ମୁମ୍ବାଇରେ ଡାକ୍ତର, ନର୍ସ କରୋନା ସଂକ୍ରମିତ: ୨ ଘରୋଇ ହସ୍ପିଟାଲ ସିଲ୍‌

ମୁମ୍ବାଇ,୭।୪: ମହାରାଷ୍ଟ୍ରରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢି ଚାଲିଥିବା ବେଳେ ଏବେ ଏହା ଡାକ୍ତର ଓ ନର୍ସଙ୍କ ମଧ୍ୟରେ ଦେଖାଯିବାରୁ ଚିନ୍ତାର କାରଣ ପାଲଟିଯାଇଛି। ଏଠାରେ ଥିବା ଏକ ଘରୋଇ ହସ୍ପିଟାଲରେ ପାଖାପାଖି ୫୨ ଜଣ ଡାକ୍ତର ଓ ନର୍ସ କରୋନା ଭାଇରସରେ ପୀଡ଼ିତ ହେବା ପରେ ଉକ୍ତ ହସ୍ପିଟାଲକୁ ସିଲ୍‌ କରି ଦିଆଯାଇଛି। ସେହିପରି ଅନ୍ୟଏକ ଘରୋଇ ହସ୍ପିଟାଲରେ ୧୫ କରୋନା ପଜିଟିଭଙ୍କୁ ଚିହ୍ନଟ କରାଯିବା ପରେ ସେଥିମଧ୍ୟରୁ ୨ ଜଣ ରୋଗୀ ଥିବା ବେଳେ ଅନ୍ୟ ସମସ୍ତ ପଜିଟିଭ ନର୍ସିଂ ଷ୍ଟାଫ ବୋଲି ଜଣାପଡିଛି। ଏହାପରେ ଉକ୍ତ ହସ୍ପିଟାଲକୁ ମଧ୍ୟ ସିଲ୍‌ କରି ଦିଆଯାଇଛି। ଏବେ ହସ୍ପିଟାଲ ଭିତରେ ଥିବା କୌଣସି ଲୋକଙ୍କୁ ବାହାରକୁ ଛାଡି ଦିଆଯାଉ ନ ଥିବା ଜଣାପଡିଛି। ସୂଚନାଯୋଗ୍ୟ, ଦେଶରେ ପ୍ରଥମେ ପ୍ରାୟ ୫୦ ଡାକ୍ତର କରୋନା ଭୂତାଣୁ ଦ୍ୱାରା ସଂକ୍ରମିତ ହେବା ଫଳରେ ସ୍ବାସ୍ଥ୍ୟ ବିଭାଗର ଚିନ୍ତା ବଢି ଯାଇଥିଲା। ଏବେ କିନ୍ତୁ ଏହି ଡାକ୍ତରମାନେ ରୋଗୀଙ୍କଠାରୁ ସଂକ୍ରମିତ ହେଉଛନ୍ତି ନା ଅନ୍ୟ କେମିତି ସଂକ୍ରମିତ ହେଉଛନ୍ତି ତା’ଉପରେ କାମ ଆରମ୍ଭ ହୋଇଥିବା କୁହାଯାଉଛି। ସୂଚନାଯୋଗ୍ୟ, ମଙ୍ଗଳବାର ସକାଳ ସୁଦ୍ଧା ମହାରାଷ୍ଟ୍ରରେ ୨୩ ନୂଆ ରୋଗୀ ଚିହ୍ନଟ ହେବା ପରେ ଏଠାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ପହଞ୍ଚିଛି ୮୯୧ରେ।


Enter your email to get our daily news in your inbox.

All Right Reserved By Dharitri.Com

ବିଧାୟକଙ୍କ ଉପସ୍ଥିତିରେ ଆପୋଷ ବୁଝାମଣାରେ ତୁଟିଲା ଉଠାଦୋକାନୀ ବିବାଦ

ଛତ୍ରପୁର,୨୫।୮(ଦିଲ୍ଲୀପ ସାମଲ): ଛତ୍ରପୁର ସହର ବାଳିକା ଉଚ୍ଚ ବିଦ୍ୟାଳୟ ନିକଟ ପରିବା ବଜାର ଉଠାଦୋକାନୀ ମଙ୍ଗଳବାର ବନ୍ଦ ଡାକରା ଦେଇଥିବା ବେଳେ ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକଙ୍କ…

ଇମ୍ରାନଙ୍କୁ ନେଇ ଏମିତି କହିଲେ କପିଲ ଦେବ, ହେଉଛି ବଡ଼ ଚର୍ଚ୍ଚା

ନୂଆଦିଲ୍ଲୀ,୨୫।୮: ପୂର୍ବତନ ଭାରତୀୟ କ୍ରିକେଟ ଦଳର ଅଧିନାୟକ କପିଲ ଦେବ ପୁଣି ଥରେ ପୂର୍ବତନ ପାକିସ୍ତାନୀ କ୍ରିକେଟର ଇମ୍ରାନ ଖାନଙ୍କ ସମର୍ଥନରେ ବାହାରିଛନ୍ତି। ସମ୍ପ୍ରତି, 21 ଜଣ…

ରାହୁଲ ଗାନ୍ଧୀଙ୍କ ଉପରେ ରାଗିଗଲେ ଶଙ୍କରାଚାର୍ଯ୍ୟ, ଦେଲେ ସିଧା ଚେତାବନୀ

ନୂଆଦିଲ୍ଲୀ,୨୫।୮: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ମନୁସ୍ମୃତି ସମ୍ପର୍କିତ ବୟାନକୁ ନେଇ ଶଙ୍କରାଚାର୍ଯ୍ୟ ସ୍ବାମୀ ଅବିମୁକ୍ତେଶ୍ୱରାନନ୍ଦ ତୀବ୍ର ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି ଯେ, ମନୁସ୍ମୃତି ଏବଂ…

ଅସରପା ଶବ୍ଦକୁ ନେଇ ଏବେବି ରହିଛି ବିବାଦ, ପୁଣି ଉଠିଲାଣି CJIଙ୍କ କଥା? ଅଭିଜିତ ଦୀପକେଙ୍କ ଆଶ୍ଚର୍ଯ୍ୟଜନକ ଦାବି

ନୂଆଦିଲ୍ଲୀ,୨୫।୮: ‘କକ୍ରୋଚ’ ଶବ୍ଦର ବ୍ୟବହାରକୁ ନେଇ ରାଜନୈତିକ ବିବାଦ ଜାରି ରହିଛି। ଏହା ମଧ୍ୟରେ, କକ୍ରୋଚ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଦାବି କରିଛନ୍ତି…

ବର୍ଷର ଶେଷ ଚନ୍ଦ୍ରଗ୍ରହଣ: ଚନ୍ଦ୍ରମାକୁ ଗ୍ରାସ କରିବେ ରାହୁ; ସଙ୍କଟରେ ଏହି ୫ ରାଶି, ହେବ ବଡ଼ କ୍ଷତି!

ଚଳିତ ବର୍ଷର ଶେଷ ଚନ୍ଦ୍ରଗ୍ରହଣ ୨୮ ଅଗଷ୍ଟରେ ଲାଗିବାକୁ ଯାଉଛି। ଜ୍ୟୋତିଷ ଅନୁସାରେ, ଏହି ଚନ୍ଦ୍ରଗ୍ରହଣ କୁମ୍ଭ ରାଶିରେ ଘଟିବ। ଏହି ସମୟରେ କୁମ୍ଭ ରାଶି ଉପରେ…

ଅଙ୍ଗନୱାଡି ସଂଘର ଅନଶନ ଆରମ୍ଭ, ଉପଜିଲାପାଳଙ୍କୁ ଦେଲେ ଦାବିପତ୍ର

ଗୁଣପୁର,୨୫।୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଅଙ୍ଗନୱାଡି କର୍ମୀମାନେ ଅନଶନ ଆରମ୍ଭ କରିଛନ୍ତି । ବିଭିନ୍ନ ଦାବି ନେଇ ମଙ୍ଗଳବାର ଠାରୁ ଏହି ବିକ୍ଷୋଭ ଆରମ୍ଭ କରିଛନ୍ତି…

ଜୀବିତ ଅଛନ୍ତି ମୋଜତାବା ଖାମେନେଇ; ଇରାନ ପ୍ରଥମ ଥର ପାଇଁ କହିଲା…

ତେହରାନ,୨୫।୮: ଇରାନର ମୋଜତାବା ଖାମେନେଇଙ୍କ ସ୍ଥିତି ସମ୍ପର୍କରେ ଥିବା ରହସ୍ୟର ସମାଧାନ ହୋଇଛି। ଆମେରିକା ଏବଂ ଇରାନ ମଧ୍ୟରେ ସଂଘର୍ଷ ସମୟରେ ମୋଜତାବା ଖାମେନେଇ ଆହତ ହୋଇଥିଲେ।…

ଯୁବପିଢ଼ି ପାଇଁ ବଡ଼ ଘୋଷଣା କଲେ ସରକାର: ଆଗାମୀ ୬ ମାସରେ ମିଳିବ ୧ ଲକ୍ଷ ସରକାରୀ ନିଯୁକ୍ତି

ନୂଆଦିଲ୍ଲୀ,୨୫।୮: ଉତ୍ତର ପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ରାଜ୍ୟର ଯୁବପିଢ଼ି ପାଇଁ ବଡ଼ ଘୋଷଣା କରିଛନ୍ତି। ଲକ୍ଷ୍ନୌରେ ୩,୪୪୬ ଜଣ ପ୍ରାବିଧିକ ସହାୟକ ଏବଂ ୧୨୬ ଜଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri