ମୁମ୍ବାଇରେ ଫସିଛନ୍ତି ୬୮ସଂସ୍କୃତ ଛାତ୍ରୀଛାତ୍ର

ଖୋର୍ଦ୍ଧା ଅଫିସ,୧୩ା୫: କରୋନା ଲାଗି ଦେଶରେ ତୃତୀୟ ପର୍ଯ୍ୟାୟ ଲକ୍‌ଡାଉନ୍‌ ଜାରି ରହିଛି। ଫଳରେ ମୁମ୍ବାଇ ସ୍ଥିତ ରାଷ୍ଟ୍ରୀୟ ସଂସ୍କୃତ ସଂସ୍ଥାନ(ଆରଏସଏସ) ବିଦ୍ୟା ବିହାରରେ ଫସି ରହିଥିବା ଓଡ଼ିଶାର ୬୮ଜଣ ସଂସ୍କୃତ ଛାତ୍ରୀଛାତ୍ର ଫେରିବା ଲାଗି କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀଙ୍କୁ ଏକ ପତ୍ର ଲେଖିବା ସହ ସେମାନଙ୍କ ଫେରିବା ବ୍ୟବସ୍ଥା ଲାଗି ନିବେଦନ କରିଛନ୍ତି। ଅନ୍ୟପକ୍ଷେ ଏ ନେଇ ସୋସିଆଲ ମିଡିଆରେ ଏକ ଭିଡିଓ ଭାଇରାଲ ହୋଇଛି। ପତ୍ରରେ ଦର୍ଶାଯାଇଛି ଯେ, ଓଡ଼ିଶାର ବିଭିନ୍ନ ଜିଲାର ୬୮ଜଣ ଛାତ୍ରୀଛାତ୍ର ମୁମ୍ବାଇସ୍ଥିତ ରାଷ୍ଟ୍ରୀୟ ସଂସ୍କୃତ ସଂସ୍ଥାନ,ବିଦ୍ୟା ବିହାର କ୍ୟାମ୍ପସରେ ବିଏଡ୍‌ ବିଭାଗରେ ଅଧ୍ୟୟନ କରୁଛନ୍ତି। ଦ୍ୱିତୀୟ ବର୍ଷ ଅନ୍ତିମ ପରୀକ୍ଷା ଲାଗି ଅପେକ୍ଷା କରିଥିଲେ। କିନ୍ତୁ ଏହି ସମୟରେ କରୋନା ଲାଗି ଦେଶରେ ଲକ୍‌ଡାନ୍‌ ଜାରି କରାଯାଇଥିଲା। ଫଳରେ ଛାତ୍ରୀଛାତ୍ରମାନେ ଫେରିପାରି ନ ଥିଲେ। ରାଜ୍ୟକୁ ଫେରିବା ଲାଗି ସ୍ଥାନୀୟ ପୋଲିସ ଓ ପ୍ରଶାସନକୁ ଅନୁରୋଧ ସତ୍ତ୍ୱେ କୌଣସି ପଦକ୍ଷେପ ଗ୍ରହଣ କରାଗଲା ନାହିଁ। ଅନ୍ୟପଟେ ସମସ୍ତ ଛାତ୍ରୀଛାତ୍ର ଓଡ଼ିଶା ଏବଂ ମହାରାଷ୍ଟ୍ର ସରକାରଙ୍କ ଓ୍ବେବ ପୋର୍ଟାଲ ଜରିଆରେ ନାମ ପଞ୍ଜୀକରଣ କରିଛନ୍ତି। ଓଡ଼ିଶା ସରକାରଙ୍କ ହେଲ୍ପ ଲାଇନ ନମ୍ବରରେ ଯୋଗାଯୋଗ ସତ୍ତ୍ୱେ କୌଣସି ସୁଫଳ ମିଳି ନ ଥିବା ଛାତ୍ରୀଛାତ୍ରମାନେ ମନ୍ତ୍ରୀଙ୍କୁ ଲେଖିଥିବା ପତ୍ରରେ ଉଲ୍ଲେଖ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜମିବାଡ଼ି ବିବାଦକୁ ନେଇ ଗୋଟିଏ ପରିବାର ଉପରେ ସଂଘବଦ୍ଧ ଆକ୍ରମଣ, ମେଡିକାଲରେ ଦମ୍ପତି

ହାଟଡିହୀ/ଛେନାପଦୀ,୨୨।୭(ଶୁଭକାନ୍ତ ନାୟକ / ନିରାକାର ପରିଡ଼ା): କେନ୍ଦୁଝର ଜିଲା ସୋସୋ ଥାନା ଅଧୀନ ମିଠିଗାଁ ଗ୍ରାମରେ ଜମିବାଡ଼ି ବିବାଦକୁ କେନ୍ଦ୍ର କରି ଗୋଟିଏ ପରିବାର ଉପରେ ସଂଘବଦ୍ଧ…

ଭଦ୍ରକରୁ ଆସି କେନ୍ଦୁଝରରେ ଚୋରି, ଆଗରପଡ଼ାରୁ ଧରାପଡ଼ିଲେ…

ହାଟଡିହୀ/ଛେନାପଦୀ, ୨୨।୭(ଶୁଭକାନ୍ତ ନାୟକ / ନିରାକାର ପରିଡ଼ା): କେନ୍ଦୁଝର ଜିଲା ସୋସୋ ପୋଲିସ ଆଗରପଡ଼ା ଥାନା ଅଞ୍ଚଳରୁ ମୋଟରସାଇକେଲ୍ ଚୋରି ଅଭିଯୋଗରେ ଜଣକୁ ଗିରଫ କରିଛି। ଆଗରପଡ଼ା…

ଗଡ଼ଚଣ୍ଡୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଶ୍ରେଣୀଗୃହରେ ଆଣ୍ଠୁଏ ପାଣି, ଶିକ୍ଷାଦାନ ବନ୍ଦ

ହାଟଡିହୀ, ୨୨।୭(ଶୁଭକାନ୍ତ ନାୟକ / ନିରାକାର ପରିଡା): ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ସାଙ୍ଘାତିକ ପରିସ୍ଥିତି ସୃଷ୍ଟି ହୋଇଛି। କେଉଁଠି ପୋଲ…

ନମ୍ବରହୀନ କାର୍‌ରେ ଚାଲାଣ ହେଉଥିଲା ୪୦ କେଜି ଗଞ୍ଜେଇ: ପାଟପୁର ପୋଲିସ ହାତରେ ଧରାପଡ଼ିଲେ ୨…

ଦିଗପହଣ୍ଡି,୨୨।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ବୁଧବାର ଅପରାହ୍ନରେ ଏକ ଗଞ୍ଜେଇ ବୋଝେଇ ନମ୍ବରହୀନ ହୁଣ୍ଡାଇ କାର୍ ଜବତ କରିବା ସହ ଦୁଇ ଜଣ…

ରାଜ୍ୟ ରାଜନୀତିରେ ହଲଚଲ୍! କ୍ୟାପିଟାଲ୍‌ ଥାନା ପକ୍ଷରୁ ପାଣ୍ଡିଆନଙ୍କୁ ନୋଟିସ, ଏହି ଦିନ ହେବ ହାଜର

ଭୁବନେଶ୍ବର,୨୨।୭: CMOରୁ ଫାଇଲ୍‌ ଗାୟବ ମାମଲାରେ ଭିକେ ପାଣ୍ଡିଆନ୍‌ଙ୍କୁ ନୋଟିସ କରାଯାଇଛି । ପୂର୍ବତନ ଆଇଏଏସ୍‌ ଅଫିସର ଭି.କେ ପାଣ୍ଡିଆନଙ୍କୁ ଆସନ୍ତା ୨୫ ତାରିଖ ଦିନ ୧୧ଟା…

ଦିଗପହଣ୍ଡିରେ ଗୋପାଳ ସମାଜର ତୃତୀୟ ବାର୍ଷିକ ସମ୍ମିଳନୀ: କଲ୍ୟାଣ ମଣ୍ଡପ ନିମନ୍ତେ ଏମ୍.ପି. କଲେ ଶିଳାନ୍ୟାସ

ଦିଗପହଣ୍ଡି,୨୨|୭(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି-ପୋଡ଼ାମାରି ରାସ୍ତାରେ ଥିବା ତିନି ତାଲୁକା ଷୋହଳ ଖଣ୍ଡ ଗୋପାଳ ସମାଜ ପରିଚାଳନା ପରିଷଦ କାର୍ଯ୍ୟାଳୟ ପରିସରରେ ଗୋପାଳ…

ଲଗାଣ ବର୍ଷାରେ ଭୁଶୁଡ଼ିଲା ବାଞ୍ଛା ପୋଲ, ଯୋଗାଯୋଗ ବିଚ୍ଛିନ୍ନ

ହାଟଡିହୀ/ଛେନାପଦୀ,୨୨ା୭(ଶୁଭକାନ୍ତ ନାୟକ/ନିରାକାର ପରିଡା): ଲଗାଣ ବର୍ଷାରେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ପରିସ୍ଥିତି ସଙ୍ଗୀନ ହୋଇ ପଡିଛି । ଲୋକେ ଘରୁ ବାହାରିବା ମୁସ୍କିଲ ହୋଇପଡିଛି…

ଚାଇନା ବିରୋଧରେ ଚନ୍ଦ୍ରଗିରିରେ ତିବତୀୟ ୟୁଥ୍ କଂଗ୍ରେସ ପକ୍ଷରୁ ଶାନ୍ତିପୂର୍ଣ୍ଣ ପ୍ରତିବାଦ, ଦାବି ରଖି…

ମୋହନା,୨୨ା୭( ମନ୍ମଥ ମିଶ୍ର ): ଗଜପତି ଜିଲା ଚନ୍ଦ୍ରଗିରିରେ ବସବାସ କରୁଥିବା ତିବତୀୟ ଶରଣାର୍ଥୀମାନେ ଚାଇନାର କଥିତ ଦମନ ନୀତିକୁ ବିରୋଧ କରି ଶାନ୍ତିପୂର୍ଣ୍ଣ ଭାବେ ଶୋଭାଯାତ୍ରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri