ମୃତକଙ୍କ ପରିବାରକୁ ଭେଟିଲେ ଚିକିଟି ବିଧାୟିକା

ଗୋପାଳପୁର,୧୧ା୨-ଗୋଳନ୍ଥରା ଥାନା ମେଣ୍ଢରାଜପୁର ଛକରେ ସିଲ୍‌କ ସିଟି ବସ୍‌ ୧୧ କେଭି ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସିବାରୁ ରବିବାର ୧୦ ଜଣଙ୍କ ମୃତ୍ୟୁ ଘଟିଥିଲା। ସୋମବାର ଅପରାହ୍ନରେ ଚିକିଟି ବିଧାୟିକା ଉଷା ଦେବୀ, ବ୍ଲକ ଅଧ୍ୟକ୍ଷା ଏମ.ପଦ୍ମାବତୀ, ତହସିଲ ଓ ବ୍ଲକ ପ୍ରଶାସନର ଅଧିକାରୀମାନେ ଚିକିଟି ବ୍ଲକ ଡଙ୍କଲପାଡୁ ଗ୍ରାମରେ ପହଞ୍ଚତ୍ଥିଲେ। ସେଠାରେ ମୃତକଙ୍କ ପରିବାର ସଦସ୍ୟଙ୍କୁ ଭେଟି ସରକାରଙ୍କ ପକ୍ଷରୁ ସମସ୍ତ ସହଯୋଗ ଯୋଗାଇ ଦିଆଯିବ। ଏଥିସହ ପ୍ରତ୍ୟେକ ମୃତକଙ୍କ ପରିବାରକୁ ରେଡକ୍ରସ ପାଣ୍ଠିରୁ ୧୦ ହଜାର ଟଙ୍କା ପ୍ରଦାନ କରାଯିବ ବୋଲି କହିଥିଲେ। ଚିକିଟି ଭାରପ୍ରାପ୍ତ ଗୋଷ୍ଠୀ ଶିକ୍ଷାଧିକାରୀ କୋରେଶୁ ସେଠୀ ମୃତ ଛାତ୍ର ଦେବରାଜୁ ଓ ଛାତ୍ରୀ ସନ୍ତୋଷିନୀ ସାହୁଙ୍କ ପରିବାରକୁ ଗୁରୁ-ଛାତ୍ର କଲ୍ୟାଣ ପାଣ୍ଠିରୁ ୫ ହଜାର ଟଙ୍କା ପ୍ରଦାନ କରିଥିଲେ। ସେହିପରି ୟୁ.ସନ୍ନ୍ୟାସୀ ରେଡ୍ଡୀ କହିଛନ୍ତି, ପୁଅ ଅଶୋକର ନିର୍ବନ୍ଧ ପାଇଁ ଚିକରଡ଼ା ଯାଉଥିବା ବସଟି ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ୧୦ ଜଣଙ୍କ ଜୀବନ ଚାଲିଗଲା, ଯାହାକୁ ନେଇ ଏବେ ଗ୍ରାମରେ ଶୋକର ଛାୟା ଖେଳିଯାଇଛି। ମଙ୍ଗଳବାର ପୁଅର ବାହାଘର ହୋଇଥାନ୍ତା। କିନ୍ତୁ ଏଭଳି ଘଟଣା ପରେ ବିବାହକୁ ନେଇ ଅନିଶ୍ଚିତତା ରହିଛି। ସେହିପରି ସିଏଚ୍‌ ଡିଲେଶ୍ୱର ରେଡ୍ଡୀଙ୍କ କହିବା ପ୍ରକାରେ ଅଞ୍ଚଳବାସୀ ହରେଇଥିବା ଲୋକଙ୍କୁ ଝୁରୁଛନ୍ତି। ସରକାର ଯେଉଁ ଆର୍ଥିକ ସହାୟତା ଘୋଷଣା କରିଛନ୍ତି, ତା’ଠାରୁ ଅଧିକ ସହାୟତା ରାଶି ଦେଇଥିଲେ ମୃତକଙ୍କ ପରିବାରବର୍ଗ ଉପକୃତ ହୋଇପାରନ୍ତେ ଓ ଘଟଣାର ଠିକ ତଦନ୍ତ କରି ଦୋଷୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବି କରିଥିଲେ। ବିଦ୍ୟୁତ୍‌ ବିଭାଗର ଖାମଖିଆଲ ନୀତି ଯୋଗୁ ଏଭଳି ଘଟଣା ଘଟିଥିବା ଏନ. ଡମ୍ବୁରୁ ରେଡ୍ଡୀ କହିବା ସହ ମୃତକଙ୍କ ପରିବାରକୁ ୧୦ ଲକ୍ଷ ଟଙ୍କା ସହାୟତା ରାଶି ପ୍ରଦାନ କରିବାକୁ ସେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

ଡିଜିଟାଲ ଠକେଇରୁ କେମିତି ମିଳିବ ମୁକ୍ତି? ବରିଷ୍ଠ ନାଗରିକଙ୍କୁ ନେଇ…

ଛତ୍ରପୁର,୨୩ା୮(ଦିଲ୍ଲୀପ ସାମଲ): ବଢୁଥିବା ସାଇବର ଅପରାଧ ଓ ବିଶେଷକରି ଡିଜିଟାଲ ଆରେଷ୍ଟ ନାମରେ ହେଉଥିବା ଠକେଇରୁ ବରିଷ୍ଠ ନାଗରିକମାନଙ୍କୁ ସଚେତନ କରିବା ଲକ୍ଷ୍ୟରେ ଛତ୍ରପୁର ଥାନା ପକ୍ଷରୁ…

ଥୁଆମୂଳ ରାମପୁରରେ ରେକର୍ଡ ବର୍ଷା; ଯାତାୟତ ସମ୍ପୂର୍ଣ୍ଣ ଠପ୍, ପାଣିରେ ଫସିଲା ଆମ୍ବୁଲାନ୍ସ

ଥୁଆମୂଳ ରାମପୁର,୨୩ା୮(ଦୁର୍ଗା କୀର୍ତ୍ତି): ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ଜାରି ରହିଥିବା ବେଳେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ରେକର୍ଡ…

ଭରା ପାଣିରେ ବଞ୍ଚିବା ପାଇଁ ସଂଘର୍ଷ, ଗ୍ରାମବାସୀ ଜନପ୍ରତିନିଧିଙ୍କୁ ଅଭିଯୋଗ କରିବା ପରେ ବି…

ଗୁଡ଼ାରି,୨୩ା୮(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ଅନ୍ତର୍ଗତ ପଞ୍ଚୁପାଣ୍ଡବ ଗ୍ରାମ ନିକଟରେ ପ୍ରବାହିତ ନାଳରେ ଲଘୁଚାପ ଜନିତ ବର୍ଷା ଯୋଗୁ ଅଧିକ…

ଆସନ୍ତାକାଲି ପ୍ରବଳ ବର୍ଷା ସହ ବଜ୍ରପାତ ସମ୍ଭାବନା: ଏହି ଜିଲାରେ ସବୁ ସ୍କୁଲ ଛୁଟି

ନବରଙ୍ଗପୁର,୨୩ା୮(ସଦାଶିବ ପ୍ରହରାଜ): ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ନବରଙ୍ଗପୁର ଜିଲାରେ ଆସନ୍ତାକାଲି ଅର୍ଥାତ୍‌ ୨୪ ଅଗଷ୍ଟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହିତ ଘଡ଼ଘଡ଼ି ଓ ବଜ୍ରପାତର…

ମାଟି ଖୋଳିଲେ ମିଳୁଛି ସୁନା! ଏହି ଗାଁରେ ପ୍ରବଳ ଭିଡ଼, ଦିନକୁ ପହଞ୍ଚୁଛନ୍ତି ୧୦ ହଜାର ଲୋକ

ନୂଆଦିଲ୍ଲୀ,୨୩।୮: କେବେ ଚିନ୍ତା କରିଛନ୍ତି କି, ମାଟି ଖୋଳୁ ଖୋଳୁ ହଠାତ୍ ସୁନା ମିଳିଯିବ ? ପଶ୍ଚିମ କେନିଆର ଚେପୋରୋର ଗାଁରେ ଏବେ ଏଭଳି ଆଶା ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri