Posted inଜାତୀୟ

ମୁମ୍ବାଇରେ ଭୁଶୁଡ଼ିଲା ୪ମହଲା କୋଠା

ମୁମ୍ବାଇ,୨୪।୮: ମହାରାଷ୍ଟ୍ର ରାଜ୍ୟ ଭିଓ୍ବାଣ୍ଡିର ଶାନ୍ତିନଗରରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ୪ ମହଲା ବିଶିଷ୍ଟ କୋଠାଘର ଭୁଶୁଡ଼ିପଡ଼ିଛି। ଏହି ଦୁଃଖଦ ଘଟଣାରେ ୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫ଜଣ ଗୁରୁତର ଆହତ ହୋଇଛନ୍ତି। ଆହତମାନଙ୍କୁ ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଆଉ କିଛି ଲୋକ ଭଗ୍ନାବଶେଷ ତଳେ ଚାପି ହୋଇଯାଇଥିବା ସନ୍ଦେହ କରାଯାଉଛି। ଏହି ଘଟଣାରେ ମୃତକଙ୍କ ସଂଖ୍ୟା ବୃଦ୍ଧି ପାଇବା ନେଇ ଆଶଙ୍କା କରାଯାଉଛି। ଘଟଣାସ୍ଥଳରେ ଏବେ ବି ପୋଲିସ ଓ ଏନ୍‌ଡିଆରଏଫ୍‌ ଟିମ୍‌ ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି। ଭିୱାଣ୍ଡିଠାରେ ଥିବା କୋଠାଘର ପୂର୍ବରୁ ଜରାଜୀର୍ଣ୍ଣ ଅବସ୍ଥାରେ ଥିବା ବେଳେ ଏହା ଭୁଶୁଡ଼ିପଡ଼ିବା ଆଶଙ୍କାରେ ସେଠାରେ ଲୋକମାନଙ୍କୁ ଖାଲି କରାଯାଇଥିଲା। ହେଲେ ଘଟଣା ଘଟିବା ଦିନ ସେଠାରୁ ଲୋକଙ୍କୁ ଖାଲି କରାଯାଉଥିବା ସମୟରେ କିଛି ଲୋକ ବିନାନୁମତିରେ ନିଜ ଜିନିଷ ଆଣିବା ପାଇଁ ଘର ଭିତରକୁ ଚାଲି ଯାଇଥିଲେ। ଏହାପରେ କୋଠାଟି ଭୁଶୁଡି ପଡ଼ିଥିଲା ବୋଲି ଭିୱାଣ୍ଡି-ନିଜାମପୁର ନଗରପାଳିକା କମିଶନର ଅଶୋକ ରଣଖମ୍ବ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସକାଳୁ ସକାଳୁ ବରଗଡ଼ ସହରରେ ଅଗ୍ନିକାଣ୍ଡ: ଚଷମା ଦୋକାନ ଛାରଖାର

ବରଗଡ଼,୮ା୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ସୋମବାର ସକାଳୁ ଏକ ଅଗ୍ନିକାଣ୍ଡ ଘଟିଛି। ସ୍ଥାନୀୟ କୋର୍ଟ ସମ୍ମୁଖ ମାର୍କେଟ କମ୍ପ୍ଲେକ୍ସରେ ନିଆଁ ଲାଗିଛି। ଏକ ଚଷମା ଦୋକାନରୁ...

ଆଇଏସ୍‌ପିଏଲ୍‌ ନିଲାମରେ ଓଡ଼ିଆ ପୁଅ ରାଜେଶ

ଖୋର୍ଦ୍ଧା,୮ା୧୨(ପ୍ରଭାତ ପାଣିଗ୍ରାହୀ):ଏବେ ସବୁଆଡ଼େ କ୍ରିକେଟର କ୍ରେଜ୍‌। ଛୋଟଠୁ ବଡ଼ ସମସ୍ତେ କ୍ରିକେଟ୍‌ ମାନିଆ। ଏଥିରେ କ୍ୟାରିୟର କରିବା ପାଇଁ ଯୁବପିଢ଼ିଙ୍କ ମଧ୍ୟରେ ଏକପ୍ରକାର ଉତ୍ସାହ ରହିଛି।...

ଗୋଆ ଅଘଟଣ: ୨୫ ମୃତକଙ୍କ ମିଳିଲା ପରିଚୟ

ପଣଜୀ,୮ା୧୨(ପି.ଟି/ଏଜେନ୍ସି):ଗୋଆ ରାଜଧାନୀ ପଣଜୀରୁ ୨୫ କି.ମି. ଦୂରରେ ‘ବର୍ଚ ବାଇ ରୋମିଓ ଲେନ୍‌’ ନାଇଟ୍‌ କ୍ଲବ୍‌ ଅବସ୍ଥିତ। ବେଆଇନ ଭାବେ ନିର୍ମିତ ଏହି କ୍ଲ୍‌ବ୍‌କୁ ଭାଙ୍ଗିବା...

ଓଲଟିଲା ପିଡିଏସ୍‌ ଚାଉଳ ବୋଝେଇ ଟ୍ରକ୍‌

ଥୁଆମୂଳ ରାମପୁର,୮ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ସିଲେଟ ଗ୍ରାମ ପଞ୍ଚାୟତରେ ଏକ୍‌ ପିଡିଏସ୍‌ ଚାଉଳ ବୋଝେଇ ଟ୍ରକ୍‌ ଭାରସାମ୍ୟ ହରାଇ...

ଶୀତୁଆ ରାତିରେ ଶିକ୍ଷକଙ୍କ ଆନ୍ଦୋଳନ: ସରକାର ଦେଲେ ଏମିତି ପ୍ରତିଶ୍ରୁତି

ଭୁବନେଶ୍ୱର, ୮।୧୨(ରବିନାରାୟଣ ଜେନା):ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକମାନଙ୍କ ରଣହୁଙ୍କାରକୁ ରାଜ୍ୟ ସରକାର ଗୁରୁତ୍ୱର ସହ ଗ୍ରହଣ କରିଛନ୍ତି। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଏବଂ ଉଚ୍ଚଶିକ୍ଷା ବିଭାଗ...

ଏଇ ଭାରତରେ

ବାହାରେ କିମ୍ବା ଘରେ ଅଦରକାରୀ ଜିନିଷ ଠୁଳ ହୋଇ ରହିବା ପ୍ରଦୂଷଣର କାରଣ ପାଲଟୁଛି। ପ୍ରଦୂଷଣ ହ୍ରାସ କରିବା ସକାଶେ ରିସାଇକ୍ଲିଂ ପଦ୍ଧତିରେ ଏଗୁଡ଼ିକର ପୁନଃ...

ପୁଟିନଙ୍କ ପରେ ଭାରତ ଆସିପାରନ୍ତି ଜେଲେନ୍‌ସ୍କି

ନୂଆଦିଲ୍ଲୀ,୮ା୧୨:ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି ୨୦୨୬ ଜାନୁଆରୀରେ ଭାରତ ଆସିପାରନ୍ତି। ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ଙ୍କ ଗସ୍ତ ପରେ ନୂଆଦିଲ୍ଲୀ ପକ୍ଷରୁ କୂଟନୈତିକ ସନ୍ତୁଳନ ଉଦ୍ୟମ...

କଚ୍ଛପ ଗତି

କୌଣସି କାର୍ଯ୍ୟ ସମ୍ପାଦନରେ ଉଛୁର ହେଲେ, ଲକ୍ଷ୍ୟ ହାସଲରେ ଡେରି ହେଲେ କିମା ନିର୍ଦ୍ଦିଷ୍ଟ ସ୍ଥାନରେ ପହଞ୍ଚିବା ପାଇଁ ବିଳମ୍ବ ଘଟିଲେ ବିଳମ୍ବର କାରଣକୁ କଚ୍ଛପର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri