ମେଡିକାଲ କଲେଜ ପ୍ରତିଷ୍ଠା ଦାବିରେ ବାଇକ୍‌ ରାଲି

ଭଦ୍ରକ ଅଫିସ, ୩୦।୧୧: ଭଦ୍ରକରେ ସରକାରୀ ମେଡିକାଲ କଲେଜ ପ୍ରତିଷ୍ଠା ପାଇଁ ବିଭିନ୍ନ ମହଲରୁ ଦାବି ଏବେ ଜୋର ଧରିଛି। ଜିଲାରେ ସମସ୍ତ ପ୍ରକାର ଭିତ୍ତିଭୂମି ଥିବାବେଳେ ସରକାର ଜିଲାବାସୀଙ୍କୁ ବାରମ୍ବାର ଅଣଦେଖା ସହ ପ୍ରତାରଣା କରିଆସିଛନ୍ତି। ଜିଲାର ସାମୂହିକ ବୃହତ୍ତର ସ୍ବାର୍ଥ ମେଡିକାଲ କଲେଜ ଲାଗି ବିଭିନ୍ନ ସଙ୍ଗଠନ ପକ୍ଷରୁ ଆନ୍ଦୋଳନ ସାଙ୍ଗକୁ ଜିଲାରେ ବନ୍ଦ ମଧ୍ୟ ପାଳନ କରାଯାଇଛି। ଶୁକ୍ରବାର ସ୍ବାସ୍ଥ୍ୟମନ୍ତ୍ରୀ ଏକ ଘଣ୍ଟା ପାଇଁ ଏହି ଜିଲାରେ ମେଡିକାଲ କଲେଜ ପ୍ରତିଷ୍ଠା କରାଯିବ ବୋଲି ଗଣମାଧ୍ୟମକୁ ବିବୃତ୍ତି ଦେଇ ପୁଣି ଫେରାଇ ନେବା ଘଟଣା ସମସ୍ତଙ୍କୁ ଚକିତ କରିଛି। ଫଳରେ ଜିଲାବାସୀ ପ୍ରତାରଣାର ଶିକାର ହୋଇଛନ୍ତି ବୋଲି ସମାଲୋଚନା କରାଯାଉଛି। ଏପରି ସ୍ଥଳେ ମେଡିକାଲ କଲେଜ ସଂଗ୍ରାମୀ ସେନା ପକ୍ଷରୁ ଶନିବାର ଅପରାହ୍ନରେ ମହତାବ ଛକ ସମେତ ଭଦ୍ରକ ସହରର ବିଭିନ୍ନ ଛକରେ ପ୍ରତିବାଦ ସଭା କରାଯାଇଛି। ସଂଗ୍ରାମୀ ସେନା ମୁଖ୍ୟ ପଣ୍ଡିତ ସଂଗ୍ରାମ ଆଚାର୍ଯ୍ୟଙ୍କ ନେତୃତ୍ୱରେ ବାଇକ୍‌ ରାଲି ହୋଇଥିଲା। ଏଥିରେ ଶତାଧିକ ଯୁବକ ସାମିଲ ହୋଇ ସହର ପରିକ୍ରମା କରିଥିଲେ। ଜିଲାବାସୀଙ୍କ ହକ୍‌କୁ ତୁରନ୍ତ ରାଜ୍ୟ ସରକାର ମାନି ନେବାକୁ ଦାବି କରାଯାଇଛି। ରାଜ୍ୟ ସରକାର ଶୁକ୍ରବାର ଘୋଷଣା କରି ପୁନଃ ବାତିଲ କରିବା ଘଟଣା ଅତ୍ୟନ୍ତ ଦୁର୍ଭାଗ୍ୟଜନକ ବୋଲି ସଂଗ୍ରାମୀ ସେନାର ପଣ୍ଡିତ ଆଚାର୍ଯ୍ୟ କହିଛନ୍ତି। ସେହିଭଳି ଜିଲା ଯାଦବ ମହାସଭା ଭଦ୍ରକର ଭାରପ୍ରାପ୍ତ ଜିଲାପାଳ ଶ୍ୟାମଭକ୍ତ ମିଶ୍ରଙ୍କୁ ଭେଟି ଦାବିପତ୍ର ପ୍ରଦାନ କରିଛି। ତୁରନ୍ତ ସରକାରୀ ମେଡିକାଲ କଲେଜ ପାଇଁ ସ୍ଥାନ ଯୋଗାଇ ଦିଆଯିବା ସହ କେନ୍ଦ୍ର ଓ ରାଜ୍ୟ ସରକାର ସହାୟତାର ହାତ ବଢ଼ାଇବାକୁ ଦାବିପତ୍ରରେ ଦର୍ଶାଯାଇଛି। ଜିଲା ଯାଦବ ମହାସଭାର ମୁଖ୍ୟ ଉପଦେଷ୍ଟା ଅମର କୁମାର ବାରିକ, ଉପସଭାପତି ମନୋଜ ପାଣ୍ଡବ, ସାଧାରଣ ସମ୍ପାଦକ ରାଜେନ୍ଦ୍ର ଦାସ, ରାଜ୍ୟ ସମ୍ପାଦକ ପ୍ରଦୀପ କୁମାର ବାରିକ, ଜିଲା ଯୁବ ଯାଦବ କାର୍ଯ୍ୟକାରୀ ସଭାପତି ପ୍ରକାଶଜ୍ୟୋତି ମହାକୁଡ଼ଙ୍କ ସମେତ ସମସ୍ତ କର୍ମକର୍ତ୍ତା ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

ଝଡତୋଫାନ, ବଜ୍ରପାତରେ ନେଲା ଜୀବନ

ପାତ୍ରପୁର,୫।୦(ଉମା ଚରଣ ନେପାକ): କାଳବୈଶାଖୀ ପ୍ରଭାବରେ ରବିବାର ଅପରାହ୍ନରେ ଗଞ୍ଜାମ ଜିଲା ପାତ୍ରପୁର ବ୍ଳକର ବିଭିନ୍ନ ସ୍ଥାନରେ ଝଡତୋଫାନ ସହ କୁଆପଥର ବର୍ଷା ହୋଇଛି। ଏପରିକି ବଜ୍ରପାତ…

ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର: ବନ୍ଧା ହେଲେ ଅଭିଯୁକ୍ତ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ୧୫ ବର୍ଷୀୟା ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ଏବଂ ବଳାତ୍କାର ମାମଲାରେ ସମ୍ପୃକ୍ତ ଅଭିଯୁକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri