Posted inଗଜପତି

ମୁମ୍ବାଇରୁ ଗଜପତିକୁ ୩ ଟ୍ରକ୍‌ରେ ଫେରୁଛନ୍ତି ପ୍ରବାସୀ

ପାରଳାଖେମୁଣ୍ଡି, ୧୪ା୫ (ସ୍ବ.ପ୍ର.)- ମହାରାଷ୍ଟ୍ରର ନଭି ମୁମ୍ବାଇରୁ ଗଜପତି ଜିଲାକୁ ଟ୍ରକ୍‌ ଯୋଗେ ୧୫୦ରୁ ଊର୍ଦ୍ଧ୍ୱ ପ୍ରବାସୀ ଓଡ଼ିଆ ଶ୍ରମିକ ଫେରୁଥିବା ଜଣାପଡିଛି ା ଏମାନଙ୍କ ମଧ୍ୟରେ ଗଜପତି ଜିଲାର ଗୁମ୍ମା ଓ ରାୟଗଡ଼ା ଜିଲାର ଶ୍ରମିକ ଅଛନ୍ତି। ଗୁମ୍ମା ବ୍ଲକର ବାବୁଲୁ ଲୁଆର, ଜୁରାସ ଗମା, ଲିଭିଙ୍ଗ୍‌ଷ୍ଟନ୍‌ ଭୂୟଁା, ଇସ୍ରାଏଲ ଭୂୟଁା,ମିଶାଇଲ ଭୂୟଁା ପ୍ରମୁଖ କହିଛନ୍ତି ଯେ, ଆମେ ନଭି ମୁମ୍ବାଇରେ କାର୍ଯ୍ୟ କରୁଥିଲା। ପ୍ରତ୍ୟହ ୫ରୁ ୬ଶହ ଟଙ୍କା ରୋଜଗାର କରୁଥିଲୁ ା ତେବେ ଲକ୍‌ଡାଉନ୍‌ ଯୋଗୁ ସବୁ କାମ ବନ୍ଦ ହୋଇଗଲା ା ସଞ୍ଚତ୍ତ ଯାହା ଅର୍ଥ ଥିଲା ସେଥିରେ ପ୍ରାୟ ଦେଢମାସ ଚଳିଲୁ ା ଏବେ ଅର୍ଥାଭାବ ଯୋଗୁ ମୁମ୍ବାଇରେ ଚଳିବା କଷ୍ଟକର ହେଉଛି। କୌଣସି ଉପାୟ ନ ପାଇ ଆମେ ୩ଟି ଟ୍ରକ୍‌ରେ ୧୫୦ରୁ ଊର୍ଦ୍ଧ୍ୱ ଶ୍ରମିକ ଗଜପତି ଫେରୁଛୁ ା ରାୟଗଡା ଜିଲାର ଅଳ୍ପ କେତେଜଣ ଶ୍ରମିକ ଆମ ସହ ଫେରୁଛନ୍ତି ବୋଲି ସେମାନେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହେନ୍ଦ୍ରଗିରିରେ ଭୟଙ୍କର ଦୁର୍ଘଟଣା: ଘାଟିରେ ଓଲଟିଲା ପାଣି ଟ୍ୟାଙ୍କର ଟ୍ରାକ୍ଟର, ଚାଲିଗଲା ହେଲ୍‌ପରଙ୍କ ଜୀବନ, ଚାଳକ…

ଗଜପତି, ୪ା୪(ଗିରିଧାରୀ ପରିଛା): ଗଜପତି ଜିଲା ଗାରାବନ୍ଧ ଥାନା ରାୟଗଡ଼ ବ୍ଲକ ଅନ୍ତର୍ଗତ ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ମହେନ୍ଦ୍ରଗିରିରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ପାଣି ବୋଝେଇ…

ମହଙ୍ଗା ପଡ଼ିଲା କର୍ତ୍ତବ୍ୟରେ ଅବହେଳା: ବିଏଲ୍‌ଓ ନିଲମ୍ବିତ

ଗଜପତ/ମୋହନା,୪।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ଗଜପତି ଜିଲା ୧୩୭-ପାରଳାଖେମୁଣ୍ଡି ବିଧାନସଭାର କାଶୀନଗର ବ୍ଲକ ଅନ୍ତର୍ଗତ ଭୋଟଗ୍ରହଣ କେନ୍ଦ୍ରର ବୁଥସ୍ତରୀୟ ଅଧିକାରୀ ଦାୟିତ୍ୱରେ ଥିବା ସହକାରୀ ଶିକ୍ଷକଙ୍କୁ ଜିଲା ନିର୍ବାଚନ…

ଛାତ୍ରୀଛାତ୍ର-ଶିକ୍ଷକଙ୍କ ମଧ୍ୟରେ ସୁସମ୍ପର୍କ ଗଢ଼ିବାକୁ ପ୍ରୟାସ

ମୋହନା,୪।୪( ମନ୍ମଥ ମିଶ୍ର ): ଗଜପତି ଜିଲା ମୋହନାରେ ଥିବା ପିଏମଶ୍ରୀ ଏସ୍‌ଏସ୍‌ଡି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ପ୍ରଧାନ ଶିକ୍ଷକ ସତ୍ୟ ରଞ୍ଜନ କରଙ୍କ ତତ୍ୱାବଧାନରେ ପ୍ରବେଶ…

ଜମିରେ କୀଟନାଶକ ସିଞ୍ଚନ କରି ଶୋଇ ଆଉ ଉଠିଲେନି କୃଷିଶ୍ରମିକ, ତାପରେ….

ଗଜପତି,୪।୪(ଗିରିଧାରୀ ପରିଛା): ଗଜପତି ଜିଲା ଗୋଷାଣି ବ୍ଲକ ଗୁରାଣ୍ଡି ଥାନା ଅନ୍ତର୍ଗତ ତାଟିପାଟି ଗ୍ରାମରେ ଅଭାବନୀୟ ଘଟଣା । ଜଣେ କୃଷିଶ୍ରମିକ ଭାବେ କାର୍ଯ୍ୟ କରୁଥିବା ବ୍ୟକ୍ତି…

କାଳବୈଶାଖୀ ତାଣ୍ଡବ: ଟଳିପଡ଼ିଲେ ଗୋଟିଏ ପରେ ଗୋଟିଏ ଗୋରୁ…

ମୋହନା,୪।୩(ମନ୍ମଥ ମିଶ୍ର): କାଳବୈଶାଖୀରେ ଆଖି ବୁଜିଲେ ୪ ଗୋରୁ। ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ବ୍ଲକ ମେରାପଲ୍ଲୀ ପଞ୍ଚାୟତ ବନ୍ଧାଗୁଡା ଗାଁରେ।…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ଜିଲାର ସଂସ୍କୃତି ପରମ୍ପରା ପାଳନରେ ବିଭାଗର ଖାମଖିଆଲି ମନୋଭାବ: ଓଡ଼ିଶାର ବରପୁତ୍ରଙ୍କୁ ଅଣଦେଖା

ପାରଳାଖେମୁଣ୍ଡି,୨ା୪(ଗିରିଧାରୀ ପରିଚ୍ଛା): ଓଡ଼ିଶା ଦିବସରେ ଓଡ଼ିଶାର ନିର୍ମାତାଙ୍କ ମାଟିରେ ଅପମାନ ଓ ଅବହେଳା ପରିଲକ୍ଷିତ ହୋଇଛି। ଓଡ଼ିଶା ଦିବସ ପାଳନରେ ସ୍ଥାନୀୟ ବୁଦ୍ଧିଜୀବୀ ଓ ବରିଷ୍ଠ ବ୍ୟକ୍ତିମାନଙ୍କୁ…

ଚୋରାରେ ଚାଲିଛି ଗ୍ୟାସ୍‌ କାରବାର, ୯୦ ଘରୋଇ ସିଲିଣ୍ଡର ଜବତ

ମୋହନା,୨ା୪(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଅଞ୍ଚଳରୁ ଗୋଟିଏ ଗାଁରୁ ୯୦ଟି ଘରୋଇ ସିଲିଣ୍ଡର ଜବତ ହୋଇଛି। ଇରାନ ଓ ଆମେରିକା ଯୁଦ୍ଧ ଲାଗିବା ପରଠାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri