ମେଟ୍‌ଲ ମିଟ୍‌-୨୦୧୯: ସିନିୟର ଗ୍ରୁପ୍‌ରେ ଆଇଜିଆଇଟି ସରାଙ୍ଗ ଚାମ୍ପିଅନ୍‌, ଜୁନିୟରରେ ପୁଣି ବାଜି ମାରିଲା ମଦର୍ସ ପବ୍ଲିକ ସ୍କୁଲ

ଭୁବନେଶ୍ୱର,୪।୮(ବ୍ୟୁରୋ): ଦୈନିକ ଇଂଲିଶ ଖବରକାଗଜ ‘ଓଡ଼ିଶା ପୋଷ୍ଟ’ ପକ୍ଷରୁ ଆୟୋଜିତ ମେଗା କୁଇଜ୍‌ ଇଭେଣ୍ଟ ‘ମେଟଲ୍‌ ମିଟ୍‌-୨୦୧୯’ ଶେଷ ହୋଇଛି। ଏହାର ସିନିୟର ଗ୍ରୁପ୍‌ର ଆଇଜିଆଇଟି(ସରାଙ୍ଗ) ବାଜି ମାରିଥିବା ବେଳେ ଜୁନିୟର ବର୍ଗରେ ଗତ ବର୍ଷର ବିଜେତା ମଦର୍ସ ପବ୍ଲିକ୍‌ ସ୍କୁଲ ପୁଣି ବାଜି ମାରିଛି। ସିନିୟର ଗ୍ରୁପ୍‌ରେ ପ୍ରଥମ ରନର୍ସ ଅପ୍‌ ଏନ୍‌ଆଇଟି ରାଉରକେଲା ହୋଇଥିବା ବେଳେ ଦ୍ୱିତୀୟ ରନର୍ସ ଅପ୍‌ ହୋଇଛି ଏମ୍‌ସ ଭୁବନେଶ୍ୱର ଟିମ୍‌। ସେହିଭଳି ଜୁନିୟର ଗ୍ରୁପ୍‌ରେ ଡି.ଏ.ଭି ପବ୍ଲିକ ସ୍କୁଲ(ୟୁନିଟ-୮) ଭୁବନେଶ୍ୱର ଟିମ୍‌ ପ୍ରଥମ ରନର୍ସ ଅପ୍‌ ଏବଂ ଡି.ଏ.ଭି. ପବ୍ଲିକ ସ୍କୁଲ(ସିଡିଏ,କଟକ) ଟିମ୍‌ ଦ୍ୱିତୀୟ ରନର୍ସ ଅପ୍‌ ହେବାର ସୌଭାଗ୍ୟ ଅର୍ଜନ କରିଛି।

ଉଭୟ ଗ୍ରୁପ୍‌ର ଚାମ୍ପିଅନ୍‌ ଟିମ୍‌ ୧ଲକ୍ଷ ଟଙ୍କା ଲେଖାଏ ପୁରସ୍କାର ରାଶି ପ୍ରଦାନ କରାଯାଇଥିବା ବେଳେ ପ୍ରଥମ ରନର୍ସ ଅପ୍‌ ଟିମ୍‌କୁ ୫୦ହଜାର ଏବଂ ଦ୍ୱିତୀୟ ରନର୍ସ ଅପ୍‌ ଟିମ୍‌କୁ ୨୫ହଜାର ଟଙ୍କା ଲେଖାଏ ପ୍ରଦାନ କରାଯାଇଛି।

ଅତିଥି ଭାବେ ଓଡ଼ିଶା ମାଇନିଂ କର୍ପୋରେଶନର ନିର୍ଦ୍ଦେଶକ ଭିନିଲ କ୍ରିଷ୍ଣା, ଓଡ଼ିଶା ପୋଷ୍ଟ ଏବଂ ଧରିତ୍ରୀର ମୁଖ୍ୟ କାର୍ଯ୍ୟନିର୍ବାହୀ ଆଦ୍ୟାଶା ସତପଥୀ, ସମ୍ପାଦକ ତଥାଗତ ସତପଥୀ ଯୋଗଦେଇ ବିଜେତାଙ୍କୁ ପୁରସ୍କୃତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରେନ୍‌ରେ ପିଟିହୋଇ ମହିଳା ଗୁରୁତର

ବଲାଙ୍ଗୀର, ୨୪।୮: ବଲାଙ୍ଗୀର ସହର ନିକଟସ୍ଥ ଝୁଜେନପାଲି ରେଳ ଫାଟକଠାରେ ଟ୍ରେନ୍‌ରେ ପିଟି ହୋଇ ଜଣେ ମହିଳା ଗୁରୁତର ହୋଇଛନ୍ତି। ମହିଳା ଜଣକ ପାଟଣାଗଡ଼ ଥାନା ଅନ୍ତର୍ଗତ…

ଗଞ୍ଜାମ ତହସିଲରେ କର୍ମଚାରୀ ଅଭାବ : ଏକାଥରକେ ୬ କର୍ମଚାରୀଙ୍କ ବଦଳି, କାର୍ଯ୍ୟ ବାଧାପ୍ରାପ୍ତ

ଗଞ୍ଜାମ, ୨୪।୮ (ବିଦ୍ୟାଧର ସାହୁ): ଗଞ୍ଜାମ ସହରର ଐତିହାସିକ ପୋତାଗଡ଼ ରାସ୍ତାରେ ଅବସ୍ଥିତ ଗଞ୍ଜାମ ତହସିଲ କାର୍ଯ୍ୟାଳୟରେ କର୍ମଚାରୀ ଅଭାବ ଯୋଗୁ ବିଭିନ୍ନ ସରକାରୀ କାର୍ଯ୍ୟ ବାଧାପ୍ରାପ୍ତ…

୨,୨୪୮ କୋଟି ତୁରନ୍ତ ଫେରାଅ, ୨୧ ବିଭାଗକୁ ଅର୍ଥ ବିଭାଗର ପତ୍ର

ଭୁବନେଶ୍ୱର,୨୪ା୮(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ୨୧ଟି ବିଭାଗ କେନ୍ଦ୍ରୀୟ ପ୍ରବର୍ତ୍ତିତ ଯୋଜନା ଅର୍ଥ ଖର୍ଚ୍ଚ କରିପାରି ନ ଥିବାରୁ ଏବେ ସମସ୍ୟା ସୃଷ୍ଟି ହୋଇଛି। ୨୦୨୫-୨୬ ଆର୍ଥିକବର୍ଷର…

ମନ୍ଦିରକୁ ଯାଇଥିଲେ ମା’, ଫେରିଲା ବେଳକୁ ଝୁଲି ପଡିଥିଲେ ଝିଅ

ଉଦଳା,୨୪।୮(ସନ୍ତୋଷ ବାଛିନୀ): ଘର ଭିତରୁ ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ଉଦଳା ଥାନା ଏନଏସି ୧୦ ନମ୍ବର ୱାର୍ଡରେ ଏଭଳି ଅଭାବନୀୟ ଘଟଣା ଘଟିଛି…

ଟ୍ରେନରେ ସୁଟକେସ, ରୋଷେଇ ଘରେ ମଣିଷ ଶରୀରର ଅଙ୍ଗ, ସିସିଟିଭି ଖୋଲିଦେଲା ରହସ୍ୟ

ଆଗ୍ରା,୨୪।୮: କିଛି ଦିନ ପୂର୍ବରୁ, ଆଗ୍ରାରେ ଏକ ଟ୍ରେନରେ ଏକ ସୁଟକେସ ଭିତରେ ପଚିଯାଇଥିବା ଶରୀରର ଅଂଶ ମିଳିବା ସହିତ ଏକ ମାମଲା ସାମ୍ନାକୁ ଆସିଥିଲା। ଏବେ,…

ମାନବିକତା ଦେଖାଇଲେ ଶିଶୁରୋଗ ବିଶେଷଜ୍ଞ: ବାଟେଘାଟେ କରୁଛନ୍ତି ଶିଶୁଙ୍କ ଚିକିତ୍ସା

କେସିଙ୍ଗା, ୨୪/୮ (ତୁମେଶ୍ୱର ସାହୁ): ଶି ଶୁଙ୍କ ପ୍ରତି ଜଣେ ଡାକ୍ତରଙ୍କ ଅନାବିଳ ମାନବିକତା ଏବେ କେସିଙ୍ଗା ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି। କଳାହାଣ୍ଡି ଜିଲାକେସିଙ୍ଗା ସହରସ୍ଥିତ…

ସରକାରୀ ସେବାରେ ବିଳମ୍ବ ହେଲେ ଅଧିକାରୀଙ୍କୁ ଜରିମାନା, ଦିନକୁ କଟିବ ୨୫୦ ଟଙ୍କା

ଭୁବନେଶ୍ବର,୨୪।୮: ସରକାରୀ ସେବା ପ୍ରଦାନ ବ୍ୟବସ୍ଥାକୁ ଅଧିକ ପାରଦର୍ଶୀ ଓ ଉତ୍ତରଦାୟୀ କରିବା ପାଇଁ ଓଡ଼ିଶା ସରକାର ଏକ ଗୁରୁତ୍ୱପୂର୍ଣ୍ଣ ବ୍ୟବସ୍ଥା ଲାଗୁ କରିଛନ୍ତି । ଏଣିକି…

ଶ୍ରାବଣ ମାସର ଶେଷ ସୋମବାରରେ ଅଦ୍ଭୁତ ଯୋଗ, ୪ ରାଶିଙ୍କ ଚମକିବ ଭାଗ୍ୟ

ଆଜି ଶ୍ରାବଣ ମାସର ଚତୁର୍ଥ ତଥା ଶେଷ ସୋମବାର । ଜ୍ୟୋତିଷ ମତାନୁସାରେ ଆଜିର ଦିନଟି ବେଶ୍ ଶୁଭ ରହିବ । ଶ୍ରାବଣ ସୋମବାରରେ ଏକାଧିକ ଶୁଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri