୨ ଅଭିଯୁକ୍ତଙ୍କୁ ବ୍ରହ୍ମପୁର ପୋଲିସର ଏନ୍‌କାଉଣ୍ଟର

ଵ୍ରହ୍ମପୁର, ୨୬।୫:(ସୁବାସ ଚନ୍ଦ୍ର ପାଢ଼ୀ): ଆଉ ଅପରାଧୀଙ୍କୁ ତ୍ରାହି ନାହିଁ । ଵ୍ରହ୍ମପୁର ପୋଲିସ ବିଗତ କିଛି ଦିନ ହେବ ଅପରାଧୀଙ୍କୁ ଏନକାଉଣ୍ଟର ଜାରି ରଖିଛି ।…

ପୋଲିସକୁ ବଡ଼ ସଫଳତା: ବିପୁଳ ପରିମାଣର ଗଞ୍ଜେଇ ସହ ବେଆଇନ ବନ୍ଧୁକ-ଗୁଳି ଜବତ

ସମ୍ବଲପୁର,୨୫।୫(ପ୍ରମୋଦ ବହିଦାର):ସମ୍ବଲପୁର ଜିଲା ଚାରମାଳ ଥାନା ପୋଲିସ ଏକ ଆନ୍ତଃରାଜ୍ୟ ଗଞ୍ଜେଇ ଓ ବେଆଇନ ଅସ୍ତ୍ରଶସ୍ତ୍ର ଚାଲାଣର ପର୍ଦ୍ଦାଫାଶ କରିିଛି । ବିଶ୍ୱସ୍ତ ସୂତ୍ରରୁ ମିଳିଥିବା ସୂଚନା…

ରଣବୀରଙ୍କୁ ବାସନ୍ଦ କଲା ଫିଲ୍ମ କର୍ମଚାରୀ ସଂଘ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୫ା୫:ଫାରହାନ୍‌ ଅଖତରଙ୍କ ନିର୍ଦ୍ଦେଶିତ ଆଗାମୀ ଚଳଚ୍ଚିତ୍ର ଡନ୍‌-୩ରୁ ଧୁରନ୍ଧର-୨ ଷ୍ଟାର ରଣବୀର ସିଂ ଅଚାନକ ଓହରିଯିବା ସହ ସହଯୋଗ ନ କରିବା କାରଣରୁ ଫେଡେରେଶନ ଅଫ୍‌ ଓ୍ବେଷ୍ଟର୍ନ…

ବାପାଙ୍କୁ ବ୍ରହ୍ମପୁର ଯିବି କହି ଭଡ଼ା ଘରେ ଝୁଲିପଡିଲେ ମହିଳା, ସନ୍ଦେହ ଘେରରେ…

ମୋହନା, ୨୫।୫( ମନ୍ମଥ ମିଶ୍ର ): ଜଣେ ବିବାହିତା ମହିଳା ବେକରେ ଶାଢ଼ି ବାନ୍ଧି ଭଡ଼ା ଘରେ ଆତ୍ମହତ୍ୟା କରିଥିବା ଜଣାପଡିଛି। ସୂଚନା ପ୍ରକାରେ ମୋହନା ନିବାସୀ…

ସୋସିଆଲ ଅଡିଟ ସମୟରେ ଯୁକ୍ତିତର୍କ, ୨ ମହିଳା ଭିଆରପିଙ୍କୁ ଠେଲିଦେଲେ…

ହାଟଡିହୀ,୨୫l୫(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ମରୈଗାଁ ଗ୍ରାମ ପଞ୍ଚାୟତ ସୋସିଆଲ ଅଡିଟ(ସାମାଜିକ ସମୀକ୍ଷା) କାର୍ଯ୍ୟରେ ନିୟୋଜିତ ଦୁଇ ମହିଳା ଭିଆରପି(ଭିଲେଜ ରିସୋର୍ସ ପର୍ସନ) ଏବଂ ସରପଞ୍ଚଙ୍କ…

ବିଦ୍ୟୁତ୍‌ ଆଘାତରେ ଚାଲିଗଲା ଯୁବକଙ୍କ ଜୀବନ, ପୁଅକୁ ହରାଇ ଝୁରୁଛି ବେସାହାରା ମା’

ମୋହନା,୨୫।୫( ମନ୍ମଥ ମିଶ୍ର ): ବିଦ୍ୟୁତ୍‌ ଆଘାତରେ ଯୁବକ ମୃତ । ମୃତକ ହେଲେ ପୂର୍ଣ୍ଣ ମଲ୍ଲିକ ( ୨୫ )। ଏଭଳି ହୃଦୟ ବିଦାରକ ଦୃଶ୍ୟ…

ଗଞ୍ଜାମରେ ଧାରା-୩୦ ଲାଗୁ: ପୋଲିସର ବିନାନୁମତିରେ ହୋଇପାରିବ ନାହିଁ ରାଜନୈତିକ ସଭା, ୯୦ ଦିନ ଯାଏ…

ଭଞ୍ଜନଗର,୨୫।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାରେ ରାଜନୈତିକ ମତଭେଦ ହେତୁ ବିଭିନ୍ନ ଦଳର ସଦସ୍ୟମାନଙ୍କ ମଧ୍ୟରେ ଦୀର୍ଘଦିନ ଧରି ମତାନ୍ତର/ମନାନ୍ତର ଲାଗି ରହିଛି। ଏଭଳି ପରିସ୍ଥିତିର ସୁଯୋଗ ନେଇ…

ମାଟ୍ରିକରେ ଫେଲ୍‌ ହୋଇଯିବା ପରେ ଭୟରେ ଆନ୍ଧ୍ର ପଳାଇଥିଲେ ନାବାଳକ, ଏବେ ଗାଁକୁ ଫେରିଲେ ଶବ ହୋଇ…

ପଟ୍ଟାଙ୍ଗି, ୨୫।୫(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଗାଙ୍ଗରାଜପୁର ପଞ୍ଚାୟତର ସେଟରାଇ ଗ୍ରାମର ନାବାଳକ କାମେଶ ମାରି ପଡୋଶୀ ଆନ୍ଧ୍ର ରାଜ୍ୟରେ ଦୁର୍ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri