ମେଡିକାଲ ନାମଲେଖା : ପ୍ରଥମ ପର୍ଯ୍ୟାୟରେ ୯୭୦ ସିଟ୍‌ ପୂରଣ

ଭୁବନେଶ୍ୱର,୧୨ା୭(ବ୍ୟୁରୋ) : ରାଜ୍ୟରେ ଥିବା ୭ଟି ସରକାରୀ ଓ ଗୋଟିଏ ଘରୋଇ ମେଡିକାଲ କଲେଜର ଏମ୍‌ବିବିଏସ୍‌ ଓ ବିଡିଏସ୍‌ ପାଠ୍ୟକ୍ରମରେ ପ୍ରଥମ ପର୍ଯ୍ୟାୟ ପ୍ରୋଭିଜନାଲ ନାମଲେଖା ବୁଧବାର ଶେଷ ହୋଇଛି। ନାମଲେଖା ପ୍ରକ୍ରିୟାରେ ଏମ୍‌ବିବିଏସ୍‌ରେ ମୋଟ ୯୩୩ ସିଟ୍‌ ପୂରଣ ହୋଇଥିବାବେଳେ ବିଡିଏସ୍‌ରେ ୩୭ ଜଣ ନାମ ଲେଖାଇଛନ୍ତି। ଏନେଇ ଓଜେଇଇ ଅଧ୍ୟକ୍ଷ ସୁଦୀପ କୁମାର ଚାନ୍ଦ ସୂଚନା ଦେଇଛନ୍ତି। ରାଜ୍ୟ କୋଟା ପାଇଁ ହେଉଥିବା ଏହି ନାମଲେଖାରେ କଟକସ୍ଥିତ ଏସ୍‌ସିବି ମେଡିକାଲ କଲେଜର ୨୧୨ଟି ରାଜ୍ୟ କୋଟା ଏମ୍‌ବିବିଏସ୍‌ ସିଟ୍‌ ମଧ୍ୟରୁ ୧୭୩ ସିଟ୍‌ ପୂରଣ ହୋଇଛି। ସେହିଭଳି ବ୍ରହ୍ମପୁରସ୍ଥିତ ଏମ୍‌କେସିଜି ମେଡିକାଲ କଲେଜର ୨୧୨ ସିଟ୍‌ ମଧ୍ୟରୁ ୧୯୮ ସିଟ୍‌, ବୁର୍ଲାସ୍ଥିତ ଭିଏସ୍‌ଏସ୍‌ ମେଡିକାଲ କଲେଜର ୧୭୦ ସିଟ୍‌ରୁ ୧୫୯, ବାରିପଦା ମେଡିକାଲ କଲେଜର ୧୦୬ ସିଟ୍‌ରୁ ୧୦୦ ଏବଂ କୋରାପୁଟ ମେଡିକାଲ କଲେଜର ୯୯, ବାଲେଶ୍ୱର ମେଡିକାଲ କଲେଜରେ ୮୨, ବଲାଙ୍ଗୀର ମେଡିକାଲ କଲେଜର ୭୭ଟି ସିଟ୍‌ ପୂରଣ ହୋଇଛି। ଏକମାତ୍ର ଘରୋଇ ହାଇଟେକ୍‌ ମେଡିକାଲ କଲେଜର ୪୫ଟି ଏମ୍‌ବିବିଏସ୍‌ ସିଟ୍‌ ପୂରଣ ହୋଇଛି। ସେହିଭଳି ବିଡିଏସ୍‌ ପାଠ୍ୟକ୍ରମରେ ଏସ୍‌ସିବି ମେଡିକାଲ କଲେଜର ୩୨, ଭୁବନେଶ୍ୱର ହାଇଟେକ୍‌ ମେଡିକାଲ କଲେଜର ୫ଟି ସିଟ୍‌ରେ ନାମଲେଖା ହୋଇଛି। ଏହି କଲେଜଗୁଡ଼ିକରେ ମୋଟ ୧୪୦୦ ସିଟ୍‌ ରହିଥିବାବେଳେ ରାଜ୍ୟକୋଟାରେ ଏବେ ୧୨୧୮ ସିଟ୍‌ ପାଇଁ କାଉନସେଲିଂ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ଓଡ଼ିଶାରେ ଭାଜପା ସରକାରକୁ ଆସିଲେ ଲୋକେ ରୋଜଗାର ପାଇଁ ବାହାର ରାଜ୍ୟକୁ ଯିବେ ନାହିଁ: ଅମିତ ଶାହା

ସୋନପୁର,୨୫।୪: କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବାକୁ ଲୋକ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ଭାଜପା...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

କାହିଁକି ଅମିତ ଶାହା ପଚାରିଲେ ‘୨୦ ଲୋକସଭା ସିଟ୍‌ ଜିତିବା କି ନାହିଁ’ ?

ସୋନପୁର,୨୫।୪: ଓଡ଼ିଶାରୁ ସର୍ବାଧିକ ଲୋକ ସଭା ଆସନ ବିଜୟ ଲକ୍ଷ୍ୟରେ କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ସୋନପୁରରୁ ପ୍ରଚାର ଆରମ୍ଭ କରିଛନ୍ତି। ଜୟ ଜଗନ୍ନାଥ, ଜୟ...

ନବୀନ ସରକାରକୁ ଉପାଡ଼ି ଭାଜପା ସରକାର ବନାନ୍ତୁ: ଶାହା

ସୋନପୁର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ା ବିମାନବନ୍ଦରରେ ପହଞ୍ଚିବା ପରେ ସୋନପୁର ଗସ୍ତ କରିଛନ୍ତି। ସେଠରେ ଆୟୋଜିତ ବିଶାଳ ଜନସଭାକୁ ସମ୍ବୋଧିତ...

ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ

ଭୁବନେଶ୍ୱର,୨୫।୪: ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ। ସୋନପୁର ସମାବେଶକୁ ଆସି ଗୁରୁବାର ବିଧିବଦ୍ଧ ଭାବେ ସେ ପଦ୍ମ ଧରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri