Posted inଭଦ୍ରକ

ମୁଣ୍ଡ ଉପରେ ଝୁଲୁଛି ବିପଦ

ବନ୍ତ, ୧୯।୧୦ (ସ୍ବ.ପ୍ର.)- ଭଦ୍ରକ ଜିଲା ବନ୍ତ ବ୍ଲକ ପୋଡ଼ାପାଟଣା ଗ୍ରାମ ଯେନାସାହି ନିକଟରେ ଦୀର୍ଘଦିନ ଧରି ବିଦ୍ୟୁତ୍‌ ତାର କମ୍‌ ଉଚ୍ଚରେ ଝୁଲି ରହିଛି। ମୁଣ୍ଡ ଉପରେ ବିପଦ ଝୁଲୁଥିବା ବେଳେ ସେହି ବାଟ ଦେଇ ଲୋକେ ଯିବାଆସିବା କରୁଥିବାରୁ ଯେକୌଣସି ମୁହୂର୍ତ୍ତରେ ଧନଜୀବନ ହାନି ଘଟିବାର ଆଶଙ୍କା ରହିଛି। ଏ ସମ୍ପର୍କରେ ସ୍ଥାନୀୟ ଲୋକେ ବିଭାଗକୁ ଅବଗତ କରାଇଥିଲେ ମଧ୍ୟ କୌଣସି ପଦକ୍ଷେପ ନିଆଯାଉ ନ ଥିବା ସେମାନେ ଅଭିଯୋଗ କରୁଛନ୍ତି।
ପ୍ରକାଶ ଯେ, ସଖିପାଟଣା ଛକଠାରୁ ପୋଡ଼ାପାଟଣା ଗ୍ରାମକୁ ସଂଯୋଗ କରୁଥିବା ପ୍ରଧାନମନ୍ତ୍ରୀ ଗ୍ରାମସଡ଼କ ପାର୍ଶ୍ୱରେ ଦୁଇବର୍ଷ ତଳେ ନେସ୍କୋ ପକ୍ଷରୁ ଏକ ବିଦ୍ୟୁତ୍‌ ଟ୍ରାନ୍ସଫର୍ମର ବସାଯାଇଥିଲା। ଉକ୍ତ ଟ୍ରାନ୍ସଫର୍ମରରୁ କେବୁଲ ସାହାଯ୍ୟରେ ବିପିଏଲ୍‌ ଉପଭୋକ୍ତାମାନଙ୍କୁ ବିଦ୍ୟୁତ୍‌ ସଂଯୋଗ ଦିଆଯାଇଛି। ଉକ୍ତ ସ୍ଥାନରେ ତାର ମୁଖ୍ୟ ରାସ୍ତାଠାରୁ ମାତ୍ର ୧୦ ଫୁଟ ଉଚ୍ଚତାରେ ଝୁଲି ରହିଥିବା ବେଳେ ଯେନାସାହି ନିକଟରେ ୫ ଫୁଟ ଉଚ୍ଚରେ ଏକ କଣ୍ଟାବାଡ଼ରେ ଝୁଲିରହିଥିବା ଦେଖିବାକୁ ମିଳିଛି। କେବୁଲର କଭର ନଷ୍ଟ ହୋଇଯାଇଥିବାରୁ ତାହା ବିପଦର କାରଣ ସାଜିଛି। ଏହା ସଂସ୍ପର୍ଶରେ ଆସି ନିକଟରେ ଥିବା ଏକ ବାଉଁଶ ବୁଦାର କେତେକାଂଶ ଜଳିଯାଇଥିବା ସ୍ଥାନୀୟ ଲୋକଙ୍କଠାରୁ ଜଣାପଡ଼ିଛି। ଏପରି କି ରାସ୍ତାେରେ ଯାତାୟାତ କରୁଥିବା ଲୋକ ଅଧିକାଂଶ ସମୟରେ ଏହି ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଆହତ ହେଉଥିବା ଅଭିଯୋଗ ହୋଇଛି। ଏ ନେଇ ନେସ୍କୋ ବିଭାଗକୁ ବାରମ୍ବାର ଜଣାଇବା ପରେ ଆଜିକାଲି କହି ମରାମତିରେ ବିଳମ୍ବ କରାଯାଉଥିବା ସ୍ଥାନୀୟ ଲୋକେ କହିଛନ୍ତି। ପ୍ରଶାସନ ଓ ବିଭାଗ ଏଥିପ୍ରତି ଦୃଷ୍ଟି ଦେଇ ତୁରନ୍ତ ପଦକ୍ଷେପ ଗ୍ରହଣ ନ କଲେ ତାର ସଂସ୍ପର୍ଶରେ ଆସି ଧନଜୀବନ ନଷ୍ଟ ହେବାର ଆଶଙ୍କାକୁ ଏଡ଼ାଇ ଦିଆଯାଇ ନ ପରେ ବୋଲି କୁହାଯାଇଛି। ଏ ସମ୍ପର୍କରେ ବିଭାଗୀୟ କନିଷ୍ଠ ଯନ୍ତ୍ରୀ ମନୋରଞ୍ଜନ ସାହୁଙ୍କୁ ପଚାରିବାରୁ ଏ ବିଷୟରେ ସେ ଜାଣିନାହାନ୍ତି, ସ୍ଥାନୀୟ ବିଦ୍ୟୁତ୍‌ କର୍ମଚାରୀଙ୍କଠାରୁ ବୁଝିବା ପରେ ମରାମତି କରାଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri