ମୁସଲମାନ ବୋଲି ହେଲାନି ଡାଏଲିସିସ୍‌, ଚାଲିଗଲା ଜୀବନ

କଟକ ଅଫିସ୍‌,୩୦।୪: ମୁସଲମାନ ହୋଇଥିବା ଯୋଗୁ ଜଣେ କିଡ୍‌ନୀ ରୋଗୀଙ୍କୁ ଡାଏଲିସିସ୍‌ କରିବାକୁ ବୁଧବାର କଟକର ଏକ ଘରୋଇ ହସ୍‌ପିଟାଲ୍‌ କର୍ତ୍ତୃପକ୍ଷ ମନାକରି ଦେଇଥିଲେ। ପରେ ତାଙ୍କର ମୃତ୍ୟୁ ହୋଇଥିଲା। ଘଟଣାର ତଦନ୍ତ ଦାବିରେ ହାଇକୋର୍ଟରେ ଏକ ଜନସ୍ବାର୍ଥ ମାମଲା ରୁଜୁ କରାଯାଇଛି। ଏହାର ଉପଯୁକ୍ତ ତଦନ୍ତ ପାଇଁ ରାଜ୍ୟ ସରକାର ନିର୍ଦ୍ଦେଶ ଦେବାକୁ ଆବେଦନରେ ପ୍ରାର୍ଥନା କରାଯାଇଛି। ଚିକିତ୍ସା ବେଳେ କୌଣସି ରୋଗୀଙ୍କର ଜାତି, ଧର୍ମ ନ ଦେଖିବାକୁ ନିବେଦନ କରାଯାଇଛି।
ମାମଲାରୁ ପ୍ରକାଶ, କେନ୍ଦ୍ରାପଡ଼ା ସରକାରୀ ଡାକ୍ତରଖାନାର ଆୟୁଷ୍‌ ଡାକ୍ତର ସୟଦ୍‌ ଅବ୍‌ଦୁଲ ହସନ୍‌ ଅବସର ନେବାପରେ ସାଲେପୁରରେ ରହୁଥିଲେ। ଗତ ଦେଢ଼ ବର୍ଷ ହେଲା ସେ କିଡ୍‌ନୀରୋଗରେ ଆକ୍ରାନ୍ତ ଥିବା ଯୋଗୁ କଟକ ମଙ୍ଗଳାବାଗର ଏକ ଘରୋଇ ନର୍ସିଂହୋମ୍‌ରେ ଚିକିତ୍ସିତ ହେଉଥିଲେ। ସପ୍ତାହରେ ଦୁଇଥର ଅର୍ଥାତ୍‌ ମଙ୍ଗଳବାର ଏବଂ ଶୁକ୍ରବାର ତାଙ୍କର ଡାଏଲିସିସ୍‌ ହେଉଥିଲା। ଗତ ୧୦ ତାରିଖରେ ତାଙ୍କର ଡାଏଲିସିସ୍‌ ପାଇଁ ଦିନ ଧାର୍ଯ୍ୟ କରାଯାଇଥିଲା। ସେ ନିଜ ଡ୍ରାଇଭରଙ୍କ ସହ ନର୍ସିଂହୋମ୍‌କୁ ଆସିଥିଲେ। କିନ୍ତୁ କରୋନା ସଂକ୍ରମଣ ଆଶଙ୍କା କରି ନର୍ସିଂହୋମ୍‌ କର୍ତ୍ତୃପକ୍ଷ ତାଙ୍କୁ ବ୍ୟକ୍ତିଗତ ସୁରକ୍ଷା ସରଞ୍ଜାମ(ପିପିଇ) କିଟ୍‌ ଆଣିବାକୁ କହିବାରୁ ମଙ୍ଗଳାବାଗ ଛକରୁ ସେ କିଟ୍‌ କିଣିଥିଲେ ।
ତଥାପି ଟେକ୍ନିସିଆନ୍‌ ଜଣକ ଡାଏଲିସିସ୍‌ କରିବାକୁ ମନା କରିଥିଲେ। ତବ୍‌ଲିଘି ଜମାତ୍‌ କାର୍ଯ୍ୟକ୍ରମ ଯୋଗୁ ଅନେକ ମୁସଲମାନ୍‌ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ତାଙ୍କର ପ୍ରଥମେ କରୋନା ପରୀକ୍ଷା କରିବା ପାଇଁ କୁହାଯାଇଥିଲା। କିନ୍ତୁ ସେ ଯେତେ ବୁଝାଇବାକୁ ଚେଷ୍ଟା କରିଥିଲେ ମଧ୍ୟ ନର୍ସିଂହୋମ୍‌ କର୍ତ୍ତୃପକ୍ଷ କିଛି ଶୁଣି ନ ଥିଲେ। ଏଣୁ ନିରାଶରେ ସେ ଘରକୁ ଫେରିଥିଲେ। ଡାଏଲିସିସ୍‌ ନ ହେବା ଯୋଗୁ ତାଙ୍କ ଅବସ୍ଥା ଗୁରୁତର ହୋଇପଡ଼ିଥିଲା। ଆଉ ଦୁଇଟି ଘରୋଇ ହସ୍ପିଟାଲ୍‌ ମଧ୍ୟ ଡାଏଲିସିସ୍‌ ପାଇଁ ତାଙ୍କୁ ମନାକରି ଦେଇଥିଲେ। ଶେଷରେ ଅବ୍‌ଦୁଲ୍‌ଙ୍କ ଜୀବନ ଚାଲିଯାଇଥିଲା।
ଏହି ଘଟଣାର ଉପଯୁକ୍ତ ତଦନ୍ତ ସହ ଘରୋଇ ନର୍ସିଂହୋମ୍‌ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ରାଜ୍ୟ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ, ମୁଖ୍ୟ ଶାସନ ସଚିବ ଏବଂ ଓଡ଼ିଶା କାଉନ୍‌ସିଲ୍‌ ଅଫ୍‌ ମେଡ଼ିକାଲ୍‌ ରେଜିଷ୍ଟ୍ରେଶନ୍‌କୁ ନିର୍ଦ୍ଦେଶ ଦେବା ପାଇଁ ନିବେଦନ କରାଯାଇଛି । ଏଥି ସହ ସମସ୍ତ ସରକାରୀ ଏବଂ ଘରୋଇ ହସ୍ପିଟାଲ୍‌ରେ ରୋଗୀଙ୍କ ଜାତି, ଧର୍ମ, ରଙ୍ଗ ଏବଂ ଲିଙ୍ଗକୁ ନ ଦେଖି ଉପଯୁକ୍ତ ଚିକିତ୍ସା ସେବା ଯୋଗାଇ ଦେବା ପାଇଁ ପ୍ରାର୍ଥନା କରାଯାଇଛି। ସେହିଭଳି ରାଜ୍ୟରେ ଜୀବନ ରକ୍ଷାକାରୀ ଔଷଧ ମହଜୁଦ୍‌ ରଖିବା, ସମସ୍ତ ହସ୍‌ପିଟାଲ୍‌ରେ ଓପିଡ଼ି ଖୋଲା ରଖିବା ଏବଂ ମାଗଣା ଚିକିତ୍ସା ଦିଗରେ ରାଜ୍ୟ ସରକାର ନିର୍ଦ୍ଦେଶ ଦେବା ପାଇଁ ନିବେଦନ କରାଯାଇଛି । ଆଜରା ଜମାଲଙ୍କ ପକ୍ଷରୁ ହାଇକୋର୍ଟରେ ଆବେଦନ କରାଯାଇଥିବା ବେଳେ ଆଇନଜୀବୀ କ୍ଷୀରୋଦ କୁମାର ରାଉତ ମାମଲା ପରିଚାଲନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୨୦୨୪ରେ ନିର୍ବାଚନ ଲଢ଼ିବିନି: ବର୍ଷାଙ୍କୁ ଟିକେଟ୍‌ ମିଳିବା ପରେ ଏମିତି କହିଲେ ଅମର

ଭୁବନେଶ୍ୱର,୨୩।୪: ୨୦୨୪ ନିର୍ବାଚନ ଲଢ଼ିବେନି କହିଲେ ଅମର ଶତପଥୀ। ବର୍ଷା ପ୍ରିୟଦର୍ଶିନୀଙ୍କୁ ବଡ଼ଚଣା ଟିକେଟ୍‌ ମିଳିବା ପରେ ଅମର ଏଭଳି ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି,...

ମହମ୍ମଦ ମୋକିମଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ଜାମିନ୍‌

ଭୁବନେଶ୍ୱର,୨୩।୪: କଂଗ୍ରେସ ବିଧାୟକ ମହମ୍ମଦ ମୋକିମଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ଜାମିନ୍‌। ORHDC ଦୁର୍ନୀତି ମାମଲାରେ ମଙ୍ଗଳବାର ସୁପ୍ରିମକୋର୍ଟ ଜାମିନ୍‌ ଦେଇଛନ୍ତି। ମୋକିମଙ୍କ ଆବେଦନକୁ ଗ୍ରହଣ କରି...

କୋହ ସମ୍ଭାଳିପାରିଲେନି ସୀମାରାଣୀ, କହିଲେ ଟଙ୍କା ନେଇ…

ଭୁବନେଶ୍ୱର,୨୩।୪: ହିନ୍ଦୋଳ ବିଧାନସଭା ଆସନ ପାଇଁ ବିଜେଡି ପକ୍ଷରୁ ମହେଶ ସାହୁଙ୍କ ନାମ ଘୋଷଣା କରାଯିବା ପରେ ଟିକେଟ ଆଶାୟୀ ଥିବା ୨ ଥର ବିଧାୟିକା...

ବିଜେଡି ଛାଡିବା ପରେ ଏମିତି କହିଲେ ରାସେଶ୍ୱରୀ

ଭୁବନେଶ୍ୱର,୨୩।୪: ବିଜେଡି ଛାଡିଲେ ସମ୍ବଲପୁରର ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀ। ମଙ୍ଗଳବାର ଦଳର ପ୍ରାଥମିକ ସଦସ୍ୟ ସହ ସମସ୍ତ ପଦରୁ ସେ ଇସ୍ତଫା ଦେଇଛନ୍ତି। ସେ...

ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ ରାସେଶ୍ୱରୀ ପାଣିଗ୍ରାହୀ

ଭୁବନେଶ୍ୱର,୨୩।୪: ସାଧାରଣ ନିର୍ବାଚନକୁ ନେଇ ଘଡ଼ିକେ ଘୋଡ଼ା ଛୁଟୁଛି। ଦଳବଦଳ ଏବେ ସାଧାରଣରେ ପରିଣତ ହୋଇଛି। ମଙ୍ଗଳବାର ସମ୍ବଲପୁରର ପୂର୍ବତନ ବିଧାୟକ ରାସେଶ୍ୱରୀ ପାଣିଗ୍ରାହୀ ବିଜେଡିରୁ...

ଟିକେଟକୁ ନେଇ କଂଗ୍ରେସ ଭବନରେ ଅସନ୍ତୁଷ୍ଟଙ୍କ ହୋହଲ୍ଲା

ଭୁବନେଶ୍ୱର, ୨୩।୪(ସୁନିତ୍‌ ମିଶ୍ର):ସବୁ ରାଜନୈତିକ ଦଳରେ ବର୍ତ୍ତମାନ ଟିକେଟ ବଣ୍ଟାକୁ ନେଇ ଗଣ୍ଡଗୋଳିଆ ପରିସ୍ଥିତି ଲାଗି ରହିଛି। କଂଗ୍ରେସରେ ଟିକେଟ ବଣ୍ଟନ ନେଇ ସୋମବାର ଦଳୀୟ...

ଶିକ୍ଷୟିତ୍ରୀରୁ ରାଜନୀତି: ଏବେ ବିିଧାୟକ ପଦ ପାଇଁ ଲଢିବେ

ଶିକ୍ଷକତାରୁ ଅବସର ଗ୍ରହଣ କରି ରାଜନୀତିରେ ପାଦ ଥାପିଛନ୍ତି ରଞ୍ଜିତା ମାର୍ଣ୍ଡିା ଦୀର୍ଘ ୩୦ବର୍ଷ ହେଲା ସ୍ବାମୀଙ୍କୁ ରାଜନୀତି କ୍ଷେତ୍ରରେ ସେ ସହଯୋଗ କରି ଆସିିଛନ୍ତି।...

ବିଜେଡି ଛାଡ଼ିଲେ ସୀମାରାଣୀ: ଭାଜପାରେ ଯୋଗଦେବା ସମ୍ଭାବନା

ଢେଙ୍କାନାଳ,୨୩ା୪(ରତନ ନାୟାର):ହିନ୍ଦୋଳ ବିଧାନସଭା ଆସନ ପାଇଁ ବିଜେଡି ପକ୍ଷରୁ ମହେଶ ସାହୁଙ୍କ ନାମ ଘୋଷଣା କରାଯିବା ପରେ ଟିକେଟ୍‌ ଆଶାୟୀ ଥିବା ୨ ଥରର ବିଧାୟିକା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri