ମୁମ୍ବାଇ ଭଳି ବହୁ ସହର ସମୁଦ୍ର ଆଁରେ: ୨୦୫୦ ସୁଦ୍ଧା ପ୍ରଭାବିତ ହେବେ ୩ ଶହ ନିୟୁତ !

ନ୍ୟୁୟର୍କ,୩୦।୧୦: ଆସନ୍ତା ୩୦ ବର୍ଷ ମଧ୍ୟରେ ମୁମ୍ବାଇ ଭଳି ପୃଥିବୀର ବହୁ ସହର ସମୁଦ୍ର ଆଁରେ ଲୀନ ହେବ। ଏନେଇ ନ୍ୟୁଜର୍ସି ସ୍ଥିତ ସଂସ୍ଥା କ୍ଲାଇମେଟ୍‌ ସେଣ୍ଟ୍ରାଲ୍‌ ପକ୍ଷରୁ ପ୍ରକାଶିତ ନେଚର କମ୍ୟୁନିକେଶନ୍‌ରେ ପତ୍ରିକାରେ ପ୍ରକାଶ ପାଇଛି। ବହୁ ପରିବେଶ ବିଜ୍ଞାନୀ ଏସମ୍ପର୍କରେ ନିଜର ମତାମତ ଦେଇଛନ୍ତି। ଏଥିରେ କୁହାଯାଇଛି ଯେ, ବିଶ୍ୱ ତାପମାନ ପ୍ରତିବର୍ଷ ୨ ଡିଗ୍ରୀ ସେଲସିୟସ୍‌ ବୃଦ୍ଧି ପାଉଛି। ଏହା ଯୋଗୁ ଜଳବାୟୁ ପରିବର୍ତ୍ତନ ହେବାରେ ଲାଗିଛି। ଫଳରେ ଆଣ୍ଟାର୍କଟିକାଠାରେ ଥିବା ହିମ ପାହାଡ଼ ଧୀରେ ଧୀରେ ତରଳୁଛି। ଫଳରେ ଗତ କିଛି ଦଶନ୍ଧି ଧରି ସମୁଦ୍ରରେ ବର୍ଷ ପିଛା ୪୩୦ ଶହ କୋଟି ଟନ୍‌ ହିମଖଣ୍ଡ ପ୍ରବେଶ କରୁଛି। ଏହା ଯୋଗୁ ପ୍ରତିବର୍ଷ ସମୁଦ୍ର ଜଳସ୍ତର ବଢ଼ିବାରେ ଲାଗିଛି। ୨୧୦୦୦ ବେଳକୁ ଏହା ଅଧା ମିଟର ବୃଦ୍ଧି ପାଇବ ବୋଲି ଅନୁମାନ କରାଯାଉଛି। ଏପରି ହେଲେ ୨୦୫୦ ସୁଦ୍ଧା ସମୁଦ୍ର କୂଳରେ ଥିବା ଅଞ୍ଚଳରେ ପାଣି ମାଡ଼ିଯିବ। ପ୍ରତିବର୍ଷ ଏଠାରେ ବନ୍ୟା ସ୍ଥିତି ମଧ୍ୟ ସୃଷ୍ଟି ହେବ ବୋଲି ପତ୍ରିକାରେ ପ୍ରକାଶ ପାଇଥିବା ରିପୋର୍ଟରେ ଦର୍ଶାଯାଇଛି। ଏହାଦ୍ୱାରା ୩ ଶହ ନିୟୁତ ଲୋକ ପ୍ରଭାବିତ ହେବାର ଆଶଙ୍କା ରହିଛି। ଉପକୂଳ ଓଡ଼ିଶା ଓ ପଶ୍ଚିମବଙ୍ଗର କୋଲକାତା ସମେତ ଅନେକ ଅଞ୍ଚଳ ବନ୍ୟା କବଳିତ ହେବ। ଚାଇନା, ବାଂଲାଦେଶ, ଭାରତ, ଭିଏତ୍‌ନାମ, ଇଣ୍ଡୋନେସିଆ ଓ ଥାଇଲାଣ୍ଡର ଅଧିକାଂଶ ଭୂଭାଗ ସମୁଦ୍ର ପତ୍ତନ ତଥା ଉପକୂଳ ବନ୍ୟାସ୍ତରଠାରୁ ନିମ୍ନରେ ରହିଥିବାରୁ ଏହି ଅଞ୍ଚଳଗୁଡ଼ିକ ବିଶେଷ ପ୍ରଭାବିତ ହେବ। ସମ୍ପ୍ରତି ଉପକୂଳ ଅଞ୍ଚଳରେ ୧୫୦ ନିୟୁତରୁ ଅଧିକ ଲୋକ ବସବାସ କରୁଛନ୍ତି। ଏହି ସଂଖ୍ୟା ଆସନ୍ତା ୩୦ ବର୍ଷ ମଧ୍ୟରେ ୩ ଶହ ନିୟୁତ ଛୁଇଁବ ବୋଲି ରିପୋର୍ଟରେ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚୋରି ଯାଇଥିବା ମୂଲ୍ୟବାନ ଜିନିଷ ଉଦ୍ଧାର, ଜଣଙ୍କୁ ଗିରଫ କରି…

ଗୁଡ଼ାରି,୧୨ା୯(ପ୍ରମୋଦ କୁମାର ପତି): ଗୁଡାରି ପୋଲିସ ଦ୍ୱାରା ଚୋରି ବାଇକ ଉଦ୍ଧାର ହେବା ସହ ଘଟଣାରେ ସମ୍ପୃକ୍ତ ଥାନା ଅନ୍ତର୍ଗତ ସୁନାପାଲି ଗ୍ରାମର ସିଦ୍ଧାନ୍ତ ପାଲକାକୁ ଗିରଫ…

BRICS : ‘ପ୍ରତ୍ୟେକ ଦେଶର ସ୍ବର ଶୁଣାଯିବା ଉଚିତ; କିଛି ରାଷ୍ଟ୍ର ନେଉଛନ୍ତି ନିଷ୍ପତ୍ତି’ ପ୍ରଧାନମନ୍ତ୍ରୀଙ୍କ ଏହି କଥା ମଧ୍ୟରେ ଲୁଚି ରହିଛି ଏକ ଗୁପ୍ତ ବାର୍ତ୍ତା

ନୂଆଦିଲ୍ଲୀ,୧୨।୯: BRICS ସମ୍ମିଳନୀ ୨୦୨୬କୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ଏହି ବାର୍ତ୍ତା ଦେଇଥିଲେ ଯେ, ଏହି ସଂଗଠନ ସମସ୍ତଙ୍କୁ ସାଙ୍ଗରେ ନେଇ ଆଗକୁ ବଢ଼ିବାକୁ ପ୍ରୟାସ କରୁଛି।…

ଉତ୍ସବମୁଖର ପଶ୍ଚିମ ଓଡ଼ିଶା: ହାଟବଜାରରେ ନାହିଁ ନ ଥିବା ଭିଡ଼, ମୁଖ୍ୟ ଆକର୍ଷଣ ପାଲଟିଛି…

ରିଷିଡ଼ା,୧୨ା୯(ସୁଶାନ୍ତ ମଲ୍ଲିକ): ପଶ୍ଚିମ ଓଡ଼ିଶାର ମହାନ କୃଷିଭିତ୍ତିକ ଗଣପର୍ବ ‘ନୂଆଖାଇ’ ପାଇଁ ଏବେ ପୁରପଲ୍ଲୀ ଉତ୍ସବମୁଖର। ଇଷ୍ଟଦେବୀଙ୍କ ନିକଟରେ ନବାନ୍ନ ଲାଗି ହେବାକୁ ଥିବା ବେଳେ ଘରେ…

ଇସ୍ରୋର ଭୟଙ୍କର ଚେତାବନୀ, ଓଡ଼ିଶାକୁ ମାଡ଼ିଆସୁଛି ୩ଟି ସୁପର ସାଇକ୍ଲୋନ! ଏହି ଜିଲାରେ ରଚିବ ପ୍ରଳୟ…

ନୂଆଦିଲ୍ଲୀ, ୧୨।୯ : ମାଡ଼ି ଆସିବ ମହାବାତ୍ୟା ! ୧୯୯୯ ଠୁ ବି ହେବ ଭୟଙ୍କର। ନିମିଷକେ ସବୁ ହୋଇଯିବ ଛାରଖାର। ମାଡ଼ିଆସିବ ସମୁଦ୍ର ଜୁଆର। କିଛି…

ଖୋଲିଲା ପ୍ରୀତିଙ୍କ ଗୁମର: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ମୁମ୍ବାଇ,୯।୧୨: ବଲିଉଡ ଅଭିନେତ୍ରୀ ପ୍ରୀତି ଜିଣ୍ଟା ଏବେ ତାଙ୍କ ଆଗାମୀ ଫିଲ୍ମ ‘ଭାଇବ’କୁ ନେଇ ଚର୍ଚ୍ଚାରେ ଅଛନ୍ତି। ଏହି ଫିଲ୍ମର ପ୍ରମୋସନ୍‌ରେ ବ୍ୟସ୍ତ ଥିବା ପ୍ରୀତି ନିକଟରେ…

ମୁଁ ଆତ୍ମହତ୍ୟା କରିଦେବି… ମୋତେ କ୍ଷମା କରିଦିଅ ବାପା: ଭାବପ୍ରବଣ ହୋଇ ଏମିତି କାହିଁକି କହିଲେ ୱୁଶୁ ଖେଳାଳି

ନୂଆଦିଲ୍ଲୀ,୧୨।୯: ଏସୀୟ କ୍ରୀଡ଼ାରେ ଭାରତର ପ୍ରତିନିଧିତ୍ୱ କରିବାର ସ୍ବପ୍ନ ଭାଙ୍ଗିଯିବା ପରେ ଭାରତୀୟ ୱୁଶୁ (Wushu) ଖେଳାଳି ଦିବ୍ୟାଂଶୀ ଚୌଧୁରୀଙ୍କ ଏକ ଅତ୍ୟନ୍ତ ଭାବପ୍ରବଣ ଭିଡିଓ ସାମ୍ନାକୁ…

ରିସର୍ଟରେ ଲାଗିଲା ନିଆଁ: ହଠାତ୍‌ ପ୍ରଚଣ୍ଡ ଶବ୍ଦ ହେବାରୁ….

ଦାରିଙ୍ଗବାଡ଼ି,୧୨।୯(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ କିରିକୁଟି ପଞ୍ଚାୟତ ଅଞ୍ଚଳରେ ଥିବା ଏକ ଘରୋଇ ରିସର୍ଟର ଗୋଟିଏ କଟେଜରେ ଅଗ୍ନିକାଣ୍ଡ ଘଟି ଏହା ସମ୍ପୂର୍ଣ୍ଣ ଜଳିପୋଡ଼ି…

ଯୁବକଙ୍କୁ ୧୭ଥର ଛୁରି ଭୁସିଲେ ସହଯୋଗୀ: ଆଉ ତା’ପରେ ଘଟିଲା…

ନୂଆଦିଲ୍ଲୀ,୧୨ା୯ :ପୂର୍ବ ଦିଲ୍ଲୀର ମାଣ୍ଡଓ୍ବାଲି ଅଞ୍ଚଳରେ ଜଣେ ୨୨ ବର୍ଷୀୟ ଯୁବକଙ୍କୁ ୧୭ ଥର ଛୁରାମାଡ଼ ହେବାରୁ ତାଙ୍କର ମୃତ୍ୟୁ ଘଟିଥିବା ଶୁକ୍ରବାର ପୋଲିସ କହିଛି। ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?