ମୁନିଗୁଡ଼ାରେ ପୁଣି ହାତୀ ଆତଙ୍କ: ଭାଙ୍ଗିଲେ ଘର, ଉଜାଡିଲେ ଫସଲ; ସହାୟତା ଦାବି

ମୁନିଗୁଡ଼ା,୧।୯(ଡି.ଏନ୍‌.ଏ.): ରାୟଗଡ଼ା ଜିଲା ମୁନିଗୁଡ଼ା ରେଞ୍ଜ ଅଧୀନରେ ଦୀର୍ଘ ଏକ ମାସ ଧରି ହାତୀପଲ ବହୁ ଫସଲ ଓ ଘର ନଷ୍ଟ କରୁଥିବା ବେଳେ ଶନିବାର ରାତିରେ ମୁନିଗୁଡ଼ା ବ୍ଲକ ତଥା ମୁନିଗୁଡ଼ା ରେଞ୍ଜ ଅଧୀନସ୍ଥ ନିୟମଗିରି ପାଦ ଦେଶରେ ଥିବା କାଟାଗାଡା ଗ୍ରାମରେ ପଶି ଘର ଭାଙ୍ଗିବା ସହ ଫସଲ ନଷ୍ଟ କରିଛନ୍ତି। ହାତୀପଲ ଗର୍ଜନ କରି ଗ୍ରାମ ଭିତରକୁ ପଶି ବହୁ ଫସଲ ନଷ୍ଟ କରିବା ସହ ଜମିରେ ଥିବା ଏକ ଘରକୁ ସମ୍ପୂର୍ଣ୍ଣ ଭାଙ୍ଗିଛନ୍ତି। ଉକ୍ତ ଘରେ ଫସଲ ଜଗିବାକୁ ପ୍ରତିଦିନ ଲୋକେ ଶୋଉଥିବା ବେଳେ କାଲି କେହି ଶୋଇ ନ ଥିବାରୁ ବଞ୍ଚିଯାଇଥିବା ଗ୍ରାମବାସୀ କହିଛନ୍ତି। ତେବେ ଏହି ହାତୀପଲଗାଁର ସଭାମଣି ଟାକ୍ରୀ, ବିସେକ ଟାକ୍ରୀଙ୍କ ସମେତ ଅନ୍ୟମାନଙ୍କ ହଳଦୀ, ଅଦା, ମକା, ମାଣ୍ଡିଆ, ଧାନ, କଦଳୀ ଫସଲ ସହ ଘରଗୁଡ଼ିକ ସାମାନ୍ୟ ନଷ୍ଟ କରିଥିବା ଜଣାପଡିଛି। ଖବର ପାଇ ବନ ବିଭାଗ କର୍ମଚାରୀମାନେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଛନ୍ତି। ହାତୀପଲକୁ ଘଉଡ଼ାଇବା ବ୍ୟବସ୍ଥା ଜାରି ରହିିଛି ବୋଲି ମୁନିଗୁଡା ଫରେଷ୍ଟର ହରିଶ୍ଚନ୍ଦ୍ର ମାର୍ଥା ପ୍ରକାଶ କରିଛନ୍ତି। କ୍ଷୟକ୍ଷତି ଆକଳନ କରି ସହାୟତା କରିବାକୁ ଗ୍ରାମବାସୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ଜିଲାରେ ଆଜି ସ୍କୁଲ ଛୁଟି

ବରଗଡ଼,୬ା୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବର୍ଷା ଲାଗି ରହିଛି। ଭାରତୀୟ ପାଣିପାଗ ବିଭାଗ ମଧ୍ୟ ବରଗଡ଼ ଜିଲାରେ ସୋମବାର ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ପୂର୍ବାନୁମାନ…

ଚାକିରି ଛାଡ଼ିବା ପରେ ବଡ଼ କଥା କହିଦେଲେ ଭୁବନେଶ୍ୱର ଡିସିପି, ଓଡ଼ିଶାର ଲୋକେ…

ଭୁବନେଶ୍ୱର,୬ା୭: ଚାକିରି ଛାଡ଼ିବା ପରେ ଭୁବନେଶ୍ୱର ଡିସିପି ଜଗମୋହନ ମୀନା ଓଡ଼ିଶାବାସୀଙ୍କ ପାଇଁ ଏକ ବଡ଼ କଥା କହିଛନ୍ତି। ସେ କହିଛନ୍ତି, ଓଡ଼ିଶାର ଲୋକେ ବହୁତ ଭଲ।…

ସମ୍ବଲପୁରରେ ପ୍ରବଳ ବର୍ଷା: ଜଣେ ଭାସିଗଲେ, ଜଣେ ଉଦ୍ଧାର

ସମ୍ବଲପୁର,୬ା୭(ପ୍ରମୋଦ ବହିଦାର): ସମ୍ବଲପୁରରେ ଗତ ୪ ଦିନ ଧରି ପ୍ରବଳରୁ ଅତି ପ୍ରବଳ ବର୍ଷା ଜାରି ରହିଥିବା ବେଳେ ଗତ ରାତ୍ରି ତମାମ ଅବିଶ୍ରାନ୍ତ ବର୍ଷା ଫଳରେ…

ହତ୍ୟା କରି ନଦୀରେ ଫିଙ୍ଗିଦେଲେ, ଗାଁରେ ଉତ୍ତେଜନା

ନୟାଗଡ଼,୬ା୭(ଲୋକନାଥ ମିଶ୍ର): ନୟାଗଡ଼ ସଦର ଥାନା ଡାଳିଆମଡ଼ା ଗାଁରେ ଏକ ଅଭାବନୀୟ କାଣ୍ଡ ଘଟିଚି। ଅଭି ସାହୁ ନାମକ ଜଣେ ବ୍ୟକ୍ତିଙ୍କୁ ହତ୍ୟା କରି ରବିବାର ରାତିରେ…

କନ୍ଧମାଳରେ ସବୁ ବିଦ୍ୟାଳୟ ଛୁଟି: ମୋବାଇଲ ନେଟ୍‌ଓ୍ବର୍କ୍‌ ନ ଥିବାରୁ ଶିକ୍ଷକଙ୍କ ନିକଟରେ ପହଞ୍ଚିପାରୁନି ନିର୍ଦ୍ଦେଶନାମା

ଦାରିଙ୍ଗବାଡ଼ି,୬ା୭(ଅରୁଣ ସାହୁ): କନ୍ଧମାଳ ଜିଲାରେ ଗୁରୁବାର ବିଳମ୍ବିତ ରାତିରୁ ଲଗାଣ ବର୍ଷା ଜାରି ରହିଛି। ଏଥିପାଇଁ ସୋମବାର ବାଟିକାରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ବିଦ୍ୟାଳୟକୁ ଛୁଟି ରଖିବା…

ଦାରିଙ୍ଗବାଡ଼ି ଅଞ୍ଚଳରେ ଲଗାଣ ବର୍ଷା: ୩ ଦିନ ହେଲା ଅନ୍ଧାରରେ ଏକାଧିକ ପଞ୍ଚାୟତ, ଲୋକଙ୍କୁ ଡିବି-ଲଣ୍ଠନ ଭରସା

ଦାରିଙ୍ଗବାଡ଼ି,୬ା୭(ଅରୁଣ ସାହୁ): କନ୍ଧମାଳ ଜିଲାରେ ଗୁରୁବାର ବିଳମ୍ବିତ ରାତିରୁ ଲଗାଣବର୍ଷା ଜାରି ରହିଛି। ଫଳରେ ଅଞ୍ଚଳରେ ଏକ ପ୍ରକାର ଅଚଳାବସ୍ଥା ଦେଖାଯାଇଛି। ବର୍ଷା ପରଠାରୁ ବିଦ୍ୟୁତ୍‌ ବାରମ୍ବାର…

ଏଇ ଭାରତରେ

ରକ୍ତଦାନ ମହାପୁଣ୍ୟ, ଏହି ଉକ୍ତିର ଯଥାର୍ଥତା ପ୍ରତିପାଦନ କରିଛନ୍ତି ତେଲଙ୍ଗାନାର ଭି. ରାମକୃଷ୍ଣ ରେଡ୍ଡୀ। ସେ ୩୦ ବର୍ଷ ଧରି ରକ୍ତଦାନ କାର୍ଯ୍ୟକ୍ରମକୁ ସଫଳତାର ସହ ସଞ୍ଚାଳନ…

ଐତିହାସିକ ବିସ୍ମୃତିର ନବପର୍ବ

ଗୋଟିଏ ମୂର୍ତ୍ତି। ଅତୀତର ଗର୍ଭରେ ବିଲୀନ ହୋଇଯାଇଥିବା ମହେଞ୍ଜୋଦାରୋ ସଭ୍ୟତାର ସାମାଜିକ ଓ ସାଂସ୍କୃତିକ ଜୀବନଧାରା ସମ୍ପର୍କରେ ଯେଉଁ ଯତ୍‌କିଞ୍ଚତ୍ତ୍‌ ଧାରଣା ଏବେ ଆମେ ପାଇଛେ, ସେଥିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri