Categories: ଜାତୀୟ

ମୃତ ବିକ୍ଷୋଭକାରୀଙ୍କ ପରିବାରକୁ ୧୦ ଲକ୍ଷ ଟଙ୍କା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ମାଙ୍ଗାଲୁରୁ,୨୨।୧୨: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ନେଇ ସାରା ଦେଶରେ ବିରୋଧ ପ୍ରଦର୍ଶନ କରାଯାଉଥିବା ବେଳେ ଏବେ ସୁଦ୍ଧା କେବଳ ଉତ୍ତର ପ୍ରଦେଶରେ ୧୮ରୁ ଊର୍ଦ୍ଧ୍ୱ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିବା କୁହାଯାଉଛି। ୨ ଦିନ ତଳେ କର୍ନାଟକର ମାଙ୍ଗାଲୁରୁଠାରେ ବିରୋଧ ପ୍ରଦର୍ଶନ ସମୟରେ ପୋଲିସ ଓ ପ୍ରଦର୍ଶନକାରୀଙ୍କ ପକ୍ଷରୁ ଗୁଳିଚାଳନା ହୋଇଥିଲା। ଏଥିରେ ୨ ବିକ୍ଷୋଭକାରୀଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଥିଲା। ଏବେ ଏହାକୁ ନେଇ କର୍ନାଟକ ମୁଖ୍ୟମନ୍ତ୍ରୀ ବି. ଏସ୍‌ ଯେଦୁରପ୍ପା ମୃତକଙ୍କ ପରିବାରକୁ ୧୦ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ରାଶି ପ୍ରଦାନ କରିବାକୁ ଘୋଷଣା କରିଛନ୍ତି। ସୂଚନାଯୋଗ୍ୟ, ଗୋଟିଏ ଦିନ ପୂର୍ବରୁ କର୍ନାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ଏଚ୍‌. ଡି କୁମାରସ୍ବାମୀ ମୃତକଙ୍କ ପରିଜନଙ୍କୁ ଭେଟିଥିଲେ। ଦେଶରେ ସିଏଏକୁ ନେଇ ଯେଉଁ ବିରୋଧ ପ୍ରଦର୍ଶନ କରାଯାଉଛି ତାହା ଏପର୍ଯ୍ୟନ୍ତ ଥମିବାର ନାଁ ନେଉନି।

Share