ମେଡିକାଲରେ ଥଣ୍ଡା ରୋଗୀଙ୍କ ଲମ୍ବାଧାଡ଼ି

ଏରସମା, ୧୯।୩ (ସ୍ବ.ପ୍ର.): ଥଣ୍ଡା, କାଶ, ଜ୍ୱର କରୋନା ସଂକ୍ରମଣର ଲକ୍ଷଣ। ଏ ନେଇ ପ୍ରଚାରିତ ହେବା ପରେ ଏରସମା ଅଞ୍ଚଳବାସୀ ଭୟଭୀତ ହୋଇପଡ଼ିଛନ୍ତି। ଥଣ୍ଡା, ଜ୍ୱର ବା କାଶ ହେଉଥିବା ରୋଗୀମାନେ ଏରସମା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ସ୍ବାସ୍ଥ୍ୟ ପରୀକ୍ଷା କରାଇବା ପାଇଁ ଲମ୍ବା ଧାଡ଼ି ବାନ୍ଧିଥିବା ଦେଖିବାକୁ ମିଳିଛି। ସୋମବାର ସୁଦ୍ଧା ୨୦୮ ଜଣ ରୋଗୀ ମେଡିକାଲରେ ନାମ ପଞ୍ଜୀକୃତ କରାଇ ସ୍ବାସ୍ଥ୍ୟ ପରୀକ୍ଷା କରାଇଥିବା ବେଳେ ମଙ୍ଗଳବାର ଏହି ସଂଖ୍ୟା ୩ଶହ ଟପିଯାଇଛି। ଏ ସମ୍ପର୍କରେ ଏରସମା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଭାରପ୍ରାପ୍ତ ଅଧିକାରୀ ଡା. ଅମିୟ ସ୍ବାଇଁଙ୍କୁ ପଚାରିବାରୁ ଥଣ୍ଡାରୋଗୀଙ୍କର ଆବଶ୍ୟକ ସ୍ବାସ୍ଥ୍ୟ ପରୀକ୍ଷା କରାଯିବା ସହିତ ସେମାନେ କିଭଳି ସତର୍କତା ଅବଲମ୍ବନ କରିବା ଦରକାର, ସେ ସମ୍ପର୍କରେ ଲୋକମାନଙ୍କୁ ସଚେତନ କରାଯାଉଛି। ଏଥିସହିତ ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ ସ୍ବାସ୍ଥ୍ୟ ଶିକ୍ଷା ପ୍ରଦର୍ଶନୀ ମଧ୍ୟ ଖୋଲାଯାଇଛି। ବିଶେଷକରି ସାବୁନରେ ହାତ ଧୋଇବାର ଠିକ୍‌ ଉପାୟ ଓ ଭୟ ଦୂରୀକରଣ ପାଇଁ ପରାମର୍ଶ ଦିଆଯାଉଛି। ଏଥିସହିତ ଭ୍ରାମ୍ୟମାଣ ଚିକିତ୍ସକ ଦଳ ଓ ସ୍ବାସ୍ଥ୍ୟକର୍ମୀଙ୍କ ମାଧ୍ୟମରେ ୧୬ଟି ସ୍ବାସ୍ଥ୍ୟ ଉପକେନ୍ଦ୍ରରେ ଜନ ସଚେତନତା ସୃଷ୍ଟି କରାଯାଉଛି। ଯଦି ସେପରି କେହି ଗୁରୁତର ଚିହ୍ନଟ ହୁଅନ୍ତି, ସେମାନଙ୍କ ପାଇଁ ସ୍ବତନ୍ତ୍ର ବିଶୋଧନ ପ୍ରକୋଷ୍ଠ ଖୋଲାଯାଇଛି ବୋଲି ଡା. ସ୍ବାଇଁ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭିଡ଼ିଓ ଶେୟାର କରି ଆମେରିକାକୁ ବଡ଼ ଝଟକା ଦେଲା ଇରାନ, ପାଇଲଟଙ୍କୁ ଉଦ୍ଧାର କରିବାକୁ ଆସିଥିବା ଏୟାରକ୍ରାପ୍ଟ ଧ୍ୱଂସ!

ତେହରାନ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ସେନା ୪୮ ଘଣ୍ଟା ଧରି ଲୁଚି ରହିବା ପରେ ଏକ ଉଦ୍ଧାର କାର୍ଯ୍ୟ ପରେ ଏହାର ଜଣେ ବାୟୁସେନା…

ଟୋଲ ଗେଟରେ ଆଉ ଲାଗିବ ନାହିଁ ଲମ୍ବା ଲାଇନ, ସରକାର ବଦଳାଇବେ ପେମେଣ୍ଟ ସିଷ୍ଟମ

ନୂଆଦିଲ୍ଲୀ,୫।୪: ଯଦି ଆପଣ ପ୍ରାୟତଃ ରାଜପଥରେ ଯାତ୍ରା କରନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ସରକାର ଏବେ ଟୋଲ ପ୍ଲାଜାରେ ନଗଦ ଦେୟକୁ ସମ୍ପୂର୍ଣ୍ଣ…

ଭାଜପାରେ ଯୋଗଦେବେ ରାଘବ ଚଢା? ମୋଦିଙ୍କ ସମାଲୋଚନା କରିଥିବା ପୋଷ୍ଟ କଲେ ଡିଲିଟ୍‌, ବଢିଲା ହଲଚଲ  

ନୂଆଦିଲ୍ଲୀ,୫।୪: ଦେଶର ରାଜନୈତିକ ମହଲରେ ଏବେ ଏକ ବଡ଼ ଧରଣର ଚର୍ଚ୍ଚା ଜୋର ଧରିଛି। ଆମ ଆଦମୀ ପାର୍ଟିର ବରିଷ୍ଠ ନେତା ତଥା ଏମ୍‌ପି ରାଘବ ଚଢା…

ତାରାତାରିଣୀଙ୍କ ଦର୍ଶନ କଲେ ପ୍ରଧାନମନ୍ତ୍ରଙ୍କ ସଚିବ: ପୂଜାର୍ଚ୍ଚନା କରି ନେଲେ ଆଶୀର୍ବାଦ

ପୁରୁଷୋତ୍ତମପୁର,୫ା୪(ସବିତା ମିଶ୍ର): ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ଦିତୀୟ ପ୍ରମୁଖ ସଚିବ ତଥା ଭାରତୀୟ ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ଣ୍ଣର ଶକ୍ତିକାନ୍ତ ଦାଶ ଓ ତାଙ୍କ ସ୍ତ୍ରୀ ରବିବାର ଗଞ୍ଜାମ…

ଔଷଧ ଉପରେ ୧୦୦% ଟାରିଫ୍‌ ଘୋଷଣା କଲେ ଟ୍ରମ୍ପ, ଭାରତୀୟଙ୍କୁ ଝଟ୍‌କା!

ଓ଼୍ବାଶିଂଟନ,୫।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଏକ ସାମ୍ପ୍ରତିକ ନିଷ୍ପତ୍ତି ଭାରତୀୟ ଔଷଧ କ୍ଷେତ୍ରକୁ ପ୍ରଭାବିତ କରିଛି। ଟ୍ରମ୍ପ ପ୍ରଶାସନ ଆମେରିକା ସରକାରଙ୍କ ସହିତ ମୂଲ୍ୟ ଚୁକ୍ତିନାମାରେ…

ଦିନରେ ନିଆଁ ବର୍ଷା, ଅପରାହ୍ନରେ ମାଡ଼ି ଆସୁଛି କାଳବୈଶାଖୀ, ଆଜି ୩ ଜିଲାରେ ହେବ…

ଭୁବନେଶ୍ୱର,୫ା୪: ରାଜ୍ୟରେ କିଛିଦିନ ହେବ ପ୍ରବଳ ଗରମ ଗୁଳୁଗୁଳି ଅନୁଭୂତ ହେଉଛି। ଫଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡୁଛି। ଏପରିକି ଦିନରେ ନିଆଁ ବର୍ଷା ହେଉଥିବାବେଳେ ଅପରାହ୍ନରେ ମାଡ଼ି…

ଗୋଟିଏ ପଟେ ଯୁଦ୍ଧ, ଅନ୍ୟପଟେ ଟଙ୍କା ରୋଜଗାର କରିବାରେ ବ୍ୟସ୍ତ ହୋଇ ପଡିଛନ୍ତି ଟ୍ରମ୍ପଙ୍କ ପୁଅ!

ଓ୍ବାଶିଂଟନ,୫।୪: ଆମେରିକା ଏବଂ ଇରାନ ମଧ୍ୟରେ ସମ୍ଭାବ୍ୟ ସଂଘର୍ଷକୁ ନେଇ ଉତ୍ତେଜନାପୂର୍ଣ୍ଣ ପରିବେଶ ମଧ୍ୟରେ, ଏକ ନୂତନ ବିବାଦ ଦେଖାଦେଇଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ପୁଅ…

ଓଡ଼ିଶା ସରକାରଙ୍କ ବଡ଼ ଘୋଷଣା, ଆଉ ଖୋଲାରେ ମିଳିବନି ଗ୍ୟାସ୍‌! ଖାତା ନ ଥିଲେ…

ଭୁବନେଶ୍ୱର,୫ା୪: ଏଣିକି ଆଉ ଖୋଲାରେ ଗ୍ୟାସ ମିଳିବନି । ବାଟରେ, ବଜାରରେ ଖୋଲାରେ ମିଳିବନି ଗ୍ୟାସ । ଏହାକୁ ସମ୍ପୂର୍ଣ୍ଣ ବନ୍ଦ କରାଯାଇଛି । ରାଜ୍ୟର କୌଣସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri