ମୃତଦେହରୁ ଆଖି ଗାଏବ ଘଟଣା: ଅଭିଯୋଗ ସଙ୍ଗିନ, ବଢ଼ାଇଲା ହୃତ୍‌ସ୍ପନ୍ଦନ

ଅନୁଗୋଳ ଅଫିସ, ୨୦।୭ – ବାରମ୍ବାର ବିବାଦ ଘେରକୁ ଆସୁଛି ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟ। କେତେବେଳେ ପରିଚାଳନାଗତ ଅବ୍ୟବସ୍ଥା ତ ଆଉ କେତେବେଳେ ରୋଗୀ ବେଡ୍‌ରୁ ଉଠି କେଉଁଆଡ଼େ ଚାଲିଯିବା ଘଟଣା ନଜରକୁ ଆସୁଛି। ହେଲେ ଗୁରୁବାର ରାତିରେ ଶବ ସଂରକ୍ଷଣ ଗୃହରେ ଥିବା ଜଣେ ୪ ବର୍ଷର ଶିଶୁକନ୍ୟା ପ୍ରୀତି ଗୋଚ୍ଛାୟତଙ୍କ ମୃତଦେହରୁ ଦୁଇ ଆଖି ଗାଏବ ଅଭିଯୋଗ ଶୁକ୍ରବାର ଆସିବା ପରେ ଏହା ସହରବାସୀଙ୍କ ହୃତ୍‌ସ୍ପନ୍ଦନ ବଢ଼ାଇ ଦେଇଛି। ଏହି ଘଟଣାକୁ ନେଇ ଦିନତମାମ ମେଡିକାଲରେ ଉତ୍ତେଜନା ଲାଗି ରହିଥିବା ବେଳେ ଜିଲାରେ ମଧ୍ୟ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ହୋଇଛି। ଏପରି କି ଅନୁଗୋଳ ମେଡିକାଲ ଇତିହାସରେ ଏପରି ଘଟଣା ପ୍ରଥମ ବୋଲି କୁହାଯାଉଛି।
ଝିଅ ପ୍ରୀତିଙ୍କ ମୃତ ଶରୀରରୁ ଅତ୍ୟନ୍ତ ଯୋଜନାବଦ୍ଧ ଭାବେ ଆଖି ଚୋରି କରି ନିଆଯାଇଥିବା ତାଙ୍କ ମା’ ଶୀଲା ଗୋଚ୍ଛାୟତ ଅନୁଗୋଳ ଥାନାରେ ଅଭିଯୋଗ କରିଛନ୍ତି। ସେ ଦର୍ଶାଇଛନ୍ତି ଯେ, ଝିଅ ନାକରେ ମଧ୍ୟ କ୍ଷତ ଚିହ୍ନ ରହିଛି। ଡାକ୍ତରଙ୍କ ସମ୍ପୃକ୍ତି ବିନା ଆଖି ତାଡ଼ି ନିଆଯିବା ସମ୍ଭବ ନୁହେଁ। ଏଥିରେ ଏକ ସ୍ବତନ୍ତ୍ର ର଼୍ୟାକେଟ୍‌ ସମ୍ପୃକ୍ତ ଥିବା ସନ୍ଦେହ କରାଯାଉଛି। ଘଟଣାରେ ଜଡ଼ିତ ଥିବା ବ୍ୟକ୍ତିଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଶୀଲା ଦାବି କରିଛନ୍ତି। ଅନ୍ୟପକ୍ଷରେ ଗୁରୁବାର ପ୍ରୀତିଙ୍କୁ ମୃତ ଘୋଷଣା କରିଥିବା ଜିଲା ମୁଖ୍ୟ ଚିକିତ୍ସାଳୟର ଡାକ୍ତର ମଧ୍ୟ ସେତେବେଳେ ଝିଅର ଦୁଇ ଆଖି ଠିକ୍‌ଠାକ୍‌ ଥିବା ଓ ଶରୀରରେ କୌଣସି କ୍ଷତଚିହ୍ନ ନ ଥିବା ପ୍ରକାଶ କରିଛନ୍ତି। ତେଣୁ ଶବ ରଖାଯିବା ବେଳେ ଭଲ ଥିବା ଆଖି ଦୁଇଟି ଶୁକ୍ରବାର କିପରି କ୍ଷତବିକ୍ଷତ ହୋଇଗଲା ସେ ନେଇ ଶୀଲା ପ୍ରଶ୍ନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭିଜିଲାନ୍ସ ଜାଲରେ ମହିଳା ASI, ଲାଞ୍ଚ ନେଉଥିବା ବେଳେ ପଡ଼ିଲେ ଧରା

ଅନୁଗୋଳ, ୧୩।୬: ଅନୁଗୋଳ ଜିଲାର ଜରପଡ଼ା ଥାନାରେ କାର୍ଯ୍ୟରତ ମହିଳା ASI ସୀତା ନାୟକ ୮,୦୦୦ ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ସୂଚନା…

ବ୍ରାହ୍ମଣୀରେ ଭାସିଗଲେ ୩ ସାଙ୍ଗ

ତାଳଚେର,୮।୬; ଅନୁଗୋଳ ଜିଲା ତାଳଚେର ବ୍ରାହ୍ମଣୀ ନଦୀରେ ସୋମବାର ଏକ ଅଘଟଣ ଘଟିଛି। ୩ଜଣ ସାଙ୍ଗ ଗାଧୋଇବା ବେଳେ ଭାସିଯାଇଛନ୍ତି। ସେମାନଙ୍କ ମଧ୍ୟରୁ ଜଣଙ୍କୁ ମୃତ ଅବସ୍ଥାରେ…

ବିଲକୁ ଯାଇଥିଲେ ୨ ଭାଇ, ହଠାତ୍‌ ମାରିଲା ଘଡ଼ଘଡ଼ି: ଆଉ ତା’ପରେ…

ବଇଣ୍ଡା, ୨।୬(ପରୀକ୍ଷିତ ସାହୁ): ଅନୁଗୋଳ ଜିଲା କିଶୋର ନଗର ବ୍ଲକ ହଣ୍ଡପା ଥାନା ପାପସରା ଗ୍ରାମର ଜଟିଆ ରୁଗୁଡ଼ି ନିକଟରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ…

ବିଳମ୍ବିତ ରାତିରେ ବାଇକ ସହ ଜିଅନ୍ତା ଜଳିଗଲେ ଯୁବକ, କାରଣ ଜାଣିଲେ….

ପାଲଲହଡ଼ା,୨୯।୫(ଦିବ୍ୟଜ୍ୟୋତି ଦାଶ): ସକାଳୁ ସକାଳୁ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି ।  ବାଇକ ଦୁର୍ଘଟଣାରେ ଚାଳକ ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି । ସେହିପରି ଅନ୍ୟଜଣଙ୍କୁ ଗୁରୁତର ଅବସ୍ଥାରେ ଖମାର…

ନାତୁଣୀକୁ ବଞ୍ଚାଇବାକୁ ଯାଇ ଚାଲିଗଲା ଜେଜେଙ୍କ ଜୀବନ

ଅନୁଗୋଳ,୧୨।୫: ଅନୁଗୋଳ ଜିଲା ଆଠମଲ୍ଳିକ ବ୍ଲକ ପାଇକ ସାହିରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ନାତୁଣୀଙ୍କୁ ବଞ୍ଚାଇବାକୁ ଯାଇ ବିଦ୍ୟୁତ୍‌ ଆଘାତରେ ଜେଜେଙ୍କ ମୃତ୍ୟୁ ଘଟିଛି।…

ତାଳଚେର ଉପନଗରପାଳଙ୍କ ବିରୋଧରେ ଅନାସ୍ଥା

ତାଳଚେର,୮ା୫(ମନୋଜ ନନ୍ଦ): ତାଳଚେର ଉପନଗରପାଳ ଶୁଭଶ୍ରୀ ଶୁଭସ୍ମିତା ପ୍ରଧାନଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆସିଛି। ପୌରପାଳିକାର ୧୬ କାଉନସିଲର ତାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଣିଛନ୍ତି। ଶୁକ୍ରବାର…

ରୋଗୀସେବା ଦାବି, ୧୨ ଘଣ୍ଟିଆ ତାଳଚେର ବନ୍ଦ

ତଳଚେର,୮।୫(ମନୋଜ ନନ୍ଦ): ଅନୁଗୋଳ ଜିଲା ତଳଚେର ପବିତ୍ର ମୋହନ ମେଡିକାଲ କଲେଜରେ ରୋଗୀ ସେବା ଦାବିରେ ୧୨ ଘଣ୍ଟିଆ ବନ୍ଦ ପାଳିତ ହୋଇଛି । ଆଗରୁ କ୍ରିୟାନୁଷ୍ଠାନ…

ସ୍ପଞ୍ଜ ଆଇରନ କାରଖାନାରେ ବଡ଼ ଅଘଟଣ, ଚାଲିଗଲା ୩ ଶ୍ରମିକଙ୍କ ଜୀବନ

ଅନୁଗୋଳ,୫।୫(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ଜିଲା ନିଶା ଥାନା ଅଞ୍ଚଳରେ ଥିବା ମେଟାଲିକ ସ୍ପଞ୍ଜ ଆଇରନ ପ୍ଲାଣ୍ଟରେ ବଡ଼ ଧରଣର ଦୁର୍ଘଟଣା ହୋଇଛି । ୩ ଜଣ ଶ୍ରମିକଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri