ମେଡିକାଲ ନାମଲେଖା : ପ୍ରଥମ ପର୍ଯ୍ୟାୟରେ ୯୭୦ ସିଟ୍‌ ପୂରଣ

ଭୁବନେଶ୍ୱର,୧୨ା୭(ବ୍ୟୁରୋ) : ରାଜ୍ୟରେ ଥିବା ୭ଟି ସରକାରୀ ଓ ଗୋଟିଏ ଘରୋଇ ମେଡିକାଲ କଲେଜର ଏମ୍‌ବିବିଏସ୍‌ ଓ ବିଡିଏସ୍‌ ପାଠ୍ୟକ୍ରମରେ ପ୍ରଥମ ପର୍ଯ୍ୟାୟ ପ୍ରୋଭିଜନାଲ ନାମଲେଖା ବୁଧବାର ଶେଷ ହୋଇଛି। ନାମଲେଖା ପ୍ରକ୍ରିୟାରେ ଏମ୍‌ବିବିଏସ୍‌ରେ ମୋଟ ୯୩୩ ସିଟ୍‌ ପୂରଣ ହୋଇଥିବାବେଳେ ବିଡିଏସ୍‌ରେ ୩୭ ଜଣ ନାମ ଲେଖାଇଛନ୍ତି। ଏନେଇ ଓଜେଇଇ ଅଧ୍ୟକ୍ଷ ସୁଦୀପ କୁମାର ଚାନ୍ଦ ସୂଚନା ଦେଇଛନ୍ତି। ରାଜ୍ୟ କୋଟା ପାଇଁ ହେଉଥିବା ଏହି ନାମଲେଖାରେ କଟକସ୍ଥିତ ଏସ୍‌ସିବି ମେଡିକାଲ କଲେଜର ୨୧୨ଟି ରାଜ୍ୟ କୋଟା ଏମ୍‌ବିବିଏସ୍‌ ସିଟ୍‌ ମଧ୍ୟରୁ ୧୭୩ ସିଟ୍‌ ପୂରଣ ହୋଇଛି। ସେହିଭଳି ବ୍ରହ୍ମପୁରସ୍ଥିତ ଏମ୍‌କେସିଜି ମେଡିକାଲ କଲେଜର ୨୧୨ ସିଟ୍‌ ମଧ୍ୟରୁ ୧୯୮ ସିଟ୍‌, ବୁର୍ଲାସ୍ଥିତ ଭିଏସ୍‌ଏସ୍‌ ମେଡିକାଲ କଲେଜର ୧୭୦ ସିଟ୍‌ରୁ ୧୫୯, ବାରିପଦା ମେଡିକାଲ କଲେଜର ୧୦୬ ସିଟ୍‌ରୁ ୧୦୦ ଏବଂ କୋରାପୁଟ ମେଡିକାଲ କଲେଜର ୯୯, ବାଲେଶ୍ୱର ମେଡିକାଲ କଲେଜରେ ୮୨, ବଲାଙ୍ଗୀର ମେଡିକାଲ କଲେଜର ୭୭ଟି ସିଟ୍‌ ପୂରଣ ହୋଇଛି। ଏକମାତ୍ର ଘରୋଇ ହାଇଟେକ୍‌ ମେଡିକାଲ କଲେଜର ୪୫ଟି ଏମ୍‌ବିବିଏସ୍‌ ସିଟ୍‌ ପୂରଣ ହୋଇଛି। ସେହିଭଳି ବିଡିଏସ୍‌ ପାଠ୍ୟକ୍ରମରେ ଏସ୍‌ସିବି ମେଡିକାଲ କଲେଜର ୩୨, ଭୁବନେଶ୍ୱର ହାଇଟେକ୍‌ ମେଡିକାଲ କଲେଜର ୫ଟି ସିଟ୍‌ରେ ନାମଲେଖା ହୋଇଛି। ଏହି କଲେଜଗୁଡ଼ିକରେ ମୋଟ ୧୪୦୦ ସିଟ୍‌ ରହିଥିବାବେଳେ ରାଜ୍ୟକୋଟାରେ ଏବେ ୧୨୧୮ ସିଟ୍‌ ପାଇଁ କାଉନସେଲିଂ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

‘ସ୍ତ୍ରୀର ଅନ୍ୟ ପୁରୁଷ ସହିତ ଅବୈଧ ସମ୍ପର୍କ ଥିଲେ ମିଳିବ ନାହିଁ ଭରଣପୋଷଣ’: ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ

ବିଳାସପୁର,୧୬।୭: ଯଦି ଜଣେ ବିବାହିତ ମହିଳା ବିବାହ ପରେ ଅନ୍ୟ ପୁରୁଷ ସହିତ ଅବୈଧ ସମ୍ପର୍କରେ ଲିପ୍ତ ହୁଅନ୍ତି, ତେବେ ସେ ତାଙ୍କ ସ୍ବାମୀଙ୍କଠାରୁ ଭରଣପୋଷଣ ଦାବି…

ତିନି ରଥରେ ଦର୍ଶନ ଦଲେ ଶ୍ରୀଜୀଉ

କର୍ଲାମୁଣ୍ଡା,୧୬ା୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍‌ର ବିଭିନ୍ନ ସ୍ଥାନରେ ଗୁରୁବାର ରଥଯାତ୍ରା ଶାନ୍ତିପୂର୍ଣ୍ଣ ଭାବେ ଅନୁଷ୍ଠିତ ହୋଇଯାଇଛି। କର୍ଲାମୁଣ୍ଡା ବସ୍ତିଠାରେ ଭକ୍ତଙ୍କ ସମାଗମରେ ମହାପ୍ରଭୁ…

ଠାକୁର ଅଜା ଶ୍ରୀ ସିଦ୍ଧ ବଳରାମଙ୍କ ରଥଯାତ୍ରା: ପାଚିଲା ପଣସ ଭୋଗରେ ମହକିଲା ପୀଠ

ସାକ୍ଷୀଗୋପାଳ, ୧୬।୭ (କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ସ୍ଥାନୀୟ ପ୍ରସିଦ୍ଧ ବକୁଳ ବନର ଅଧିଶ୍ୱର ଠାକୁର ଅଜା ଶ୍ରୀସିଦ୍ଧ ବଳରାମଦେବଙ୍କ ପବିତ୍ର ରଥଯାତ୍ରା ଗୁରୁବାର ଭକ୍ତିପୂତ ପରିବେଶରେ…

‘ତେଲରେ ଲାଗିବ ନିଆଁ’ ! ଆମେରିକାର ବିନାଶକାରୀ ବୋମାମାଡ଼ ମଧ୍ୟରେ, ଇରାନ କରୁଛି ମାଷ୍ଟର ପ୍ଲାନ…

ତେହରାନ,୧୬।୭: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ନୂତନ ସଂଘର୍ଷର ପରିସର ଏବେ ହର୍ମୁଜ ପ୍ରଣାଳୀ ବାହାରକୁ ଲାଲ ସାଗର ପର୍ଯ୍ୟନ୍ତ ବିସ୍ତାରିତ ହୋଇଛି। ଯଦି ଆମେରିକା…

ରଥଟଣା ବେଳେ ଅଘଟଣ: ଶଳାକୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ଭିଣୋଇ, ଦଳାଚକଟାରେ ଜଣେ ଆହତ

ପୁରୁଷୋତ୍ତମପୁର, ୧୬।୭(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଅରଖପୁର ଗ୍ରାମରେ ରଥଯାତ୍ରା ସମୟରେ ଏକ ଅଭାବନୀୟ ଘଟଣା ଘଟିଛି। ରଥଟଣା ଚାଲିଥିବା ବେଳେ ପାରିବାରିକ…

କୁଲାଡ ବଡ଼ଦାଣ୍ଡ ଭକ୍ତମୟ: ମାଉସୀମା ମନ୍ଦିରରେ ଲାଗିଲା ରଥ, ମଝି ରାସ୍ତାକୁ ଆଣିବା ପାଇଁ ନିଆଯାଇଥିଲା ହାଇୱାର ସହାୟତା

ଭଞ୍ଜନଗର, ୧୬।୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ କୁଲାଡ ଜଗନ୍ନାଥ ମନ୍ଦିର ପକ୍ଷରୁ ପବିତ୍ର ଗୁଣ୍ଡିଚା ଯାତ୍ରା ଗୁରୁବାର ଅତି ଆଡ଼ମ୍ବର ସହକାରେ ପାଳିତ…

ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ବଡ଼ ସୂଚନା, ସକାଳ ସାଢେ ୯ଟାରେ ପୁଣି ଟଣା ହେବ ରଥ

ପୁରୀ,୬।୭: ଭକ୍ତି, ହର୍ଷଉଲ୍ଲାସରେ ଆରମ୍ଭ ହୋଇଛି ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ଘଣ୍ଟ, ଘଣ୍ଟା ଏବଂ ହରିବୋଲ ହୁଳହୁଳିରେ ଭକ୍ତ ଶ୍ରଦ୍ଧାର ସହିତ ଟାଣିଥିଲେ ୩ ରଥ। ସନ୍ଧ୍ୟା ପ୍ରାୟ…

ଦିଗପହଣ୍ଡିରେ ନିଆରା ପରମ୍ପରା: ଆଜି ଶେଷ ହେଲା ଶ୍ରୀଜୀଉଙ୍କ ପହଣ୍ଡି, କାଲି ଟଣା ହେବ ରଥ

ଦିଗପହଣ୍ଡି, ୧୬।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଗଡ଼ଜାତ ଅଞ୍ଚଳ ଦିଗପହଣ୍ଡିରେ ପବିତ୍ର ଘୋଷଯାତ୍ରା ଅବସରରେ ଏକ ନିଆରା ପରମ୍ପରା ଦେଖିବାକୁ ମିଳିଛି। ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri