ମୁସରଙ୍ଗି ଜଙ୍ଗଲରୁ ବାଘ ଉଭାନ : ବନବିଭାଗ ଛାନ୍‌ଭିନ୍‌ ଜାରି

ନୂଆପଡ଼ା ଅଫିସ,୧୦ା୮
ସ୍ଥାନୀୟ ମୁସରଙ୍ଗି ଜଙ୍ଗଲରେ ୨ ଛୁଆ ସମେତ ୪ କଲରାପତରିଆ ବାଘ ଥିବା ଜଣାପଡ଼ିବା ପରେ ସଂପୃକ୍ତ ଅଞ୍ଚଳରେ ଆତଙ୍କ ଖେଳିଯାଇଥିଲା ା ବନ ବିଭାଗ ପକ୍ଷରୁ ଏ ନେଇ ବିଭିନ୍ନ ସ୍ଥାନରେ କର୍ମଚାରୀ ମୁତୟନ କରାଯାଇଥିଲା ା ହେଲେ ଶୁକ୍ରବାର ଜଙ୍ଗଲରେ ସେହି ବାଘ ନ ଥିବା ଜଣାପଡିଛି । ଶାବକମାନଙ୍କ ସହ ବାଘଦ୍ୱୟ କୁଆଡେ ଉଭାନ ହୋଇଯାଇଥିବା ବନ ବିଭାଗ କହିଛି ା ଏଥିପାଇଁ ବନ ବିଭାଗ ତରଫରୁ ସମଗ୍ର ଜଙ୍ଗଲ ଅଞ୍ଚଳକୁ ଛାନ୍‌ଭିନ୍‌ କରାଯାଉଛି।
ସୂଚନାଯୋଗ୍ୟ, ଜଙ୍ଗଲ ଭିତରେ ଥିବା ପଥର ଚଟାଣରେ ଗୁରୁବାର ଦିନ ତମାମ ଦୁଇଟି ବଡ ବାଘ ଶୋଇ ରହିଥିବା ଲୋକେ ଦେଖିଥିଲେ। ଏ ବିଷୟରେ ଖବର ପାଇ ବନ ବିଭାଗ କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚତ୍ ସେହି ବାଘ ଦୁଇଟିକୁ ଦେଖିଥିଲେ ା ହେଲେ ଶୁକ୍ରବାର ମଧ୍ୟ ଆଖପାଖ ଗାଁରେ ଭୟର ବାତାବରଣ ଲାଗି ରହିଛି ା ବାଘଦ୍ୱୟ ନିଜ ଶାବକଙ୍କ ସହ ଗାଁକୁ ପଶି ଆସିଥାଇ କେଉଁଠି ଆତ୍ମଗୋପନ କରିଥିବା ସନ୍ଦେହ କରାଯାଉଛି ା ଏହାକୁ ମଧ୍ୟ ବନ ବିଭାଗ ଗୁରୁତର ସହ ନେଇଛି ା ସକାଳ ୮ଟାରେ ଫରେଷ୍ଟର ଗୋପାଳ ମହାନନ୍ଦଙ୍କ ନେତୃତ୍ୱରେ ଏକ ଟିମ ଜଙ୍ଗଲ ଶିଖରକୁ ଯାଇଥିଲା। ସେଠାରେ ବାଘର କୌଣସି ସନ୍ଧାନ ମିଳି ନ ଥିବାରୁ ସାରା ଜଙ୍ଗଲ ଅଞ୍ଚଳରେ ଖୋଜାଯାଇଥିଲା ା ହେଲେ କୌଣସି ସ୍ଥାନରେ ବାଘ ନ ଥିବା ଫରେଷ୍ଟର ମହାନନ୍ଦ କହିଛନ୍ତ। ତଥାପି ବାଘର ହିଂସ୍ରତାକୁ ବିଚାରକୁ ନେଇ ଗ୍ରାମବାସୀ ଏହାକୁ ହାଲୁକା ଭାବେ ନ ନେଇ ସତର୍କତା ଅବଲମ୍ବନ କରିବାକୁ ବନବିଭାଗ କହିଛି ା ବନବିଭାଗ ଅସ୍ଥାୟୀ କ୍ୟାମ୍ପ କରି ଗାଁରେ ରହିବାକୁ ଗ୍ରାମବାସୀ ଦାବି କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି ଛାଡିବା ପରେ ଏମିତି କହିଲେ ରାସେଶ୍ୱରୀ

ଭୁବନେଶ୍ୱର,୨୪।୪: ବିଜେଡି ଛାଡିଲେ ସମ୍ବଲପୁରର ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀ। ମଙ୍ଗଳବାର ଦଳର ପ୍ରାଥମିକ ସଦସ୍ୟ ସହ ସମସ୍ତ ପଦରୁ ସେ ଇସ୍ତଫା ଦେଇଛନ୍ତି। ସେ...

ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ ରାସେଶ୍ୱରୀ ପାଣିଗ୍ରାହୀ

ଭୁବନେଶ୍ୱର,୨୩।୪: ସାଧାରଣ ନିର୍ବାଚନକୁ ନେଇ ଘଡ଼ିକେ ଘୋଡ଼ା ଛୁଟୁଛି। ଦଳବଦଳ ଏବେ ସାଧାରଣରେ ପରିଣତ ହୋଇଛି। ମଙ୍ଗଳବାର ସମ୍ବଲପୁରର ପୂର୍ବତନ ବିଧାୟକ ରାସେଶ୍ୱରୀ ପାଣିଗ୍ରାହୀ ବିଜେଡିରୁ...

ଟିକେଟକୁ ନେଇ କଂଗ୍ରେସ ଭବନରେ ଅସନ୍ତୁଷ୍ଟଙ୍କ ହୋହଲ୍ଲା

ଭୁବନେଶ୍ୱର, ୨୩।୪(ସୁନିତ୍‌ ମିଶ୍ର):ସବୁ ରାଜନୈତିକ ଦଳରେ ବର୍ତ୍ତମାନ ଟିକେଟ ବଣ୍ଟାକୁ ନେଇ ଗଣ୍ଡଗୋଳିଆ ପରିସ୍ଥିତି ଲାଗି ରହିଛି। କଂଗ୍ରେସରେ ଟିକେଟ ବଣ୍ଟନ ନେଇ ସୋମବାର ଦଳୀୟ...

ଶିକ୍ଷୟିତ୍ରୀରୁ ରାଜନୀତି: ଏବେ ବିିଧାୟକ ପଦ ପାଇଁ ଲଢିବେ

ଶିକ୍ଷକତାରୁ ଅବସର ଗ୍ରହଣ କରି ରାଜନୀତିରେ ପାଦ ଥାପିଛନ୍ତି ରଞ୍ଜିତା ମାର୍ଣ୍ଡିା ଦୀର୍ଘ ୩୦ବର୍ଷ ହେଲା ସ୍ବାମୀଙ୍କୁ ରାଜନୀତି କ୍ଷେତ୍ରରେ ସେ ସହଯୋଗ କରି ଆସିିଛନ୍ତି।...

ବିଜେଡି ଛାଡିଲେ ଝାରସୁଗୁଡା ଜିଲା ସାଧାରଣ ସମ୍ପାଦକ

ଭୁବନେଶ୍ୱର,୨୪।୪: ଝାରସୁଗୁଡା ଜିଲାରେ ବିଜେଡିକୁ ଲାଗିଲା ଶକ୍ତ ଝଟକା। ଦଳର ଜିଲା ସାଧାରଣ ସମ୍ପାଦକ ବିଶ୍ୱନାଥ ନାୟକ ଦଳରୁ ଇସ୍ତଫା ଦେଇଛନ୍ତି । ସେ ଦଳ...

ନବୀନ, ଶାହା, ରାହୁଲଙ୍କ ପ୍ରଚାରକୁ ନଜର

ଭୁବନେଶ୍ୱର, ୨୩।୪(ସୁନିତ୍‌ ମିଶ୍ର):ଦେଶରେ ୭ଟି ପର୍ଯ୍ୟାୟ ମଧ୍ୟରୁ ଆସନ୍ତା ମେ ୧୩ରୁ ଓଡ଼ିଶାରେ ୪ଟି ପର୍ଯ୍ୟାୟରେ ଭୋଟ୍‌ ହେବ। ଯଦିଓ ରାଜ୍ୟର ୩ ପ୍ରମୁଖ ଦଳ...

ନିର୍ବାଚନରୁ ଓହରିଲେ ବିରଞ୍ଚତ୍

ଭୁବନେଶ୍ୱର, ୨୩।୪ (ବନ୍ଦନା ସେଠୀ):ନିର୍ବାଚନ ମଇଦାନରୁ ଓହରିଲେ ବିଜୁ ଜନତା ଦଳର କାର୍ଯ୍ୟକାରୀ ସଭାପତି ବିରଞ୍ଚତ୍ ମହାସୁପକାର ଓରଫ ଲିଟୁ। ଏବେ ସେ ଦଳ ପାଇଁ...

ନିଦ ହଜାଇଲେଣି ସାଇବର ଅପରାଧୀ

ଭୁବନେଶ୍ୱର,୨୩।୪ (ସୂର୍ଯ୍ୟକାନ୍ତ ବେହେରା):ବାରମ୍ବାର ସଚେତନତା ସତ୍ତ୍ୱେ ଦିନକୁ ଦିନ ଠକାମିର ଶିକାର ହେଉଛନ୍ତି ଲୋକେ। ବିଭିନ୍ନ କୌଶଳ ଆପଣାଇ ଲୁଟୁଛନ୍ତି ସାଇବର ଅପରାଧୀ। କେତେବେଳେ ହ୍ବାଟ୍‌ସଆପ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri