Posted inଜାତୀୟ

ମୁମ୍ବାଇ କୋଠା ଭୁଶୁଡିବା ଘଟଣା: ମୃତ୍ୟୁ ସଂଖ୍ୟା ୧୪ରେ ପହଞ୍ଚିଲା, ମୃତକଙ୍କ ପରିବାରକୁ ମିଳିବ ୫ ଲକ୍ଷ ଟଙ୍କା ସହାୟତା

ମୁମ୍ବାଇ, ୧୭।୭: ମହାରାଷ୍ଟ୍ରର ରାଜଧାନୀ ମୁମ୍ବାଇର ଜନଗହଳିପୂର୍ଣ୍ଣ ଡୋଙ୍ଗ୍ରୀ ଅଞ୍ଚଳରେ ଏକ ୪ ମହଲା କୋଠା ଭୁଶୁଡି ପଡି ୧୪ଜଣଙ୍କ ମୃତ୍ୟୁ ହୋଇଛି। ଏହି ଘଟଣାରେ ମୃତ୍ୟୁବରଣ କରିତତ୍ବା ବ୍ୟକ୍ତିଙ୍କ ପରିବରକୁ ୫ ଲକ୍ଷ ଟଙ୍କା ଲେଖାଏଁ ସହାୟତା ଯୋଗାଇ ଦେବାକୁ ଘୋଷଣା କରିଛନ୍ତି ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ପଡନବିଶ। ସେହିପରି ଆହତଙ୍କ ଚିକିତ୍ସା ମାଗଣା କରାଯିବା ସହ ୫୦ ହଜାର ଟଙ୍କା ଲେଖାଏ ଦିଆଯିବା। ଏବେ ବି ଧ୍ୱଂସାବଶେଷ ତଳେ ୪୦ରୁ ଅଧିକ ଲୋକ ଫଶିି ରହିଥିବା ଆଶଙ୍କା କରାଯାଇଛି। ଦୁର୍ଘଟଣାସ୍ଥଳଟି ଏକ ଛୋଟିଆ ଗଳିରେ ଥିବାରୁ ଉଦ୍ଧାରକାର୍ଯ୍ୟ ବିଳମ୍ବିତ ହେଉଥିବା ଜଣାପଡିଛି। ସେହିପରି ଧ୍ୱଂସାବଶେଷ ତଳୁ ଉଦ୍ଧାରକାରୀ ଦଳ ୭ରୁ ୮ ଜଣଙ୍କୁ ଆହତ ଅବସ୍ଥାରେ ଉଦ୍ଧାର କରିଛନ୍ତି। ଆହତଙ୍କୁ ଜେଜେ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ୩ଟି ଏନ୍ଡିଆରଏଫ ଟିମ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାମ ଜାରି ରଖିଛନ୍ତି। ସେମାନଙ୍କୁ ସ୍ଥାନୀୟ ପୋଲିସ ସମସ୍ତ ପ୍ରକାରର ସହଯୋଗ ଯୋଗାଇ ଦେଇଛନ୍ତି। ଘଟଣାସ୍ଥଳରେ ଆମ୍ବୁଲାନ୍ସ ଓ ଅଗ୍ନିଶମ ବିଭାଗର କର୍ମଚାରୀମାନେ ଉପସ୍ଥିତ ରହିଛନ୍ତି। ଡୋଙ୍ଗ୍ରୀର ତାନ୍ଦେଲ ରାସ୍ତାରେ ଥିବା କେସରବାଈ କୋଠାଟି ୧୦୦ ବର୍ଷ ତଳର। ଏହି ବିଲଡିଂରେ ୧୫ଟି ପରିବାରର ସଦସ୍ୟମାନେ ରହୁଥିଲେ। ଏବେ ସମସ୍ତ ସଦସ୍ୟ ଧ୍ୱଂସାବଶେଷ ତଳେ ଚାପି ହୋଇ ରହିଥିବା ଆଶଙ୍କା କରାଯାଉଛି। ସୂଚନାଯୋଗ୍ୟ,୨୦୧୭ରୁ ବିଏମସି ସର୍ଭେ କରି ଏହି ଡୋଙ୍ଗ୍ରୀ ସ୍ଥିତ ବିଲଡିଂକୁ ଭାଙ୍ଗିବା ପାଇଁ କହିଥିଲା। ଏ ସଂକ୍ରାନ୍ତ ଏକ ନୋଟିସ ୨୦୧୭ ଅଗଷ୍ଟ ୭ ତାରିଖରେ ଏମଏଚଏଡିଏକୁ ଦେଇଥିଲା। ତେବେ ଏହାକୁ ଏମଏଚଏଡିଏ ହେୟ ଜ୍ଞାନ କରିଥିବା ବୋଲି ବିଏମସି କହିଛି।


Enter your email to get our daily news in your inbox.

All Right Reserved By Dharitri.Com

୬୩ ବର୍ଷ ବୟସରେ ୪୫ ବର୍ଷର ପୂରୁଣା ସ୍ବପ୍ନ ପୂରଣ କଲେ ସୁଶୀଳା ଦେବୀ

ଚଣ୍ଡିଗଡ,୨୨।୭:ଶିକ୍ଷା ପାଇଁ କୌଣସି ବୟସ ସୀମା ନାହିଁ ବୋଲି ଆପଣ ହୁଏତ ଏହି କଥାଟି ଶୁଣିଥିବେ। ହରିୟାଣାର ଜଣେ ୬୩ ବର୍ଷୀୟା ଜେଜେମା ଏହାକୁ ସତ୍ୟ ପ୍ରମାଣିତ…

ସୋନମ ୱାଙ୍ଗଚୁକଙ୍କୁ ଭାବୁକ ନିବେଦନ କଲେ ଅଭିଜିତ୍‌ ଦୀପକେ, କହିଲେ-ଆପଣଙ୍କ ଜୀବନ…

ନୂଆଦିଲ୍ଲୀ,୨୨।୭: କକ୍ରୋଚ ଜନତା ପାର୍ଟି (CJP) ର ଜନ୍ତର-ମନ୍ତରରେ ବିରୋଧ ପ୍ରଦର୍ଶନ ଜାରି ରହିଛି। ପ୍ରଦର୍ଶନକାରୀମାନେ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି ନେଇ ଲଗାତାର ଧାରଣାରେ ଅଟଳ…

କେତେ ଟଙ୍କାର ମାଲିକ ଧର୍ମେନ୍ଦ୍ର ପ୍ରଧାନ? ମୋଟ ସମ୍ପତ୍ତି ଜାଣିଲେ…

ନୂଆଦିଲ୍ଲୀ,୨୨ା୭: ଦେଶବ୍ୟାପୀ ଛାତ୍ର ପ୍ରତିବାଦ ଜାରି ରହିଛି। ଛାତ୍ରମାନେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ତାଙ୍କ ପଦବୀରୁ ଇସ୍ତଫା ଦେବାକୁ ଦାବି କରୁଛନ୍ତି। ତେବେ ଏହାରି…

CJPକୁ ନବୀନଙ୍କ ସମର୍ଥନ ନେଇ ବର୍ଷିଲେ ଭର୍ତ୍ତୃହରି, କହିଲେ ତାଙ୍କ ମୁଖ୍ୟମନ୍ତ୍ରୀତ୍ୱ ସମୟରେ…

ଭୁବନେଶ୍ୱର,୨୨ା୭: ସିଜେପିକୁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ସମର୍ଥନ ମନ୍ତବ୍ୟକୁ ନାପସନ୍ଦ କରିଛି ଭାଜପା। ଏକ ପ୍ରେସମିଟ୍‌ କରି କଡ଼ା ଜବାବ ଦେଇଛନ୍ତି ଭାଜପାର ବରିଷ୍ଠ ଏମ୍‌ପି…

CJP ଆଗରେ ନଇଁଲେ ମୋଦି ସରକାର! କହିଲେ ଯାହା ଚାହିଁବେ…

ନୂଆଦିଲ୍ଲୀ,୨୨ା୭: ଦିଲ୍ଲୀରେ CJP (କକରୋଚ୍ ଜନତା ପାର୍ଟି) ତରଫରୁ ଜାରି ରହିଥିବା ପ୍ରତିବାଦ ପ୍ରଦର୍ଶନ ମଧ୍ୟରେ କେନ୍ଦ୍ର ସରକାର ଆଲୋଚନା ପାଇଁ ନିଜର ପ୍ରସ୍ତୁତି ଦେଖାଇଛନ୍ତି। ସରକାରୀ…

ପଞ୍ଚସଖା ସ୍ମୃତି ପାଠାଗାର ଅସୁରକ୍ଷିତ: ଉପରୁ ଖସିଲା ସିଲିଂ, କର୍ମଚାରୀ କହିଲେ…

ସାକ୍ଷୀଗୋପାଳ,୨୨ା୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ସତ୍ୟବାଦୀ ଅଞ୍ଚଳର ଏକମାତ୍ର ପୁରାତନ ସରକାରୀ ପାଠାଗାର ପଞ୍ଚସଖା ସ୍ମୃତି ପାଠାଗାରରେ ଦୀର୍ଘଦିନ ହେଲା ଦୁରାବସ୍ଥା ଲାଗିରହିଛି। ମଙ୍ଗଳବାର ଲଗାଣ ବର୍ଷାରେ…

ମହାକାଳଙ୍କ ଶରଣରେ କାର୍ତ୍ତିକ

ମୁମ୍ବାଇ:ବଲିଉଡ୍‌ ଅଭିନେତା କାର୍ତ୍ତିକ ଆର୍ୟ୍ୟନ୍‌ଙ୍କୁ ନିକଟରେ ତାଙ୍କ ଅଭିନୀତ ଚଳଚ୍ଚିତ୍ର ‘ଚନ୍ଦୁ ଚାମ୍ପିୟନ’(୨୦୨୪) ପାଇଁ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ମିଳିଛି। ଏହା ତାଙ୍କର ପ୍ରଥମ ଜାତୀୟ ପୁରସ୍କାର।…

ଶରଦ ପାଓ୍ବାରଙ୍କ ହାତ ଧରି ଆଣିଲେ ମୋଦି: ରାଜନୀତିରେ ବଡ଼ ହଲହଲ

ନୂଆଦିଲ୍ଲୀ,୨୨।୭: ଜନ୍ତରମନ୍ତରରେ ଛାତ୍ରମାନଙ୍କ ଉପରେ ଲାଠିଚାର୍ଜ ଏବଂ ପ୍ରତିବାଦ ମଧ୍ୟରେ ଏନସିପି ମୁଖ୍ୟ ଶରଦ ପାୱାର ଏବଂ ତାଙ୍କ ଝିଅ ସୁପ୍ରିୟା ସୁଲେ ବୁଧବାର ସଂସଦ ଭବନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri