ମୃତକଙ୍କ ପରିବାରକୁ ୫ଲକ୍ଷ ଟଙ୍କା ସହାୟତା

ଖଇରା, ୨୧।୪(ଡି.ଏନ.ଏ.)-ଖଇରା ବ୍ଲକ ବର୍ତ୍ତନା ପଞ୍ଚାୟତ ଅଧୀନ ତୁମ୍ବାପଦି ଗ୍ରାମର ଚାଷୀ ସୂର୍ଯ୍ୟମଣୀ ପାଢୀଙ୍କର ଦୁର୍ଘଟଣାରେ ମୃତ୍ୟୁବରଣ କରିବା ପରେ ଏବେ ତାଙ୍କ ପରିବାରକୁ ବୀମା ଅର୍ଥ ବାବଦରେ ବର୍ତ୍ତନା ସେବା ସମବାୟ ସମିତି ତରଫରୁ ୫ଲକ୍ଷ ଟଙ୍କା ପ୍ରଦାନ କରାଯାଇଛି। ଏହି ଅବସରରେ ସମିତିର ସମ୍ପାଦକ ଅକ୍ଷୟ ରାଉତଙ୍କ ପୌରୋହତ୍ୟରେ ଆୟୋଜିତ ସଭାରେ ବାଲେଶ୍ୱର ଭଦ୍ରକ କେନ୍ଦ୍ରୀୟ ବ୍ୟାଙ୍କର ଖଇରା ଶାଖା ପରିଚାଳକ ସଞ୍ଜୟ କୁମାର ମହାନ୍ତି ମୁଖ୍ୟଅତିଥି ଭାବେ ଯୋଗଦେଇ ମାତ୍ର ୮୯ଟଙ୍କା ବାର୍ଷିକ ପ୍ରମିୟମ ଦେଇ ବୀମା ଉପକାରିତା ନେବାକୁ ପରାମର୍ଶ ଦେଇଥିଲେ ା ପ୍ରତ୍ୟେକ ଚାଷୀ ଯେଭଳି ଏଥିପ୍ରତି ଯନତ୍ବାନ ହେବେ ସେଥିଲାଗି ପରାମର୍ଶ ଦେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ପରିଚାଳନା ବୋର୍ଡ ସଭ୍ୟ ଶଙ୍କର୍ଷଣ ଜେନା, ରବୀନ୍ଦ୍ର ନାଥ ପଣ୍ଡା ପ୍ରମୁଖ ଅତିଥି ଭାବେ ଯୋଗ ଦେଇଥିଲେ। ଶେଷରେ ଶାଖା ପରିଚାଳକ ମହାନ୍ତି ମୃତା ଚାଷୀଙ୍କ ପୁଅ ସ୍ନେହାଦିତ୍ୟ ପାଢୀଙ୍କୁ ୫ଲକ୍ଷ ଟଙ୍କାର ଚେକ ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଧୁକ ମୁନରେ ପେଟ୍ରୋଲ ପମ୍ପରୁ ଲୁଟ୍, ସିସିଟିଭିରେ କଏଦ ହେଲା ଘଟଣା

ବସ୍ତା, ୪।୭ (ହରିଶଙ୍କର ପାଢ଼ୀ): ବାଲେଶ୍ୱର ଜିଲା  ବସ୍ତା ଥାନା ଅନ୍ତର୍ଗତ ଦରଡାସ୍ଥିତ ଏକ ପେଟ୍ରୋଲ ପମ୍ପରୁ ବନ୍ଧୁକ ଦେଖାଇ ଲୁଟ୍ ହୋଇଥିବା ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ…

ପେଟ୍ରୋଲ ପମ୍ପରେ ବନ୍ଧୁକ ଦେଖାଇ ଲୁଟ୍‌

ବାଲେଶ୍ୱର, ୪।୭( ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ବସ୍ତା ଥାନା ଅନ୍ତର୍ଗତ ଗାନ୍ଧୀ ଛକ – ବାଲିଆପାଳ ରାସ୍ତାର ଦରଡା ପେଟ୍ରୋଲ ପମ୍ପରୁ ଶୁକ୍ରବାର ବିଳମ୍ୱିତ ରାତିରେ…

ଋଣ ଟଙ୍କା ଦେଉନ, ଆତ୍ମହତ୍ୟା କରିବି: ବିଷ ବୋତଲ ଧରି ବ୍ୟାଙ୍କ ମ୍ୟାନଜର୍‌ଙ୍କ ଆଗରେ…

ଭୋଗରାଇ,୪ା୭(ପ୍ରଦୀପ ଦାସ):ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ୍‌ ଚନ୍ଦନେଶ୍ୱର ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ ସମ୍ମୁଖରେ ଶୁକ୍ରବାର ଜଣେ ମହିଳା ବିଷ ପିଇ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ବ୍ୟାଙ୍କ ମ୍ୟାନେଜର…

କରିଥିଲେ ପ୍ରେମ ବିବାହ: ଦୁର୍ଘଟଣାରେ ଗୁରୁତର ହେଲେ ସ୍ବାମୀ, ଶେଷରେ ଝିଅର ହତ୍ୟା ଅଭିଯୋଗ…

ବାଲେଶ୍ୱର,୩।୭(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲାର ଚାନ୍ଦିପୁର ଥାନା ଅନ୍ତର୍ଗତ ସାହଦା ଗ୍ରାମର ମନିଷ କୁମାର ସାହୁଙ୍କ ପତ୍ନୀ ମମତା ସାହୁ (୨୧) ଗୁରୁବାର ରାତିରେ ଘରେ ଫାଶୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri