ମୃତକଙ୍କ ନାଁରେ ଉଠାଯାଉଛି ଭତ୍ତା

ତିହିଡ଼ି, ୧୪।୯ (ଡି.ଏନ.ଏ.)- ଭଦ୍ରକ ଜିଲା ତିହିଡ଼ି ବ୍ଲକ ଶ୍ୟାମସୁନ୍ଦରପୁର ପଞ୍ଚାୟତରେ ବିଭିନ୍ନ ଅନିୟମିତତା ନେଇ ଅଭିଯୋଗ ହୋଇଛି। ଏପରିକି ମୃତକଙ୍କ ନଁାରେ ୨ ବର୍ଷ ହେଲା ଭତ୍ତା ଟଙ୍କା ଉଠାଯାଉଛି ବୋଲି ପଞ୍ଚାୟତର କେତେକ ଅଧିବାସୀ ବିଡିଓଙ୍କୁ ଭେଟି ଅଭିଯୋଗ କରିଛନ୍ତି। ଏଭଳି ଅନିୟମିତତାର ତଦନ୍ତ କରାଯାଇ କାର୍ଯ୍ୟାନୁଷ୍ଠାନ ନିଆ ନ ଗଲେ ଆସନ୍ତା ୧୮ ତାରିଖରେ ବ୍ଲକ କାର୍ଯ୍ୟାଳୟ ସାମ୍ନାରେ ସେମାନେ ଗଣଧାରଣା ଦେବେ ବୋଲି ଚେତାବନୀ ଦେଇଛନ୍ତି।
ଅଭିଯୋଗରେ ଦର୍ଶାଯାଇଛି ଯେ, ପଞ୍ଚାୟତର ୨୫ ଜଣ ହିତାଧିକାରୀଙ୍କର ୨ବର୍ଷ ତଳେ ମୃତ୍ୟୁ ଘଟିଛି। ହେଲେ ସେହି ହିତାଧିକାରୀଙ୍କ ନଁାରେ ଏବେବି ବାର୍ଦ୍ଧକ୍ୟ, ବିଧବା ଓ ଭିନ୍ନକ୍ଷମ ଭତ୍ତା ଉଠାଣ ହେଉଛି। ଏହାଛଡ଼ା ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ କ୍ରମିକ ନମ୍ବରରେ ପରିବର୍ତ୍ତନ କରାଯାଇଛି। ଗୃହ ନିର୍ମାଣ କରି ନ ଥିବା ହିତାଧିକାରୀଙ୍କୁ ସମ୍ପୂର୍ଣ୍ଣ ବିଲ୍‌ ପ୍ରଦାନ କରାଯାଇଛି। ବିଭିନ୍ନ ସମୟରେ ଏ ସମ୍ପର୍କରେ ବ୍ଲକ ପ୍ରଶାସନ ନିକଟରେ ଅଭିଯୋଗ ହୋଇଥିଲେ ମଧ୍ୟ କୌଣସି କାର୍ଯ୍ୟାନୁଷ୍ଠାନ ନିଆଯାଉ ନ ଥିବା ସମିତିସଭ୍ୟ ଯଶୋବନ୍ତ ମଳିକ, ସୁରେନ୍ଦ୍ର ନାୟକ, ଟିକାୟତ ନାୟକ, ଦିଲୀପ ନାୟକ, ଦାଶରଥୀ ନାୟକ, ପ୍ରଦୀପ ପରିଡ଼ା ଓ ନିରଞ୍ଜନ ଦାସ ପ୍ରମୁଖ ଉଲ୍ଲେଖ କରିଛନ୍ତି। ଏ ସମ୍ପର୍କରେ ବିଡିଓ ଦିବ୍ୟଜ୍ୟୋତି ସ୍ମୃତିରଞ୍ଜନ ଦେଓଙ୍କୁ ପଚାରିବାରୁ ଅଭିଯୋଗର ତଦନ୍ତ ପରେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଅ ଅନ୍ୟ ଜାତିରେ ବାହା ହୋଇଥିଲେ ବୋଲି ବାପାଙ୍କ ମୃତଦେହକୁ ଛୁଇଁଲେନି କେହି: ୧୦ ଘଣ୍ଟା ପରେ…

ପାଟଣାଗଡ଼,୩।୭(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲାର ପାଟଣାଗଡ଼ ବ୍ଳକ ଅନ୍ତର୍ଗତ ତୁଳସୀଡୁଙ୍ଗରି ଗାଁରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଜଣେ ବୃଦ୍ଧାଙ୍କ ପୁଅ ଅନ୍ୟଜାତିର ବାହା…

ପୋଡମପେଟା ସମୁଦ୍ର କୂଳ ଲଂଘିବା ଘଟଣା: ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ଛତ୍ରପୁର ବିଧାୟକ

ଗଞ୍ଜାମ,୩।୭(ଅନାଥ ତରାଇ):  ବିଶ୍ୱତାପନ ଓ ବଙ୍ଗୋପସାଗରରେ କ୍ରମାଗତ ଜଳସ୍ତର ବୃଦ୍ଧି ଯୋଗୁଁ ଗଞ୍ଜାମ ଜିଲା ଉପକୂଳରେ ସ୍ଥିତି ଗମ୍ଭୀର ରହିଛି । ଏହାର ସ୍ଥାୟୀ ସମାଧାନ ପାଇଁ ସ୍ଥାନୀୟ…

ଘରୁ ଉଭାନ୍‌ ହୋଇଗଲେ ଅଷ୍ଟମ ଶ୍ରେଣୀ ଛାତ୍ରୀ: ବାପା କହିଲେ…

ଭବାନୀପାଟଣା,୩।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ସହର ସ୍ଥିତ ଭୈରବନଗର ପଡ଼ାରେ ରହୁଥିବା ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରୀ ଅପହରଣ ହୋଇଥିବା ନେଇ ଅଭିଯୋଗ ଆସିଛି।…

ଅଙ୍ଗନଦୀ ସେତୁରୁ ଉଠିଗଲା କଂକ୍ରିଟ: ଦୁର୍ଘଟଣା ଆଶଙ୍କା

ଲୋଇସିଂହା,୩।୭ (ସୁଶାନ୍ତ ବାରିକ):ବଲାଙ୍ଗୀର-ବରଗଡ୨୬ନଂ ଜାତୀୟ ରାଜପଥ ଲୋଇସିଂହା ଥାନା ସାଲେଭଟା ଅଙ୍ଗନଦୀ ସେତୁ ମଝି ଅଂଶ ଶୋଚନୀୟ ହୋଇ ପଡିଥିବା ସ୍ଥାନକୁ ଗତ ମଙ୍ଗଳବାର ମରାମତି କରାଯାଇଥିଲା।…

ରାଜ୍ୟ ପାଇଁ ଗୌରବ ଆଣିଲେ ଖୁସିରାମ: ଜାତୀୟ ଜୁନିୟର ପେନ୍‌ଚାକ୍‌ ସିଲାଟ୍‌ ଚାମ୍ପିୟନଶିପ୍‌ରେ…

ବଲାଙ୍ଗୀର,୩ା୭(ବୀରେନ୍ଦ୍ର କୁମାର ଝାଙ୍କର):ମହାରାଷ୍ଟ୍ରର ନାସିକଠାରେ ଗତ ୨୫ରୁ ୨୮ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ୧୪ତମ ସିଙ୍ଗା, ମାକାନ, ପ୍ରି-ଟିନ୍‌, ପ୍ରି-ଜୁନିୟର ଓ ଜାତୀୟ ଜୁନିୟର ପେନ୍‌ଚାକ୍‌ ସିଲାଟ୍‌…

ଅଙ୍ଗନବାଡି ଗୃହ ପାଇଁ ବ୍ଲକ ଘେରାଉ: ଆନ୍ଦୋଳନରେ ସାମିଲ ହେଲେ କୁନି କୁନି ପିଲା

ଜଗନ୍ନାଥପ୍ରସାଦ,୩।୭(ବିଭୁ ପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଗୁରୁବାର ଦେଖିବାକୁ ମିଳିଛି ଏକ ଅଭାବନୀୟ ଦୃଶ୍ୟ । ଚାରିକୋଣିଆ ଗୌଡ଼ ସାହିରେ ଅଙ୍ଗନବାଡି…

ପୂର୍ବତନ ଜିଲା ପରିଷଦ ଅଧ୍ୟକ୍ଷାଙ୍କ ପରଲୋକ, ଶୋକବ୍ୟକ୍ତ କଲେ କଳାହାଣ୍ଡି ଏମପି

ଭବାନୀପାଟଣା,୩।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ପୂର୍ବତନ ଜିଲା ପରିଷଦ ଅଧ୍ୟକ୍ଷା ତଥା ପୂର୍ବତନ ମନ୍ତ୍ରୀ ବଳଭଦ୍ର ମାଝୀଙ୍କ ପତ୍ନୀ ଶ୍ରୀମତୀ ମାଝୀ (୫୭)ଙ୍କ ଗୁରୁବାର ବିଳମ୍ବିତ…

ବରଗଡ଼ରେ ଠକସଂସ୍ଥା ଠାବ ଘଟଣାର ଫିଟୁଛି ଗୁମର: ପୋଲିସକୁ ଫେରାଦ ହେଲେ ଯୁବତୀଯୁବକ

ବରଗଡ଼,୩।୭(ପ୍ରେମାନନ୍ଦ ଖମାରୀ):ଚାକିରି ଦେବା ଆଳରେ ଯୁବତୀ, ଯୁବକଙ୍କୁ ଠକେଇ କରି ବରଗଡ଼ ପୋଲିସ ହାତରେ ଧରାପଡ଼ିଥିବା ଠକସଂସ୍ଥାର ଗୁମର ଫିଟିବାରେ ଲାଗିଛି। ଏହି ଠକସଂସ୍ଥା ଦ୍ୱାରା ଶତାଧିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri