ମୁସରଙ୍ଗି ଜଙ୍ଗଲରୁ ବାଘ ଉଭାନ : ବନବିଭାଗ ଛାନ୍‌ଭିନ୍‌ ଜାରି

ନୂଆପଡ଼ା ଅଫିସ,୧୦ା୮
ସ୍ଥାନୀୟ ମୁସରଙ୍ଗି ଜଙ୍ଗଲରେ ୨ ଛୁଆ ସମେତ ୪ କଲରାପତରିଆ ବାଘ ଥିବା ଜଣାପଡ଼ିବା ପରେ ସଂପୃକ୍ତ ଅଞ୍ଚଳରେ ଆତଙ୍କ ଖେଳିଯାଇଥିଲା ା ବନ ବିଭାଗ ପକ୍ଷରୁ ଏ ନେଇ ବିଭିନ୍ନ ସ୍ଥାନରେ କର୍ମଚାରୀ ମୁତୟନ କରାଯାଇଥିଲା ା ହେଲେ ଶୁକ୍ରବାର ଜଙ୍ଗଲରେ ସେହି ବାଘ ନ ଥିବା ଜଣାପଡିଛି । ଶାବକମାନଙ୍କ ସହ ବାଘଦ୍ୱୟ କୁଆଡେ ଉଭାନ ହୋଇଯାଇଥିବା ବନ ବିଭାଗ କହିଛି ା ଏଥିପାଇଁ ବନ ବିଭାଗ ତରଫରୁ ସମଗ୍ର ଜଙ୍ଗଲ ଅଞ୍ଚଳକୁ ଛାନ୍‌ଭିନ୍‌ କରାଯାଉଛି।
ସୂଚନାଯୋଗ୍ୟ, ଜଙ୍ଗଲ ଭିତରେ ଥିବା ପଥର ଚଟାଣରେ ଗୁରୁବାର ଦିନ ତମାମ ଦୁଇଟି ବଡ ବାଘ ଶୋଇ ରହିଥିବା ଲୋକେ ଦେଖିଥିଲେ। ଏ ବିଷୟରେ ଖବର ପାଇ ବନ ବିଭାଗ କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚତ୍ ସେହି ବାଘ ଦୁଇଟିକୁ ଦେଖିଥିଲେ ା ହେଲେ ଶୁକ୍ରବାର ମଧ୍ୟ ଆଖପାଖ ଗାଁରେ ଭୟର ବାତାବରଣ ଲାଗି ରହିଛି ା ବାଘଦ୍ୱୟ ନିଜ ଶାବକଙ୍କ ସହ ଗାଁକୁ ପଶି ଆସିଥାଇ କେଉଁଠି ଆତ୍ମଗୋପନ କରିଥିବା ସନ୍ଦେହ କରାଯାଉଛି ା ଏହାକୁ ମଧ୍ୟ ବନ ବିଭାଗ ଗୁରୁତର ସହ ନେଇଛି ା ସକାଳ ୮ଟାରେ ଫରେଷ୍ଟର ଗୋପାଳ ମହାନନ୍ଦଙ୍କ ନେତୃତ୍ୱରେ ଏକ ଟିମ ଜଙ୍ଗଲ ଶିଖରକୁ ଯାଇଥିଲା। ସେଠାରେ ବାଘର କୌଣସି ସନ୍ଧାନ ମିଳି ନ ଥିବାରୁ ସାରା ଜଙ୍ଗଲ ଅଞ୍ଚଳରେ ଖୋଜାଯାଇଥିଲା ା ହେଲେ କୌଣସି ସ୍ଥାନରେ ବାଘ ନ ଥିବା ଫରେଷ୍ଟର ମହାନନ୍ଦ କହିଛନ୍ତ। ତଥାପି ବାଘର ହିଂସ୍ରତାକୁ ବିଚାରକୁ ନେଇ ଗ୍ରାମବାସୀ ଏହାକୁ ହାଲୁକା ଭାବେ ନ ନେଇ ସତର୍କତା ଅବଲମ୍ବନ କରିବାକୁ ବନବିଭାଗ କହିଛି ା ବନବିଭାଗ ଅସ୍ଥାୟୀ କ୍ୟାମ୍ପ କରି ଗାଁରେ ରହିବାକୁ ଗ୍ରାମବାସୀ ଦାବି କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

କଟକରେ ଫୁଟିଲା ଗୁଳି, ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ

କଟକ,୧୮।୨: ଭୋଜି ଚାଲିଥିଲା ବେଳେ ଗୁଳିମାଡ଼ । ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ ହୋଇଥିବା ନେଇ ଅଭିଯୋଗ ହୋଇଛି । କଟକ ମଧୁପାଟଣା ଥାନା ନୂଆପଡ଼ା ପ୍ରେସ୍‌…

ପୁଟୁପଡ଼ାରେ ବ୍ୟବସାୟୀଙ୍କ ଘରୁ ଚୋରି ଘଟଣା, ୪ ଜଣଙ୍କୁ ଗିରଫ କରି ପୋଲିସର କୋର୍ଟ ଚାଲାଣ

ଖଡ଼ିଆଳ,୧୮।୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ପୁଟୁପଡା ୱାର୍ଡ ନଂ ୧୧ ନିବାସୀ ପ୍ରବୀଣ ଅଗ୍ରୱାଲ ଘରୁ ଚୋରି ହୋଇଥିବା ଫେବୃଆରୀ ୧୬ ତାରିଖରେ ଖଡ଼ିଆଳ…

ଓଡ଼ିଶା ବଜାରରେ ବିକ୍ରି ହେଉଛି ନିମ୍ନମାନର କ୍ଷୀର, ଆପଣ କିଣୁନାହାନ୍ତି ତ ?

ଭୁବନେଶ୍ବର,୧୮।୨: ରାଜ୍ୟରେ ବିକ୍ରି ହେଉଛି ନିମ୍ନ ମାନର ଦୁଗ୍ଧ ଓ ଦୁଗ୍ଧଜାତ ଦ୍ରବ୍ୟ। ଏନେଇ ବୁଧବାର ବିଧାନସଭାରେ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ରଖିଛନ୍ତି ମତ୍ସ୍ୟ ଓ ପ୍ରାଣୀ ସମ୍ପଦ…

ସରକାରଙ୍କ ବଡ ପଦକ୍ଷେପ: ରସୁଲଗଡ଼ରେ ହେବ ୫୦୦ ମିଟରର ସ୍କାଏୱାକ୍‌

ଭୁବନେଶ୍ବର,୧୮।୨: ରାଜଧାନୀର ଜାତୀୟ ରାଜପଥ-୧୬ରେ ଆଉ ରହିବନି ଦୁର୍ଘଟଣାର ଭୟ। ପଥଚାରୀଙ୍କ ସୁରକ୍ଷା ପାଇଁ ଅଣ୍ଟା ଭିଡିଛି ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ ବା NHAI। ପଳାଶୁଣିରୁ…

ପାରିବାରିକ କଳହର କରୁଣ ପରିଣତି, ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା କଲେ ସ୍ୱାମୀ

ବଲାଙ୍ଗୀର,୧୮।୨(ସୁନିଲ କୁମାର ମହାନ୍ତି ): ବଲାଙ୍ଗୀର ଜିଲା ସିନ୍ଧେକେଲା ଥାନା ଜାମପଡା ଗାଁ ଖୁଣ୍ଟିଆପଡାରେ ଛାତିଥରା ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା…

ଏସବୁ କରିବା ବଳାତ୍କାର ଉଦ୍ୟମ: ହାଇକୋର୍ଟଙ୍କ ନିର୍ଦ୍ଦେଶକୁ ରଦ୍ଦ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୮ା୨: ନାବାଳିକା ଯୌନ ନିର୍ଯାତନା ମାମଲାରେ ଆଲ୍ଲାହାବାଦ ହାଇକୋର୍ଟଙ୍କ ଏକ ବିବାଦୀୟ ନିଷ୍ପତ୍ତିକୁ ସୁପ୍ରିମକୋର୍ଟ ରଦ୍ଦ କରିଦେଇଛନ୍ତି। ଜଣେ ୧୧ ବର୍ଷର ଶିଶୁ କନ୍ୟାର ସମ୍ବେଦନଶୀଳ ଅଙ୍ଗକୁ…

ବ୍ୟବସାୟୀଙ୍କ ଘରୁ ଚୋରି କରି ଧରାପଡ଼ିଲେ

ଖଡ଼ିଆଳ,୧୮।୨: ନୂଆପଡ଼ା ଜିଲା ୧୧ ନମ୍ବର ୱାର୍ଡ ପୁଟୁପଡ଼ାରେ ରହୁଥିବା ଜଣେ ବ୍ୟବସାୟୀଙ୍କ ଘରୁ ବଡ଼ଧରଣର ଚୋରି ହୋଇଥିଲା। ପୋଲିସ ବୁଧବାର ଉକ୍ତ ଘଟଣାର ପର୍ଦ୍ଦାଫାଶ କରିଛି।…

ବୋଲଗଡ଼ ବିଡିଓଙ୍କୁ ହଟାଇବା ଦାବିରେ ତାତିଲେ ଆନ୍ଦୋଳନକାରୀ; ପୋଲିସ ସହ ଠେଲାପେଲା, କାର୍‌ ଭାଙ୍ଗିଲେ…

ଖୋର୍ଦ୍ଧା,୧୮।୨(ପ୍ରଭାତ ପାଣିଗ୍ରାହୀ): ଉଗ୍ରରୂପ ନେଲା ବ୍ଲକ ସମୁଖ ଆନ୍ଦୋଳନ । ବୋଲଗଡ଼ ବ୍ଲକ ପରିସରରେ ବିଡିଓ ବିବାଦକୁ ନେଇ ଉତ୍ତେଜନା ଦେଖାଯାଉଥିବା ବେଳେ ବିଡିଓଙ୍କ ଗାଡି ଭଙ୍ଗାରୁଜା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri