‘ମୁନ୍ନା ବଦ୍‌ନାମ୍‌ ହୁଆ’ ଗୀତରେ ଏକାଠି ନାଚିବେ ସଲମାନ, ପ୍ରଭୁଦେବା

ଦବଙ୍ଗ-୩ର ଜବରଦସ୍ତ ଟ୍ରେଲର ରିଲିଜ ହେବା ପରେ ଏବେ ବ୍ୟାକ ଟୁ ବ୍ୟାକ ଗୀତଗୁଡିକ ମଧ୍ୟ ରିଲିଜ ହୋଇଛି। ଦବଙ୍ଗ ଫିଲ୍ମର ମୁନ୍ନି ବଦନାମ ହୁୟି..ଗୀତଟି ଦର୍ଶକଙ୍କଠାରେ ବେଶ ଲୋକପ୍ରିୟ ହୋଇଥିବାବେଳେ ଦବଙ୍ଗ-୩ରେ ମୁନ୍ନି ନୁହେଁ, ‘ମୁନ୍ନା ବମ୍‌ନାମ ହୁଆ’ ଗୀତ ରହିବ। ଖୁବ୍‌ଶୀଘ୍ର ଏହାର ଭିଡିଓ ମଧ୍ୟ ରିଲିଜ୍‌ କରାଯିବ। ଏଥିରେ ସଲମାନଙ୍କ ସହ ନଜର ଆସିବେ ଫିଲ୍ମର ନିର୍ଦ୍ଦେଶକ ପ୍ରଭୁଦେବା। ଉଭୟ ଏହି ଗୀତରେ ଧୂମ୍‌ ନାଚିଥିବା କୁହାଯାଉଛି। ସଲମାନ ଏବଂ ପ୍ରଭୁଦେବା ବ୍ୟତୀତ ଏହି ଗୀତରେ ଓ୍ବାରିନା ହୁସେନ ମଧ୍ୟ ଅଭିନୟ କରିଛନ୍ତି। ଗୀତଟି ଦର୍ଶକଙ୍କ ଦ୍ୱାରା ବେଶ ଆଦୃତ ଲାଭ କରିବ ବୋଲି ଆଶା ରଖିଛନ୍ତି ସଙ୍ଗୀତ ନିର୍ଦ୍ଦେଶକ। ଏହି ଗୀତଟିକୁ କମ୍ପୋଜ କରିଛନ୍ତି ହିଟ ଯୋଡି. ସାଜିଦ-ନାଜିଦ। ଏଥର ପୋଲିସବାଲା ଗୁଣ୍ଡା ହୋଇ ଦର୍ଶକଙ୍କ ପାଖକୁ ଆସୁଛନ୍ତି ଚୁଲବୁଲ ପାଣ୍ଡେ ବା ସଲମାନ ଖାନ। ଦବଙ୍ଗ-୩ରେ ସଲମାନଙ୍କ ସହ ମୁଖ୍ୟ ଭୂମିକାରେ ଦୁଇ ଜଣ ଅଭିନେତ୍ରୀଙ୍କୁ ଦେଖିବାକୁ ମିଳିବେ। ଅଭିନେତ୍ରୀ ସୋନାକ୍ଷୀ ସିହ୍ନା ବ୍ୟତୀତ ଏହି ଫିଲ୍ମରେ ନବାଗତା ସାଇ ମଙ୍ଗେସ୍କରଙ୍କୁ ଦେଖିବାକୁ ପାଇବେ ଦର୍ଶକ। ଅନ୍ୟପକ୍ଷରେ ଦକ୍ଷିଣ ଫିଲ୍ମ ଜଗତର ଅଭିନେତା ସୁଦିପ ଖଳନାୟକ ଭୂମିକାରେ ନଜର ଆସିବେ। ପ୍ରଭୁଦେବା ଦବଙ୍ଗ-୩ ଫିଲ୍ମର ନିର୍ଦ୍ଦେଶନା ଦେଇଥିବା ବେଳେ ଏହାର ପ୍ରଯୋଜନା ଭାର ସମ୍ଭାଳିଛନ୍ତି ସଲମାନଙ୍କ ଭାଇ ଅରବାଜ ଖାନ। ଆସନ୍ତା ଡିସେମ୍ବର ୨୦ ଖ୍ରୀଷ୍ଟମାସ ଅବସରରେ ବଡ ପରଦାରେ ଫିଲ୍ମଟି ରିଲିଜ ହେବ।


Enter your email to get our daily news in your inbox.

All Right Reserved By Dharitri.Com

‘ଗଞ୍ଜାମ ବ୍ଲକରେ ବର୍ତ୍ତମାନ ସୁଦ୍ଧା ୮୯ ପ୍ରତିଶତ ଧାନ କିଣା ସରିଛି’

ଗଞ୍ଜାମ,୧୯ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକର ୧୫ଟି ପଞ୍ଚାୟତରେ ସରକାରଙ୍କ ପକ୍ଷରୁ ହୋଇଥିବା ଚାଷୀ ଧାନ ବିକ୍ରି ପାଇଁ ମଣ୍ଡିର କେତେକ ସ୍ଥାନରେ ଅବ୍ୟବସ୍ଥା ଦେଖାଦେଇଛି। ଏଥିପାଇଁ ଚାଷୀଙ୍କୁ…

ପଡ଼ିଆରେ ଅଘଟଣରେ: କ୍ରିକେଟ୍‌ ମ୍ୟାଚ୍‌ ଚାଲିଥିବାବେଳେ ମହୁମାଛି ଆକ୍ରମଣ, ଅମ୍ପାୟାର ମୃତ

ଲକ୍ଷ୍ନୌ,୧୯।୨: ଭାରତରେ ଏକ କ୍ରିକେଟ ମ୍ୟାଚ ଚାଲିଥିବା ସମୟରେ ଏକ ଅଘଟଣ ଘଟିଛି। ଏଠାରେ ଏକ ମ୍ୟାଚ୍‌ ଚାଲିଥିବାବେଳେ ମହୁମାଛି ଆକ୍ରମଣରେ ଜଣେ ଅମ୍ପାୟାରଙ୍କ ମୃତ୍ୟୁ ଘଟିଛି।…

ଭାରତୀୟ ବିମାନ କମ୍ପାନୀ ବିରୋଧରେ ବାଂଲାଦେଶ ନେଲା ବଡ଼ ନିଷ୍ପତ୍ତି: ଏୟାରସ୍ପେସ ବନ୍ଦ

ଢାକା,୧୯।୨: ବାଂଲାଦେଶର ତାରିକ ରହମାନ ସରକାର ବକେୟା ଦେୟ ପରିଶୋଧ ନ କରିବା କାରଣରୁ ଭାରତୀୟ ବଜେଟ ବିମାନ କମ୍ପାନୀ ସ୍ପାଇସଜେଟକୁ ଏହାର ଏୟାରସ୍ପେସ ବ୍ୟବହାର କରିବାରୁ…

ରାଜ୍ୟରେ ବଢ଼ିବ ସବ୍‌ଡିଭିଜନ, ଏହି ଜିଲାରୁ ଆସିଛି ସର୍ବାଧିକ ପ୍ରସ୍ତାବ

ଭୁବନେଶ୍ୱର,୧୯ା୨: ରାଜ୍ୟରେ ବଢ଼ିପାରେ ସବ୍‌ଡିଭିଜନ ସଂଖ୍ୟା, ଏନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଗୁରୁବାର ଗୃହରେ ସୂଚନା ଦେଇଛନ୍ତି। ୬୬ ନୂଆ ସବ୍‌ଡିଭିଜନ ଗଠନ ପାଇଁ ସରକାରଙ୍କୁ…

ସେବାଶ୍ରମ ବିଦ୍ୟାଳୟ ଅଫିସ ରୁମ୍‌ରେ ପିଅନଙ୍କ ଝୁଲନ୍ତା ମୃତଦେହ

ନନ୍ଦପୁର,୧୯ା୨(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ବିଲାପୁଟ ପଞ୍ଚାୟତର ଜବାଗଡ଼ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଅଫିସ ରୁମ୍‌ରୁ ଗୁରୁବାର ସକାଳେ କାର୍ଯ୍ୟରତ ପିଅନ (ସିସିଏ)…

ଶିମିଳିପାଳରେ ହେବ ହେଲିପ୍ୟାଡ୍‌’

ଭୁବନେଶ୍ୱର,୧୯ା୨: ମୟୂରଭଞ୍ଜ ଜିଲା ଶିମିଳିପାଳରେ ହେଲିପ୍ୟାଡ୍‌ ହେବ। ଏନେଇ ବିଧାନସଭା ଗୃହରେ ପରିବହନ ମନ୍ତ୍ରୀ ବିଭୂତି ଜେନା ସୂଚନା ଦେଇଛନ୍ତି। ସେ କହିଛନ୍ତି, ଆବଶ୍ୟକୀୟ ଜମି ନିରୂପଣ…

ମେୟର ସୁବାସ ସିଂଙ୍କୁ ଟାର୍ଗେଟ୍‌ କଲେ ସୋଫିଆ, କହିଲେ ନିଜ ସ୍ବାର୍ଥ ପାଇଁ…

କଟକ,୧୯ା୨: କଟକରେ ଜଣ୍ଡିସ୍‌ କାୟା ବିସ୍ତାର କରିବା ପ୍ରସଙ୍ଗରେ ମେୟର ସୁବାସ ସିଂଙ୍କୁ ଟାର୍ଗେଟ୍‌ କରିଛନ୍ତି କଂଗ୍ରେସ ବିଧାୟିକା ସୋଫିଆ ଫିର୍ଦ୍ଦୋସ। ସେ କହିଛନ୍ତି, ନିଜ ସ୍ବାର୍ଥ…

AI ହେଉଛି ଭବିଷ୍ୟତ: MANAV ଭିଜନ୍‌ ଉପସ୍ଥାପନ କଲେ ମୋଦି

ନୂଆଦିଲ୍ଲୀ,୧୯।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତ ମଣ୍ଡପମରେ ଅନୁଷ୍ଠିତ ଇଣ୍ଡିଆ AI ଇମ୍ପାକ୍ଟ ସମିଟ ୨୦୨୬କୁ ସମ୍ବୋଧିତ କରିଛନ୍ତି। ସେ ଏହି ସମିଟକୁ ବିଶ୍ୱର ସର୍ବବୃହତ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri