Posted inଜାତୀୟ

ମୁଣ୍ଡ ନୁଆଁଇଲେ ମମତା

ନୂଆଦିଲ୍ଲୀ,୧୬ା୬(ପି.ଟି.): ପଶ୍ଚିମବଙ୍ଗରେ ଜୁନିୟର ଡାକ୍ତରମାନଙ୍କ ଆନ୍ଦୋଳନ ଶନିବାର ପଞ୍ଚମ ଦିନରେ ପହଞ୍ଚତ୍ଛି। ଏହାକୁ ନେଇ ଲାଗିରହିଥିବା ଅଚଳାବସ୍ଥା ଦୂର ପାଇଁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସେମାନଙ୍କୁ ଆଲୋଚନା ନିମନ୍ତେ ଡାକିଥିଲେ ହେଁ ଡାକ୍ତରମାନେ ତାହାକୁ ପ୍ରତ୍ୟାଖ୍ୟାନ କରିଦେଇଛନ୍ତି। ଅନ୍ୟପକ୍ଷରେ ଡାକ୍ତରଙ୍କ ସମସ୍ତ ଦାବିକୁ ପୂରଣ କରିବା ଲାଗି ସରକାର ଆଗ୍ରହୀ। ସେମାନେ କାର୍ଯ୍ୟରେ ଯୋଗଦିଅନ୍ତୁ ବୋଲି ମମତା ନିବେଦନ କରିଛନ୍ତି।
କୋଲକାତାର ଏନ୍‌ଆର୍‌ଏସ୍‌ ମେଡିକାଲ କଲେଜ ଓ ହସ୍ପିଟାଲ୍‌ର ଦୁଇଜଣ ଡାକ୍ତରଙ୍କୁ ମରଣାନ୍ତକ ଆକ୍ରମଣ ଦୁର୍ଭାଗ୍ୟଜନକ। ଯଥାଶୀଘ୍ର ସମ୍ଭବ ରାଜ୍ୟରେ ସ୍ବାସ୍ଥ୍ୟସେବା ସ୍ବାଭାବିକ କରିବା ଲାଗି ତାଙ୍କ ସରକାର ପ୍ରତିବଦ୍ଧ ବୋଲି ମମତା କହିଛନ୍ତି। ଜଣେ ବି ଆନ୍ଦୋଳନକାରୀଙ୍କୁ ଗିରଫ କରାଯିବନି କିମ୍ବା ସେମାନଙ୍କ ବିରୋଧରେ ପୋଲିସ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବନି ବୋଲି ମମତା ଏକ ଖବରଦାତା ସମ୍ମିଳନୀରେ ଭରସା ଦେବା ସହ ସୌହାର୍ଦ୍ଦ୍ୟପୂର୍ଣ୍ଣ ବାତାବରଣ ଫେରାଇଆଣିବାକୁ ଡାକ୍ତରମାନଙ୍କୁ ଅନୁରୋଧ ଜଣାଇଛନ୍ତି।
ସ୍ବାସ୍ଥ୍ୟସେବାକୁ ନେଇ ଲାଗି ରହିଥିବା ଅଚଳାବସ୍ଥା ଦୂର ପାଇଁ ମମତା ବାନାର୍ଜୀ ସଚିବାଳୟରେ ଡାକ୍ତର ପ୍ରତିନିଧିମାନଙ୍କର ଏକ ରୁଦ୍ଧଦ୍ୱାର ବୈଠକ ଡାକିଥିଲେ। ସେମାନେ ସମ୍ପୂର୍ଣ୍ଣ ଅସୁରକ୍ଷିତ ମଣୁଥିବାରୁ ଆଲୋଚନା ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କରିବା ସହ ପ୍ରଥମେ ମୁଖ୍ୟମନ୍ତ୍ରୀ ନିଃସର୍ତ୍ତ କ୍ଷମା ମାଗନ୍ତୁ ଓ ସେମାନଙ୍କର ୬ଟି ଦାବି ପୂରଣ କରାଯାଉ ବୋଲି କହିଥିଲେ। ଅନ୍ୟପକ୍ଷରେ ମମତା କହିଛନ୍ତି, ୫ ଦିନ ହେଲା ଡାକ୍ତରଙ୍କ ଆନ୍ଦୋଳନ ଯୋଗୁ ରୋଗୀସେବା ଗୁରୁତର ବ୍ୟାହତ ହୋଇଛି। ଏହା ସତ୍ତ୍ୱେ ତାଙ୍କ ସରକାର ସେମାନଙ୍କ ବିରୋଧରେ ଏସ୍‌ମା (ଜରୁରୀ ସେବା ପରିଚାଳନା ଆଇନ) ଲାଗୁ କରିନାହାନ୍ତି। ଆଲୋଚନା ପାଇଁ ଆନ୍ଦୋଳନରତ ଡାକ୍ତରମାନଙ୍କ ପାଖକୁ ସେ ତାଙ୍କର କେତେଜଣ ମନ୍ତ୍ରୀ ଓ ପ୍ରମୁଖ ସଚିବଙ୍କୁ ପଠାଇଥିଲେ। ୫ ଘଣ୍ଟା ଅପେକ୍ଷା ପରେ ମଧ୍ୟ ସେମାନେ ଆଲୋଚନାକୁ ଆସିଲେ ନାହିଁ। ସାମ୍ବିଧାନିକ ସଂସ୍ଥାକୁ ସେମାନେ ସମ୍ମାନ ଜଣାଇବା ଆବଶ୍ୟକ ବୋଲି ମୁଖ୍ୟମନ୍ତ୍ରୀ ଖବରଦାତା ସମ୍ମିଳନୀରେ କହିଛନ୍ତି।
ଡାକ୍ତରଙ୍କ ଆନ୍ଦୋଳନକୁ ସମର୍ଥନ କରି ବିଭିନ୍ନ ରାଜ୍ୟରେ ଡାକ୍ତରମାନେ ରାସ୍ତାକୁ ଓହ୍ଲାଇଛନ୍ତି। ଏମ୍ସ ଓ ସଫଦରଜଙ୍ଗ ହସ୍ପିଟାଲର ଆବାସିକ ଡାକ୍ତରମାନେ ଶୁକ୍ରବାର କାର୍ଯ୍ୟବନ୍ଦ କରିଥିଲେ। ଶନିବାର ସେମାନେ କାର୍ଯ୍ୟରେ ଯୋଗଦେବା ସହ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ୪୮ ଘଣ୍ଟା ମଧ୍ୟରେ ଦାବି ପୂରଣ ନ କଲେ ଅନିର୍ଦ୍ଦିଷ୍ଟ କାଳ ଧର୍ମଘଟ କରିବାକୁ ସେମାନେ ବାଧ୍ୟ ହେବେ ବୋଲି ଚେତାବନୀ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାସେଶ୍ୱରୀଙ୍କ ଇସ୍ତଫା ନେଇ ବିଜେଡିକୁ ଝଟକା ଚର୍ଚ୍ଚା

ସମ୍ବଲପୁର,୨୪ା୪(ପ୍ରମୋଦ ବହିଦାର):ସମ୍ବଲପୁରର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀ ମଙ୍ଗଳବାର ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ସମ୍ବଲପୁର ବିଧାନ ସଭା ଓ ଲୋକ...

ନୁଡୁଲ୍ସ ପ୍ୟାକେଟ୍‌ରୁ ୨ କୋଟିର ହୀରା ଜବତ

ମୁମ୍ବାଇ,୨୪ା୪:ସୀମାଶୁଳ୍କ ବିଭାଗ ଅଧିକାରୀମାନେ ମୁମ୍ବାଇ ବିମାନବନ୍ଦରରୁ ୬.୪୬ କୋଟି ଟଙ୍କାର ସୁନା ଓ ହୀରା ଜବତ କରିଛନ୍ତି। ଜଣେ ଯାତ୍ରୀ ନୁଡୁଲ୍ସ ପ୍ୟାକେଟରେ ହୀରାକୁ ଲୁଚାଇଥିବାବେଳେ...

ପବନକୁ ସମ୍ଭାଳି ପାରିଲାନି ବ୍ରିଜ୍‌

ହାଇଦ୍ରାବାଦ୍‌,୨୪ା୪:ତେଲଙ୍ଗାନାର ପେଦ୍ଦାପଲ୍ଲୀରେ ସୋମବାର ରାତି ୯ଟା ୪୫ରେ ଏକ ନିର୍ମାଣାଧୀନ ବ୍ରିଜ୍‌ ପବନକୁ ସମ୍ଭାଳି ନ ପାରି ଭୁଶୁଡ଼ିପଡ଼ିଛି। ଉକ୍ତ ବ୍ରିଜ୍‌ର ଏକ ଅଂଶ ଭାଙ୍ଗିଯାଇଛି।...

ମତଦାନ କମିବା ଆଶଙ୍କା

ନୂଆଦିଲ୍ଲୀ,୨୪ା୪: ଲୋକ ସଭା ନିର୍ବାଚନରେ ବିଜୟୀ ହୋଇ ଭାଜପା ତୃତୀୟ ଥର ସରକାର ଗଢ଼ିବାକୁ ଲକ୍ଷ୍ୟ ରଖିଥିବାବେଳେ ଏହାକୁ ଅଟକାଇବା ପାଇଁ ଇଣ୍ଡିଆ ମେଣ୍ଟ ଜୋର୍‌ଦାର...

ଏସିଆ ଦେଶରେ ଅଧିକ ପଡିଲା ଜଳବାୟୁ ପରିବର୍ତ୍ତନର ପ୍ରଭାବ, ୨ ମାସରେ ଭାରତରେ ୧୦୦ରୁ ଅଧିକ ମୃତ୍ୟୁ: ରିପୋର୍ଟ

ନୂଆଦିଲ୍ଲୀ/ଜେନେଭା,୨୩।୪: ସର୍ବାଧିକ ବିପର୍ଯ୍ୟୟ ପ୍ରଭାବିତ ଅଞ୍ଚଳ ସମ୍ପର୍କରେ ମିଳିତ ଜାତିସଂଘ (ଜାତିସଂଘ) ରିପୋର୍ଟ ପ୍ରକାଶ ପାଇଛି। ଏହି ଅନୁଯାୟୀ, ୨୦୨୩ରେ ପାଗ, ଜଳବାୟୁ ଏବଂ ଜଳ...

କଂଗ୍ରେସ ଶାସନ ସମୟରେ କାହିଁକି ପାକିସ୍ତାନ ଆକ୍ରମଣର ଜବାବ ଦିଆଯାଇ ନ ଥିଲା, କାରଣ କହିଲେ ଶାହା

ନୂଆଦିଲ୍ଲୀ,୨୩।୪: ଲୋକ ସଭା ନିର୍ବାଚନ -୨୦୨୪ର ଦ୍ୱିତୀୟ ପର୍ଯ୍ୟାୟ ପାଇଁ ଅଭିଯାନ ଜୋରସୋରରେ ଚାଲିଛି। କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ମଙ୍ଗଳବାର ମହାରାଷ୍ଟ୍ରର ଆକୋଲା ଠାରେ...

ଦ୍ୱିତୀୟ ପର୍ଯ୍ୟାୟ ମତଦାନ ପାଇଁ ସରିଲା ନିର୍ବାଚନ ପ୍ରଚାର, ଶୁକ୍ରବାର ପଡିବ ଭୋଟ୍‌

ନୂଆଦିଲ୍ଲୀ,୨୩।୪: ଆରମ୍ଭ ହୋଇଯାଇଛି ଦେଶର ସବୁଡାରୁ ମଡ଼ ମହାପର୍ବ ନିର୍ବାଚନ ୨୦୨୪। ତେବେ ଆଜି ୨ୟ ପର୍ଯ୍ୟାୟ ମତଦାନ ପାଇଁ ସରିଛି ପ୍ରଚାର । ଶେଷ...

ଟିକେଟ ବିକୁଛନ୍ତି ତେଜସ୍ବୀ ଯାଦବ: କଂଗ୍ରେସ ନେତା

ବାଲ୍ମିକିନଗର,୨୩।୪: ବିହାରର ବାଲ୍ମିକିନଗରରେ ଥିବା ଗ୍ରାଣ୍ଡ ଆଲାଇନ୍ସରେ ବିଦ୍ରୋହର ସ୍ବର ବୃଦ୍ଧି ପାଇବାରେ ଲାଗିଛି। ତେଜସ୍ବୀ ଯାଦବଙ୍କୁ ପୁଞ୍ଜିପତିମାନଙ୍କୁ ଟିକେଟ ବିକ୍ରି କରୁଥିବା ଅଭିଯୋଗ କରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri