ମୃତ ପୋଲିସ କର୍ମଚାରୀଙ୍କ ପରିବାରକୁ ବୀମା ରାଶି ପ୍ରଦାନ

ଛତ୍ରପୁର,୧୦।୭(ଦିଲୀପ ସାମଲ): ୨୦୨୪ ମସିହାରେ କାର୍ଯ୍ୟରତ ଅବସ୍ଥାରେ ଅକସ୍ମାତ ହୃଦ୍ଘାତରେ ପରଲୋକବରଣ କରିଥିବା ଚମାଖଣ୍ଡି ପୋଲିସ ଥାନା କର୍ମଚାରୀ ସଞ୍ଜିତ ସ୍ବାଇଁଙ୍କ ପରିବାରକୁ ୧୦ ଲକ୍ଷ ଟଙ୍କା ଜୀବନବୀମା ରାଶି ପ୍ରଦାନ କରାଯାଇଛି। ଶୁକ୍ରବାର ପୂର୍ବାହ୍ନରେ ସ୍ଥାନୀୟ ପୋଲିସ ପଡ଼ିଆରେ ଗଞ୍ଜାମ ଜିଲା ଆରକ୍ଷୀ ଅଧିକ୍ଷକ ହରିଶ ବି. ସି. ମୃତ ସଞ୍ଜିତଙ୍କ ସ୍ତ୍ରୀ ଝିଲି ସାଇଁ ଏବଂ ତାଙ୍କ ପୁତ୍ର ଆଦିତ୍ୟ ସ୍ବାଇଁଙ୍କୁ ଏହି ଅନୁକମ୍ପା ରାଶି ପ୍ରଦାନ କରିଥିଲେ।
ଏହି ଅବସରରେ ଭାରତୀୟ ଷ୍ଟେଟ ବ୍ୟାଙ୍କ ଛତ୍ରପୁର ମୁଖ୍ୟ ଶାଖାର ମୁଖ୍ୟ ପରିଚାଳକ ସାଗତ କୁମାର ପାଢ଼ୀ, ଜିଲ୍ଲା ପୋଲିସ ସଂଘର ସଭାପତି ଗୋରାଚାନ୍ଦ ତ୍ରିପାଠୀ, ସାଧାରଣ ସମ୍ପାଦକ ସୁବାସ ଚନ୍ଦ୍ର ସେଠୀ, ଷ୍ଟେଟ ବ୍ୟାଙ୍କର ଶାଖା ପରିଚାଳକ, ସହ ପରିଚାଳକ ଓ ଅନ୍ୟମାନେ ଉପସ୍ଥିତ ଥିଲେ। ମୁଖ୍ୟ ପରିଚାଳକ ପାଢ଼ୀ କହିଥିଲେ ଯେ ଭାରତୀୟ ଷ୍ଟେଟବ୍ୟାଙ୍କରେ ଦରମା ଖାତା ଥିବା କର୍ମଚାରୀଙ୍କୁ ଗୋଷ୍ଠୀ ଟର୍ମ ଜୀବନ ବୀମା ଯୋଜନାରେ ଏହି ବୀମା ରାଶି ପ୍ରଦାନ କରାଯାଇଥିବା ବେଳେ ଏଥିପାଇଁ କୌଣସି ପ୍ରିମିୟମ ଦେବାକୁ ପଡେ ନାହିଁ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ମେଗା ଷ୍ଟିଲ ପ୍ଲାଣ୍ଟ ପାଇଁ ଏକାଦଶ ଗ୍ରାମସଭା: ଏକର ପିଛା ଏତିକି କୋଟି ଦାବି କଲେ ଗ୍ରାମବାସୀ, ସମସ୍ତେ ଚକିତ

ପାଟଣା,୧୦।୭(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ତହସିଲ ଅର୍ନ୍ତଗତ ଚେମେଣା ଓ ଯମୁନା ପଶି ପଞ୍ଚାୟତର ୧୨ଟି ମୌଜାର ଜମିକୁ ନେଇ ଜେଏସଡବ୍ଲୁ ଓ ପୋସ୍କୋ ପ୍ରସ୍ତାବିତ…

ଜିଓ ନେଟୱର୍କ ସେବା ବିପର୍ଯ୍ୟସ୍ତ: ଲୋକେ ହନ୍ତସନ୍ତ

କର୍ଲାମୁଣ୍ଡା,୧୦।୭(ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଗଜବାହାଲ ଗ୍ରାମରେ ଜିଓ ୫ଜି ନେଟୱର୍କ ସେବା ଦୀର୍ଘଦିନ ଧରି ବ୍ୟାହତ ହୋଇଆସୁଛି। ବିଦ୍ୟୁତ ଥିବା ସତ୍ତ୍ୱେ…

ଜିଲାସ୍ତରୀୟ ୭୭ତମ ବନମହୋତ୍ସବ: ୨ ବନ ସଂରକ୍ଷଣ ସମିତିକୁ ମିଳିଲା ଏତିକି ଟଙ୍କାର ପୁରସ୍କାର

ଭବାନୀପାଟଣା,୧୦।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସ୍ଥିତ ଟାଉନ ହାଇସ୍କୁଲରେ ଗୁରୁବାର ଜିଲାସ୍ତରୀୟ ୭୭ତମ ବନମହୋତ୍ସବ ଅନୁଷ୍ଠିତ ହୋଇଯାଇଛି। ଉତ୍ତର ବନଖଣ୍ଡ ପକ୍ଷରୁ ଆୟୋଜିତ ଏହି…

ଧରିତ୍ରୀ ପ୍ରଭାବ: ମରାମତି ହେଲା ବିଜୁ ଏକ୍ସପ୍ରେସ ୱେ

ନୂଆପଡ଼ା,୧୦ା୭ (ମକାରୁ ବେମାଲ): ନୂଆପଡ଼ା ଜିଲା ଘାଟିପଡାଠାରୁ ସିନାପାଲି ଦେଇ କୋରାପୁଟକୁ ସଂଯୋଗ କରୁଥିବା ବିଜୁ ଏକ୍ସପ୍ରେସ ୱେ ମରଣଯନ୍ତା ପାଲଟିବା ଖବର ଧରିତ୍ରୀରେ ଗୁରୁବାର ପ୍ରକାଶିତ…

ପାଟପୁର ଶନି ମନ୍ଦିରରେ କଳାକନା ବୁଲାଇଲେ ଦୁର୍ବୃତ୍ତ, ଦାନ ହୁଣ୍ଡି ଭାଙ୍ଗି ଲୁଟିନେଲେ…

ଦିଗପହଣ୍ଡି,୧୦ା୭(ଅଶେଷ ନାଥ ମିଶ୍ର): ମନ୍ଦିରର ଦାନବାକ୍ସ ଭାଙ୍ଗି ଚୋରି କରିନେଲେ ଦୁର୍ବୃତ୍ତ । ଏଭଳି ଘଟଣା ଘଟିଛି ଗଞ୍ଜାମ ଜିଲା ପାଟପୁର ଥାନା ଠାରୁ ମାତ୍ର ଶହେ…

୪ ବର୍ଷର ଶିଶୁ କନ୍ୟାଙ୍କୁ ନିର୍ଜନ ସ୍ଥାନକୁ ଡାକିନେଲେ ନାବାଳକ: ବଳାତ୍କାର ପରେ ଘଟିଲା…

ଡାବୁଗାଁ,୧୦।୭(ସବିତା ମହାନ୍ତି):ନବରଙ୍ଗପୁର ଜିଲା ଡାବୁଗାଁ ଥାନା ଅଞ୍ଚଳର ଜଣେ ୪ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର କରାଯାଇଥିବା ନେଇ ଅଭିଯୋଗ ହୋଇଛି। ଏହି ଘଟଣାରେ ସମ୍ପୃକ୍ତ ଜଣେ ନାବାଳକଙ୍କୁ ପୋଲିସ…

ରାଶନ କାର୍ଡ ଅଛି, ଚାଉଳ ମିଳୁନାହିଁ: ୫ ମାସ ଧରି ଅପେକ୍ଷାରେ ହିତାଧିକାରୀ

ଅମରପାଲି, ୧୦ା୭ (ପୀତାମ୍ବର ସାହୁ): ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର ଖାଦ୍ୟ ସୁରକ୍ଷା ଯୋଜନାରେ ବୀରମହାରାଜପୁର ବ୍ଲକରେ ଗୁରୁତର ଅବ୍ୟବସ୍ଥା ଅଭିଯୋଗ ସାମ୍ନାକୁ ଆସିଛି।…

ମଦ ଦୋକାନ ଉଦ୍‌ଘାଟନ କଲେ ଭାଜପା ନେତା: ପ୍ରତିଶ୍ରୁତି ଭୁଲିଗଲା ଦଳ

ସମ୍ବଲପୁର,୧୦ା୭(ବି.ଶଙ୍କର): ସାଧାରଣ ନିର୍ବାଚନ ପୂର୍ବରୁ ଭାଜପା କ୍ଷମତାକୁ ଆସିଲେ ରାଜ୍ୟକୁ ନିଶାମୁକ୍ତ କରାଯିବ ଏବଂ ମଦ ବନ୍ଦ ହେବ ବୋଲି ପ୍ରତିଶ୍ରୁତି ଦେଇଥିଲା। ଅଥଚ ସରକାର ଗଠନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri