Posted inଜାତୀୟ

ମୃତକଙ୍କ ପରିବାରକୁ ଦୁର୍ବ୍ୟବହାର ଘଟଣା: ନିଲମ୍ବିତ ହେଲେ ଅମେଠିର ଜିଲାପାଳ

ଆମେଠି,୧୪।୧୧: ମହଙ୍ଗା ପଡ଼ିଲା ମୃତକଙ୍କ ପରିବାରଙ୍କୁ ଦୁର୍ବ୍ୟବହାର କରିବା। ଆମେଠି ଜିଲାପାଳଙ୍କ ଏଭଳି କାର୍ଯ୍ୟରେ ଅସନ୍ତୁଷ୍ଟ ହୋଇ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଜିଲାପାଳ ପ୍ରଶାନ୍ତ ଶର୍ମାଙ୍କୁ ନିଲମ୍ବିତ କରିଛନ୍ତି। ତାଙ୍କ ସ୍ଥାନରେ ଅରୁଣ କୁମାର ନୂଆ ଜିଲାପାଳ ଭାବେ ନିଯୁକ୍ତ ହୋଇଛନ୍ତି। ସୂଚନାଯୋଗ୍ୟ, ଆମେଠିର ଜଣେ ଇଟା ବ୍ୟବସାୟୀଙ୍କୁ ମଙ୍ଗଳବାର ଗୁଳିକରି ହତ୍ୟା କରାଯାଇଥିଲା। ବୁଧବାର ମୃତଦେହ ବ୍ୟବଚ୍ଛେଦ ସମୟରେ ଜିଲାପାଳ ଓ ମୃତକଙ୍କ ପରିବାରଲୋକଙ୍କ ସହ କଥା ହେଉଥିଲେ। ଏତିକିବେଳେ ହଠାତ୍‌ ସେ ନିଜର ଆୟତ ହରାଇ ଉକ୍ତ ପରିବାରବର୍ଗଙ୍କୁ ଦୁର୍ବ୍ୟବହାର କରିଥିଲେ। ଏହାର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ଉକ୍ତ ଭିଡିଓ ସର୍ବସମ୍ମୁଖକୁ ଆସିବା ପରେ ଯୋଗୀ ସରକାର ଏଭଳି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ପୂର୍ବରୁ ମଧ୍ୟ ପ୍ରଶାନ୍ତ ନିଜ ଖରାପ ବ୍ୟବହାର ପାଇଁ ହାଇକୋର୍ଟରୁ ଦଣ୍ଡିତ ମଧ୍ୟ ହୋଇସାରିଛନ୍ତି। ଅନ୍ୟପଟେ ଏହି ଘଟଣାକୁ ନେଇ କେନ୍ଦ୍ରମନ୍ତ୍ରୀ ତଥା ଆମେଠିର ଏମ୍‌ପି ସ୍ମୃତି ଇରାନୀ ଟୁଇଟ କରି ଜିଲାପାଳ ପ୍ରଶାନ୍ତଙ୍କୁ ପରାମର୍ଶ ଦେଇଛନ୍ତି। ସେ କହିଛନ୍ତି, ନିଜ ବ୍ୟବହାରକୁ ପରିବର୍ତ୍ତନ କରି ନମ୍ର ଏବଂ ସମ୍ବେଦନଶୀଳ ହୁଅ। ଆମେ ସାଧାରଣ ଜନତାଙ୍କ ସେବକ, ଶାସକ ନୁହେଁ ବୋଲି ସ୍ମୃତି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରାଜିଲକୁ ବଞ୍ଚାଇଲେ ଭିନିସିଅସ

ଇଷ୍ଟ ରଦରଫୋର୍ଡ,୧୪ା୬- ଭିନିସିଅସ ଜୁନିୟରଙ୍କ ଗୋଲ ବଳରେ ମରକୋ ବିପକ୍ଷ ମ୍ୟାଚ୍‌କୁ ବ୍ରାଜିଲ ୧-୧ ଗୋଲ୍‌ରେ ଡ୍ର’ ରଖିଛି। ଏହି ମ୍ୟାଚ୍‌ରେ ମରକୋ ବିଶ୍ୱକପ୍‌ ଇତିହାସର ପ୍ରଥମ…

ଅଡବା ପୋଲିସର ଚଢ଼ାଉ, ୧୫୦ ଲିଟର ଦେଶୀ ମଦ…

ମୋହନା,୧୪।୬( ମନ୍ମଥ ମିଶ୍ର ): ଗଜପତି ଜିଲା ଅଡବା ପୋଲିସର ଚଢ଼ାଉ କରି ୧୫୦ ଲିଟର ଦେଶୀ ମଦ ନଷ୍ଟ କରିଛି । ଏଭଳି ଘଟଣା ଦେଖିବାକୁ…

ଟି୨୦ ବିଶ୍ୱକପ୍‌ରେ ପାକିସ୍ତାନକୁ ହରାଇଲା ଭାରତ

ବର୍ମିଂହାମ, ୧୪ା୬: ସ୍ମୃତି ମନ୍ଧାନାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ଏବଂ ପରେ ଦୀପ୍ତି ଶର୍ମାଙ୍କ ୫ ଉଇକେଟ ସଫଳତା ବଳରେ ରବିବାର ଖେଳାଯାଇଥିବା ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ…

ଗ୍ୟାରେଜ୍‌ରେ ପଶି ମାଲିକଙ୍କୁ ଗୁଳିକରି ହତ୍ୟା

ନୟାଗଡ଼,୧୪।୬(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଗଣିଆ ଥାନା ଅଧୀନ ପାଣ୍ଡରାସିଂହା ଛକରେ ରବିବାର ସନ୍ଧ୍ୟାରେ ଏକ ଗୁଳିକାଣ୍ଡ ଘଟିଛି। ଦୁର୍ବୃତ୍ତମାନେ ଗ୍ୟାରେଜ୍‌ରେ ପଶି ଅତର୍କିତ ଫାୟାରିଂ କରିଥିଲେ।…

ଇରାନ ସହିତ ଚୁକ୍ତି ପୂର୍ବରୁ ଇସ୍ରାଏଲର ବଡ଼ ଆକ୍ରମଣ, ରାଗିଯାଇ ଟ୍ରମ୍ପ କହିଲେ ଏହା ଉଚିତ…

ଓ୍ବାଶିଂଟନ,୧୪।୬: ରବିବାର ଦିନ ଇସ୍ରାଏଲ ଲେବାନନର ରାଜଧାନୀ ବେରୁଟ ଉପରେ ଆକ୍ରମଣ କରିଛି । ଏହି ଆକ୍ରମଣ ଏପରି ସମୟରେ ଘଟିଛି ଯେତେବେଳେ ଆମେରିକା ଏବଂ ଇରାନ…

ମହିଳା ବିଶ୍ୱକପ୍‌ରେ ପାକିସ୍ତାନ ସହ ହାତ ମିଳାଇଲା ନାହିଁ ଭାରତ

ବର୍ମିଂହାମ, ୧୪ା୬: ପଡ଼ୋଶୀ ପାକିସ୍ତାନ ସହ ହାତ ନ ମିଳାଇବା ନୀତି ଭାରତ ଜାରି ରଖିଛି। ରବିବାର ମହିଳା ବିଶ୍ୱକପ୍‌ ମ୍ୟାଚ୍‌ରେ ଭାରତର ଅଧିନାୟିକା ହରମନପ୍ରୀତ କୌର…

ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆଡମିଟ୍‌ କାର୍ଡ ଜାରି, ଜୁନ୍‌ ୨୧ରେ…

ନୂଆଦିଲ୍ଲୀ,୧୪ା୬ : ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆସନ୍ତା ୨୧ରେ ଅନୁଷ୍ଠିତ ହେବାକୁ ଯାଉଥିବାବେଳେ ଏଥିପାଇଁ ପରୀକ୍ଷା ପରିଚାଳନାକାରୀ ସଂସ୍ଥା ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) ଆଡମିଟ୍‌ କାର୍ଡ…

ବରଗଡ଼ରେ ଆତଙ୍କ ମଚାଉଛନ୍ତି ଲୁଟେରା, ଦିବା ଆଲୋକରେ ଲୁଟପାଟ୍

ବରଗଡ଼,୧୪।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଲୁଟେରାମାନଙ୍କ ଦୌରାତ୍ମ୍ୟ ବଢ଼ି ଯାଇଛି । ଗତ ୩ଦିନତଳେ କଲାପାଣି ଛକ ନିକଟରେ ବିଚ୍‌ରାସ୍ତା ଉପରୁ ଜଣେ ମହିଳାଙ୍କ ସୁନାଚେନ୍‌ ଲୁଟ୍‌ ହୋଇଥିବାବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri