ମୁଣ୍ଡ କାଟି ଗଛରେ ଟାଙ୍ଗିଦେଲେ; ୨ ଦିନ ପରେ ମିଳିଲା ମୃତଦେହ

କେନ୍ଦୁଝର,୨୪ା୬(ସ୍ବ.ପ୍ର.)-କେନ୍ଦୁଝର ଜିଲା ନୟାକୋଟ ଥାନା ସୁକଡୋଳା ଗ୍ରାମ ନିକଟ ଜଙ୍ଗଲରେ ଜଣେ ଯୁବକଙ୍କୁ ହତ୍ୟା କରି ତାଙ୍କ ମୁଣ୍ଡ କାଟି ଏକ ଗାମୁଛାରେ ଗୁଡାଇ ଗଛରେ ଟାଙ୍ଗିଦେବା ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ନୟାକୋଟ ଥାନା ପୋଲିସ ରବିବାର ଘଟଣାସ୍ଥଳକୁ ଯାଇ ଗଛରେ ଟଙ୍ଗା ଯାଇଥିବା କଟାମୁଣ୍ଡ ଓ ଅଳ୍ପ ଦୂରରେ ପଡ଼ିଥିବା ମୃତଦେହକୁ ଉଦ୍ଧାର କରି ତଦନ୍ତ ଜାରି ରଖିଛି। ମୃତ ଯୁବକଙ୍କ ନାମ ଭଦ୍ର ପ୍ରଧାନ (୨୪)। ତାଙ୍କ ଘର ସୁକଡୋଳା ଗ୍ରାମରେ। ପାରିପାର୍ଶ୍ୱିକ ସ୍ଥିତି ଦେଖିଲେ ଦୁଇ ଦିନ ତଳେ ତାଙ୍କୁ ବୀଭତ୍ସ ଭାବେ ହତ୍ୟା କରାଯାଇଥିବା ପୋଲିସ ସନ୍ଦେହ କରୁଛି। ରଜ ଉତ୍ସବରେ ଦୋଳି ଗୀତ ଗାଇବାକୁ ଯାଇ ସେ ପ୍ରାୟ ସପ୍ତାହେ ହେବ ନିଖୋଜ ଥିବା ପରିବାରବର୍ଗ କହିଛନ୍ତି।
ପୋଲିସ ସୂଚନା ଅନୁଯାୟୀ, ସୁକଡୋଳା ଗ୍ରାମଠାରୁ ପ୍ରାୟ ୧ କି.ମି. ଦୂର ଜଙ୍ଗଲରେ ଏହି ଯୁବକଙ୍କ ମୃତଦେହ ରବିବାର ସକାଳେ ଗ୍ରାମବାସୀ ଠାବ କରି ଥାନାକୁ ଖବର ଦେଇଥିଲେ। ସଦର ଏସଡିପିଓ ଜେ.ଟପ୍ପୋ ଏବଂ ନୟାକୋଟ ଥାନା ପୋଲିସ ସେଠାରେ ପହଞ୍ଚି ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ଜିଲା ମୁଖ୍ୟ ଡାକ୍ତରଖାନାକୁ ପଠାଇ ତଦନ୍ତ କରିଥିଲେ। ଘଟଣା ସ୍ଥଳରୁ ଏକ ରକ୍ତଭିଜା ଗାମୁଛା ଜବତ କରାଯାଇଥିଲା। ପରେ ପୋଲିସର ଏକ ବିଶେଷଜ୍ଞ ଦଳ ପହଞ୍ଚି ଘଟଣାର ତଦନ୍ତ କରୁଥିବା ଜଣାପଡିଛି ା ଏଭଳି ଜଘନ୍ୟ ହତ୍ୟାକାଣ୍ଡ ପଛରେ ଏକାଧିକ ଲୋକଙ୍କ ସମ୍ପୃକ୍ତି ଥିବା ପୋଲିସ ସନ୍ଦେହ କରୁଛି। ରଜ ଉତ୍ସବରେ ଭୋଜିକୁ ନେଇ ଘଟିଥିବା ଗଣ୍ଡଗୋଳ ହତ୍ୟାକାଣ୍ଡର କାରଣ ହୋଇଥାଇପାରେ ବୋଲି ଗ୍ରାମବାସୀଙ୍କ ସୂଚନାକୁ ଆଧାର କରି ପୋଲିସ କହିଛି।
ଏସଡିପିଓ ଟପ୍ପୋଙ୍କୁ ପଚାରିବାରୁ କହିଛନ୍ତି, ଏହି ବୀଭତ୍ସ ହତ୍ୟାକାଣ୍ଡର କାରଣ ଜାଣିବା ପାଇଁ ପଚରାଉଚରା ଜାରି ରହିଛି। ପାରିପାର୍ଶ୍ୱିକ ସ୍ଥିତିକୁ ଦେଖି ବିଭିନ୍ନ ଦିଗକୁ ତର୍ଜମା କରି ତଦନ୍ତ କରାଯାଉଛି। ଖୁବ ଶୀଘ୍ର ହତ୍ୟାକାରୀମାନେ ଧରାପଡିବେ ବୋଲି ସେ କହିଛନ୍ତି। ପୋଲିସ ଏନେଇ ଥାନାରେ ଏକ ହତ୍ୟା ମାମଲା (ନଂ.୧୬/୨୦୧୯) ରୁଜୁ କରିଛି। ଏହି ବୀଭତ୍ସ ହତ୍ୟା ଘଟଣା ସମ୍ପୃକ୍ତ ଅଞ୍ଚଳବାସୀଙ୍କୁ ସ୍ତବ୍ଧ କରିଦେଇଛି। ଗାଁରେ ଭୟ ଓ ଉତ୍ତେଜନାପୂର୍ଣ୍ଣ ପରିସ୍ଥିତି ସୃଷ୍ଟି ହୋଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଷ୍ଟୋଭ ନିଆଁରୁ ହୁତୁହୁତୁ ହୋଇ ଜଳିଗଲା ସି-ଫୁଡ ଟ୍ରକ, ଡ୍ରାଇଭର…..

ବାଲେଶ୍ୱର,୪ା୪( ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ନଂ ଜାତୀୟ ରାଜପଥର ଖନ୍ତାପଡ଼ା ଥାନା ଅନ୍ତର୍ଗତ ଶେରଗଡ଼ ଢ଼ାବା ନିକଟରେ ଜଳିଲା ଟ୍ରକ । ଶନିବାର ଏକ ସି ଫୁଡ…

ବାରଣ୍ଡାରେ ଶୋଇଥିଲେ ମା’, ବିଷ ଦେଇଦେଲେ ପୁଅ: ଆଉ ତା’ପରେ…

ଭୋଗରାଇ,୪ା୪(ପ୍ରଦୀପ ଦାସ):ଘରେ ପୁଅଟିଏ ଜନ୍ମ ହେଲେ କୁଳ ରକ୍ଷା ହେବ। ପରିଣତ ବୟସରେ ମା’ବାପାଙ୍କ ସାହାରା ହେବା ସହ ମୃତ୍ୟୁ ପରେ ମୁଖାଗ୍ନି ଦେବ, ଏଭଳି ଅନେକ…

ଯୁବକଙ୍କୁ ହତ୍ୟା କରି ଟାଙ୍ଗିଦେଲେ, ଛାନ୍‌ଭିନ୍‌ କରୁଛି ସାଇଣ୍ଟିଫିକ୍‌ ଟିମ୍‌

ବାଲେଶ୍ୱର,୩ା୪(ବାଞ୍ଛାନିଧି ଦେ): ଏକ ପରିତ୍ୟକ୍ତ ଘରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ବାଲେଶ୍ୱର ଜିଲା ଖନ୍ତାପଡ଼ା ଥାନା ମାଳ ଗାଁରେ ଘଟିଛି ଏପରି ଅଭାବନୀୟ…

କୋଲକାତାରୁ ଭୁବନେଶ୍ୱର ଯାଉଥିଲା ବସ୍‌, ରାସ୍ତାରେ ଫାଟିଲା ଚକା, ଆଉ ତା’ ପରେ…

ବାଲେଶ୍ୱର,୨ା୪(ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ ଜାତୀୟ ରାଜପଥରେ ହଳଦିପଦା ବାଇପାସ୍‌ ନିକଟରେ ଏକ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। କୋଲକାତାରୁ ସାରା ନାମକ ଏକ ଯାତ୍ରୀବାହୀ ବସ୍‌…

ଗୋରୁ ଗାଡ଼ି ଅଟକାଇବା ହେଲା କାଳ, ଚାଲିଗଲା ଜଣଙ୍କର ଜୀବନ

ବାହାନଗା, ୩୧। ୩(ଅରୂପ କୁମାର ଦାସ)ଛ ବାହାନଗା ବ୍ଲକ ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ବାରିକପୁର ନିକଟରେ ଦୁର୍ଘଟଣା । ଗୋରୁ ଗାଡି ଅଟକାଉଥିବା…

ବାଲେଶ୍ୱର ବାର୍‌ ଆସୋସିଏଶନ ନିର୍ବାଚନ: ୧୮ ପଦବୀ ପାଇଁ ୩୫ ପ୍ରାର୍ଥୀ

ବାଲେଶ୍ୱର,୨୮ା୩(ବାଞ୍ଛାନିଧି ଦେ): ବାଲେଶ୍ୱର ବାର୍‌ ଆସୋସିଏଶନ ନିର୍ବାଚନ ଶନିବାର ଅନୁଷ୍ଠିତ ହେଉଛି। ନିର୍ବାଚନରେ ୧୮ ପଦବୀ ପାଇଁ ୩୫ ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ସଭାପତି ପଦବୀ…

ଚିକିତ୍ସା ପାଇଁ ଯାଉଥିଲେ ହେଲେ ରାସ୍ତାରେ ଜୀବନ ନେଲା ଦୁର୍ଘଟଣା : ଆଖିବୁଜିଲେ…

ସିମୁଳିଆ,୨୭।୩(ସନ୍ତୋଷ କୁମାର ନାୟକ): ବାଲେଶ୍ୱର ଜିଲା ସିମୁଳିଆ ଥାନା ବାଲିଖଣ୍ଡ-ରାଣିତାଲ ରାସ୍ତାର ଗୌରଗଡି ନିକଟରେ ଅଟୋ(ଓଡି ୨୨ଇ ୪୦୭୬) ଓଲଟି ପଡ଼ିବାରୁ ଘଟଣାସ୍ଥଳରେ ରତ୍ନମଣୀ ପୃଷ୍ଟି(୪୫) ନାମକ…

ଫରେଷ୍ଟଗାର୍ଡଙ୍କୁ ନିର୍ଦ୍ଧୁମ ପିଟିଲେ କୁଲଡିହା ACF, କାରଣ ଜାଣିଲେ……

ନୀଳଗିରି,୨୬ା୩,(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶ୍ବର ଜିଲା ନୀଳଗିରି ଉପଖଣ୍ଡ ଅଧିନ କୁଲଡିହା ଏ.ସି.ଏଫଙ୍କ ମାଡ଼ରେ ଫରେଷ୍ଟଗାର୍ଡ ଗୁରୁତର ହୋଇଛନ୍ତି । ଗୁରୁତର ବନ କର୍ମଚାରୀଙ୍କୁ ଉଦ୍ଧାର କରାଯାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri