ମେଡିକାଲ ପରିଚାଳନା ଟିମ୍‌ ସୋର୍ସିଂ କରିବ ଏମ୍‌ସିଏଲ୍‌

ଭୁବନେଶ୍ୱର,୩ |୧୦ – ମହାନଦୀ କୋଲ୍‌ ଫିଲ୍ଡସ ଲିମିଟେଡ୍‌ (ଏମ୍‌ସିଏଲ୍‌) ତାଳଚେରରେ ସ୍ଥାପନ କରିଥିବା ୫୦୦ ବେଡ୍‌ ବିଶିଷ୍ଟ ଏହାର ଷ୍ଟେଟ୍‌ ଅଫ୍‌ ଆର୍ଟ ମେଡିକାଲ ପ୍ରତିଷ୍ଠାନର ପରିଚାଳନା ଟିମ୍‌ ସୋର୍ସିଂ କରିବ। ଉକ୍ତ ହସ୍ପିଟାଲର ପରିଚାଳନା ଲାଗି ପ୍ରତିଷ୍ଠିତ ଅନୁଷ୍ଠାନଗୁଡିକୁ ଆମନ୍ତ୍ରଣ କରାଯିବ ବୋଲି ଏମ୍‌ସିଏଲ୍‌ ପକ୍ଷରୁ ନିଷ୍ପତ୍ତି ହୋଇଛି। ମହାନଦୀ ଇନଷ୍ଟିଚ୍ୟୁଟ୍‌ ଅଫ୍‌ ମେଡିକାଲ ସାଇନ୍ସ ଆଣ୍ଡ ରିସର୍ଚ୍ଚ(ମିମ୍‌ସାର)ର ପରିଚାଳନା ଲାଗି ରାଜ୍ୟ ସରକାର ଅକ୍ଷମତା ପ୍ରକାଶ କରିବାରୁ ଏଭଳି ପଦକ୍ଷେପ ନିଆଯାଇଥିବା କମ୍ପାନୀ କର୍ତ୍ତୃପକ୍ଷ ବୁଧବାର ପ୍ରକାଶ କରିଛନ୍ତି। ଏହି ହସ୍ପିଟାଲ ଲାଗି ଭିତ୍ତିଭୂମି ପ୍ରସ୍ତୁତ ହୋଇ ରହିଛି। ଆସନ୍ତା ବର୍ଷଠାରୁ ପ୍ରତିଷ୍ଠାନକୁ ଚଳାଇବା ଲାଗି ବିଭିନ୍ନ ଆନୁଷଙ୍ଗିକ ଧାରା ଶୀଘ୍ର ଶେଷ କରିବାକୁ ଏକ ଉଚ୍ଚ କ୍ଷମତା ସମ୍ପନ୍ନ କମିଟି ଗଠନ କରାଯାଇଥିବା ଅଧ୍ୟକ୍ଷ ତଥା ପରିଚାଳନା ନିର୍ଦ୍ଦେଶକ ବି.ଏନ୍‌.ଶୁକ୍ଳା ସୂଚନା ଦେଇଛନ୍ତି। ହସ୍ପିଟାଲକୁ କର୍ପୋରେଟ ସାମାଜିକ ଦାୟିତ୍ୱବୋଧ କାର୍ଯ୍ୟକ୍ରମ ଅନ୍ତର୍ଗତ ୪୯୨ କୋଟି ଟଙ୍କା ବ୍ୟୟରେ ନିର୍ମାଣ କରାଯାଇଛି। ଏମ୍‌ବିବିଏସ୍‌ ଲାଗି ଏଠାରେ ୧୦୦ ସିଟ୍‌ ରହିବ। ନିଟ୍‌-ୟୁଜି ଦ୍ୱାରା ୨୦୨୦-୨୧ ବର୍ଷଠାରୁ ନାମଲେଖା ହେବ। ବିଭିନ୍ନ ସଂସ୍ଥାଙ୍କଠାରୁ ଏମ୍‌ସିଏଲ୍‌ ବର୍ତ୍ତମାନ ସୂଚନା ସଂଗ୍ରହ କରୁଛି। ଏକ୍ସପ୍ରେଶନ ଅଫ ଇଣ୍ଟରେଷ୍ଟ (ଇଓଆଇ) ଆମନ୍ତ୍ରଣ କରିବା ନେଇ ଏବେ ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ ରହିଛି। ଶୀଘ୍ର ଏନେଇ ବିଜ୍ଞପ୍ତି ଜାରି କରାଯିବ। ବିଭିନ୍ନସଂସ୍ଥା ଉକ୍ତ ହସ୍ପିଟାଲ ପରିଚାଳନା ଲାଗି ଆଗ୍ରହ ଦେଖାଉଥିବା ଶୁକ୍ଳା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ପଞ୍ଜ ଆଇରନ କାରଖାନାରେ ବଡ଼ ଅଘଟଣ, ଚାଲିଗଲା ୩ ଶ୍ରମିକଙ୍କ ଜୀବନ

ଅନୁଗୋଳ,୫।୫(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ଜିଲା ନିଶା ଥାନା ଅଞ୍ଚଳରେ ଥିବା ମେଟାଲିକ ସ୍ପଞ୍ଜ ଆଇରନ ପ୍ଲାଣ୍ଟରେ ବଡ଼ ଧରଣର ଦୁର୍ଘଟଣା ହୋଇଛି । ୩ ଜଣ ଶ୍ରମିକଙ୍କ…

କେନ୍ଦୁପତ୍ର ତୋଳିବାକୁ ଯାଇଥିବା ବେଳେ ହାତୀ ହାବୁଡ଼ରେ ପଡିଗଲେ ମହିଳା, ଦଳିଦେଲା ଦନ୍ତା

ମାଧପୁର,୪।୫(ମନୋଜ କୁମାର ପ୍ରଧାନ): ଆଠମଲ୍ଲିକ ଥାନା ଅନ୍ତର୍ଗତ ମାଧପୁର ପଂଚାୟତ ଅଧୀନ ମାଧପୁର ଗ୍ରାମର ଜଣେ ମହିଳା ହାତୀ ଆକ୍ରମଣରେ ପ୍ରାଣ ହରାଇଛନ୍ତି । ମୃତ ମହିଳା…

ପ୍ରେମିକଙ୍କ ଆତ୍ମହତ୍ୟାର ୨୪ ଘଣ୍ଟା ପରେ ଓଢ଼ଣିରେ ଝୁଲିପଡ଼ିଲେ ୧୩ ବର୍ଷୀୟା ପ୍ରେମିକା

ଅନୁଗୋଳ,୨୬।୪(ଦିବ୍ୟଶାନ୍ତନୁ ନାଥ): ମାତ୍ର ୧୩ ବର୍ଷ ବୟସରେ ସଂସାର କରିବାକୁ ଘରୁ ଗୋଡ଼ କାଢ଼ିଥିଲେ। ୨୩ ବର୍ଷୀୟ ପ୍ରେମିକଙ୍କ ହାତଧରି ମୁମ୍ୱାଇ ଚାଲିଯାଇଥିଲେ। ହେଲେ ପ୍ରେମିକଙ୍କ ମା’…

ମୋ ପ୍ରେମିକାଙ୍କୁ ଡାକ, ନଚେତ୍‌ ମୁଁ… ପ୍ରେମ ପାଇଁ ଗଛ ଉପରେ ନାବାଳକ

ଅନୁଗୋଳ,୨୩ା୪ (ଜ୍ୟୋତିରଞ୍ଜନ ସାହୁ):ନାବାଳିକା ପ୍ରେମିକାଙ୍କୁ ଦେଖାକରିବାକୁ ନ ଦେଲେ ଆତ୍ମହତ୍ୟା କରିଦେବି। ବେକରେ ଗାମୁଛା ବାନ୍ଧି ଝୁଲିପଡ଼ିବି। ଏକ ଗଛର ୧୦୦ ଫୁଟ୍‌ ଉପରୁ ଜଣେ ନାବାଳକ…

ଗୋଡ଼ ମଧ୍ୟରେ ଲୁଚାଇ ନେଇଗଲେ ୭ ଲକ୍ଷ ଟଙ୍କାର ଶାଢ଼ି, ସିସିଟିଭିରେ କଏଦ ଲୁଟ୍‌ର କୌଶଳ…

ଅନୁଗୋଳ,୧୩।୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଅମଲାପଡ଼ା ଅଞ୍ଚଳରେ ଥିବା ବୟନିକା ଶୋ’ରୁମ୍‌ରୁ ଏକ ବଡ଼ ଧରଣର ଚୋରି ହୋଇଛି। ଗ୍ରାହକ ବେଶରେ ଆସିଥିବା ୭ ଜଣ ମହିଳା…

ଆମ୍ବ ଗୋଟାଉଥିବା ନାବାଳିକାଙ୍କୁ ବଳାତ୍କାର କଲେ ୧୪ ବର୍ଷର ନାବାଳକ, ଘଟଣା ବିଷୟରେ କାହାକୁ କହିଲେ…

ଅନୁଗୋଳ, ୪ା୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଉପକଣ୍ଠରେ ଗତ ବୁଧବାର ଘଟିଛି ଏକ ଲଜ୍ଜାଜନକ ଘଟଣା। ୭ ବର୍ଷର ଜଣେ ନାବାଳିକାଙ୍କୁ ୧୪ ବର୍ଷର ନାବାଳକ ବଳାତ୍କାର…

ମା’ ହିଙ୍ଗୁଳାଙ୍କ ବାର୍ଷିକ ଯାତ୍ରା ଆରମ୍ଭ: ପୂଜାର୍ଚ୍ଚନା କଲେ କେନ୍ଦ୍ରମନ୍ତ୍ରୀ

ତାଳଚେର,୩୧।୩(ମନୋଜ ନନ୍ଦ): ମଙ୍ଗଳବାର ଆରମ୍ଭ ହୋଇଛି ତାଳଚେରର ଅଧିଷ୍ଠାତ୍ରୀ ଦେବୀ ମା’ ହିଙ୍ଗୁଳାଙ୍କ ନବଦିନାତ୍ମକ ବାର୍ଷିକ ଯାତ୍ରା ଏବଂ ଲୋକ ମହୋତ୍ସବ। ଏନେଇ ଅଞ୍ଚଳ ଚଳଚଞ୍ଚଳ ହୋଇପଡିଛି।…

ମା’ ଅଗ୍ନିରୁପାଙ୍କ ଆବର୍ଭାବ: ଭକ୍ତଙ୍କ ପ୍ରବଳ ଭିଡ଼, ଅଧରାତିରେ ଦେହୁରୀ ଯାଇ…

ତାଳଚେର,୨୩/୩(ମନୋଜ ନନ୍ଦ):ତାଳଚେରର ଅଧିଷ୍ଠାତ୍ରୀ ଦେବୀ ମା’ ହିଙ୍ଗୁଳା ମନ୍ଦିରର ପୂର୍ବ ଦିଗ ହିଙ୍ଗୁଳା ମନ୍ଦିର ପଛ ପାଖରେ ପ୍ରାୟ ୨ ସହ ମିଟର ଦୂରରେ ଚଳିତ ବର୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri