ମେକ୍‌ ଇନ୍‌ ଓଡ଼ିଶା କନ୍‌କ୍ଲେଭକୁ ସଫଳ କରିବାକୁ ପ୍ରୟାସ

ଭୁବନେଶ୍ୱର,୧୪।୨(ବ୍ୟୁରୋ): ଚଳିତ ବର୍ଷ ଶେଷଭାଗରେ ମେକ୍‌ ଇନ୍‌ ଓଡ଼ିଶା-୨୦୨୦ କନ୍‌କ୍ଲେଭ ଅନୁଷ୍ଠିତ ହେବ। ଏହାକୁ ସଫଳତାର ସହ ଆୟୋଜନ କରିବା ପାଇଁ ଗୁରୁବାର ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟ ଶାସନ ସଚିବ ଅସିତ୍‌ ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ଏହି ବୈଠକ ହୋଇଥିଲା। ଶିଳ୍ପ ବିଭାଗ ପ୍ରମୁଖ ଶାସନ ସଚିବ ହେମନ୍ତ ଶର୍ମା କାର୍ଯ୍ୟକ୍ରମ ପ୍ରସ୍ତୁତି ସମ୍ପର୍କିତ ତଥ୍ୟ ଉପସ୍ଥାପନ କରିଥିଲେ। ଏହି କନ୍‌କ୍ଲେଭ ଯେପରି ଅଧିକ ଫଳପ୍ରଦ ହେବ, ସେଥିପ୍ରତି ଦୃଷ୍ଟି ଦେବାକୁ ଅସିତ ତ୍ରିପାଠୀ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଚଳିତ ବର୍ଷ ୩୦ ନଭେମ୍ବରରୁ ଆରମ୍ଭ ହେବାକୁ ଥିବା ଏହି କନ୍‌କ୍ଲେଭ ୫ ଦିନ ଧରି ଚାଲିବ। ଏହି କନ୍‌କ୍ଲେଭରେ ୧୬ଟି ବୃହତ ଦିଗକୁ ଗୁରୁତ୍ୱ ଦିଆଯାଇଛି। ଏଗୁଡ଼ିକ ହେଉଛି- ନଗର ଉନ୍ନୟନ, ଆଇଟି, ଆପେରେଲ ଏବଂ ଟେକ୍ସଟାଇଲ, ଡାଉନଷ୍ଟ୍ରିମ୍‌, ଆଗ୍ରୋ ଓ ଫୁଡ୍‌ ପ୍ରୋସେସିଙ୍ଗ୍‌, ପର୍ଯ୍ୟଟନ, ଟ୍ରାଭେଲ ଟ୍ରେଡ୍‌ , ମାଇନିଂ ଆଣ୍ଡ ମିନେରାଲ୍ସ, ମେଟାଲ ପ୍ରଡକ୍ସନ, ରସାୟନ, ପେଟ୍ରୋକେମିକାଲ୍ସ ଓ ପ୍ଲାଷ୍ଟିକ, ଭିତ୍ତିଭୂମି ଆଦି ରହିଛି। ଏଥିରେ ରାଷ୍ଟ୍ରଦୂତମାନଙ୍କ ସମ୍ମିଳନୀ, ସ୍କିଲ୍‌ ଫେଷ୍ଟ, ସିଇଓ ରାଉଣ୍ଡ ଟେବଲ ଇତ୍ୟାଦି କରାଯିବ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

SBI ଗ୍ରାହକ ହୁଅନ୍ତୁ ସତର୍କ!ଟଙ୍କା ରଖିଥିଲେ ଜାଣି ନିଅନ୍ତୁ…

ଦେଶରେ ସର୍ବବୃହତ ସାର୍ବଜନୀନ ବ୍ୟାଙ୍କ ଭାବରେ ଏସବିଆଇର ଆଦୃତି ରହିଛି । ଅନେକ ଲୋକମାନଙ୍କ ଏହି ବ୍ୟାଙ୍କରେ ବିଭିନ୍ନ ଆକାଉଣ୍ଟ ରହିଛି । ବର୍ତ୍ତମାନ ବ୍ୟାଙ୍କ ଗୋଟିଏ…

ଲକ୍ଷ୍ନୌକୁ ହରାଇଲା ଗୁଜରାଟ

ଲକ୍ଷ୍ନୌ,୧୨ା୪: ପ୍ରସିଦ୍ଧ କ୍ରିଷ୍ଣାଙ୍କ ଦମ୍‌ଦାର ବୋଲିଂ ବଳରେ ଗୁଜରାଟ ଟାଇଟନ୍ସ ୭ ଉଇକେଟରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ(ଏଲ୍‌ଏସ୍‌ଜି)କୁ ପରାସ୍ତ କରିଛି। ଏହା ଗୁଜରାଟର ୪ ମ୍ୟାଚ୍‌ରେ ଦ୍ୱିତୀୟ…

ଜଳିଗଲା ୩ ପରିବାରର ଗୁହାଳ ଘର, ୨ ବଳଦ ଜୀବନ୍ତ ଦଗ୍ଧ 

ଦିଗପହଣ୍ଡି,୧୨।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ବୋରିପଦର ଗ୍ରାମରେ ଅଗ୍ନିକାଣ୍ଡ । ରବିବାର ଅପରାହ୍ନରେ ନିଆଁ ଲାଗି ୩ଟି ପରିବାରର ଗୁହାଳ…

ଭୀମ ଭୋଇ ମେଡିକାଲରେ ରୋଗୀଙ୍କ ମୋବାଇଲ୍ ଚୋରି କରୁଥିଲା ଚୋର, ହାତ ବାନ୍ଧି ଉତ୍ତମ ମଧ୍ୟମ ଦେଲେ ଲୋକେ

ବଲାଙ୍ଗୀର,୧୨।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡ଼ିକାଲ କଲେଜ ଓ ହସ୍ପିଟାଲରେ ଦିନକୁ ଦିନ ଚୋରି ଘଟଣା ବଢିବାରେ ଲାଗିଛି । ନିଶାସେବନ କରି କିଛି ଅସାମାଜିକ…

LPGକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଏଣିକି ତେଲ-ଗ୍ୟାସ ସପ୍ଲାଏରେ…

ନୂଆଦିଲ୍ଲୀ,୧୨।୪: ପଶ୍ଚିମ ଏସିଆରେ ଉତ୍ତେଜନା ମଧ୍ୟରେ, ଭାରତ ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି ଏବଂ ସାଧାରଣ ଜନତାଙ୍କୁ ଆଶ୍ୱସ୍ତି ପ୍ରଦାନ କରିବା ପାଇଁ ଅନେକ ପଦକ୍ଷେପ ନେଉଛନ୍ତି।…

‘ସବୁକିଛି ଶେଷ…’ ଲେବାନନ୍ ଉପରେ ବଡ଼ ଆକ୍ରମଣ କଲା ଇସ୍ତ୍ରାଏଲ, ସମ୍ପୂର୍ଣ୍ଣ ଗାଁ ଧ୍ୱଂସ

ନୂଆଦିଲ୍ଲୀ,୧୨।୪:  ଇରାନ ଏବଂ ଆମେରିକା ମଧ୍ୟରେ ଦୁଇ ସପ୍ତାହ ଧରି ଯୁଦ୍ଧବିରତି ହୋଇଥିବା ସତ୍ତ୍ୱେ, ଇସ୍ରାଏଲ ଲେବାନନ ଉପରେ ନିରନ୍ତର ଆକ୍ରମଣ ଆରମ୍ଭ କରିଛି । ଏହି ଆକ୍ରମଣରେ…

ନୀତୀଶ ରାଣାଙ୍କୁ ବଡ଼ ଜରିମାନା, କାହିଁକି ଜାଣନ୍ତୁ…

ଚେନ୍ନାଇ,୧୨ା୪:ଦିଲ୍ଲୀ କ୍ୟାପିଟାଲ୍ସ ବ୍ୟାଟର ନୀତୀଶ ରାଣାଙ୍କୁ ତାଙ୍କ ମ୍ୟାଚ୍‌ ଫି’ର ୨୫ ପ୍ରତିଶତ ଜରିମାନା କରାଯାଇଛି। ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ବିପକ୍ଷ ଇଣ୍ଡିଆନ ପ୍ରିମିୟର ଲିଗ୍‌…

କାଠ ବୋଝେଇ ପିକଅପ୍ ଭ୍ୟାନକୁ ଜବତ କଲା ପଦ୍ମପୁର ବନ ବିଭାଗ, ମିଳିଲା….

ପଦ୍ମପୁର,୧୨।୪(ପ୍ରଦୀପ୍ତ ଦାଶ): ପଦ୍ମପୁର ବନ ବିଭାଗକୁ ସଫଳତା । ଶନିବାର ଜଗଦଳପୁର ଥାନା ଅନ୍ତର୍ଗତ ଲୋହରା କୋଟ ଗ୍ରାମ ପାଖରୁ ଏକ ସାଗୁଆନ ଗଣ୍ଡି ବୋଝେଇ ମେକ୍ସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri