Posted inଜାତୀୟ

ମୁସଲିମ ବୃଦ୍ଧଙ୍କୁ ମାଡ଼: ଅଭିନେତ୍ରୀ ସ୍ବରା, ଟୁଇଟର ଇଣ୍ଡିଆ ମୁଖ୍ୟଙ୍କ ନାମରେ ମାମଲା

ନୂଆଦିଲ୍ଲୀ,୧୭।୬: ଉତ୍ତର ପ୍ରଦେଶର ଗାଜିଆବାଦରେ ମୁସଲିମ ବୃଦ୍ଧଙ୍କୁ ମାଡ଼ ଘଟଣାରେ ବିବାଦୀୟ ଟୁଇଟ୍‌କୁ ନେଇ ବଲିଉଡ୍‌ ଅଭିନେତ୍ରୀ ସ୍ବରା ଭାସ୍କର ଓ ଟୁଇଟର ଇଣ୍ଡିଆର ମ୍ୟାନେଜିଂ ଡିରେକ୍ଟରଙ୍କ ସମେତ ଅନ୍ୟ ୨ ଜଣଙ୍କ ନାମରେ ଦିଲ୍ଲୀରେ ମାମଲା ରୁଜୁ ହୋଇଛି।

ଗାଜିଆବାଦ୍‌ ଘଟଣା ଉପରେ କିଛି ଜର୍ନାଲିଷ୍ଟ ଓ କଂଗ୍ରେସ ନେତା ଟୁଇଟ୍‌ କରିବା ପରେ ସେମାନଙ୍କ ବିରୋଧରେ ସାମ୍ପ୍ରଦାୟିକତା ଭାବନାକୁ ଉତ୍ତେଜିତ କଲା ଭଳି ମନ୍ତବ୍ୟ ଦେବା ନେଇ ୟୁପିରେ ମାମଲ ରୁଜୁ ହୋଇଥିଲା। ଏହାର ଗୋଟିଏ ଦିନ ପରେ ଜଣେ ଓକିଲ ବୁଧବାର ଦିଲ୍ଲୀ ପୋଲିସ ନିକଟରେ ସମାନ ଅଭିଯୋଗ ଆଣିଛନ୍ତି। ଅଭିଯୋଗରେ ସ୍ବରା ଭାସ୍କର, ଜର୍ନାଲିଷ୍ଟ ଆର୍ଫା ଖାନୁମ ଓ ଅସିଫ ଖାନ ନାମକ ଜଣେ ବ୍ୟକ୍ତି ଟୁଇଟର ଯୋଗେ ଦେଶର ନାଗରିକଙ୍କ ମଧ୍ୟରେ ମିଥ୍ୟା ଖବର ପ୍ରଚାର କରୁଛନ୍ତି। କିନ୍ତୁ ଏମାନଙ୍କ ଉପରେ ଭାରତରେ ଟୁଇଟର ମୁଖ୍ୟ ମନୀଷ ମାହେଶ୍ୱରୀ କୌଣସି କାର୍ଯ୍ୟାନୁଷ୍ଠାନ ନେଉ ନାହାନ୍ତି। ଘଟଣା ପଛରେ ସତ୍ୟାସତ୍ୟ ଜାଣିବା ପରେ ମଧ୍ୟ ମିଥ୍ୟା ଟୁଇଟ୍‌କୁ ହଟା ଯାଉ ନ ଥିବା ଅଭିଯୋଗରେ ଦର୍ଶାଯାଇଛି।

ଉଲ୍ଲେଖଯୋଗ୍ୟ, ‘ବନ୍ଦେ ମାତରମ’ ଓ ‘ଜୟଶ୍ରୀ ରାମ’ ନ କହିବାରୁ ଅବଦୁଲ ସମଦ ନାମକ ଜଣେ ମୁସଲିମ ବୃଦ୍ଧଙ୍କୁ ମାଡ଼ ମରାଯିବା ସହ ତାଙ୍କ ଦାଢ଼ି କାଟିଦେଇଥିଲେ ୬ ଜଣ ଦୁର୍ବୁତ୍ତ। ତେବେ ଏହି ଘଟଣା ପଛରେ କୌଣସି ସାମ୍ପ୍ରଦାୟିକତା ଉଦ୍ଦେଶ୍ୟ ନ ଥିବା ୟୁପି ପୋଲିସ ପକ୍ଷରୁ କୁହାଯାଇଛି। ଅବଦୁଲ କିଛି ଲୋକଙ୍କୁ ତାବିଜ ଦେଇଥିଲେ। ହେଲେ ଫଳପ୍ରଦ ନେ ହେବାରୁ ୬ ଜଣ ଦୁର୍ବୁତ୍ତ ଆକ୍ରମଣ କରିଥିଲେ। ଆକ୍ରମଣକାରୀଙ୍କ ମଧ୍ୟରେ ଉଭୟ ହିନ୍ଦୁ ଓ ମୁସଲିମ ସମ୍ପ୍ରଦାୟର ଯୁବକ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓବିସି ବର୍ଗର ସବୁଠୁ ବଡ଼ ଶତ୍ରୁ ହେଉଛି କଂଗ୍ରେସ: ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୪ା୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର କଂଗ୍ରେସ ନେତୃତ୍ୱାଧୀନ କର୍ଣ୍ଣାଟକ ସରକାରଙ୍କ ମୁସଲିମ ସମ୍ପ୍ରଦାୟକୁ ରାଜ୍ୟ ଓବିସି ତାଲିକାରେ ଅନ୍ତର୍ଭୁକ୍ତ କରିବା ନିଷ୍ପତ୍ତିକୁ ସମାଲୋଚନା କରି...

ଏହି ଆସନରେ ନିଜର ପ୍ରାର୍ଥୀଙ୍କୁ ଭୋଟ୍‌ ନଦେବାକୁ ନିବେଦନ କରୁଛି କଂଗ୍ରେସ

ନୂଆଦିଲ୍ଲୀ,୨୪ା୪: ଦେଶରେ ଜାରି ରହିଥିବା ସାଧାରଣ ନିର୍ବାଚନକୁ ନେଇ ନାନା ରୋଚକ ଖବରମାନ ଦେଖିବାକୁ ମିଳୁଛି। ଏହାରି ମଧ୍ୟରେ ରାଜସ୍ଥାନରେ କଂଗ୍ରେସ ଏହାର ଏକ ପ୍ରାର୍ଥିଙ୍କୁ...

କିଏ ତିଆରି କରିଛି EVM ଆଉ VVPAT, ନିର୍ମାତାଙ୍କ ନାଁ ପ୍ରକାଶ କରିବାକୁ ମନା କଲା ଇସିଆଇଏଲ୍‌

ନୂଆଦିଲ୍ଲୀ,୨୪ା୪: ଇଲେକ୍ଟ୍ରୋନିକ୍ସ କର୍ପୋରେଶନ ଅଫ୍‌ ଇଣ୍ଡିଆ ଲିମିଟେଡ୍‌ (ECIL) ଏବଂ ଭାରତ ଇଲେକ୍ଟ୍ରୋନିକ୍ସ ଲିମିଟେଡ (BEL) ଇଭିଏମ୍‌ ଏବଂ ଭିଭିପାଟ୍‌ର ନିର୍ମାତାଙ୍କ ନାମ ପ୍ରକାଶ କରିବାକୁ...

ଏହି ଆସନରୁ ନିର୍ବାଚନ ଲଢିବେ ଅଖିଳେଶ,ଗୁରୁବାର ପ୍ରାର୍ଥିପତ୍ର ଦାଖଲ

ଲକ୍ଷ୍ନୌ,୨୪।୪: ଏସପି ସୁପ୍ରିମୋ ଅଖିଲେଶ ଯାଦବ କନ୍ନୌଜ ଲୋକ ସଭା ଆସନରୁ ପ୍ରତିଦ୍ୱନ୍ଦ୍ୱିତା କରିବେ। ଗୁରୁବାର ମଧ୍ୟାହ୍ନ ୧୨ଟାରେ ନାମାଙ୍କନପତ୍ର ଦାଖଲ କରାଯିବ। ଏହାପୂର୍ବରୁ ଏସପି...

ନିର୍ବାଚନ ରାଲିରେ କେନ୍ଦ୍ର ମନ୍ତ୍ରୀ ନୀତିନ ଗଡକରୀ ଅସୁସ୍ଥ

ମୁମ୍ବାଇ,୨୨ା୪: ମଙ୍ଗଳବାର ଅପରାହ୍ନରେ ମହାରାଷ୍ଟ୍ରର ୟବତମାଲରେ ଏକ ନିର୍ବାଚନ ରାଲିରେ କେନ୍ଦ୍ର ମନ୍ତ୍ରୀ ନୀତିନ ଗଡକରୀ ଅସୁସ୍ଥ ହୋଇପଡିଛନ୍ତି। ଗଡକରୀ ଭାଜପାର ନାଗପୁର ପ୍ରାର୍ଥୀ ଭାବରେ...

ରେଳ ବିଭାଗର ବଡ଼ ଘୋଷଣା, ଏବେ ଆପଣଙ୍କୁ ମିଳିବ କନଫର୍ମ ଟିକେଟ୍‌

ନୂଆଦିଲ୍ଲୀ,୨୪।୪: ରେଳ ବିଭାଗର ବଡ଼ ଘୋଷଣା। ଟ୍ରେନ ଯାତ୍ରୀଙ୍କ ପାଇଁ ଆସିଲା ଖୁସି ଖବର । ଆଉ ଟ୍ରେନରେ ୱେଟିଂ କି ଆରଏସି ଟିକେଟ ଝାମେଲା...

ଭିଣୋଇ ଆସିଲେ ଘରର କାଗଜ ପତ୍ର ଲୁଚାଇ ଦେବେ, ରବର୍ଟ ଭଦ୍ରାଙ୍କୁ ଟାର୍ଗେଟ କଲେ ସ୍ମୃତି ଇରାନୀ

ନୂଆଦିଲ୍ଲୀ,୨୪।୪: ବୁଧବାର ଉତ୍ତର ପ୍ରଦେଶର ଆମେଠୀରେ ଏକ ନିର୍ବାଚନ କାର୍ଯ୍ୟକ୍ରମକୁ ସମ୍ବୋଧିତ କରୁଥିବା ବେଳେ କେନ୍ଦ୍ର ମନ୍ତ୍ରୀ ସ୍ମୃତି ଇରାନୀ ଗାନ୍ଧୀ ପରିବାରକୁ ଟାର୍ଗେଟ କରିଛନ୍ତି।...

ସନ୍ଦେହ ଆଧାରରେ ନିଷ୍ପତ୍ତି ଦିଆଯିବ ନାହିଁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୪ା୪: ନିର୍ବାଚନ ଆୟୋଗଙ୍କ ସ୍ପଷ୍ଟୀକରଣ ପରେ ସୁପ୍ରିମକୋର୍ଟ ବୁଧବାର ଇଭିଏମ୍‌ ଭିଭିପାଟ ମାମଲାରେ ନିଜର ନିଷ୍ପତ୍ତି ସଂରକ୍ଷଣ କରିଛନ୍ତି ଏବଂ ସନ୍ଦେହ ଆଧାରରେ ଏହି ନିଷ୍ପତ୍ତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri