Posted inଭଦ୍ରକ

ମୃଣ୍ମୟୀ ମୂର୍ତ୍ତି ସ୍ଥାନ ନେଲା ଦାରୁ ବିଗ୍ରହ

ଭଦ୍ରକ ଅଫିସ, ୧୮ା୩- ଭଦ୍ରକ ବ୍ଲକ ଚରମ୍ପା ବରାଳପୋଖରୀ ଅଞ୍ଚଳର ଜାନୁଗଞ୍ଜ ଗାଁରେ ଜଗନ୍ନାଥଙ୍କ ମୃଣ୍ମୟୀ ମୂର୍ତ୍ତି ବିସର୍ଜନ ପରେ ସୋମବାର ଦାରୁବିଗ୍ରହ ପ୍ରତିଷ୍ଠା ହୋଇଛି। କାହିଁ କେଉଁ କାଳରୁ ବରାଳପୋଖରୀ ଅଞ୍ଚଳରେ ପ୍ରତିବର୍ଷ ପରି ରୀତିନୀତି ଅନୁଯାୟୀ ଠାକୁରଙ୍କ ମୃଣ୍ମୟୀ ମୂର୍ତ୍ତିକୁ ପୂଜାର୍ଚ୍ଚନା କରାଯାଇ ବିସର୍ଜନ କରାଯାଉଥିଲା। ସ୍ଥାନୀୟ ଅଞ୍ଚଳର ଯୁବକ ମନୋଜ ମହାନ୍ତି ପିଲାଟି ଦିନୁ ମାଟି ରଥ ତିଆରି କରି କାଳିଆ ଠାକୁରଙ୍କୁ ରଥାଋଢ଼ କରି ବୁଲାଉଥିଲେ। ଏଥିସହ ପ୍ରତିଦିନ ପୂଜାର୍ଚ୍ଚନା କରୁଥିଲେ। ଥରେ ଜଗନ୍ନାଥ ଦର୍ଶନ କରିବାପାଇଁ ପୁରୀ ଯାଇ ସେଠାରୁ କାଠରେ ନିର୍ମିତ ତିନୋଟି ମୂର୍ତ୍ତି ଆଣି ଘରେ ପହଞ୍ଚିଥିଲେ। ସେହି ମୂର୍ତ୍ତି ଘରେ ପୂଜା ପାଇବା ଉପଯୋଗୀ ନୁହେଁ ବୋଲି ସ୍ଥାନୀୟ ଜଣେ ପଣ୍ଡିତ କହିଥିଲେ। ଏହା ପରେ ମନୋଜ ତିନୋଟି ମୂର୍ତ୍ତିକୁ ନେଇ ସ୍ଥାନୀୟ ଝାଟିଆ ସାହି ମଠରେ ରଖି ଦୀର୍ଘଦିନହେବ ପୂଜାର୍ଚ୍ଚନା କରିଆସୁଥିଲେ। ଛୋଟିଆ ଗ୍ୟାରେଜ ମିସ୍ତ୍ରି କାମ କରି ଗୁଜୁରାଣ ମେଣ୍ଟାଉଥିବା ମନୋଜ ନିଜ ହାତ ପାଣ୍ଠିରୁ କିଛି ଅର୍ଥ ସହ ଅନ୍ୟମାନଙ୍କ ସହଯୋଗରେ ନିଜ ସ୍ବପ୍ନକୁ ସାକାର କରିବାପାଇଁ ଏକ ମନ୍ଦିର ନିର୍ମାଣ କରି ବିଗ୍ରହମାନଙ୍କୁ ମଙ୍ଗଳବାର ସ୍ଥାପନ କରିଛନ୍ତି। ପ୍ରତିଷ୍ଠା ଉତ୍ସବରେ ସ୍ଥାନୀୟ ଅଞ୍ଚଳରେ ବେଶ୍‌ ଭକ୍ତିପୂତ ପରିବେଶ ଦେଖିବାକୁ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଆରମ୍ଭ ହେଲା ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା

ବାଲିଗୁଡା,୨।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଏନେଇ ଗାଁଠୁ ସହର ଉତ୍ସବମୁଖର ହୋଇପଡିଛି। ଶତାଧିକ ମାନସିକଧାରୀ ଦଣ୍ଡୁଆ ମା’ଙ୍କ ଦଣ୍ଡଯାତ୍ରାରେ…

୨୫ ଫୁଟ ଉଚ୍ଚ ପାଣି ଟାଙ୍କିରେ ଚଢ଼ିଗଲେ ଛାତ୍ର, ସୁରକ୍ଷାକୁ ନେଇ ବଢ଼ିଲା ଚିନ୍ତା

ଖଜୁରିପଡ଼ା,୨ା୪(ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପିରିକୁଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଶତାଧିକ ଛାତ୍ରୀଛାତ୍ର ହଷ୍ଟେଲରେ ରହି ପାଠପଢୁଥିବା ବେଳେ ସେମାନଙ୍କ ସୁରକ୍ଷାକୁ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

୨୦୨୬ ଆଇପିଏଲରେ ଖେଳିବା ପାଇଁ କୋର୍ଟଙ୍କ ଦ୍ୱାରସ୍ଥ ହେଲେ RCB ବୋଲର, ପୂରା ଘଟଣା ଜାଣିଲେ…

ନୂଆଦିଲ୍ଲୀ,୨।୪: IPL ୨୦୨୬ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB)ର ଶ୍ରୀଲଙ୍କାର ଦ୍ରୁତ ବୋଲର ନୁୱାନ ତୁଷାରା IPL ୨୦୨୬…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri