Posted inଜାତୀୟ

ମୁସ୍‌ଲିମ ବିଧାୟକଙ୍କୁ ‘ଜୟ ଶ୍ରୀରାମ’ କହିବାକୁ ଚାପ ପକାଇଲେ ମନ୍ତ୍ରୀ

ରାଞ୍ଚି,୨୭ା୭ : ଝାଡ଼ଖଣ୍ଡ ବିଧାନସଭା ପରିସରରେ କଂଗ୍ରେସ ବିଧାୟକ ଇର୍ଫାନ୍‌ ଅନ୍‌ସାରୀଙ୍କୁ ମନ୍ତ୍ରୀ ସି. ପି. ସିଂହ ‘ଜୟ ଶ୍ରୀରାମ’ କହିବାକୁ ଚାପ ପକାଯିବା ଘଟଣାର ଭିଡିଓ ଭାଇରାଲ୍‌ ହେବା ପରେ ଏହାକୁ ନେଇ ତୀବ୍ର ପ୍ରତିକ୍ରିୟା ଦେଖିବାକୁ ମିଳିଛି। ବୁଧବାର ଏହି ଘଟଣା ଘଟିଥିବାବେଳେ ଭିଡିଓକୁ ଲୋକମାନେ ସୋସିଆଲ ମିଡିଆରେ ଭାଇରାଲ କରିଛନ୍ତି।
ବୁଧବାର ଭାରତୀୟ ଜଙ୍ଗଲ ଆଇନ-୧୯୨୭ରେ ସଂଶୋଧନ ପ୍ରସ୍ତାବ ସମ୍ପର୍କରେ ସରକାରଙ୍କ ମତ ଜାଣିବା ଲାଗି ବିରୋଧୀ ଦଳ ପକ୍ଷରୁ ଦାବି କରାଯାଇଥିଲା। ଏହି ଘଟଣାକୁ ନେଇ ଗୃହରେ ପାଟିତୁଣ୍ଡ ମଧ୍ୟ ହୋଇଥିଲା। ଶାସକ ଦଳର ନେତାମାନେ ଗୃହରେ ‘ଭାରତ ମାତା କି ଜୟ’, ‘ଜୟ ଶ୍ରୀରାମ’ ଧ୍ୱନି ଦେବାରୁ ବାଚସ୍ପତି ଗୃହକୁ ମୁଲତବୀ ରଖିଥିଲେ। ଗୃହ ବାହାରେ କଂଗ୍ରେସ ବିଧାୟକ ଇର୍ଫାନ୍‌ ଅନ୍‌ସାରୀ ଥିବାବେଳେ ମନ୍ତ୍ରୀ ସି.ପି. ସିଂହ ତାଙ୍କୁ ‘ଜୟ ଶ୍ରୀରାମ’ ଉଚ୍ଚାରଣ କରିବାକୁ ବାଧ୍ୟ କରିଥିଲେ। ବାବର କି ଚେଙ୍ଗିଜ୍‌ ଖାଁ’ଙ୍କ ବଂଶଧର ତୁମେ ନୁହଁ, ତୁମେ ଏହା ଉଚ୍ଚାରଣ କରିବାକୁ ବାଧ୍ୟ ବୋଲି ମନ୍ତ୍ରୀ ଚାପ ପକାଇଥିଲେ। ଅସହାୟ ଅନ୍‌ସାରୀ ରାମଙ୍କ ପ୍ରତି ସମସ୍ତଙ୍କ ସମ୍ମାନ ଅଛି ବୋଲି କହିଥିଲେ। ଏଭଳି ଘଟଣାକୁ କଂଗ୍ରେସ ସମାଲୋଚନା କରିଛି। ଅନ୍‌ସାରୀ ଏନେଇ ପ୍ରଧାନମନ୍ତ୍ରୀ ମୋଦି ଓ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହଙ୍କୁ ଭେଟିବେ ବୋଲି କହିଛନ୍ତି। ମନ୍ତ୍ରୀ ତୁରନ୍ତ କ୍ଷମା ମାଗିବାକୁ ସେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୦ ଦିନ ପରେ ବି ପ୍ରୋରୋଗ ହୋଇନି ପାର୍ଲାମେଣ୍ଟ

ନୂଆଦିଲ୍ଲୀ,୨୪ା୮: ପାର୍ଲାମେଣ୍ଟର ଉଭୟ ଗୃହକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବୀ ଘୋଷଣା କରାଯିବା ଇତିମଧ୍ୟରେ ୧୦ ଦିନ ବିତିଥିଲେ ମଧ୍ୟ ଏହାକୁ ଆନୁଷ୍ଠାନିକ ଭାବେ ବନ୍ଦ କରାଯାଇନାହିଁ।…

ପଡିକଲଙ୍କ କ୍ରମାଗତ ଦ୍ୱିତୀୟ ଶତକ, ଭାରତ ୩୦୦/୫

କଲମ୍ବୋ, ୨୩ା୮- ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ରବିବାରଠାରୁ ଦ୍ୱିତୀୟ ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଆରମ୍ଭ ହୋଇଯାଇଛି। ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ ପ୍ରଥମ ଦିନ…

ସମବାୟ ସମିତିରୁ ରାତିରେ ସାର ଚାଲାଣ ଅଭିଯୋଗ, ବଢ଼ିଲା ଚାଷୀ ଅସନ୍ତୋଷ

ହାଟଡିହୀ/ଛେନାପଦୀ,୨୩।୮(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସମଣା ସେବା ସମବାୟ ସମିତିରେ ଚାଷୀଙ୍କ ପାଇଁ ମହଜୁଦ ଥିବା ସାରକୁ ବିକ୍ରି ଉଦ୍ଦେଶ୍ୟରେ ରାତିରେ ଅନ୍ୟତ୍ର…

କୋକସରାରେ ବର୍ଷା ବିତ୍ପାତ, ଘରେ ପଶିଲା ପାଣି

କୋକସରା,୨୩।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାରଠାରୁ ଲାଗି ରହିଥିବା ଲଗାଣ ବର୍ଷା ଯୋଗୁ କଳାହାଣ୍ଡି ଜିଲା କୋକସରା ଅଞ୍ଚଳରେ ବେହାଳ ପରିସ୍ଥିତି ସୃଷ୍ଟି ହୋଇଛି। ପ୍ରାୟ ୩୦ ଘଣ୍ଟାରୁ…

ଲୋକଙ୍କୁ ବିକୁଥିଲେ ନକଲି ବ୍ରାଣ୍ଡ୍‌ ଘଣ୍ଟା, ୪ଜଣଙ୍କୁ ବାନ୍ଧିଲା ପୋଲିସ

ରାଉରକେଲା,୨୩।୮(ସଙ୍ଗୀତା ଜେନା): ନକଲି ବ୍ରାଣ୍ଡ୍‌ ଘଣ୍ଟା ବିକ୍ରି ଅଭିଯୋଗରେ ପ୍ଲାଣ୍ଟସାଇଟ୍‌ ଥାନା ପୋଲିସ ୪ ଜଣଙ୍କୁ ରବିବାର ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବିଶ୍ରା ଜିନତ…

ବସ୍‌ଷ୍ଟାଣ୍ଡରେ ବିକୁଥିଲେ କଫ୍‌ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୨୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ପୋଲିସ ଶନିବାର ରାତିରେ ବେଆଇନ ଭାବେ ଚାଲିଥିବା କଫସିରପ୍‌ କାରବାରକୁ ଠାବ କରିଛି। ପୋଲିସ ଏହି କାରବାରରେ ୨ଜଣ…

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri