ମୃତ୍ୟୁ ସହ ସଂଗ୍ରାମ କରୁଛନ୍ତି ଜଗନ୍ନାଥ

ଆରଡ଼ି, ୧୬।୧ (ଡି.ଏନ୍‌.ଏ.):ଭଦ୍ରକ ଜିଲା ଧୁଷୂରୀ ଥାନା ଅଧୀନ ଅଜମତପୁର ଗଁାର ଜଗନ୍ନାଥ ଜେନା(୪୯) ଫୁସ୍‌ଫୁସ୍‌ ସଂକ୍ରମଣ ଜନିତ ରୋଗରେ ପୀଡ଼ିତ। ୨୧ଦିନ ହେଲା ଦୁବାଇର ଇଣ୍ଟରନ୍ୟାଶନାଲ ମଡର୍ଣ୍ଣ ହସ୍ପିଟାଲରେ ଆଇସିୟୁରେ ଚିକିତ୍ସାଧୀନ ରହିଥିବା ବେଳେ ସେ ମୃତ୍ୟୁ ସହ ସଂଗ୍ରାମ କରୁଛନ୍ତି। ଚିକିତ୍ସା ଅତ୍ୟନ୍ତ ବ୍ୟୟସାପେକ୍ଷ ହୋଇଥିବାରୁ ତାଙ୍କ ପରିବାର ଲୋକେ ଭାଙ୍ଗି ପଡ଼ିଛନ୍ତି।
ଜଗନ୍ନାଥ ଗତ କିଛିବର୍ଷ ହେଲା ସେଠାରେ ରାଜମିସ୍ତ୍ରୀ ଭାବେ କାମ କରି ପରିବାର ପ୍ରତିପୋଷଣ କରୁଥିଲେ। ଗତ ଡିସେମ୍ବରରେ ସେ ହଠାତ୍‌ ଅସୁସ୍ଥ ହୋଇପଡ଼ିଥିଲେ। ଚିକିତ୍ସା ଜାରି ରହିଥିବା ବେଳେ ସେଠାରେ କାମ କରୁଥିବା ଜଣେ ପରିଚିତ ବ୍ୟକ୍ତି ତାଙ୍କର ଦେଖାଶୁଣା କରୁଛନ୍ତି। ଏହାମଧ୍ୟରେ ତାଙ୍କ ଚିକିତ୍ସା ପାଇଁ ୧୮ଲକ୍ଷରୁ ଅଧିକ ଟଙ୍କା ଖର୍ଚ୍ଚ ହୋଇସାରିଲାଣି। ଚିକିତ୍ସା ଲାଗି ଆହୁରି ଅଧିକ ଅର୍ଥରାଶି ଆବଶ୍ୟକ ଥିବାରୁ ସହାୟତା ପାଇଁ ଜଗନ୍ନାଥଙ୍କ ସ୍ତ୍ରୀ ସ୍ବର୍ଣ୍ଣଲତା ଆକୁଳ ନିବେଦନ କରିଛନ୍ତି। ଗ୍ରାମର ଯୁବକମାନେ ମଧ୍ୟ ଗଁା ଗଁା ବୁଲି ଆର୍ଥିକ ସାହାଯ୍ୟ ଭିକ୍ଷା କରୁଛନ୍ତି। ଜଗନ୍ନାଥଙ୍କ ଚିକିତ୍ସା ନିମନ୍ତେ ସରକାରୀ ସହାୟତା ପ୍ରଦାନ କରାଯିବାକୁ ସ୍ବେଚ୍ଛାସେବୀ ସଙ୍ଗଠକ ପରାଗ ରଞ୍ଜନ ସାମଲ ଦାବି କରିଛନ୍ତି। ଏଥିସହ ସହାୟତାର ହାତ ବଢ଼ାଇବାକୁ ବିଭିନ୍ନ ସ୍ବେଚ୍ଛାସେବୀ ସଙ୍ଗଠନକୁ ସେ ନିବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସଠିକ୍‌ ପରଚୟ ଯାଞ୍ଚ ନ କରି ଦିଆଯାଉଛି ଘରଭଡ଼ା, ବଢୁଛି ଆପରାଧିକ କାର୍ଯ୍ୟକଳାପ

ଅମରପାଲି,୨୩ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲାର ବୀରମହାରାଜପୁର ଓ ଉଲୁଣ୍ଡା ଅଞ୍ଚଳରେ ବିନା ପୋଲିସ ଭେରିଫିକେଶନ ଏବଂ ସଠିକ୍‌ ପରିଚୟ ଯାଞ୍ଚ ନ କରି ଘରଭଡ଼ା ଦିଆଯାଉଥିବାରୁ ଆପରାଧିକ…

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

ହାତୀ ନଦୀରେ ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ

ଭବାନୀପାଟଣା,୨୩।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ଗତ ୨ ଦିନ ଧରି ଲଗାଣ ବର୍ଷା ଯୋଗୁଁ ନଦୀ ଗୁଡିକର ଜଳ ସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାରେ…

ସମାଜସେବା ସହ ଆଧ୍ୟାତ୍ମିକ ଜ୍ଞାନ: ରକ୍ତ ଦାନ ମହତ ଦାନ

ଭଞ୍ଜନଗର, ୨୩।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ (ଓମ୍ ଶାନ୍ତି)ର ଶାନ୍ତି ସ୍ରୋତ ଭବନ ପରିସରରେ ରବିବାର ଏକ ରକ୍ତଦାନ…

ସୁନା ବ୍ୟବସାୟୀଙ୍କ ଘରେ ମାରଣାସ୍ତ୍ର ଦେଖାଇ ଡକାୟତି: ପ୍ରାୟ କୋଟିଏ ଟଙ୍କାର ସୁନାଗହଣା ଲୁଟ୍

ବଲାଙ୍ଗୀର, ୨୩।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ସିନ୍ଧେକେଲା ଅଞ୍ଚଳରେ ଏକ ବଡ଼ଧରଣର ସଶସ୍ତ୍ର ଡକାୟତି ଘଟଣା ଘଟିଛି। ସିନ୍ଧେକେଲା ଥାନାଠାରୁ ମାତ୍ର ୧୦୦ ମିଟର…

ଆଧ୍ୟାତ୍ମିକ ଜ୍ଞାନ ପ୍ରଚାର ପ୍ରସାର ପାଇଁ ଆହ୍ବାନ

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଶନିବାର ଆଧ୍ୟାତ୍ମିକ ଜ୍ଞାନ ପ୍ରଚାର ସଭା ଅନୁଷ୍ଠିତ ହୋଇଯାଇଛି। ପ୍ରମୋଦ ପଣ୍ଡାଙ୍କ ବାସଭବନରେ ଆୟୋଜିତ ସଭାରେ ପୁରୀ ଗୋବର୍ଦ୍ଧନ…

ଗୋବରୀ ନଦୀ ପାଇଁ ଜମ୍ବୁବାସୀଙ୍କ ଚିନ୍ତା: ଫାଇଲରେ ରହିଗଲା ଯୋଜନା, ବିପଦସଙ୍କୁଳ ଅବସ୍ଥାରେ ନଦୀ ପାର୍‌ ହେଉଛନ୍ତି ଛାତ୍ରୀଛାତ୍ର

ମହାକାଳପଡ଼ା,୨୩।୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ନଦୀ, ନାଳ ଘେରା ଜମ୍ବୁ ପଞ୍ଚାୟତକୁ ଦୀର୍ଘ ବର୍ଷଧରି ଡଙ୍ଗାରେ ଲୋକମାନେ ଯାତାୟାତ କରୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri