ମୃତ୍ୟୁ ଆସେ ଏମିତି: ଶୌଚ ପାଇଁ ଯାଉଥିଲେ ଯୁବକ, ମୋଟରସାଇକେଲ ଧକ୍କା ଦେବାରୁ ଗଲା ଜୀବନ

ଭବାନୀପାଟଣା,୨୫।୧(ଡି.ଏନ୍‌.ଏ.): ମୃତ୍ୟୁ ଏମିତି ଆସେ। ସାଙ୍ଗମାନଙ୍କ ସହ ମିଶି ଶୌଚ ହେବାକୁ ନିକଟସ୍ଥ ପୋଖରୀକୁ ଜଣେ ଯୁବକ ଯାଉଥିବା ବେଳେ ଏକ ମୋଟରସାଇକେଲ ଧକ୍କା ଦେବାରୁ ତାଙ୍କ ଜୀବନ ଚାଲିଯାଇଛି। କଳାହାଣ୍ଡି ଜିଲା ଭବାନୀପାଟଣା ବ୍ଲକ ଅନ୍ତର୍ଗତ କଲମ ପଞ୍ଚାୟତର ଚାନ୍ଦପଲା ଗ୍ରାମର କିଛି ଯୁବକ ଶୁକ୍ରବାର ସନ୍ଧ୍ୟାରେ ନିକଟସ୍ଥ ପୋଖରୀକୁ ଶୌଚ ପାଇଁ ଯାଉଥିଲେ। ଏହି ସମୟରେ ପଛପଟୁ ଏକ ମୋଟରସାଇକେଲ ଆସି ସେମାନଙ୍କୁ ଧକ୍କା ଦେଇଥିଲା। ଫଳରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଆହତ ହୋଇ ଜିଲା ମୁଖ୍ୟ ଚିକତ୍ସାଳୟରେ ଚିକିସତ୍ିତ ହେଉଥିବା ଜଣାପଡ଼ିଛି।
ସୂଚନାଯୋଗ୍ୟ, ଚାନ୍ଦପଲା ଗ୍ରାମର ମନବୋଧ ଭୋଇଙ୍କ ପୁଅ ଚକାରାମ ଭୋଇ (୨୦) ଓ ଅମୃତ ମାଝି (୧୯) ସାଙ୍ଗମାନଙ୍କ ସହିତ ଶୌଚ ପାଇଁ ଯାଉଥିବା ବେଳେ ଲେବେଡ୍‌ ଗ୍ରାମର ଜଣେ ଯୁବକ ଏକ ମୋଟରସାଇକେଲରେ ଦ୍ରୁତଗତିରେ ଆସି ପଛପଟୁ ସେମାନଙ୍କୁ ଧକ୍କା ଦେଇଥିଲେ। ଫଳରେ ଉଭୟେ ଗୁରୁତର ହୋଇଥିବା ବେଳେ ଦୁର୍ଘଟଣା ଘଟାଇଥିବା ଯୁବକ ସେଠାରୁ ଫେରାର ହୋଇଯାଇଥିଲେ। ଏ ନେଇ ଗ୍ରାମବାସୀ ଭବାନୀପାଟଣା ସଦର ଥାନାରେ ଖବର ଦେବା ପରେ ପୋଲିସ ପହଞ୍ଚତ୍ ମୋଟରସାଇକେଲ ଜବତ କରିବା ସହ ଆହତ ଦ୍ୱୟଙ୍କୁ ଜିଲା ମୁଖ୍ୟ ଚିକତ୍ସାଳୟରେ ଭର୍ତ୍ତି କରିଥିଲେ। ତେବେ ଚକାରାମ ଭୋଇଙ୍କ ଡାକ୍ତରଖାନାରେ ମୃତ୍ୟୁ ଘଟିଥିବା ପ୍ରକାଶ। ଶନିବାର ମୃତଦେହ ବ୍ୟବଚ୍ଛେଦ ପରେ ପରିବାରବର୍ଗଙ୍କୁ ହସ୍ତାନ୍ତର କରାଯାଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ବାରିପଦାରେ ଲଜ୍ଜା: ୫ ବର୍ଷର ଶିଶୁ କନ୍ୟାକୁ ବିସ୍କୁଟ୍ ଲୋଭ ଦେଖାଇ ବଳାତ୍କାର

ବାରିପଦାରେ,୧୭।୧୨: ମୟୂରଭଞ୍ଜ ଜିଲା ବାରିପଦା ସହରରେ ଏକ ଅମାନବୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ୫ ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ କରାଯାଇଥିବା ନେଇ ସାଂଘାତିକ...

ମୋଦିଙ୍କୁ ନେଇ ଏମିତି କହିଦେଲେ ଟ୍ରମ୍ପ: ବିଶ୍ୱରେ ପଡ଼ିଗଲା ଚହଳ

ଓ୍ବାଶିଂଟନ୍‌,୧୭।୧୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି। ସେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ତାଙ୍କର ‘ମହାନ ବନ୍ଧୁ’ ଭାବରେ ବର୍ଣ୍ଣନା କରିଛନ୍ତି।...

ଗାଁ ମଝିରେ ଛିଡ଼ିଲା ବିଦ୍ୟୁତ ତାର: ଅଳ୍ପକେ ବର୍ତ୍ତିଲେ ଜେଜେ ମା’-ନାତି

ଗଞ୍ଜାମ,୧୭।୧୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ଲକ୍ଷ୍ମୀପୁର ଗାଁରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଥିଲା। ଗାଁ ମଝିରେ ରାସ୍ତା...

ମୁକେଶଙ୍କୁ ପୁଣି ଗୁରୁଦାୟିତ୍ୱ ଦେଲା ଭାଜପା: ଜିଲା ଉପସଭାପତି ପଦବୀ ପାଇ କହିଲେ…

ଭବାନୀପାଟଣା,୧୭।୧୨(ଉତ୍ତମ କୁମାର ଦାଶ): ରାଜ୍ୟ ଭାଜପା ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ମଙ୍ଗଳବାର କଳାହାଣ୍ଡି ଜିଲା ଭାଜପା ସଭାପତି ଯୁଗଳ କିଶୋର ପୋଢ଼ ଜିଲାର...

ଓଡ଼ିଶାରେ ୨ ଦିନ ପାଇଁ ୟେଲୋ ଓ୍ବାର୍ନିଂ: ହୋଇଯାନ୍ତୁ ସତର୍କ

ଭୁବନେଶ୍ୱର,୧୭।୧୨(ଅନୁରାଧା ମହାରଣା):ରାଜ୍ୟରେ ଗତ କିଛିଦିନ ଧରି ଶୀତ ଲହରୀ ଜାରି ରହିଛି। ଆଭ୍ୟନ୍ତରୀଣ ଓଡ଼ିଶାର ସୁନ୍ଦରଗଡ଼, କୋରାପୁଟ ଏବଂ କନ୍ଧମାଳର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ...

ଆଜି ଦେଶବ୍ୟାପୀ ବିକ୍ଷୋଭ: ମହାତ୍ମା ଗାନ୍ଧୀଙ୍କ ଫଟୋ ଧରି…

ନୂଆଦିଲ୍ଲୀ,୧୭ା୧୨(ପି.ଟି.):ଏମ୍‌ଜିଏନ୍‌ଆର୍‌ଇଜିଏ ନାଁ ବଦଳାଇବା ପାଇଁ କେନ୍ଦ୍ର ସରକାର ଆଣିଥିବା ଭିବି-ଜି ରାମ ଜି ବିଲ୍‌ ବିରୋଧରେ କଂଗ୍ରେସ ବୁଧବାର ଦେଶବ୍ୟାପୀ ବିକ୍ଷୋଭ କରିବାକୁ ଘୋଷଣା କରିଛି।...

ସ୍ବିଫ୍ଟ କାର୍‌ରେ ପାର୍ଟନର୍‌ଙ୍କୁ ବସାଇ ଜଙ୍ଗଲକୁ ନେଲେ ବୟଫ୍ରେଣ୍ଡ: ଆଉ ତା’ପରେ କଲେ ଏମିତି କାଣ୍ଡ

ଲକ୍ଷ୍ନୌ,୧୭ା୧୨:ଉତ୍ତରପ୍ରଦେଶରେ ଏକ ବୀଭତ୍ସ ହତ୍ୟା ଘଟଣା ଘଟିଛି। ଜଣେ ଟ୍ୟାକ୍ସି ଡ୍ରାଇଭର ତାଙ୍କ ସ୍ତ୍ରୀ ଉମା(୩୦)ଙ୍କୁ ହତ୍ୟା କରିବା ପରେ ମୃତଦେହକୁ ଜଙ୍ଗଲ ମଧ୍ୟରେ ଫିଙ୍ଗିଦେଇଥିଲେ।...

କମ୍ୟୁନିଟି ସେଣ୍ଟର ସ୍ଥାନାନ୍ତର ଉଦ୍ୟମକୁ ବିରୋଧ: ବିରୋଧ କଲା ଜିଲା ଆଦିବାସୀ କଲ୍ୟାଣ ସଂଘ

ଅମରପାଲି,୧୭/୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ବହଲପଦର ପଞ୍ଚାୟତର ହୋତାପାଲି ( ସୁରଧାପାଲି) ଠାରେ ନିର୍ମାଣ ହେବାକୁ ଥିବା ଏକ କମ୍ୟୁନିଟି ସେଣ୍ଟର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri