ମୃତ ରେଳ କର୍ମଚାରୀଙ୍କ ପରିବାରକୁ ୪୮ ଘଣ୍ଟାରେ ପେନ୍‌ସନ

ଭୁବନେଶ୍ୱର, ୫-୨:ଗତ ଜାନୁୟାରୀ ୨୮ ଦିନ ଖୋର୍ଦ୍ଧାରୋଡ଼ ଷ୍ଟେସନଠାରେ ରେଳପଥର ପଣ୍ୟବାହୀ ଟ୍ରେନରେ କାର୍ଯ୍ୟରତ ଗାର୍ଡ ପ୍ରଭୁଦତ୍ତ ବେହେରାଙ୍କ ଦେହାନ୍ତ ହୋଇଥିଲା। ତାଙ୍କ ପରିବାରବର୍ଗଙ୍କୁ ୪୮ ଘଣ୍ଟା ମଧ୍ୟରେ ପେନସନ ସହିତ ଅନ୍ୟାନ ପାଉଣା ପ୍ରଦାନ ନେଇ ରେଳପଥ ପକ୍ଷରୁ ବ୍ୟବସ୍ଥା କରାଯାଇଛି। ଖୋର୍ଦ୍ଧାରୋଡ଼ ରେଳମଣ୍ଡଳର ଉଭୟ ଫାଇନାନ୍ସ ଓ ପର୍ସନେଲ ବିଭାଗ କର୍ମଚାରୀମାନଙ୍କ ଚେଷ୍ଠା ଯୋଗୁଁ ରେକର୍ଡ ସୃଷ୍ଟି ହୋଇଥିବା ପୂର୍ବତଟ ରେଳପଥ ପକ୍ଷରୁ ସୂଚନା ରହିଛି। ଖୋର୍ଦ୍ଧାରୋଡ଼ ରେଳମଣ୍ଡଳର ମଣ୍ଡଳ ରେଳବାଇ ପ୍ରବନ୍ଧକ ଶଶୀକାନ୍ତ ସିଂହ ୩୧ରେ ସମସ୍ତ ପେନସନ ପୁସ୍ତିକା ଏବଂ ସମସ୍ତ ଦେୟର ପାଉଣା ପ୍ରଦାନ କରିଛନ୍ତି। ସ୍ବର୍ଗତ ବେହେରାଙ୍କର ଗତ ୨୮ ତାରିଖ ଦିନ ଖୋର୍ଦ୍ଧାରୋଡ଼ଠାରୁ ପଲାସା ପର୍ଯ୍ୟନ୍ତ ଟ୍ରେନରେ ଡ୍ୟୁଟି ଥିଲା। ରାତ୍ରି ୨ଘ.୩୮ମି.ରେ ଟ୍ରେନ ଛାଡିବା ପାଇଁ ସିଗ୍ନାଲ ଦେବାପରେ ତାଙ୍କ ଦେହ ଅକସ୍ମାତ ଖରାପ ହୋଇଥିଲା। ଟ୍ରେନ ଷ୍ଟାର୍ଟ ହେବାପାଇଁ ଟ୍ରେନ ଚାଳକ ବେହେରାଙ୍କଠାରୁ କିଛି ସଂକେତ ପାଇ ନ ଥିଲେ। ଟ୍ରେନ ଚାଳକ ସଙ୍ଗେସଙ୍ଗେ ଷ୍ଟେସନ ମାଷ୍ଟରଙ୍କୁ ଖବର ଦେଇଥିଲେ। ରାତ୍ର ୨ଘ.୫୦ମି.ରେ ଟ୍ରେନ ଗାର୍ଡ ଭ୍ୟାନରେ ଅଚେତ ଅବସ୍ଥାରେ ବେହେରାଙ୍କୁ ଠାବ କରାଯାଇଥିଲା। ତୁରନ୍ତ ତାଙ୍କୁ ସେଠାରୁ ରେଳପଥ ଡାକ୍ତରଖାନାକୁ ନିଆଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷିତ କରିଥିଲେ I ସ୍ବର୍ଗତ ବେହେରାଙ୍କ ସ୍ତ୍ରୀ, ଦୁଇଟି ପୁଅ ଏବଂ ଜଣେ ବିହାହିତ ଝିଅ ଅଛନ୍ତି। ପରିବାରର ଯେପରି କୌଣସି ଆର୍ଥିକ ଅସୁବିଧା ନହୁଏ ସେଥିପାଇଁ ରେଳପଥ ପ୍ରଶାସନ ଏଭଳି ପଦକ୍ଷେପ ଗ୍ରହଣ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri