ମୁରୁଜରେ ବିଦ୍ୟାଦାତ୍ରୀ

ପୁରୁଣା ଭୁବନେଶ୍ୱର,୩୦ା୧(ଡି.ଏନ.ଏ.): ବିଦ୍ୟା, କଳା, ସାହିତ୍ୟ ଓ ସ୍ବର ବ୍ରହ୍ମର ଅଧିଷ୍ଠାତ୍ରୀ ଦେବୀ ମା’ ସରସ୍ବତୀଙ୍କ ଆବାହନ ପାଇଁ ପ୍ରସ୍ତୁତି ସରିଛି। ସ୍କୁଲ, କଲେଜ, ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ପୂଜା ପାଇବେ ମା’ ବାଗଦେବୀ ସରସ୍ବତୀ। ପରିବେଶ ସୁରକ୍ଷାର ବାର୍ତ୍ତା ଦେଇ ଭୁବନେଶ୍ୱର ପୋଖରୀପୁଟସ୍ଥିତ ଇନ୍ଦ୍ରପ୍ରସ୍ଥ କଲୋନୀ ଫେଜ୍‌-୨ ପରିସରରେ ଥିବା ଚିତ୍ରଶିକ୍ଷା ଅନୁଷ୍ଠାନ ‘ଚିତ୍ରଶାଳା’ ଶ୍ରୀପଞ୍ଚମୀ ଲାଗି ନିଆରା ଢଙ୍ଗରେ ମୁରୁଜରେ ପିଲାମାନେ ସରସ୍ବତୀଙ୍କ ଛବି ଆଙ୍କିଛନ୍ତି।
ବିଦ୍ୟାର୍ଥୀମାନେ ଚିତ୍ରଶିଳ୍ପୀ ସୁସ୍ମିତାରାଣୀ ରାଉତଙ୍କ ତତ୍ତ୍ୱାବଧାନରେ ଏହା କରିଛନ୍ତି। ପ୍ଲାଷ୍ଟିକ ଓ ରାସାୟନିକ ରଙ୍ଗ ବିରୋଧରେ ସ୍ବର ଉଠାଇବା ସହ ଇକୋ-ଫ୍ରେଣ୍ଡଲି ପୂଜା କରିବାକୁ ଶିଳ୍ପୀମାନେ ଆହ୍ବାନ ଦେଇଛନ୍ତି। ମୂର୍ତ୍ତିରେ ମିଶୁଥିବା ରାସାୟନିକ ରଙ୍ଗ ନଦୀ ଜଳ ପ୍ରଦୂଷିତ ହେବା ସହ ପ୍ରଦୂଷଣ ହୋଇଥାଏ। ଜଳ ଉତ୍ସକୁ ସ୍ବଚ୍ଛ ଓ ବାୟୁମଣ୍ଡଳକୁ ପ୍ରଦୂଷଣ ମୁକ୍ତ କରିବାକୁ ଚିତ୍ରଶାଳା ଆୟୋଜନ କରିଛି ଇକୋ-ଫ୍ରେଣ୍ଡଲି ମା’ ସରସ୍ବତୀଙ୍କ ପୂଜା। ସମ୍ପ୍ରତି ପରିବେଶକୁ ଦୃଷ୍ଟିରେ ରଖି ଯେତେ ସରଳ, ନିରାଡ଼ମ୍ବର ଭାବେ ଭକ୍ତିପୂତ ପରିବେଶ ମଧ୍ୟରେ ପୂଜା ଉତ୍ସବ ପାଳନ କରାଯିବା ଦରକାର ବୋଲି ଅନୁଷ୍ଠାନର ପ୍ରତିଷ୍ଠାତା ଅନସୂୟା ସାହୁ କହିଛନ୍ତି। କାର୍ଯ୍ୟକ୍ରମରେ ସାମାଜିକ କର୍ମୀ ତଥା ପରିବେଶବିତ୍‌ ସୁଶାନ୍ତ ସାହୁ ଯୋଗଦେଇ କୁନିଶିଳ୍ପୀଙ୍କ ଏଭଳି ଉଦ୍ୟମକୁ ପ୍ରଶଂସା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରାଜିଲକୁ ବଞ୍ଚାଇଲେ ଭିନିସିଅସ

ଇଷ୍ଟ ରଦରଫୋର୍ଡ,୧୪ା୬- ଭିନିସିଅସ ଜୁନିୟରଙ୍କ ଗୋଲ ବଳରେ ମରକୋ ବିପକ୍ଷ ମ୍ୟାଚ୍‌କୁ ବ୍ରାଜିଲ ୧-୧ ଗୋଲ୍‌ରେ ଡ୍ର’ ରଖିଛି। ଏହି ମ୍ୟାଚ୍‌ରେ ମରକୋ ବିଶ୍ୱକପ୍‌ ଇତିହାସର ପ୍ରଥମ…

ଅଡବା ପୋଲିସର ଚଢ଼ାଉ, ୧୫୦ ଲିଟର ଦେଶୀ ମଦ…

ମୋହନା,୧୪।୬( ମନ୍ମଥ ମିଶ୍ର ): ଗଜପତି ଜିଲା ଅଡବା ପୋଲିସର ଚଢ଼ାଉ କରି ୧୫୦ ଲିଟର ଦେଶୀ ମଦ ନଷ୍ଟ କରିଛି । ଏଭଳି ଘଟଣା ଦେଖିବାକୁ…

ଟି୨୦ ବିଶ୍ୱକପ୍‌ରେ ପାକିସ୍ତାନକୁ ହରାଇଲା ଭାରତ

ବର୍ମିଂହାମ, ୧୪ା୬: ସ୍ମୃତି ମନ୍ଧାନାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ଏବଂ ପରେ ଦୀପ୍ତି ଶର୍ମାଙ୍କ ୫ ଉଇକେଟ ସଫଳତା ବଳରେ ରବିବାର ଖେଳାଯାଇଥିବା ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ…

ଗ୍ୟାରେଜ୍‌ରେ ପଶି ମାଲିକଙ୍କୁ ଗୁଳିକରି ହତ୍ୟା

ନୟାଗଡ଼,୧୪।୬(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଗଣିଆ ଥାନା ଅଧୀନ ପାଣ୍ଡରାସିଂହା ଛକରେ ରବିବାର ସନ୍ଧ୍ୟାରେ ଏକ ଗୁଳିକାଣ୍ଡ ଘଟିଛି। ଦୁର୍ବୃତ୍ତମାନେ ଗ୍ୟାରେଜ୍‌ରେ ପଶି ଅତର୍କିତ ଫାୟାରିଂ କରିଥିଲେ।…

ଇରାନ ସହିତ ଚୁକ୍ତି ପୂର୍ବରୁ ଇସ୍ରାଏଲର ବଡ଼ ଆକ୍ରମଣ, ରାଗିଯାଇ ଟ୍ରମ୍ପ କହିଲେ ଏହା ଉଚିତ…

ଓ୍ବାଶିଂଟନ,୧୪।୬: ରବିବାର ଦିନ ଇସ୍ରାଏଲ ଲେବାନନର ରାଜଧାନୀ ବେରୁଟ ଉପରେ ଆକ୍ରମଣ କରିଛି । ଏହି ଆକ୍ରମଣ ଏପରି ସମୟରେ ଘଟିଛି ଯେତେବେଳେ ଆମେରିକା ଏବଂ ଇରାନ…

ମହିଳା ବିଶ୍ୱକପ୍‌ରେ ପାକିସ୍ତାନ ସହ ହାତ ମିଳାଇଲା ନାହିଁ ଭାରତ

ବର୍ମିଂହାମ, ୧୪ା୬: ପଡ଼ୋଶୀ ପାକିସ୍ତାନ ସହ ହାତ ନ ମିଳାଇବା ନୀତି ଭାରତ ଜାରି ରଖିଛି। ରବିବାର ମହିଳା ବିଶ୍ୱକପ୍‌ ମ୍ୟାଚ୍‌ରେ ଭାରତର ଅଧିନାୟିକା ହରମନପ୍ରୀତ କୌର…

ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆଡମିଟ୍‌ କାର୍ଡ ଜାରି, ଜୁନ୍‌ ୨୧ରେ…

ନୂଆଦିଲ୍ଲୀ,୧୪ା୬ : ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆସନ୍ତା ୨୧ରେ ଅନୁଷ୍ଠିତ ହେବାକୁ ଯାଉଥିବାବେଳେ ଏଥିପାଇଁ ପରୀକ୍ଷା ପରିଚାଳନାକାରୀ ସଂସ୍ଥା ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) ଆଡମିଟ୍‌ କାର୍ଡ…

ବରଗଡ଼ରେ ଆତଙ୍କ ମଚାଉଛନ୍ତି ଲୁଟେରା, ଦିବା ଆଲୋକରେ ଲୁଟପାଟ୍

ବରଗଡ଼,୧୪।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଲୁଟେରାମାନଙ୍କ ଦୌରାତ୍ମ୍ୟ ବଢ଼ି ଯାଇଛି । ଗତ ୩ଦିନତଳେ କଲାପାଣି ଛକ ନିକଟରେ ବିଚ୍‌ରାସ୍ତା ଉପରୁ ଜଣେ ମହିଳାଙ୍କ ସୁନାଚେନ୍‌ ଲୁଟ୍‌ ହୋଇଥିବାବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri