ମୁମ୍ବାଇ ପଶ୍ଚିମ ଓଡ଼ିଶା ପରିବାରର ନୂଆଖାଇଁ ଭେଟ୍‌ଘାଟ୍‌

ଭୁବନେଶ୍ୱର, ୧୭-୯(ବ୍ୟୁରୋ):ମୁମ୍ବାଇ ପଶ୍ଚିମ ଓଡ଼ିଶା ପରିବାର ପକ୍ଷରୁ ରବିବାର ମୁମ୍ବାଇର ସ୍ବତନ୍ତ୍ରବୀର ସାବରକର ଅଡିଟୋରିୟମଠାରେ ୧୩ତମ ନୂଆଖାଇଁ ଭେଟ୍‌ଘାଟ୍‌ ପାଳିତ ହୋଇଯାଇଛି। କାର୍ଯ୍ୟକ୍ରମ ପରିଚାଳନା କମିଟିର ସଦସ୍ୟ ଚମ୍ପକ ତ୍ରିପାଠୀଙ୍କ କଣ୍ଠରୁ ଦେବୀଙ୍କ ମନ୍ତ୍ର ସହ ବରିଷ୍ଠ ମହିଳା ସଦସ୍ୟଙ୍କ ଦ୍ୱାରା ମା’ ସମଲେଶ୍ୱରୀଙ୍କ ପୂଜାର୍ଚ୍ଚନାରୁ ଆରମ୍ଭ ହୋଇଥିଲା ଏହି କାର୍ଯ୍ୟକ୍ରମ। ଏହାପରେ ସମସ୍ତେ ପ୍ରସାଦ ପାଇବା ପରେ ନିଜ ନିଜକୁ ନୂଆଖାଇଁ ଜୁହାର କହି ଅଭିନନ୍ଦନ ଜଣାଇଥିଲେ। ଆର୍‌ବିଆଇର ପୂର୍ବତନ ଡେପୁଟି ଗଭର୍ନର ହରୁନ ରସିଦ ଖାନ, ଇନ୍‌କମ୍‌ ଟାକ୍ସ(ତଦନ୍ତ)ର ନିର୍ଦ୍ଦେଶକ ଆନନ୍ଦ କୁମାର, ଗ୍ଲୋବାଲ ମାର୍କେଟ୍‌ସ ଷ୍ଟେଟ୍‌ ବ୍ୟାଙ୍କ ଅଫ୍‌ ଇଣ୍ଡିଆର ଡେପୁଟି ମ୍ୟାନେଜିଂ ଡାଇରେକ୍ଟର ଏଚ୍‌. କେ. ଜେନା ଅତିଥିଭାବେ ଯୋଗଦେଇଥିଲେ। ଏହି ଅବସରରେ ‘ଜୁହାର’ ପତ୍ରିକାର ନବମ ସଂସ୍କରଣକୁ ଅତିଥିମାନେ ଉନ୍ମୋଚନ କରିଥିଲେ। ଏହାପରେ ସାଂସ୍କୃତିକ କାର୍ଯ୍ୟକ୍ରମରେ ଭବାନୀପାଟଣାର ‘ପ୍ରତିଭା’ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ସମ୍ବଲପୁରୀ ନୃତ୍ୟ ପରିବେଷଣ କରାଯାଇଥିଲା। ସମ୍ବଲପୁର ଗୀତର ତାଳେ ତାଳେ ଉପସ୍ଥିତ ଦର୍ଶକ ମଧ୍ୟ ମନ୍ତ୍ରମୁଗ୍ଧ ହୋଇ ନୃତ୍ୟ ପରିବେଷଣ କରୁଥିଲେ। ଏହି ପରିପ୍ରେକ୍ଷୀରେ ଆୟୋଜକଙ୍କ ପକ୍ଷରୁ ମେଧାବୀ ଛାତ୍ରୀଛାତ୍ରଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ଶ୍ରେଷ୍ଠ ସମ୍ବଲପୁରୀ ବସ୍ତ୍ର ପରିଧାନ କରିଥିବା ସଦସ୍ୟଙ୍କୁ ପୁରସ୍କୃତ କରାଯାଇଥିଲା। ଶେଷରେ ପାଖାପାଖି ୫୦୦ଲୋକ ଏଠାରେ ପ୍ରସ୍ତୁତ ହୋଇଥିବା ପାରମ୍ପରିକ ଓଡ଼ିଆ ଖାଦ୍ୟର ମଜା ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଝିଅର ମୃତଦେହ ସହିତ ପ୍ରାୟ ପାଞ୍ଚ ମାସ ଧରି ରହୁଥିଲେ ବାପା: ହଠାତ୍‌ ଦିନେ ଘଟିଲା…

ଲକ୍ଷ୍ନୌ,୧୧।୪: ଉତ୍ତର ପ୍ରଦେଶର ମିରଟ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଏବଂ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ସଦର ପୋଲିସ ଷ୍ଟେଶନ ଅଞ୍ଚଳର ଜଣେ ବାପା ତାଙ୍କ…

୨୦୨୭ ଜାନୁଆରୀ ୧୩ ଯାଏ ବଢ଼ିଲା ମହାନଦୀ ଟ୍ରିବ୍ୟୁନାଲ ଅବଧି

ଭୁବନେଶ୍ୱର,୧୧।୪: ୨୦୨୭ ଜାନୁଆରୀ ୧୩ ଯାଏ ବଢ଼ିଲା ମହାନଦୀ ଟ୍ରିବ୍ୟୁନାଲ ଅବଧି। ଟ୍ରିବ୍ୟୁନାଲ ଅବଧି ବୃଦ୍ଧି କଲେ କେନ୍ଦ୍ର ସରକାର। ଏନେଇ ଜଳ ସମ୍ପଦ ନଦୀ ବିକାଶ…

‘ଇରାନ କେବଳ ଆଲୋଚନା ପାଇଁ ବଞ୍ଚିଛି’, ପାକିସ୍ତାନରେ ଶାନ୍ତି ଆଲୋଚନା ପୂର୍ବରୁ ଟ୍ରମ୍ପଙ୍କ ଧମକ

ଓ୍ବାଶିଂଟନ୍‌,୧୧।୪: ପାକିସ୍ତାନରେ ଶାନ୍ତି ଆଲୋଚନା ପୂର୍ବରୁ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣିଥରେ ଇରାନକୁ ଧମକ ଦେଇଛନ୍ତି। ଟ୍ରମ୍ପ କହିଛନ୍ତି , ଇରାନ କେବଳ ଆଲୋଚନା ପାଇଁ…

ବିସ୍ଫୋରକ ବ୍ୟାଟିଂ ପଛର ରାଜ୍‌ ଖୋଲିଲେ ବୈଭବ ସୂର୍ଯ୍ୟବଂଶୀ: କହୁ କହୁ କହିଦେଲେ…

ନୂଆଦିଲ୍ଲୀ,୧୧।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ୭୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ମାତ୍ର ୨୬ ବଲ ଖେଳି ସେ ୭ଟି ଛକା…

ବିମାନର ପ୍ରତ୍ୟେକ ସିଟ୍‌ରେ ଲାଗିଛି ପିଲାଙ୍କ ଫଟୋ ସହ ବ୍ୟାଗ-ଜୋତା, କାହିଁକି ଏମିତି କରି ପାକିସ୍ତାନରେ ପହଞ୍ଚିଲା ଇରାନ, ସବୁ ଦେଖିକି…

ନୂଆଦିଲ୍ଲୀ,୧୧।୪: ଇରାନ-ଆମେରିକା ଶାନ୍ତି ଆଲୋଚନା ପାଇଁ ଇସଲାମାବାଦ ପ୍ରସ୍ତୁତ। ଇରାନ ପ୍ରତିନିଧି ଦଳ ପାକିସ୍ତାନରେ ପହଞ୍ଚିଛନ୍ତି। ଆଜି ଶନିବାର ଦିନ ଇରାନ ଏବଂ ଆମେରିକା ଆଲୋଚନା ଟେବୁଲରେ…

ମୃତ୍ୟୁର ମିତ୍ର ଓ ଶାନ୍ତିର ସନ୍‌ମାର୍ଗ

ଆଧୁନିକ ଆମେରିକାର ଜନକ ବୋଲି କୁହାଯାଉଥିବା ବିଶିଷ୍ଟ ଲେଖକ, ଦାର୍ଶନିକ, ବୈଜ୍ଞାନିକ ତଥା ରାଷ୍ଟ୍ରନୀତିଜ୍ଞ ବେଞ୍ଜାମିନ ଫ୍ରାଙ୍କ୍‌ଲିନ କହୁଥିଲେ- ”ଦୁନିଆରେ କିଏ କେଉଁଠି କେବେ ଗୋଟେ ଭଲ…

ମହାତ୍ମା ଜ୍ୟୋତିରାଓ ଫୁଲେ: ଭାରତର ମାର୍ଗଦର୍ଶନ କରୁଥିବା ଏକ ଆଲୋକବର୍ତ୍ତିକା

ଆଜି ୧୧ ଏପ୍ରିଲ। ଆମ ସମସ୍ତଙ୍କ ପାଇଁ ଅତି ସ୍ବତନ୍ତ୍ର ଦିନ। ଆଜି ହେଉଛି ଭାରତର ମହାନ୍‌ ସମାଜ ସଂସ୍କାରକ ତଥା ଅନେକ ପିଢ଼ି ପାଇଁ ମାର୍ଗଦର୍ଶକ…

କାହାକୁ ଚିୟର କରିବେ ଗିଲ୍‌ ନା ଅର୍ଜୁନ: ଏମିତି ପ୍ରତିକ୍ରିୟା ଦେଲେ ସାରା ତେନ୍ଦୁଲକର, ଦେଖନ୍ତୁ VIDEO

ଲକ୍ଷ୍ନୌ,୧୧।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ରେ ଆଜି ଦୁଇଟି ମ୍ୟାଚ ଖେଳାଯିବ। ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ ଏବଂ ଗୁଜରାଟ ଟାଇଟାନ୍ସ ଖେଳିବେ। ମ୍ୟାଚ ପୂର୍ବରୁ ସାରା ତେନ୍ଦୁଲକରଙ୍କ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri