ବାଳକାଟୀ,୧୨ା୩(ଡି.ଏନ୍.ଏ.): ଖୋର୍ଦ୍ଧା ଜିଲା ବାଲିଅନ୍ତା ବ୍ଲକରେ ଗୋଟିଏ ସାଦା କାଗଜରେ ହୋଇଥିବା ୨୦ ଶିକ୍ଷକଙ୍କ ବଦଳି ମୌଖିକ ଭାବେ ପ୍ରତ୍ୟାହାର ହୋଇଛି। ଦୋଳପୂର୍ଣ୍ଣିମା ତଥା ଛୁଟି ପୂର୍ବଦିନ ଫୋନ ଯୋଗେ ସମ୍ପୃକ୍ତ ଶିକ୍ଷକମାନଙ୍କୁ ମୂଳ ସ୍କୁଲକୁ ଫେରିଯିବାକୁ ନିର୍ଦ୍ଦେଶ ଆସିବା ପରେ ବୁଧବାର ସ୍କୁଲ ଖୋଲିଥିବାବେଳେ କେତେଜଣ ଶିକ୍ଷକ କାର୍ଯ୍ୟରେ ଯୋଗଦେଇଥିବା ଜଣାପଡିଛି। ତେବେ ଏଭଳି ଏକ ଦୁର୍ନୀତି ଘଟଣା ଜଣାପଡ଼ିବା ପରେ କିଭଳି ମୌଖିକ ଆଦେଶରେ ପୁଣି ମୂଳ ସ୍କୁଲରେ ଶିକ୍ଷକମାନେ ଯୋଗଦେଲେ ତାହା ପ୍ରଶ୍ନବାଚୀ ସୃଷ୍ଟି କରୁଛି। ଏ ସମ୍ପର୍କରେ ଖୋର୍ଦ୍ଧା ଜିଲା ଶିକ୍ଷା ଅଧିକାରୀ(ଡିଇଓ) ବନ୍ଦନା ମହାପାତ୍ରଙ୍କୁ ପଚାରିବାରେ ଏପରି ହେବା କଥା ନୁହେଁ, ଘଟଣାର ତଦନ୍ତ କରାଯାଇ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି କହିଛନ୍ତି। ସୂଚନା ମୁତାବକ, ସ୍ଥାନୀୟ ବ୍ଲକର ୨୦ଜଣ ଶିକ୍ଷକ ବଦଳି ପାଇଁ ବ୍ଲକ ଶିକ୍ଷାଧିକାରୀ(ବିଇଓ)ଙ୍କ ଉଦ୍ଦେଶ୍ୟରେ ସାଦା କାଗଜରେ ଆବେଦନ କରିଥିଲେ। କିନ୍ତୁ ଗୋଷ୍ଠୀ ସାଧନ କେନ୍ଦ୍ର ସଂଯୋଜକ(ବିଆରସିସି) ସୁରେନ୍ଦ୍ର କୁମାର ସାହୁ ଗତ ଜାନୁୟାରୀ ୩୧ରେ ଅବସର ନେବାର ପୂର୍ବଦିନ ଶିକ୍ଷକଙ୍କ ବଦଳିକୁ ଅସ୍ଥାୟୀ ଭାବେ ପ୍ରଧାନଶିକ୍ଷକଙ୍କୁ ଜଣାଇଥିବାରୁ ଶିକ୍ଷକମାନେ ନିଜ ମନମୁତାବକ ସ୍କୁଲରେ ଯୋଗଦେଇଥିଲେ। ତେବେ ବିନା ସରକାରୀ ନିର୍ଦ୍ଦେଶାନାମାରେ ଏହା ହୋଇଥିବାରୁ ଗତ ୭ତାରିଖରେ ଧରିତ୍ରୀରେ ‘ସାଦା କାଗଜରେ ୨୦ଶିକ୍ଷକଙ୍କ ବଦଳି’ ଶୀର୍ଷକ ଖବର ପ୍ରକାଶ ପାଇଥିଲା। ଏହାପରେ ବ୍ଲକ ସ୍ତରରେ ତତ୍ପରତା ଦେଖାଇ ବିଇଓଙ୍କ କାର୍ଯ୍ୟାଳୟରୁ ଉକ୍ତ ଶିକ୍ଷକମାନଙ୍କୁ ମୂଳ ସ୍କୁଲରେ ଯୋଗଦେବା ପାଇଁ ନିର୍ଦ୍ଦେଶ ରହିଥିଲା। ଏହି ନିର୍ଦ୍ଦେଶ ଅନୁଯାୟୀ କେତେଜଣ ଶିକ୍ଷକ ବୁଧବାର ମୂଳ ସ୍କୁଲରେ ଯୋଗଦେଇଥିବାର ଜଣାପଡ଼ିଛି। ସାଧାରଣରେ ଶିକ୍ଷା ବ୍ୟବସ୍ଥାରେ ସାମୟିକ ବଦଳି ବ୍ୟବସ୍ଥା ନ ଥିବାବେଳେ ଏହା କିପରି ତାହା ତଦନ୍ତ ସାପେକ୍ଷ।
Posted inଆମ ଜିଲା ଖବର, ଖୋର୍ଦ୍ଧା, ରାଜ୍ୟ View All
କୋରାପୁଟରେ ପ୍ରବଳ ବର୍ଷା ସମ୍ଭାବନା, ଅଧିକାରୀଙ୍କୁ ମୁଖ୍ୟାଳୟ ନଛାଡ଼ିବା ନିର୍ଦ୍ଦେଶ
କୋରାପୁଟ, ୨୧/୯( ଅମିତାଭ ବେହେରା ): ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇ ଏହା ଅବପାତର ରୂପ ନେବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍ଡି) ପକ୍ଷରୁ ସତର୍କ…
୧୪୦ ଅନ୍ତେବାସୀ ହଷ୍ଟେଲ ଛାଡ଼ିବା ଘଟଣା: ୪୬ ଦିନ ପରେ ଉଚ୍ଚସ୍ତରୀୟ ତଦନ୍ତ
ଝରିଗାଁ,୨୧।୯(କିଶୋର ଚନ୍ଦ୍ର ମଣ୍ଡଳ): ମୌଳିକ ସୁବିଧା-ସୁଯୋଗର ଅଭାବ ଏବଂ ନିମ୍ନମାନର ଖାଦ୍ୟ ଯୋଗାଣ ଯୋଗୁ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସାନରଟମରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ…
ଗଭୀର ଅବପାତ ପ୍ରଭାବ: ୩ ଦିନ ବନ୍ଦ ରହିବ ଗଞ୍ଜାମର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର
ଛତ୍ରପୁର, ୨୧/୯ (ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଭୀର ଅବପାତ ଯୋଗୁ ସମ୍ଭାବ୍ୟ ପ୍ରତିକୂଳ ପାଣିପାଗ ପରିସ୍ଥିତିକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ…
ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬: ବରଗଡ଼ ଜିଲାରେ ୧୧.୧୧ ଲକ୍ଷ ଭୋଟର
ବରଗଡ,୨୧।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହଠାରେ ସୋମବାର ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସଆଇଆର) ପ୍ରକ୍ରିୟା ଅନ୍ତର୍ଗତ ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬ ଆନୁଷ୍ଠାନିକ ଭାବେ…
ଫୁଟ୍ବଲ ମ୍ୟାଚ୍ ଦେଖି ଫେରୁଥିଲେ ୨ ଯୁବକ, ଧକ୍କା ଦେଲା ଅଜଣା ଗାଡ଼ି: ଘଟଣାସ୍ଥଳରେ…
ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଲକ କାଳିଆଶୋଳ ନିକଟରେ ସୋମବାର ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି ଏକ ଅଜଣା ଗାଡ଼ି ଧକ୍କା…
ପୋଖରୀକୁ ଗାଧୋଇବାକୁ ଯାଇଥିଲେ ନିହାରିକା, ଖସିଗଲା ଗୋଡ଼: ଆଉ ତା’ପରେ…
ଲାଞ୍ଜିଗଡ,୨୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମର ଜଣେ ନାବାଳିକାର ପାଣିରେ ବୁଡି ମୃତ୍ୟୁ ଘଟିଛି…
ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍: ଏହି ବାଟ ଦେଇ ଅତିକ୍ରମ କରିବ ସ୍ଥଳଭାଗ!
ଭୁବନେଶ୍ୱର, ୨୧।୯: ସଷ୍ଟି ହେଲା ଅବପାତ। ପୁରୀଠାରୁ ଦକ୍ଷିଣ-ପୂର୍ବ ଦିଗ ଓ ଗୋପାଳପୁରଠାରୁ ପୂର୍ବ-ଦକ୍ଷିଣ-ପୂର୍ବ ଦିଗରେ ୩୧୦ କି.ମି ଦୂରରେ ଅବପାତ କେନ୍ଦ୍ରୀଭୂତ। କଳିଙ୍ଗପାଟନମରୁ ୩୯୦ କି.ମି…
ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା
ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

