ମୃତ୍ୟୁ ଆସେ ଏମିତି: ଶୌଚ ପାଇଁ ଯାଉଥିଲେ ଯୁବକ, ମୋଟରସାଇକେଲ ଧକ୍କା ଦେବାରୁ ଗଲା ଜୀବନ

ଭବାନୀପାଟଣା,୨୫।୧(ଡି.ଏନ୍‌.ଏ.): ମୃତ୍ୟୁ ଏମିତି ଆସେ। ସାଙ୍ଗମାନଙ୍କ ସହ ମିଶି ଶୌଚ ହେବାକୁ ନିକଟସ୍ଥ ପୋଖରୀକୁ ଜଣେ ଯୁବକ ଯାଉଥିବା ବେଳେ ଏକ ମୋଟରସାଇକେଲ ଧକ୍କା ଦେବାରୁ ତାଙ୍କ ଜୀବନ ଚାଲିଯାଇଛି। କଳାହାଣ୍ଡି ଜିଲା ଭବାନୀପାଟଣା ବ୍ଲକ ଅନ୍ତର୍ଗତ କଲମ ପଞ୍ଚାୟତର ଚାନ୍ଦପଲା ଗ୍ରାମର କିଛି ଯୁବକ ଶୁକ୍ରବାର ସନ୍ଧ୍ୟାରେ ନିକଟସ୍ଥ ପୋଖରୀକୁ ଶୌଚ ପାଇଁ ଯାଉଥିଲେ। ଏହି ସମୟରେ ପଛପଟୁ ଏକ ମୋଟରସାଇକେଲ ଆସି ସେମାନଙ୍କୁ ଧକ୍କା ଦେଇଥିଲା। ଫଳରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଆହତ ହୋଇ ଜିଲା ମୁଖ୍ୟ ଚିକତ୍ସାଳୟରେ ଚିକିସତ୍ିତ ହେଉଥିବା ଜଣାପଡ଼ିଛି।
ସୂଚନାଯୋଗ୍ୟ, ଚାନ୍ଦପଲା ଗ୍ରାମର ମନବୋଧ ଭୋଇଙ୍କ ପୁଅ ଚକାରାମ ଭୋଇ (୨୦) ଓ ଅମୃତ ମାଝି (୧୯) ସାଙ୍ଗମାନଙ୍କ ସହିତ ଶୌଚ ପାଇଁ ଯାଉଥିବା ବେଳେ ଲେବେଡ୍‌ ଗ୍ରାମର ଜଣେ ଯୁବକ ଏକ ମୋଟରସାଇକେଲରେ ଦ୍ରୁତଗତିରେ ଆସି ପଛପଟୁ ସେମାନଙ୍କୁ ଧକ୍କା ଦେଇଥିଲେ। ଫଳରେ ଉଭୟେ ଗୁରୁତର ହୋଇଥିବା ବେଳେ ଦୁର୍ଘଟଣା ଘଟାଇଥିବା ଯୁବକ ସେଠାରୁ ଫେରାର ହୋଇଯାଇଥିଲେ। ଏ ନେଇ ଗ୍ରାମବାସୀ ଭବାନୀପାଟଣା ସଦର ଥାନାରେ ଖବର ଦେବା ପରେ ପୋଲିସ ପହଞ୍ଚତ୍ ମୋଟରସାଇକେଲ ଜବତ କରିବା ସହ ଆହତ ଦ୍ୱୟଙ୍କୁ ଜିଲା ମୁଖ୍ୟ ଚିକତ୍ସାଳୟରେ ଭର୍ତ୍ତି କରିଥିଲେ। ତେବେ ଚକାରାମ ଭୋଇଙ୍କ ଡାକ୍ତରଖାନାରେ ମୃତ୍ୟୁ ଘଟିଥିବା ପ୍ରକାଶ। ଶନିବାର ମୃତଦେହ ବ୍ୟବଚ୍ଛେଦ ପରେ ପରିବାରବର୍ଗଙ୍କୁ ହସ୍ତାନ୍ତର କରାଯାଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

ସରକାରୀ ନିୟମକୁ ଫୁ’: କେବୁଲ ବିଛାପାଇଁ ଚାଲିଛି ରାସ୍ତାଖୋଳା, ଯାତାୟାତରେ ବାଧା

ତୁମୁଡିବନ୍ଧ,୧୦।୪(ଦୀପକ କୁମାର ପରାସେଠ): ବିଏସଏନଏଲ କେବୁଲ ବିଛା ପାଇଁ ରାସ୍ତା ଖୋଳାଯିବା ଫଳରେ ଯାତାୟାତରେ ବାଧା। ଜାଣିନାହାନ୍ତି ବିଭାଗୀୟ ଅଧିକାରୀ। ଗ୍ରାମବାସୀଙ୍କ ବିରୋଧ। ଧମକ ଦେଉଛି ଠିକାଦାର।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri