ମୁଣ୍ଡରେ ଗୋଲାପ ଖୋସି ର଼୍ୟାମ୍ପରେ ଚାଲି ଟ୍ରୋଲ୍‌ ହେଲେ ରାନୁ

ରେଳ ଷ୍ଟେଶନରେ ଗୀତ ଗାଇ ରାତାରାତି ସୋସିଆଲ ମିଡିଆ ସେନସେଶନ୍‌ ପାଲଟିଥିବା ରାନୁ ମଣ୍ଡଳ ଏବେ ପୁଣି ଚର୍ଚ୍ଚାରେ। ଦିନେ ନିଜ ପ୍ରତିଭା ଦ୍ୱାରା ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିବା ରାନୁ ଏବେ ସୋସିଆଲ ମିଡିଆରେ ଟ୍ରୋଲ ହେବାରେ ଲାଗିଛନ୍ତି। ନିକଟରେ ଆୟୋଜିତ ଏକ ଫ୍ୟାଶନ୍‌ ଶୋ’ରେ ସେ ର଼୍ୟାମ୍ପରେ ଚାଲିଥିଲେ। ମୁଣ୍ଡରେ ଗୋଲାପ ଏବଂ ମୁହଁରେ ଅତ୍ୟଧିକ ମେକ୍‌ଅପ୍‌ ନେଇ ର଼୍ୟାମ୍ପରେ ଚାଲିଥିବା ରାନୁଙ୍କୁ ବିଭିନ୍ନ ମିମ୍ସ କରି ଟ୍ରୋଲ କରିଛନ୍ତି ୟୁଜର୍ସ। କେହି କେହି ତାଙ୍କ ପ୍ରେତାତ୍ମା ଭାବରେ ଭାବରେ ସଜେଇ ଫଟୋ ଛାଡିଛନ୍ତି। ନିକଟରେ ଜଣେ ମହିଳା ପ୍ରଶଂସକ ତାଙ୍କୁ ସେଲ୍ଫି ମାଗିବାରୁ ସେ ତାଙ୍କ ଅପମାନିତ କରିଥିଲେ। ଯେଉଁଥିପାଇଁ ରାନୁଙ୍କ ପ୍ରଶଂସକମାନେ ତାଙ୍କୁ ଟିକେ ବ୍ୟବହାର ଶିଖନ୍ତୁ ବୋଲି ପରାମର୍ଶ ଦେଇଥିଲେ। ସେ ଘଟଣାକୁ ନେଇ ରାଗ ଥମି ନ ଥିବାବେଳେ ଏବେ ରାନୁଙ୍କୁ ନେଇ ପୁଣି ଟ୍ରୋଲ ଆରମ୍ଭ ହୋଇଯାଇଛି। ରାନୁଙ୍କର ଗୀତ ଗାଇବାର ଗୋଟିଏ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାପରେ ତାଙ୍କୁ ନେଇ ଚର୍ଚ୍ଚା ଜୋର ଧରିଥିଲା। ଏହାପରେ ପ୍ରଖ୍ୟାତ ବଲିଉଡ ଗାୟକ ହିମେଶ ରେଶମିୟା ତାଙ୍କୁ ଫିଲ୍ମରେ ଗୀତ ଗାଇବାର ଅଫର୍‌ ମଧ୍ୟ ଦେଇଥିଲେ। ସେ ଗାଇଥିବା ଗୀତ ‘ତେରି ମେରି କାହାନୀ’ ମଧ୍ୟ ଭାଇରାଲ ହେବା ସହ ଦର୍ଶକଙ୍କୁ ଖୁବ ପସନ୍ଦ ଆସିଥିଲା। ରାନୁଙ୍କ ର଼୍ୟାମ୍ପ୍‌ ଫଟୋ ସହ ହିମେଶଙ୍କ ଫଟୋ ଯୋଡି ଦର୍ଶକ ତାଙ୍କ ‘କପଲ୍ସ ଅଫ୍‌ ଦ ଇୟର’ କହି ଟ୍ରୋଲ୍‌ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଜିର ମାଟ୍ରିକ ପରୀକ୍ଷାରେ ଅନୁପସ୍ଥିତ ରହିଲେ ୩୯ ପରୀକ୍ଷାର୍ଥୀ

ଲାଞ୍ଜିଗଡ଼,୧୯ା୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ୮ଟି ପରୀକ୍ଷା କେନ୍ଦ୍ରରେ ଗୁରୁବାର ମାଟ୍ରିକ ପରୀକ୍ଷା ଦେଇଛନ୍ତି ୧୩୬୪ ଜଣ ଛାତ୍ରୀଛାତ୍ର। ଏହି ପରୀକ୍ଷା ଫେବୃଆରୀ…

‘ଗଞ୍ଜାମ ବ୍ଲକରେ ବର୍ତ୍ତମାନ ସୁଦ୍ଧା ୮୯ ପ୍ରତିଶତ ଧାନ କିଣା ସରିଛି’

ଗଞ୍ଜାମ,୧୯ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକର ୧୫ଟି ପଞ୍ଚାୟତରେ ସରକାରଙ୍କ ପକ୍ଷରୁ ହୋଇଥିବା ଚାଷୀ ଧାନ ବିକ୍ରି ପାଇଁ ମଣ୍ଡିର କେତେକ ସ୍ଥାନରେ ଅବ୍ୟବସ୍ଥା ଦେଖାଦେଇଛି। ଏଥିପାଇଁ ଚାଷୀଙ୍କୁ…

ପଡ଼ିଆରେ ଅଘଟଣରେ: କ୍ରିକେଟ୍‌ ମ୍ୟାଚ୍‌ ଚାଲିଥିବାବେଳେ ମହୁମାଛି ଆକ୍ରମଣ, ଅମ୍ପାୟାର ମୃତ

ଲକ୍ଷ୍ନୌ,୧୯।୨: ଭାରତରେ ଏକ କ୍ରିକେଟ ମ୍ୟାଚ ଚାଲିଥିବା ସମୟରେ ଏକ ଅଘଟଣ ଘଟିଛି। ଏଠାରେ ଏକ ମ୍ୟାଚ୍‌ ଚାଲିଥିବାବେଳେ ମହୁମାଛି ଆକ୍ରମଣରେ ଜଣେ ଅମ୍ପାୟାରଙ୍କ ମୃତ୍ୟୁ ଘଟିଛି।…

ଭାରତୀୟ ବିମାନ କମ୍ପାନୀ ବିରୋଧରେ ବାଂଲାଦେଶ ନେଲା ବଡ଼ ନିଷ୍ପତ୍ତି: ଏୟାରସ୍ପେସ ବନ୍ଦ

ଢାକା,୧୯।୨: ବାଂଲାଦେଶର ତାରିକ ରହମାନ ସରକାର ବକେୟା ଦେୟ ପରିଶୋଧ ନ କରିବା କାରଣରୁ ଭାରତୀୟ ବଜେଟ ବିମାନ କମ୍ପାନୀ ସ୍ପାଇସଜେଟକୁ ଏହାର ଏୟାରସ୍ପେସ ବ୍ୟବହାର କରିବାରୁ…

ରାଜ୍ୟରେ ବଢ଼ିବ ସବ୍‌ଡିଭିଜନ, ଏହି ଜିଲାରୁ ଆସିଛି ସର୍ବାଧିକ ପ୍ରସ୍ତାବ

ଭୁବନେଶ୍ୱର,୧୯ା୨: ରାଜ୍ୟରେ ବଢ଼ିପାରେ ସବ୍‌ଡିଭିଜନ ସଂଖ୍ୟା, ଏନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଗୁରୁବାର ଗୃହରେ ସୂଚନା ଦେଇଛନ୍ତି। ୬୬ ନୂଆ ସବ୍‌ଡିଭିଜନ ଗଠନ ପାଇଁ ସରକାରଙ୍କୁ…

ସେବାଶ୍ରମ ବିଦ୍ୟାଳୟ ଅଫିସ ରୁମ୍‌ରେ ପିଅନଙ୍କ ଝୁଲନ୍ତା ମୃତଦେହ

ନନ୍ଦପୁର,୧୯ା୨(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ବିଲାପୁଟ ପଞ୍ଚାୟତର ଜବାଗଡ଼ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଅଫିସ ରୁମ୍‌ରୁ ଗୁରୁବାର ସକାଳେ କାର୍ଯ୍ୟରତ ପିଅନ (ସିସିଏ)…

ଶିମିଳିପାଳରେ ହେବ ହେଲିପ୍ୟାଡ୍‌’

ଭୁବନେଶ୍ୱର,୧୯ା୨: ମୟୂରଭଞ୍ଜ ଜିଲା ଶିମିଳିପାଳରେ ହେଲିପ୍ୟାଡ୍‌ ହେବ। ଏନେଇ ବିଧାନସଭା ଗୃହରେ ପରିବହନ ମନ୍ତ୍ରୀ ବିଭୂତି ଜେନା ସୂଚନା ଦେଇଛନ୍ତି। ସେ କହିଛନ୍ତି, ଆବଶ୍ୟକୀୟ ଜମି ନିରୂପଣ…

ମେୟର ସୁବାସ ସିଂଙ୍କୁ ଟାର୍ଗେଟ୍‌ କଲେ ସୋଫିଆ, କହିଲେ ନିଜ ସ୍ବାର୍ଥ ପାଇଁ…

କଟକ,୧୯ା୨: କଟକରେ ଜଣ୍ଡିସ୍‌ କାୟା ବିସ୍ତାର କରିବା ପ୍ରସଙ୍ଗରେ ମେୟର ସୁବାସ ସିଂଙ୍କୁ ଟାର୍ଗେଟ୍‌ କରିଛନ୍ତି କଂଗ୍ରେସ ବିଧାୟିକା ସୋଫିଆ ଫିର୍ଦ୍ଦୋସ। ସେ କହିଛନ୍ତି, ନିଜ ସ୍ବାର୍ଥ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri