ମୁରିବାହାଲ ବ୍ଲକରେ ୩ବର୍ଷ ହେଲା ମରୁଡି ପରିସ୍ଥିତି: ତହସିଲଦାରଙ୍କୁ ଫେରାଦ ହେଲେ ଫସଲ ବୀମାରୁ ବଞ୍ଚିତ ଚାଷୀ

ମୁରିବାହାଲ, ୨୫।୬(ଡି.ଏନ.ଏ.): ବଲାଙ୍ଗୀର ଜିଲା ମୁରିବାହାଲ ବ୍ଲକ ଅଞ୍ଚଳରେ କ୍ରମାଗତ ୩ବର୍ଷ ହେଲା ମରୁଡି ପରିସ୍ଥିତି ଦେଖା ଦେଇଛି। ବ୍ଲକରେ ୨୨ଟି ପଞ୍ଚାୟତ ଥିବା ବେଳେ କେବଳ ୧୦ପଞ୍ଚାୟତର ଚାଷୀଙ୍କୁ ଫସଲ ବୀମା ଯୋଜନାରେ ସହାୟତା ପ୍ରଦାନ କରାଯାଇଛି। ଅବଶିଷ୍ଟ ୧୨ପଞ୍ଚାୟତର ଚାଷୀ ବୀମା ରାଶି ପାଇବାରୁ ବଞ୍ଚିତ ରହିଛନ୍ତି। ଏନେଇ ବିଭିନ୍ନ ସମୟରେ ପ୍ରଶାସନର ଦୃଷ୍ଟି ଆକର୍ଷଣ କଲେ ବି କୌଣସି ପଦକ୍ଷେପ ନିଆଯାଉ ନାହିଁ। ଏହାର ପ୍ରତିବାଦ କରିଛନ୍ତି ବୀମାରାଶି ପାଇବାରୁ ବାଦ୍‌ ପଡିଥିବା ମୁରିବାହାଲ, ହଳଦୀ, ଗୁଡିଘାଟ, ଡଙ୍ଗରପଡା, ଗଁରେଇ, ଲେବଡା, ତେନ୍ତୁଲିଖୁଣ୍ଟି, ସିରୋଲ, ବାଙ୍କେଲ, ଇଚ୍ଛାପଡା, ଚଲକି ଓ ମାଲିସିରା ପ୍ରଭୃତି ୧୨ପଞ୍ଚାୟତର ଶତାଧିକ ଚାଷୀ। ବିଜେଡି କୃଷକ ମୋର୍ଚ୍ଚା ଜିଲା ସଭାପତି ଅଜୟ ଦାସଙ୍କ ନେତୃତ୍ୱରେ ସେମାନେ ମଙ୍ଗଳବାର ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ଏକ ପ୍ରତିବାଦ ସଭା କରିଥିଲେ। ସଭାରେ ବକ୍ତବ୍ୟ ରଖି ଚାଷୀମାନେ କହିଥିଲେ ଯେ, କ୍ରମାଗତ ମରୁଡି ଯୋଗୁ ଆର୍ଥିକ ସ୍ଥିତି ଦୁର୍ଗତି ମଧ୍ୟକୁ ଚାଲି ଯାଇଛି। ଏହି ପରିସ୍ଥିତିରେ ଫସଲ ବୀମା ରାଶି ଏକମାତ୍ର ଆଶା ହୋଇଥିବା ବେଳେ ଏ ଯାବତ୍‌ ସେମାନଙ୍କୁ ତାହା ମିଳି ପାରିନାହିଁ। ତେଣୁ ୨୦୧୬-୧୭ ବର୍ଷର ପ୍ରଧାନମନ୍ତ୍ରୀ ଫସଲ ବୀମା ରାଶିରୁ ଏହି ୧୨ପଞ୍ଚାୟତକୁ ଅନ୍ତର୍ଭୁକ୍ତ କରି ଯଥାଶୀଘ୍ର ସହାୟତା ପ୍ରଦାନ କରିବାକୁ ବିକ୍ଷୋଭ ସମାବେଶରେ ଚାଷୀମାନେ ଦାବି କରିଥିଲେ। ଦାବି ପୂରଣ ନ ହେଲେ ଆଗାମୀ ଦିନରେ ଆନ୍ଦୋଳନକୁ ଆହୁରି ତୀବ୍ର କରାଯିବ ବୋଲି ଚେତାବନୀ ଦିଆଯାଇଥିଲା। ପରେ ଜିଲାପାଳଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ତହସିଲଦାର ଅମୃତଲାଲ ବେହେରାଙ୍କୁ ପ୍ରଦାନ କରାଯାଇଥିଲା। ଏହି ବିକ୍ଷୋଭ କାର୍ଯ୍ୟକ୍ରମରେ ଚିତ୍ତରଞ୍ଜନ ବାଗ, ମୀନକେତନ ପାତ୍ର, ଚତୁର୍ଭୁଜ ମେହେର, ଦିଲୀପ ମହାନନ୍ଦ, ଲକ୍ଷ୍ମୀଧର ନାଏକ, ଅଦିବାସ ମାହାର ପ୍ରମୁଖଙ୍କ ସହ ଶତାଧିକ ଚାଷୀ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାରେ ପଶ୍ଚିମବଙ୍ଗ ପୋଲିସର ତନାଘନା

ସମ୍ୱଲପୁର,୨୮।୧୨: ସମ୍ୱଲପୁର ଜିଲା ଅଇଁଠାପାଲି ଥାନାରେ ରବିବାର ପଶ୍ଚିମବଙ୍ଗ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ପଶ୍ଚିମବଙ୍ଗ ମୁର୍ଶିଦାବାଦ ଅଞ୍ଚଳରେ ଜଣେ ଶ୍ରମିକଙ୍କୁ ହତ୍ୟା କରାଯାଇଥିଲା।...

ଅଧା ରହିଗଲା ସମଲେଶ୍ୱରୀ ଦର୍ଶନ, ଟୁରିଷ୍ଟ ବସ ଓଲଟି ୧୫ ଆହତ

ସମ୍ବଲପୁର, ୨୭।୧୨(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୁମୁରା ଥାନା ଅନ୍ତର୍ଗତ କଂସର ନିକଟରେ ଜାତୀୟ ରାଜପଥ(୫୫) ଉପରେ ଗୁରୁବାର ଭୋରରେ ଏକ ଟୁରିଷ୍ଟ ବସ ଦୁର୍ଘଟଣାର...

ଓଡ଼ିଶାରେ ‘ବଙ୍ଗଳାଦେଶୀ’ ସନ୍ଦେହରେ ବଙ୍ଗୀୟ ଶ୍ରମିକଙ୍କୁ ପିଟିପିଟି ହତ୍ୟା, ୬ ଅଭିଯୁକ୍ତ ଗିରଫ

ସମ୍ବଲପୁର,୨୬।୧୨(ପ୍ରମୋଦ ବହିଦାର): ସମ୍ବଲପୁରର ଦାନିପାଲିଠାରେ ‘ବଙ୍ଗଳାଦେଶୀ’ ସନ୍ଦେହ କରି ପଶ୍ଚିମବଙ୍ଗର ଶ୍ରମିକ ଶେଖ୍ ଜୁଏଲ୍ (୨୨)ଙ୍କୁ ପିଟିପିଟି ହତ୍ୟା ଘଟଣାରେ ପୋଲିସ ଗୁରୁବାର ୬ ଜଣ...

ଭିଜିଲାନ୍ସ ଜାଲରେ ବରିଷ୍ଠ ରାଜସ୍ବ ସହାୟକ: ପୈତୃକ ଘର ସହ ୪ଟି ସ୍ଥାନରେ ଚଢ଼ାଉ ଜାରି…

ସମ୍ବଲପୁର,୨୪।୧୨(ପ୍ରମୋଦ ବହିଦାର): ଭିଜିଲାନ୍ସ ଜାଲରେ ସମ୍ବଲପୁର ବନ୍ଦୋବସ୍ତ କାର୍ଯ୍ୟାଳୟର ବରିଷ୍ଠ ରାଜସ୍ବ ସହାୟକ( SRA)ବାସୁଦେବ ଭୋଇ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ବିଭାଗ...

ଡିଭାଇଡରରେ ପିଟି ହୋଇ ଜଳିଗଲା ଟ୍ରେଲର୍‌

ସମ୍ବଲପୁର,୨୦।୧୨: ରମ୍ପେଲା ସପ୍ନେ ବ୍ରିଜ ଉପରେ ଶନିବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ବ୍ରିଜ ଉପରେ ଏକ ୧୮ ଚକିଆ ଟ୍ରେଲର୍‌ ଯାଉଥିବା ବେଳେ...

ଟୋକନ ସମସ୍ଯାକୁ ନେଇ ଚାଷୀଙ୍କ ୧୨ ଘଣ୍ଟିଆ ସମ୍ବଲପୁର ବନ୍ଦ, ବାଦ୍ ପଡ଼ିଛି ଜାତୀୟ ରାଜପଥ ଓ ରେଳ ରୋକ

ସମ୍ବଲପୁର,୧୯।୧୨(ପ୍ରମୋଦ ବହିଦାର): ଟୋକନ ସମସ୍ୟାକୁ ନେଇ ଶୁକ୍ରବାର ଚାଷୀଙ୍କ ପକ୍ଷରୁ ୧୨ ଘଣ୍ଟିଆ ସମ୍ବଲପୁର ବନ୍ଦ ଜାରି ରହିଛି । ଚାଷୀମାନେ ସକାଳ ୬ଟାରୁ ସହରର...

ପାରିବାରିକ ବିବାଦର କରୁଣ ପରିଣତି, ସ୍ବାମୀଙ୍କୁ ଗାମୁଛାରେ ହତ୍ୟାକଲେ ସ୍ତ୍ରୀ

ସମ୍ବଲପୁର,୧୮।୧୨(ପ୍ରମୋଦ ବହିଦାର): ବୁର୍ଲା ଥାନା ଅନ୍ତର୍ଗତ ଏମସିଏଲ ଜାଗୃତିବିହାର ଠାରେ ଜଣେ ଏମସିଏଲ କର୍ମଚାରୀଙ୍କୁ ତାଙ୍କ ଧର୍ମପତ୍ନୀ ତଣ୍ଟି ଚିପି ହତ୍ୟା କରିଛନ୍ତି । ମୃତ...

ଶୁକ୍ରବାର ସମ୍ବଲପୁର ବନ୍ଦକୁ ସମର୍ଥନ କରି ଶତାଧିକ ଚାଷୀଙ୍କ ବାଇକ୍‌ ରାଲି

ସମ୍ବଲପୁର,୧୮ା୧୨(ପ୍ରମୋଦ ବହିଦାର): ଖରିଫ ଧାନ ବିକ୍ରି ପାଇଁ ଟୋକନ ବଣ୍ଟନ ସମସ୍ୟା ବିରୋଧରେ ଚାଷୀ ସଂଗଠନ ପକ୍ଷରୁ ଶୁକ୍ରବାର ସମ୍ବଲପୁର ବନ୍ଦ ଡାକରା ଦିଆଯାଇଛି। ସମ୍ବଲପୁର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri