ମୁଦ୍ରାସ୍ପୀତିକୁ ନିୟନ୍ତ୍ରଣରେ ରଖାଯିବ: ସୀତାରାମନ୍‌

ନୂଆଦିଲ୍ଲୀ,୭-୭: ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ଶୁକ୍ରବାର ୨୦୧୯-୨୦ ଆର୍ଥିକ ବର୍ଷର ବଜେଟ ଉପସ୍ଥାପନ କରିଛନ୍ତି। ଏଥିରେ ପେଟ୍ରୋଲ ଓ ଡିଜେଲ ଉପରେ ଅତିରିକ୍ତ ଉତ୍ପାଦ ଶୁଳ୍କ ଓ ସଡ଼କ ଏବଂ ଭିତ୍ତିଭୂମି ନିର୍ମାଣ ସେସ୍‌ ବାବଦରେ ସେସ୍‌ ଆଦାୟ ବୃଦ୍ଧି କରିଛନ୍ତି। ଏଥିଯୋଗୁ ଦରଦାମ ବଢ଼ିବା ସହିତ ମୁଦ୍ରାସ୍ଫୀତି ବୃଦ୍ଧି ପାଇବ ବୋଲି କୁହାଯାଉଛି। ଏହାର ଉତ୍ତର ଦେଇ ସୀତାରାମନ୍‌ ଶନିବାର କହିଛନ୍ତି ଯେ, ମୁଦ୍ରାସ୍ଫୀତି ଏବେ ନିୟନ୍ତ୍ରଣରେ ରହିଛି ଏବଂ ସରକାର ଏହା ଉପରେ କ୍ରମାଗତ ନଜର ରଖିଛନ୍ତି। ଗଣମାଧ୍ୟମ ପ୍ରତିନିଧିଙ୍କ ସହ ଆଲୋଚନା କାଳରେ ସେ କହିଛନ୍ତି ଯେ, ସରକାର ଗତ ୫ ବର୍ଷରେ ମୁଦ୍ରାସ୍ଫୀତିକୁ ନିୟନ୍ତ୍ରଣରେ ରଖିଛନ୍ତି। ଏହା ସର୍ବଦା ନିମ୍ନ ସ୍ତରରେ ରହିଥିଲା ଏବଂ ଏହା ୪% ଉପରକୁ ଉଠି ନ ଥିଲା। ସ୍ଥିତି ବିଗିଡିବା ମାତ୍ରେ ସରକାର ତୁରନ୍ତ ପଦକ୍ଷେପ ନେଇ ମୁଦ୍ରାସ୍ଫୀତିକୁ ନିୟନ୍ତ୍ରଣକୁ ଆଣିଛନ୍ତି। ତେଲ ଦର ବଢ଼ିଲେ ମଧ୍ୟ ଆଗାମୀ ଦିନରେ ଏହା ନିୟନ୍ତ୍ରଣରେ ରହିବ। ସରକାର ଏହା ଉପରେ କଡ଼ା ନଜର ରଖିବେ। ଉଲ୍ଲେଖ କରାଯାଇପାରେ ଯେ, ସରକାର ଦରଦାମରେ ସ୍ଥିରତା ଆଣିବା ଲାଗି ସରକାର ମୂଲ୍ୟ ସ୍ଥିରୀକରଣ ପାଣ୍ଠି ଗଠନ କରିଛନ୍ତି। ଏହାଦ୍ୱାରା ଅତ୍ୟାବଶ୍ୟକୀୟ ସାମଗ୍ରୀ ଦର ନିୟନ୍ତ୍ରଣ କରିବା ଏହାର ଉଦ୍ଦେଶ୍ୟ।


Enter your email to get our daily news in your inbox.

All Right Reserved By Dharitri.Com

UPI ନେଣଦେଣରେ PPI ଚାର୍ଜ କ’ଣ? କାହାର ଲାଭ-କାହାର କ୍ଷତି ଜାଣନ୍ତୁ…

ନୂଆଦିଲ୍ଲୀ,୨୬।୪: ଆଜିକାଲି ସମୟରେ ୟୁପିଆଇ ନେଣଦେଣ ସାମାନ୍ୟ କଥାରେ ପରିଣତ ହୋଇଗଲାଣି। ରାସ୍ତାକଡ଼ ବୁଲା ବେପାରୀଙ୍କଠାରୁ ଆରମ୍ଭ କରି ବଡ଼ ବଡ଼ ମଲ୍‌ରେ ମଧ୍ୟ ଏହାର...

୧୭ ହଜାର କ୍ରେଡିଟ୍‌ କାର୍ଡକୁ ବ୍ଲକ କଲା ICICI, ପ୍ରଭାବିତ ହୋଇଥିଲେ ଜାଣନ୍ତୁ କାରଣ…

ନୂଆଦିଲ୍ଲୀ,୨୬।୪: ବେସରକାରୀ ବ୍ୟାଙ୍କ ଆଇସିଆଇସିଆଇ ୧୭ ହଜାର କ୍ରେଡିଟ୍‌ କାର୍ଡକୁ ବ୍ଲକ୍‌ କରିଦେଇଛି। ନିକଟରେ କାର୍ଡଗୁଡ଼ିକ ଜାରି କରାଯାଇଥିବା ବେଳେ ଭୁଲ ୟୁଜର୍ସ ଥିବା ମାମଲା...

ଏହି କାରଣ ପାଇଁ ଦୁବେଙ୍କ ବଦଳରେ ହାର୍ଦ୍ଦିକଙ୍କୁ ଟି-୨୦ ବିଶ୍ୱକପ ଦଳରେ ମିଳିବ ସ୍ଥାନ: ରିପୋର୍ଟ

ନୂଆଦିଲ୍ଲୀ,୨୬।୪: ଭାରତ ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଭଲ ଫର୍ମ ନଥାଇ ପାରନ୍ତି କିନ୍ତୁ ତାଙ୍କର ପୂର୍ବ ପ୍ରଦର୍ଶନ ବଳରେ ବା ତାଙ୍କ ପ୍ରତିବଦଳ ଖେଳାଳି...

ଅନେକ ଦିନର ହ୍ରାସ ପରେ ବଦଳିଲା ଟ୍ରେଣ୍ଡ, ପୁଣି ବୃଦ୍ଧି ପାଇଲା ସୁନା ଏବଂ ରୂପା ମୂଲ୍ୟ

ନୂଆଦିଲ୍ଲୀ,୨୬।୪: ଗତ କିଛି ଦିନ ହେବ ସୁନା ମୂଲ୍ୟରେ ହ୍ରାସ ଘଟିଥିଲା, କିନ୍ତୁ ଶୁକ୍ରବାର ସୁନା ଓ ରୂପା ମୂଲ୍ୟ ବୃଦ୍ଧି ପାଇଛି। ବଜାରରେ ସୁନା...

ଚଳିତ ବର୍ଷ ୬୦୦୦ ଫ୍ରେଶରଙ୍କୁ ନିଯୁକ୍ତି ଦେବ ଟେକ୍ ମହିନ୍ଦ୍ରା

ମୁମ୍ବାଇ,୨୬ା୪: ପ୍ରମୁଖ ଆଇଟି କମ୍ପାନୀ ଟେକ୍ ମହିନ୍ଦ୍ରା, ଏପ୍ରିଲ୍ ୨୫ ରେ ଘୋଷଣା କରିଛି ଯେ ଏହା ୨୦୨୫ ଆର୍ଥିକ ବର୍ଷରେ ୬,୦୦୦ ଫ୍ରେଶର୍ ନିଯୁକ୍ତ...

ଏଚ୍‌ଏମ୍‌ଏସ୍‌ଆଇର ନୂତନ ମାଇଲଖୁଣ୍ଟ

ଭୁବନେଶ୍ୱର,୨୬ା୪: ହୋଣ୍ଡା ମୋଟରସାଇକେଲ ଆଣ୍ଡ ସ୍କୁଟର ଇଣ୍ଡିଆ (ଏଚ୍‌ଏମ୍‌ଏସ୍‌ଆଇ)କୁ ନିକଟରେ ଆଉ ଏକ ସଫଳତା ସହ ପୂର୍ବ ଭାରତ ବଜାରରେ କମ୍ପାନୀ ନୂତନ ମାଇଲଖୁଣ୍ଟ ହାସଲ...

ଅଟୋ ଏଜ୍‌-୨୦୨୪ ସମ୍ମିଳନୀ: ଅଟୋ ଉଦ୍ୟୋଗର ଆବଶ୍ୟକତା ପୂରଣ

ଭୁବନେଶ୍ୱର,୨୬ା୪: ବେଦାନ୍ତ ଆଲୁମିନିୟମର ବହୁ ପ୍ରତୀକ୍ଷିତ ତଥା ଜାତୀୟ ଅଟୋ ଦିବସ ଉପଲକ୍ଷେ ନୂଆଦିଲ୍ଲୀଠାରେ ‘ଅଟୋ ଏଜ୍‌-୨୦୨୪’ ସମ୍ମିଳନୀ ଆୟୋଜିତ ହୋଇଯାଇଛି। ଏଥିରେ ଶିଳ୍ପ ବିଶେଷଜ୍ଞ...

ଆକ୍ସିସ୍‌ ବ୍ୟାଙ୍କର ବାର୍ଷିକ ଫଳାଫଳ

ଭୁବନେଶ୍ୱର,୨୬ା୪: ଆକ୍ସିସ୍‌ ବ୍ୟାଙ୍କର ନିର୍ଦ୍ଦେଶକ ମଣ୍ଡଳୀ ବୈଠକ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ବ୍ୟାଙ୍କର କାରବାର ଓ ଆଗାମୀ କାର୍ଯ୍ୟକଳାପ ସହ ୨୦୨୩-୨୪ ଆର୍ଥତ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri